ଦୁର୍ଗମ ଅଞ୍ଚଳରେ ଟିପିସିଓଡିଏଲ୍‌ର ବିଦ୍ୟୁତ୍‌ ଯୋଗାଣ

ଭୁବନେଶ୍ୱର,୬।୯ (ଅଭୟ ଦାଶ): ଟାଟା ପାୱାର ଏବଂ ଓଡ଼ିଶା ସରକାରଙ୍କ ଏକ ଯୌଥ ଉଦ୍ୟୋଗ ଟିପି ସେଣ୍ଟ୍ରାଲ ଓଡ଼ିଶା ଡିଷ୍ଟ୍ରିବ୍ୟୁଶନ ଲିମିଟେଡ୍‌ (ଟିପିସିଓଡିଏଲ୍‌) ପକ୍ଷରୁ ବିଦ୍ୟୁତ୍‌ ଭିତ୍ତିଭୂମିର ବିକାଶ ପାଇଁ ପ୍ରୟାସ ଆରମ୍ଭ କରାଯାଇଛି। ଏପରିକି ଟିପିସିଓଡିଏଲ୍‌ କାର୍ଯ୍ୟ ପରିସର ଅଞ୍ଚଳ ମଧ୍ୟରେ ବିଦ୍ୟୁତ୍‌ ଯୋଗାଣକୁ ସୁନିଶ୍ଚିତ କରିବା ପାଇଁ ଆବଶ୍ୟକ ପଦକ୍ଷେପ ସହ ଗ୍ରାହକଙ୍କ ନିକଟତର ହେବାକୁ ଟିପିସିଓଡିଏଲ୍‌ ଲକ୍ଷ୍ୟ ରଖିଛି। ଏପରିକି ଟିପିସିଓଡିଏଲ୍‌ର ଢେଙ୍କାନାଳ ବିଦ୍ୟୁତ୍‌ ଡିଭିଜନ ଅନ୍ତର୍ଗତ ଯାଜପୁର ଜିଲା କାଳିଆପାଣି ସେକ୍ସନର କେନ୍ଦୁପଡ଼ା, ଟିକରପଡ଼ା, ଜାରିକ୍‌ ସାହି ଓ ମହୁକଣ୍ଟା ଭଳି ଆଦିବାସୀ ବହୁଳ ଗାଁର ପାଖାପାଖି ୧୦୦ ପରିବାରର ଲୋକ ପ୍ରଥମ ଥର ପାଇଁ ବିଦ୍ୟୁତ୍‌ ଆଲୋକ ଦେଖିବାକୁ ସୁଯୋଗ ପାଇଥିଲାବେଳେ ସେମାନଙ୍କର ଦୀର୍ଘ ବର୍ଷ ସ୍ବପ୍ନ ସାକାର ହୋଇଛି ବୋଲି ସମ୍ପୃକ୍ତ ଅଞ୍ଚଳର ଉପଭୋକ୍ତାମାନେ ମତବ୍ୟକ୍ତ କରିଛନ୍ତି। ସେହିଭଳି ଟିପିସିଓଡିଏଲ୍‌ ପକ୍ଷରୁ ଉପରୋକ୍ତ ଅଞ୍ଚଳରେ ବିଦ୍ୟୁତ୍‌ ଭିତ୍ତିଭୂମିର ବିକାଶ କରାଯାଇଛି। ବିଶେଷକରି କେନ୍ଦୁପଡ଼ାଠାରେ ୬୩ କେଭିଏ, ଟିକରପଡ଼ାଠାରେ ୬୩କେଭିଏ, ଜାରିକ୍‌ ସାହିଠାରେ ୨୫କେଭିଏ ଓ ମହୁକଣ୍ଟାଠାରେ ୨୫କେଭିଏ ଟ୍ରାନ୍ସଫର୍ମର ସ୍ଥାପନ କରାଯାଇଛି। ଏହା ବ୍ୟତୀତ ତୁମୁଣି, ଗୋହିଆଶାଳ ଓ ନାତୁର ଏବଂ କାଳିଆପାଣି ଗାଁର ୪୦ ଆଦିବାସୀ ପରିବାରକୁ ଟିପିସିଓଡିଏଲ୍‌ ପକ୍ଷରୁ ସୋଲାର ପ୍ୟାନେଲ ମାଧ୍ୟମରେ ବିଦ୍ୟୁତ୍‌ ସଂଯୋଗ ଦିଆଯାଇଛି। ଅପରପକ୍ଷରେ ବଣଜଙ୍ଗଲ ପାହାଡ଼ ଭରା ଉପରୋକ୍ତ ଅଞ୍ଚଳଗୁଡିକ ବାହ୍ୟ ଜଗତରୁ ବିଚ୍ଛିନ୍ନ ଥିବାବେଳେ ଲୋକଙ୍କୁ ଭରସାଯୋଗ୍ୟ ବିଦ୍ୟୁତ୍‌ ସେବା ଯୋଗାଇଦେବା ପାଇଁ ଟିପିସିଓଡିଏଲ୍‌ ପକ୍ଷରୁ ପ୍ରୟାସ ଆରମ୍ଭ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିବାଦ ପରେ ବି ନିଷ୍ପତ୍ତିରେ ଅଟଳ ସନରାଇଜର୍ସ! କାବ୍ୟା ମାରନ୍‌ଙ୍କ ଦଳରେ ଖେଳିବେ ପାକ୍ ସ୍ପିନର; ପିସିବି ଦେଲା…

ଲାହୋର,୩।୭: ପାକିସ୍ତାନ କ୍ରିକେଟ୍ ବୋର୍ଡ (PCB) ବିଭିନ୍ନ ଦେଶରେ ଆୟୋଜିତ ହେବାକୁ ଥିବା ଟି-୨୦ ଏବଂ ସର୍ଟ-ଫର୍ମାଟ୍ ଲିଗ୍‌ରେ ଖେଳିବା ପାଇଁ ନିଜର ଅନେକ ପ୍ରମୁଖ ଖେଳାଳିଙ୍କୁ…

ଏଟିଏମ୍ କାର୍ଡ ବଦଳାଇ ଅବସରପ୍ରାପ୍ତ ଶିକ୍ଷକଙ୍କଠାରୁ ଲୁଟ୍; ୯ ଥରରେ ଆକାଉଣ୍ଟରୁ କଟିଲା ଲକ୍ଷେରୁ ଅଧିକ ଟଙ୍କା, ସପିଙ୍ଗ୍ ମଧ୍ୟ…

ବୈଶିଙ୍ଗା,୩।୭(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ଗଡ଼ଦେଉଳିଆ ସ୍ଥିତ ଷ୍ଟେଟ୍ ବ୍ୟାଙ୍କ (SBI) ଏଟିଏମରେ ଜଣେ ଅବସରପ୍ରାପ୍ତ ଶିକ୍ଷକଙ୍କ ସହ ଏକ ଚାଞ୍ଚଲ୍ୟକର ଏଟିଏମ…

କେତନଙ୍କୁ ହତ୍ୟା କରିବା ପରେ ଅନୁତାପର ପ୍ରଶ୍ନ ନାହିଁ, ଗଣମାଧ୍ୟମକୁ ଅଶ୍ଳୀଳ ଇଙ୍ଗିତ କରି ଚର୍ଚ୍ଚାରେ ସିୟା…Video ଭାଇରାଲ ପରେ… 

ପୁଣେ,୩।୭: ପୁଣେର ପ୍ରସିଦ୍ଧ ବ୍ୟବସାୟୀ ବିଶାଲ ଅଗ୍ରୱାଲଙ୍କ ପୁଅ କେତନ ଅଗ୍ରୱାଲ ହତ୍ୟା ମାମଲାରେ ପ୍ରତିଦିନ ଏଭଳି ଚାଞ୍ଚଲ୍ୟକର ତଥ୍ୟ ସାମ୍ନାକୁ ଆସୁଛି, ଯାହା ସମାଜକୁ ସ୍ତବ୍ଧ…

ଗାଁ ନିକଟରୁ ମଦ ଦୋକାନ ସ୍ଥାନାନ୍ତର ଦାବି:ଏକଜୁଟ ହେଲେ ମହିଳା

ପାଟଣା,୩ା୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍‌ ମୁଖ୍ୟାଳୟ ବଡ଼ ପାଟଣା ପଞ୍ଚାୟତ ସାଧୁପଡ଼ା ଗାଁ ନିକଟରେ ଶୁକ୍ରବାର ନୂତନ କରି ଖୋଲିଥିବା ସରକାରୀ ମଦ…

ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟରେ ନୂତନ କୁଳପତି ଡ. ଅଜିତ କୁମାର ଶାସନୀ

କୋରାପୁଟ/ସୁନାବେଡ଼ା,୩ା୭(ଅମିତାଭ ବେହେରା/କୃତ୍ତିବାସ ପ୍ରଧାନ)-କୋରାପୁଟ ଜିଲା ସୁନାବେଡ଼ାସ୍ଥିତ ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ(ସିୟୁଓ)ର ନୂତନ କୁଳପତି ଭାବେ ଡ. ଅଜିତ କୁମାର ଶାସନୀଙ୍କୁ ନିଯୁକ୍ତ କରାଯାଇଥିବା ଜଣାପଡିଛି। ଭାରତର ରାଷ୍ଟ୍ରପତି…

ମୃତ ଯୁବକଙ୍କ ମିଳିଲା ପରିଚୟ: ସେଲଫି ନେବା ହେଲା କାଳ

କୋକସରା,୩।୭ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ବ୍ଲକର ପର୍ଯ୍ୟଟନସ୍ଥଳୀ ଗୁଡହାଣ୍ଡି ଡୋକରୀଚଞ୍ଚରାର ଡୋକରୀଦର ଝରଣା ନିକଟରେ ଗୁରୁବାର ଜଣେ ଯୁବକଙ୍କ ମୃତଦେହ ଦେଖିବାକୁ ମିଳିଥିଲା। ଶୁକ୍ରବାର ସକାଳୁ…

ସମୁଦ୍ର କୂଳ ଲଙ୍ଘିବା ଘଟଣା: ଜିଲ୍ଲାପାଳଙ୍କ ନିର୍ଦ୍ଦେଶରେ ପୋଡ଼ମପେଟାକୁ ନିଷିଦ୍ଧାଞ୍ଚଳ ଘୋଷଣା

ଗଞ୍ଜାମ/ ଛତ୍ରପୁର,୩।୭ (/ଅନାଥ ତରାଇ/ଦିଲ୍ଲୀପି ସାମଲ/ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକର ପୋଡମପେଟାରେ ସମୁଦ୍ର କୂଳ କ୍ଷୟ ଦିନକୁ ଦିନ ଉଦ୍‌ବେଗଜନକ ରୂପ ନେବାରେ ଲାଗିଛି। ସମୁଦ୍ର ଦ୍ରୁତ…

ଦାଦନ ଖଟି ଯାଇଥିଲେ, ଫେରିଲା ମୃତଦେହ: ତେଲେଙ୍ଗାନାରେ ବିଦ୍ୟୁତ ଆଘାତରେ ଗଜପତିର ଶ୍ରମିକଙ୍କ ମୃତ୍ୟୁ

ପାରଳାଖେମୁଣ୍ଡି,୩।୭(ଗିରିଧାରୀ ପରିଛା): ଗଜପତି ଜିଲାରେ ଦାଦନ ଦୁଃଖର କରୁଣ ଚିତ୍ର ପୁଣି ସାମ୍ନାକୁ ଆସିଛି। ସ୍ଥାନୀୟ ଅଞ୍ଚଳରେ କାମର ଅଭାବ ଯୋଗୁ ଜୀବିକା ଅନ୍ୱେଷଣରେ ବାହାର ରାଜ୍ୟକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri