୮ ବର୍ଷ ହେଲା ସରୁନି ବିଦ୍ୟୁତ୍‌ ସବ୍‌ଷ୍ଟେଶନ କାର୍ଯ୍ୟ

କୋଣାର୍କ,୨୬।୪(ଜ୍ୟୋତିରାଜ ମହାନ୍ତି): କୋଣାର୍କ ନିକଟସ୍ଥ ସୁତନ ପଞ୍ଚାୟତର ୬ଟି ଗ୍ରାମକୁ ନିରବଛିନ୍ନ ବିଦ୍ୟୁତ୍‌ ଯୋଗାଣ ନିମନ୍ତେ ୨୦୧୬ରେ ଓପିଟିସିଏଲ୍‌ ମାଧ୍ୟମରେ ଆରମ୍ଭ ହୋଇଥିବା ସୁତନ ୩୩ ବିଦ୍ୟୁତ୍‌ ସବ୍‌ଷ୍ଟେଶନ ଆରମ୍ଭ ହୋଇଥିଲା। ଯାହା ବିଭାଗୀୟ ଦାୟିତ୍ୱହୀନତା ଓ ଖାମଖିଆଲ ମନୋଭାବ ଯୋଗୁ ଦୀର୍ଘ ୮ବର୍ଷ ପରେ ମଧ୍ୟ ଅଧାପନ୍ତରିଆ ଭାବେ ପଡ଼ିରହିଛି। ଫଳରେ ୫୦ ହଜାରରୁ ଊଦ୍ଧର୍‌ବ ବିଦ୍ୟୁତ୍‌ ଉପଭୋକ୍ତା ଲୋ ଭୋଲଟେଜ୍‌ ସମସ୍ୟା ସହ ଗ୍ରୀଷ୍ମ ପ୍ରବାହ ଯୋଗୁ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଥିବା ଦେଖିବାକୁ ମିଳିଛି।
ଖବରରୁ ପ୍ରକାଶ, ଓପିଟିସିଏଲ୍‌ ମାଧ୍ୟମରେ ସୁତନଠାରେ ୩୩ କେଭି ବିଦ୍ୟୁତ୍‌ ସବ୍‌ଷ୍ଟେଶନ କାର୍ଯ୍ୟ ପାଇଁ ରାଜ୍ୟ ସରକାରଙ୍କ ବିଦ୍ୟୁତ୍‌ ବିଭାଗ ପକ୍ଷରୁ ୬ କୋଟି ଟଙ୍କା ମଞ୍ଜୁର କରାଯାଇଥିଲା। ଏହି କାର୍ଯ୍ୟ ୨୦୧୬ଠାରୁ ଆରମ୍ଭ ହୋଇଥିଲାବେଳେ ଅଦ୍ୟାବଧି ଏହା ସମ୍ପୂର୍ଣ୍ଣ ହୋଇପାରିନାହିଁ। ଏହି ବିଦ୍ୟୁତ୍‌ ସବ୍‌ଷ୍ଟେଶନ ନିର୍ମାଣରେ ଅହେତୁକ ବିଳମ୍ବ ଯୋଗୁ ସୁତନ, ତରକୋର, କାନପୁର, ଟିକନା, ହାଟୁଆଦଣ୍ଡା ଓ ଭିଙ୍ଗୁରାଡି ସମେତ ୧୦ରୁ ଊଦ୍ଧର୍‌ବ ଗ୍ରାମର ୫୦ ହଜାର ଉପଭୋକ୍ତା ହଇରାଣ ହେଉଛନ୍ତି। ସୁତନ ବିଦ୍ୟୁତ୍‌ ସବ୍‌ଷ୍ଟେଶନ କାର୍ଯ୍ୟ ଦୀର୍ଘ ୮ବର୍ଷ ଧରି ଚାଲିଥିବାବେଳେ କେଉଁ କାରଣ ଓ ସମସ୍ୟା ଯୋଗୁ ତାହା ସମ୍ପୂର୍ଣ୍ଣ ହୋଇପାରୁନି, ତାହା ଓପିଟିସିଏଲ ତଦାରଖ କରିବା ସହିତ ଅବହେଳା ନା କାର୍ଯ୍ୟ ଦାୟିତ୍ୱରେ ଥିବା ଠିକାଦାର ସଂସ୍ଥା ପ୍ରତି ଅହେତୁକ ଅନୁକମ୍ପା ତାହା ତଦନ୍ତ ସାପେକ୍ଷ। ଏହି ସବ୍‌ଷ୍ଟେଶନ କାର୍ଯ୍ୟ ଯୁଦ୍ଧକାଳୀନ ଭିତ୍ତିରେ ସମ୍ପୂର୍ଣ୍ଣ କରି ୬ଗୋଟି ଗ୍ରାମକୁ ନିରବଚ୍ଛିନ୍ନ ବିଦ୍ୟୁତ୍‌ ଯୋଗାଣ ପାଇଁ ରାଜ୍ୟ ମୁଖ୍ୟଶାସନ ସଚିବ, ବିଦ୍ୟୁତ୍‌ ବିଭାଗ ସଚିବ, ମୁଖ୍ୟ ନିର୍ବାଚନ ଅଧିକାରୀ, ପୁରୀ ଜିଲାପାଳ ଓ ଓପିଟିସିଏଲ୍‌ର ଉଚ୍ଚ କର୍ତ୍ତୃପକ୍ଷ ଦୃଷ୍ଟି ଦେଇ ଆବଶ୍ୟକ ପଦକ୍ଷେପ ଗ୍ରହଣ କରିବାକୁ ସୁତନ ସମେତ ୧୦ରୁ ଊଦ୍ଧର୍‌ବ ଗ୍ରାମର ଉପଭୋକ୍ତା ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ରେ ଜିଲାସ୍ତରୀୟ ପ୍ରବେଶ ଉତ୍ସବ, ଖଡ଼ି ଛୁଆଁଇଲେ ଜିଲାପାଳ

ବରଗଡ଼,୪।୪(ପ୍ରେମାନନ୍ଦ ଖମାରୀ)- ଚଳିତ ଶିକ୍ଷାବର୍ଷରେ ନୂତନ ଛାତ୍ରୀଛାତ୍ରମାନଙ୍କ ନାମଲେଖା ଓ ଖଡ଼ିଛୁଆଁ ପାଇଁ ଶନିବାର ଜିଲାସ୍ତରୀୟ ପ୍ରବେଶ ଉତ୍ସବ ଓ ଖଡ଼ିଛୁଆଁ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଯାଇଛି।…

ଖଡ଼ି ଛୁଇଁଲେ ଛାତ୍ରୀଛାତ୍ର: ତୁମୁଡିବନ୍ଧରେ ବ୍ଲକସ୍ତରୀୟ ‘ପ୍ରବେଶ ଉତ୍ସବ’ ଓ ‘ବିଦ୍ୟା ବନ୍ତ ବିଦ୍ୟାର୍ଥୀ’ ସଚେତନତା ରଥ…

ତୁମୁଡିବନ୍ଧ, ୪ା୪ (ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ବ୍ଲକ ସ୍ତରୀୟ ‘ପ୍ରବେଶ ଉତ୍ସବ’ ବା ‘ଖଡ଼ି ଛୁଆଁ’…

ଥୁଆମୁଳ ରାମପୁର ବିଦ୍ୟାଳୟରେ ଶିଶୁ ବାଟିକା ‘ପ୍ରବେଶ ଉତ୍ସବ’ ଓ ‘ଖଡ଼ିଛୁଆଁ’ କାର୍ଯ୍ୟକ୍ରମ,ଶିକ୍ଷା ପ୍ରତି…

ଥୁଆମୁଳ ରାମପୁର, ୪ା୪ (ଦୁର୍ଗା କୀର୍ତ୍ତି): ବିକଶିତ ଓଡ଼ିଶା ଗଠନ ଲକ୍ଷ୍ୟରେ ଗୁଣାତ୍ମକ ଶିକ୍ଷାକୁ ପ୍ରାଧାନ୍ୟ ଦେଇ ସରକାରଙ୍କ ନୂତନ ଶିକ୍ଷାନୀତି-୨୦୨୦ ଅନୁଯାୟୀ ପ୍ରାଥମିକ ବିଦ୍ୟାଳୟ ସ୍ତରରେ…

‘ଶିକ୍ଷା ସଚେତନତା ରଥ’ ଉଦ୍‌ଘାଟନ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର

ଦିଗପହଣ୍ଡି, ୪ା୪ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋଷ୍ଠୀ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସମଗ୍ର ଶିକ୍ଷା ଅଭିଯାନ ଆନୁକୂଲ୍ୟରେ ଶନିବାର ଏକ ‘ଶିକ୍ଷା…

ଶ୍ରେୟଶଙ୍କୁ ୨୪ ଲକ୍ଷ ଟଙ୍କା ଜରିମାନା

ଚେନ୍ନାଇ, ୪ା୪: ସ୍ଥାନୀୟ ଏମ୍‌.ଏ. ଚିଦାମ୍ୱରମ ଷ୍ଟାଡିୟମରେ ଚେନ୍ନାଇ ସୁପର କିଙ୍ଗ୍ସ ବିପକ୍ଷ ଆଇପିଏଲ୍‌ ମ୍ୟାଚରେ ଏକ ସ୍ଲୋ-ଓଭର ରେଟ୍‌ ପାଇଁ ପଞ୍ଜାବ କିଙ୍ଗ୍ସ ଅଧିନାୟକ ଶ୍ରେୟସ…

ସିଏସ୍‌କେ ପରାଜୟର କାରଣ କହିଲେ ଗାଭାସ୍କର

ଚେନ୍ନାଇ,୪ା୪: ଭାରତର କିମ୍ୱଦନ୍ତୀ କ୍ରିକେଟର ସୁନୀଲ ଗାଭାସ୍କରଙ୍କ ମତରେ ୫ ଥରର ଚାମ୍ପିୟନ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ପାଇଁ ସେମାନଙ୍କର ବୋଲିଂ ସବୁଠୁ ବଡ଼ ସମସ୍ୟା।…

ମଝି ରାସ୍ତାରେ ଓଲୋଟିଲା ଯାତ୍ରା ପାର୍ଟି ଟ୍ରକ

ଧାମନଗର,୪।୪( ସନ୍ତୋଷ କୁମାର ମହାପାତ୍ର): ଧାମନଗର ଥାନା ଭଣ୍ଡାରି ପଦି ଛକ ନିକଟସ୍ଥ ଏସଡିପିଓ ଅଫିସ ସାମ୍ନାରେ ଧାମନଗର ଭଦ୍ରକ  ମୁଖ୍ୟ ରାସ୍ତାରେ ଶନିବାର ଅପରାହ୍ନରେ ଏକ…

ମହଙ୍ଗା ପଡ଼ିଲା କର୍ତ୍ତବ୍ୟରେ ଅବହେଳା: ବିଏଲ୍‌ଓ ନିଲମ୍ବିତ

ଗଜପତ/ମୋହନା,୪।୪(ଗିରିଧାରୀ ପରିଛା/ମନ୍ମଥ ମିଶ୍ର): ଗଜପତି ଜିଲା ୧୩୭-ପାରଳାଖେମୁଣ୍ଡି ବିଧାନସଭାର କାଶୀନଗର ବ୍ଲକ ଅନ୍ତର୍ଗତ ଭୋଟଗ୍ରହଣ କେନ୍ଦ୍ରର ବୁଥସ୍ତରୀୟ ଅଧିକାରୀ ଦାୟିତ୍ୱରେ ଥିବା ସହକାରୀ ଶିକ୍ଷକଙ୍କୁ ଜିଲା ନିର୍ବାଚନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri