ବିହାର ଏନ୍‌ଡିଏରେ କ୍ଷମତା ବଣ୍ଟନ ଚୂଡ଼ାନ୍ତ

ନୂଆଦିଲ୍ଲୀ,୧୭ା୧୧: ବିହାର ବିଧାନସଭା ନିର୍ବାଚନରେ ଏନ୍‌ଡିଏ ୨୦୨ ଆସନରେ ବିଜୟୀ ହୋଇଥିବାବେଳେ ଆସନ୍ତା ୧୯ କିମ୍ବା ୨୦ରେ ନୂଆ ସରକାର ଶପଥ ଗ୍ରହଣ କରିବା ଆଶା କରାଯାଉଛି। ଏଥିପାଇଁ ପାଟନାର ଗାନ୍ଧୀ ମଇଦାନରେ ପ୍ରସ୍ତୁତି ଜୋର୍‌ଦାର ଚାଲିଛି। ମେଣ୍ଟ ସହଯୋଗୀଙ୍କ ମଧ୍ୟରେ କ୍ଷମତା ବଣ୍ଟନ ଚୂଡ଼ାନ୍ତ ହୋଇଥିବାୁ ଜଣାପଡ଼ିଛି। ଜେଡିୟୁ ନେତା ନୀତୀଶ କୁମାର ମୁଖ୍ୟମନ୍ତ୍ରୀ ପଦ ବଜାୟ ରଖିବାକୁ ଥିବାବେଳେ ଭାଜପାକୁ ଅଧିକ ମନ୍ତ୍ରୀପଦ ମିଳିପାରେ। ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍‌ ଶାହାଙ୍କ ଅଧ୍ୟକ୍ଷତାରେ ଏନ୍‌ଡିଏ ବୈଠକରେ ହୋଇଥିବା ନିଷ୍ପତ୍ତି ଅନୁଯାୟୀ, ଭାଜପାକୁ ୧୫ରୁ ୧୬ ଏବଂ ଜେଡିୟୁରୁ ୧୪ ଜଣଙ୍କୁ ମନ୍ତ୍ରୀପଦ ମିଳିପାରେ। ଭାଜପା ୮୯ ଆସନ ଜିତିଥିବାବେଳେ ଜେଡିୟୁ ୮୫ ଆସନରେ ବିଜୟୀ ହୋଇଥିଲା। ୧୯ ଆସନ ହାସଲ କରିଥିବା ଚିରାଗ ପାଶ୍ୱାନଙ୍କ ଲୋକ ଜନଶକ୍ତି (ରାମବିଳାସ)କୁ ୩ ମନ୍ତ୍ରୀ ପଦ ମିଳିପାରେ। ସେହିପରି ଜିତନରାମ ମାନ୍‌ଝିଙ୍କ ହିନ୍ଦୁସ୍ଥାନ ଆଓ୍ବାମ ମୋର୍ଚ୍ଚା (ଧର୍ମନିରପେକ୍ଷ) ୫ ଆସନ ଏବଂ ଉପେନ୍ଦ୍ର କୁଶ୍‌ଓ୍ବାହାଙ୍କ ରାଷ୍ଟ୍ରୀୟ ଲୋକ ମୋର୍ଚ୍ଚା ଯଥାକ୍ରମେ ୫ ଓ ୪ ଆସନ ଜିତିଥିବାବେଳେ ଉଭୟ ଦଳରୁ ଜଣେ ଲେଖାଏ ମନ୍ତ୍ରିମଣ୍ଡଳରେ ସ୍ଥାନ ପାଇପାରନ୍ତି। ପ୍ରତି ୬ ବିଧାୟକରେ ଜଣକୁ ମନ୍ତ୍ରୀ କରିବା ପାଇଁ ସ୍ଥିର ହୋଇଛି।

 

Dharitri – The Largest & Most Trusted Odia Daily