ଜେଇଙ୍କୁ ତାଲା ପକାଇବା ୨୪ ଘଣ୍ଟା ନ ପୂରୁଣୁ ବିଦ୍ୟୁତ୍‌ ଯୋଗାଣ ସ୍ବାଭାବିକ

ଓଡ଼ଗାଁ, ୧ା୧୦(ସ୍ବ.ପ୍ର.): ଗଁା ଲୋକ ଅନ୍ଧାରରେ ରହିବାରୁ ଜେଇଙ୍କୁ ବିଦ୍ୟୁତ୍‌ ଅଫିସରେ ତାଲା ପକାଇ ଦେଇଥିଲେ। ୨୪ ଘଣ୍ଟା ନ ପୂରୁଣୁ ଗଁାକୁ ବିଦ୍ୟୁତ୍‌ ଯୋଗାଣ ସ୍ବାଭାବିକ ହୋଇଛି। ପ୍ରକାଶ ଯେ, ଓଡ଼ଗଁା ବ୍ଲକ ଅନ୍ତର୍ଗତ ପଲ୍ଲୀ ଗୁଣ୍ଠାସାହି ଗ୍ରାମର ୫୦ରୁ ଊର୍ଦ୍ଧ୍ୱ ପରିବାର ୧୬ଦିନରୁ ଅଧିକ ଅନ୍ଧାରରେ ରହିବା ପରେ ମଧ୍ୟ ତଳୁ ଉପର ପର୍ଯ୍ୟନ୍ତ କାହାର ହେଲେ ନିଦ ଭାଙ୍ଗି ନ ଥିଲା। ଟାଟା କର୍ତ୍ତୃପକ୍ଷଙ୍କୁ ବାରମ୍ବାର ମୌଖିକ ଲିଖିତ ଅଭିଯୋଗ ସତ୍ତ୍ୱେ ଗାଁରେ ବିଦ୍ୟୁତ ଜଳିବା ସମ୍ଭବ ନ ହେବାରୁ ଅତିଷ୍ଠ ଗ୍ରାମବାସୀ ଏକଜୁଟ ହୋଇ ନିଜର ଏକତା ପ୍ରଦର୍ଶନ କରିଥିଲେ। ଗୁରୁବାର ସ୍ଥାନୀୟ ବିଦ୍ୟୁତ୍‌ କାର୍ଯ୍ୟାଳୟକୁ ପୁଣି ଥରେ ଅଭିଯୋଗ କରି ଆସିବା ପରେ ବିଭାଗୀୟ ଜେଇଙ୍କ ଦୁର୍ବ୍ୟବହାରର ଶିକାର ହୋଇଥିଲେ। ଫଳରେ ଗ୍ରାମବାସୀ ବିଦ୍ୟୁତ୍‌ ସେକ୍ସନ ଅଫିସରେ ପହଞ୍ଚତ୍ ଜେଇ ଜିତେନ୍ଦ୍ର କୁମାର ମହାରଣାଙ୍କୁ ଅଫିସ ଭିତରେ ରଖି ବାହାରୁ ତାଲା ପକାଇ ଦେଇଥିଲେ। ପୋଲିସ ହସ୍ତକ୍ଷେପ କରିବା ପରେ ସେହିଦିନ ସନ୍ଧ୍ୟା ସୁଦ୍ଧା ପଲ୍ଲୀ ଗୁଣ୍ଠାସାହି ଗ୍ରାମରେ ବିଭାଗୀୟ କର୍ମଚାରୀ ଟ୍ରାନ୍ସଫର୍ମର ଲଗାଇଥିଲେ। ଆବଶ୍ୟକ ଚାର୍ଜ ହେବା ପରେ ଶୁକ୍ରବାର ଅପରାହ୍ନ ୪ଟା ରେ ଗାଁରେ ଆଲୁଅ ଜଳିଥିବା ଗ୍ରାମର ସଂସାରୀ ସାହୁ ଓ ଜୟ ମିସ୍ତ୍ରି ସୂଚନା ଦେଇଛନ୍ତି। ଅନ୍ୟପକ୍ଷେ କମ୍ପାନୀ ଷ୍ଟୋର କିମ୍ବା ଅଫିସରେ ଗୋଟିଏ ହେଲେ ଟ୍ରାନ୍ସଫର୍ମର ନ ଥିବା ତଥା ଲାଇନ ରିଷ୍ଟୋରେଶନ ନଟ ପୋସିବିଲ ବୋଲି ଗ୍ରାମବାସୀଙ୍କ ଦରଖାସ୍ତରେ ଲେଖିଥିବା ଜେଇ ମହାରଣାଙ୍କ ମନ୍ତବ୍ୟକୁ ନେଇ ସାଧାରଣରେ ନିନ୍ଦା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଧାରେ ଅଟକିଲା ଧାନମଣ୍ଡି ନିର୍ମାଣ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ରାଜ୍ୟରେ ଅଧିକ ଧାନ ଉତ୍ପାଦନ ଯୋଗୁ ଜିଲାର ଏଭଳି ପରିଚୟ ରହିଛି। ହେଲେ ଏଠାରେ ଚାଷ, ଚାଷୀଙ୍କ…

ବରଗଡ଼ ଟାଉନ କେନାଲର ହେବ ସୌନ୍ଦର୍ଯ୍ୟକରଣ, ନିର୍ମାଣ ହେବ ବକ୍ସ କଣ୍ଡୁଇଟ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ କେନାଲର ଉନ୍ନତିକରଣ ଓ ସୌନ୍ଦର୍ଯ୍ୟକରଣ ସହିତ କେନାଲ ଉପରେ ବକ୍ସ କଣ୍ଡୁଇଟ ନିର୍ମାଣ ହେବ। ରବିବାର ସନ୍ଧ୍ୟାରେ ଏହାର ଭିତ୍ତିପ୍ରସ୍ତର ସ୍ଥାପନ…

ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ, ଗାଡି ସହ ଡ୍ରାଇଭର ଫେରାର

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ସଦର ଥାନା ଅଧୀନ ଗୋବିନ୍ଦପୁର ଛକ ନିକଟରେ ରବିବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ଗାଡ଼ି ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ…

ବଜ୍ରପାତରେ ଚାଲିଗଲା ଶ୍ରମିକଙ୍କ ଜୀବନ, ୨ ଆହତ

କୁଆଁରମୁଣ୍ଡା,୧୭ା୫(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ରାଏବୋଗା ଥାନା ଝୁନୁମୁରରେ ରହି ଦିନ ମଜୁରିଆ ଭାବେ କାମ କରୁଥିବା ବୁଧୁଆ ବାଗେ(୩୧)ଙ୍କ ବଜ୍ରପାତରେ ମୃତ୍ୟୁ ଘଟିଛି। ତାଙ୍କ…

ପରିବାରଲୋକଙ୍କୁ ଅଟକ ରଖି କୋଦାଳରେ ଆକ୍ରମଣ କରିଥିଲେ ଯୁବକ, ବାନ୍ଧିଲା ପୋଲିସ

ଆନନ୍ଦପୁର,୧୭ା୫(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ପୌରପାଳିକା ଫକୀରପୁର ଗ୍ରାମର ପ୍ରଶାନ୍ତ କୁମାର ଦାସ ପରିବାର ଲୋକଙ୍କୁ ଆକ୍ରମଣ କରିବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି…

ଗୋବିନ୍ଦ ପ୍ରଧାନ ସ୍ମୃତି ସଂସଦ ପକ୍ଷରୁ ଶିକ୍ଷା ଉପକରଣ ବଣ୍ଟନ

ଦିଗପହଣ୍ଡି,୧୭ା୫(ଅଶେଷ ନାଥ ମିଶ୍ର ): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମ ସ୍ଥିତ ଗୋବିନ୍ଦ ପ୍ରଧାନ ସ୍ମୃତି ସଂସଦ (ଜିପିଏସଏସ ) ପକ୍ଷରୁ ରବିବାର ଅପରାହ୍ନରେ…

ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭରୁ ସମସ୍ୟା, ମଣ୍ଡିକୁ ଧାନ ଆସୁଛି ହେଲେ ଆସୁନାହାନ୍ତି ମିଲର୍ସ

ବରଗଡ଼,୧୭ା୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବିଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି । ରବିବାର ଏହି ପ୍ରକ୍ରିୟାକୁ ସପ୍ତାହେ ପୂରିବ। ହେଲେ ଆରମ୍ଭରୁ ଏହି ପ୍ରକ୍ରିୟାରେ ଧାନ କିଣାବିକା…

ଅଜଣା ଟ୍ରକକୁ ଧକ୍କା ଦେଲା ବାଇକ, ଚାଳକ ମୃତ

ମୋହନା,୧୭ା୫(ମନ୍ମଥ ମିଶ୍ର): ଗଜପତି ଜିଲା ଟାଙ୍କିଲିପଦର ଗାଁ ଛକରେ ଦୁର୍ଘଟଣା । ଟ୍ରକକୁ ଧକ୍କାଦେଲା ବାଇକ୍ । ଦୁର୍ଘଟଣାରେ ଚାଳକଙ୍କର ମୃତ୍ୟୁ ହୋଇଛି । ମୃତ ବାଇକ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri