ତାର ଉପରେ ଗଛ ପଡ଼ି ବିଦ୍ୟୁତ୍‌ ସରବରାହ ବନ୍ଦ

ଖଜୁରିପଡ଼ା,୨୫ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ଅନ୍ତର୍ଗତ ଡଲାବାଲି ଛକ ଖେଳପଡିଆଠାରେ ବିଦ୍ୟୁତ୍‌ ତାର ଉପରେ ଗୁରୁବାର ଗଛ ପଡ଼ି ଯିବାରୁ ଦୀର୍ଘ ୯ ଘଣ୍ଟା ଧରି ବିଦ୍ୟୁତ୍‌ ସରବରାହ ବନ୍ଦ ରହିଥିଲା। ଫଳରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଥିଲେ। ବିଭାଗୀୟ ଯନ୍ତ୍ରୀ ବିଚିତ୍ର ବିଷୋୟୀଙ୍କୁ ପଚାରିବାରୁ ସେ କହିଛନ୍ତି, ସେହି ଅଞ୍ଚଳର ଜଣେ ବ୍ୟକ୍ତି ବେଆଇନ ଭାବେ ଶାଳ ଗଛ କାଟୁଥିଲେ। ଗଛଟି ତାର ଉପରେ ପଡ଼ିଯିବାରୁ ତାର ଛିଣ୍ଡି ଯାଇଥିଲା। ମରାମତି କରିବା ପାଇଁ ସମୟ ଲାଗିଲା। ଏନେଇ ବନବିଭାଗକୁ ସୂଚନା ଦିଆଯାଇଛି। ତଦନ୍ତ କରି ଉକ୍ତ ବ୍ୟକ୍ତି ନାମରେ ଅଭିଯୋଗ କରାଯିବ ବୋଲି କହିଛନ୍ତ। ସେହିପରି ଫରେଷ୍ଟର ପ୍ରତାପ ଜୁଣ୍ଡିଙ୍କୁ ପଚାରିବାରୁ ସେ ଏ ଉପରେ ଅବଗତ ଅଛନ୍ତି। ଯେଉଁ ବ୍ୟକ୍ତି ଶାଳ ଗଛ କାଟିଛି ତାହାର ତଦନ୍ତ କରି ଅଭିଯୋଗ କରାଯିବ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଖଣ୍ଡାଦେଉଳି ଅଞ୍ଚଳରେ ଶୋକର ଛାୟା, ୪ ଥର ସରପଞ୍ଚ ହୋଇଥିଲେ କମ୍ରେଡ ଲିଙ୍ଗରାଜ

ଗଞ୍ଜାମ,୫।୮(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ଖଣ୍ଡାଦେଉଳି ପଂଚାୟତର ପୂର୍ବତନ ସରପଞ୍ଚ ତଥା ବରିଷ୍ଠ ସିପିଏମ ନେତା କମ୍ରେଡ ଲିଙ୍ଗରାଜ ପଲେଇଙ୍କ ଦେହାନ୍ତ ହୋଇଛି ।…

ଚିଲିକାରୁ ୧୦୦ ଏକର ବେଆଇନ ଘେରି ଉଚ୍ଛେଦ

କୃଷ୍ଣପ୍ରସାଦ,୫।୮ (କୈଳାଶ ଚନ୍ଦ୍ର ପଟ୍ଟନାୟକ): ପୁରୀ ଜିଲାପାଳଙ୍କ ନିର୍ଦ୍ଦେଶକ୍ରମେ କୃଷ୍ଣପ୍ରସାଦ ତହସିଲ ଅଧୀନ ଚିଲିକା ହ୍ରଦରୁ ବେଆଇନ ଘେରି ଉଚ୍ଛେଦ କାର୍ଯ୍ୟ ଆରମ୍ଭ ହୋଇଛି। ତହସିଲ ପ୍ରଶାସନ…

ସ୍କୁଲରୁ ଫେରୁଥିବା ବେଳେ ଶିକ୍ଷକଙ୍କୁ ଧକ୍କା ଦେଲା ଟ୍ରେନ, ବାଇକ ସହ….

କୋରାପୁଟ,୫।୮(ଅମିତାଭ ବେହେରା): କୋରାପୁଟ ଷ୍ଟେସନ ନିକଟ ଶୁକୁ ବ୍ରିଜଠାରେ ବୁଧବାର ଏକ ଦୁଃଖଦ ଘଟଣା ଘଟିଯାଇଛି । ମାଲବାହୀ ଟ୍ରେନ ଧକ୍କାରେ ଜଣେ ଶିକ୍ଷକଙ୍କ ଜୀବନ ଚାଲିଯାଇଛି…

ସରକାରୀ ମଦ ଦୋକାନ ସ୍ଥାନାନ୍ତର କରି ଖୋଲିବା ଉଦ୍ୟମକୁ ମହିଳାଙ୍କ ତୀବ୍ର ବିରୋଧ, ଉତ୍ତେଜନା ଦେଖାଦେବାରୁ…

ପାଟଣା,୫ା୮(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ ଧନୁର୍ଜୟପୁର ଜଙ୍ଗଲ ଅଞ୍ଚଳରେ ରେଙ୍ଗାଳବେଡ଼ା ସରକାରୀ ମଦ ଦୋକାନ ସ୍ଥାନାନ୍ତର କରି ଖୋଲିବା ଉଦ୍ୟମକୁ ବୁଧବାର ଶତାଧିକ…

୫ ଲକ୍ଷ ଟଙ୍କାର ବ୍ରାଉନସୁଗାର ଜବତ, ୫ ଗିରଫ ସହ ପାଖରୁ ମିଳିଲା ଏହି…

ଭଞ୍ଜନଗର,୫ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସକୁ ନିଶା କାରବାର ବିରୋଧୀ ଅଭିଯାନରେ ବୁଧବାର ପୁଣି ଏକ ସଫଳତା ମିଳିଛି। ମଙ୍ଗଳବାର ପୋଲିସ ପାଟ୍ରୋଲିଂ ସମୟରେ ବୁଦୁଲି…

ଓ୍ବାର୍ନିଂ ଜାରି କଲା ପାଣିପାଗ ବିଭାଗ, ୪୮ ଘଣ୍ଟାରେ ଏହି ଜିଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ବର,୫।୮: ମୌସୁମୀ ସକ୍ରିୟ ରହିଥିବା ବେଳେ ସାରା ରାଜ୍ୟରେ ବର୍ଷା ଜାରି ରହିଛି । ସେ ଆସନ୍ତା ୪୮ ଘଣ୍ଟା ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି…

ପାଠ୍ୟପୁସ୍ତକ ତ୍ରୁଟି ଘଟଣା; ମନୋଜ ପାଢ଼ୀଙ୍କୁ ଜାମିନ, କୋର୍ଟ ରଖିଲେ ଏହି ସର୍ତ୍ତ

କଟକ,୫।୮(ପ୍ରଭୁକଲ୍ୟାଣ ପାଲ୍): ସ୍କୁଲ ପାଠ୍ୟ ପୁସ୍ତକ ତ୍ରୁଟି ମାମଲାରେ ଏସସିଇଆରଟିର ପୂର୍ବତନ ନିର୍ଦ୍ଦେଶକ ମନୋଜ ପାଢ଼ୀଙ୍କୁ ସର୍ତ୍ତ ମୂଳକ ଜାମିନ ପ୍ରଦାନ କରାଯାଇଛି । କଟକ ସ୍ୱତନ୍ତ୍ର…

ବିଭିନ୍ନ ସରକାରୀ ଅନୁଷ୍ଠାନକୁ ଅଚାନକ ଗସ୍ତ କଲେ ଜିଲାପାଳ, କାର୍ଯ୍ୟପ୍ରଣାଳୀ ଅନୁଧ୍ୟାନ କରି…

ନବରଙ୍ଗପୁର,୫ା୮(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲାପାଳ ଡ. ମହେଶ୍ୱର ସ୍ବାଇଁ ବୁଧବାର ନନ୍ଦାହାଣ୍ଡି ବ୍ଲକ ଅନ୍ତର୍ଗତ ନନ୍ଦାହାଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର (CHC), ନିସ୍ନାହାଣ୍ଡି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri