ବିପଦସଙ୍କୁଳ ଅବସ୍ଥାରେ ମୁକୁଳା ବିଦ୍ୟୁତ୍‌ ଟ୍ରାନ୍ସଫର୍ମର

ପଟ୍ଟାମୁଣ୍ଡାଇ,୧୩ା୪(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଅଞ୍ଚଳର ଅନେକ ସ୍ଥାନରେ ବିପଦସଙ୍କୁଳ ତଥା ଖୋଲାମେଲା ଅବସ୍ଥାରେ ଅନେକ ଟ୍ରାନ୍ସଫର୍ମର ପଡ଼ିରହିଛି। ଖୋଲାମେଲାରେ ଟ୍ରାନ୍ସଫର୍ମର ପଡ଼ିରହିଥିବାରୁ ଏହା ବିପଦକୁ ଆମନ୍ତ୍ରଣ କରୁଥିବା ସ୍ଥାନୀୟ ଲୋକଙ୍କ ପକ୍ଷରୁ ଅଭିଯୋଗ ହୋଇଛି। ଟ୍ରାନ୍ସଫର୍ମରରେ ଉଚ୍ଚ ଶକ୍ତିସମ୍ପନ୍ନ ବିଦ୍ୟୁତ୍‌ ପ୍ରବାହିତ ହେଉଥିବା ବେଳେ ଏହା ମନୁଷ୍ୟ ଓ ବୁଲାପ୍ରାଣୀଙ୍କ ପାଇଁ କାଳ ସାଜିଛି। ପୂର୍ବରୁ ବୁଲା ଗୋରୁମାନେ ଟ୍ରାନ୍ସଫର୍ମର ପରିସରକୁ ଘାସ ଚରିବାକୁ ଆସି ମୃତ୍ୟୁ ଘଟିଥିବା ନଜିର ରହିଛି। ଉକ୍ତ ଟ୍ରାନ୍ସଫର୍ମର ଚାରିପଟେ ପାଚେରି ଅବା ତାରବାଡ଼ ଘେରାଇବା ପାଇଁ ବିଦ୍ୟୁତ୍‌ ବିଭାଗ ପାଖରେ ବାରମ୍ବାର ଅଭିଯୋଗ କରାଯାଇଥିଲେ ମଧ୍ୟ କୌଣସି ସୁଫଳ ମିଳୁନାହଁି, ଯାହାକୁ ନେଇ ଜନସାଧାରଣଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି।
ବେଲତଳ ଗ୍ରାମର ସ୍ବରୂପାନନ୍ଦ ସାମଲ କୁହନ୍ତି, ପୁରୁଣା ପୌରପରିଷଦ କାର୍ଯ୍ୟାଳୟ ନିକଟ ମଙ୍ଗଳା ମଣ୍ଡପ ପାଖ ବଜାରରେ ରହିଛି ୫୦୦ କେଭିବିଶିଷ୍ଟ ବିଦ୍ୟୁତ୍‌ ଟ୍ରାନ୍ସଫର୍ମର। ଏହି ଟ୍ରାନ୍ସଫର୍ମରରୁ ବଜାର ସମେତ ଆଖପାଖ ଗ୍ରାମକୁ ବିଦ୍ୟୁତ୍‌ ସଂଯୋଗ କରାଯାଇଛି। ଟ୍ରାନ୍ସଫର୍ମରଟି ବଜାରରେ ଥିବା ମଣ୍ଡପ ଘର ଆର୍‌ଡି ରାସ୍ତା ପାଖରେ ରହିଛି। ମାତ୍ର ଏହି ଉଚ୍ଚ ଶକ୍ତିସମ୍ପନ୍ନ ଟ୍ରାନ୍ସଫର୍ମର ଏବେ ମୁକୁଳା ପଡ଼ିଛି। ଟ୍ରାନ୍ସଫର୍ମରଠାରୁ ଟାଟା ପାୱାର କାର୍ଯ୍ୟାଳୟ ୫ ଶହ ମିଟର ଦୂରରେ ରହିଛି। ହେଲେ ଏଥିପ୍ରତି ବିଭାଗର ନିଘା ନାହିଁ। ଏ ନେଇ ସାଧାରଣରେ ପ୍ରତିକ୍ରିୟା ପ୍ରକାଶ ପାଇଛି।
ସାମାଜିକ କର୍ମୀ ଅନନ୍ତ ଦାଶ କହିଛନ୍ତି, ନିୟମାନୁଯାୟୀ ଟ୍ରାନ୍ସଫର୍ମରଗୁଡ଼ିକ ଜନବସତିଠାରୁ ଦୂରରେ ବସାଇବା ସହ ଏହାର ଚାରିପାଖ ଆବଦ୍ଧ କରାଯିବା ଦରକାର। ଫଳରେ ବାହାରର କୌଣସି ଜୀବଜନ୍ତୁ ସେହି ପରିସରକୁ ପ୍ରବେଶ କରିପାରିବେ ନାହିଁ। କିନ୍ତୁ ମଙ୍ଗଳା ମଣ୍ଡପ ପାଖ ଟ୍ରାନ୍ସଫର୍ମର ବଜାର ରାସ୍ତା ପାର୍ଶ୍ୱରୁ ମାତ୍ର ୪ରୁ ୫ ଫୁଟ ଉଚ୍ଚରେ ରହିଥିବାବେଳେ କୌଣସି ବାଡ଼ ଘେରାଯାଇନାହଁି। ଏହା ମଧ୍ୟକୁ ଗୃହପାଳିତ ପଶୁ, ବୁଲା କୁକୁର ଅବାଧରେ ପ୍ରବେଶ କରୁଛନ୍ତି। ଏପରି କି ଟ୍ରାନ୍ସଫର୍ମର ସଂସ୍ପର୍ଶରେ ଆସି ଅନେକ ପ୍ରାଣୀଙ୍କ ମୃତୂ୍ୟ ପୂର୍ବରୁ ଘଟିଛି। କିନ୍ତୁ ବିଭାଗ ପକ୍ଷରୁ କୌଣସି ପଦକ୍ଷେପ ଗ୍ରହଣ କରାଯାଉନାହିଁ। ବୁଦ୍ଧିଜୀବୀ କୃପାସିନ୍ଧୁ ନାୟକ କୁହିଛନ୍ତି, ପଟ୍ଟାମୁଣ୍ଡାଇ ପୌରପରିଷଦ ନିକଟ ବଜାରର ଏହି ଟ୍ରାନ୍ସଫର୍ମର ନୁହେଁ, ପୌରାଞ୍ଚଳର ୨୦ଟି ୱାର୍ଡରେ ଅଧିକାଂଶ ଟ୍ରାନ୍ସଫର୍ମର ଖୋଲା ପଡ଼ିଥିବା ଦେଖିବାକୁ ମିଳିଛି। ଅନ୍ୟପକ୍ଷେ ଗ୍ରାମାଞ୍ଚଳ କଥା ନ କହିବା ଭଲ। ଅଧିକାଂଶ ଗ୍ରାମରେ ଟ୍ରାନ୍ସଫର୍ମରଗୁଡିକ ମୁକୁଳା ପଡ଼ିଛି। ସେପରି ଟ୍ରାନ୍ସଫର୍ମର ସଂସ୍ପର୍ଶରେ ଆସି କେତେବେଳେ ଯେ କାହାର ଜୀବନ ଯିବ ତାହା କହି ହେବନାହିଁ। ବିଦ୍ୟୁତ୍‌ ବିଭାଗର ଖାମଖିଆଲ ମନୋଭାବ ଯୋଗୁ ଟ୍ରାନ୍ସଫର୍ମରଗୁଡିକର ରକ୍ଷଣାବେକ୍ଷଣ ଠିକ୍‌ରେ ହେଉନାହିଁ। କେଉଁଠି ଟ୍ରାନ୍ସଫର୍ମରରେ ଲତା ମାଡ଼ିଗଲାଣି ତ ଆଉ କେଉଁଠି ଘେରାଯାଇଥିବା କଣ୍ଟାତାର କଳଙ୍କି ଲାଗି ଭାଙ୍ଗିଗଲାଣି। ତେଣୁ କମ୍‌ ଉଚ୍ଚରେ ଥିବା ଟ୍ରାନ୍ସଫର୍ମର ଚତୁଃପାର୍ଶ୍ୱରେ ତୁରନ୍ତ ପାଚେରି ନିର୍ମାଣ ସହିତ ରକ୍ଷଣାବେକ୍ଷଣ କରିବାକୁ ସ୍ଥାନୀୟ ଅଞ୍ଚଳର ବୁଦ୍ଧିଜୀବୀ ଦାବି କରିଛନ୍ତି। ଏ ସମ୍ପର୍କରେ ପଟ୍ଟାମୁଣ୍ଡାଇ ବିଦ୍ୟୁତ୍‌ ବିଭାଗ ଏସ୍‌ଡିଓ ସ୍ମୃତିରଞ୍ଜନ ରଥଙ୍କୁ ପଚାରିବାରେ ପାଚେରି ନିର୍ମାଣ ହୋଇଥିଲା। ପଟ୍ଟାମୁଣ୍ଡାଇ-ତାତନା ଭାୟା ଆମ୍ବେର ନୂଆ ରାସ୍ତା ନିର୍ମାଣବେଳେ ତାହାକୁ ଗ୍ରାମ୍ୟ ଉନ୍ନୟନ ବିଭାଗ ଭାଙ୍ଗିଦେଇଥିଲା। ପରେ ସେମାନେ କରିଦେବେ ବୋଲି କହିଥିଲେ। ହେଲେ କରିଲେ ନାହିଁ। ଏବେ ଆମେ ଆଲୋଚନା କରି ଏ ଦିଗରେ ପଦକ୍ଷେପ ନେବୁ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିବ୍ୟାଙ୍ଗ ନାବାଳକଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପାଣ୍ଠିରୁ ମିଳିଲା ସହାୟତା

ଗଞ୍ଜାମ,୪ା୧୦(ବିଦ୍ୟାଧର ସାହୁ): ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଜସ୍ବ ପାଣ୍ଠିରୁ ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ଲକ୍ଷ୍ମୀପୁର ଗ୍ରାମର ଦିବ୍ୟାଙ୍ଗ ନାବାଳକ ଏନ ନୀଳାଞ୍ଚଳ…

ଆଦିତ୍ୟଙ୍କ ସହ ମୁମ୍ବାଇ ଛାଡ଼ିଲେ ୟାମି ଗୌତମ? କାହିଁକି ଏତେ ବଡ଼ ନିଷ୍ପତ୍ତି ନେଲେ ଏହି ଦମ୍ପତ୍ତି? ଜାଣନ୍ତୁ…

ମୁମ୍ବାଇ: ଆଦିତ୍ୟ ଧର ହେଉଛନ୍ତି ବଲିଉଡର ଜଣେ ପ୍ରତିଷ୍ଠିତ ନିର୍ଦ୍ଦେଶକ, ଯିଏ ‘ଉରି: ଦ ସର୍ଜିକାଲ ଷ୍ଟ୍ରାଇକ’ (Uri: The Surgical Strike) ଭଳି ଲୋକପ୍ରିୟ ଚଳଚ୍ଚିତ୍ର…

ଦୁର୍ଘଟଣାରେ ଆହତ ବ୍ୟକ୍ତିଙ୍କୁ ତୁରନ୍ତ ମେଡିକାଲରେ ପହଞ୍ଚାଇ ଚର୍ଚ୍ଚାରେ ୨ ହୋମ୍‌ଗାର୍ଡ, ସାହସିକତାକୁ ଚାରିଆଡୁ ପ୍ରଶଂସା

ମୋହନା,୪ା୧୦(ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତର୍ଗତ ଅନ୍ତରବା ଛକ ନିକଟରେ ପିକଅପ୍‌ ଓ ଦୁଇଟି ବାଇକ୍‌ ମଧ୍ୟରେ ଦୁର୍ଘଟଣା ଘଟି ୩ ଗୁରୁତର ଥିବାବେଳେ…

ପାକିସ୍ତାନ କ୍ରିକେଟକୁ ନେଇ ଆସିଲା ବଡ଼ ଖବର, ସୋଏବ ଅଖତର ଦେଲେ ଏମିତି ଉତ୍ତର ସମସ୍ତେ ଚକିତ

ଇସଲାମାବାଦ,୪।୧୦: ଶୋଏବ ଅଖତର କ’ଣ ପାକିସ୍ତାନ କ୍ରିକେଟ ଦଳର ମୁଖ୍ୟ ଚୟନକର୍ତ୍ତା (ଚିଫ ସିଲେକ୍ଟର) ହେବାକୁ ଯାଉଛନ୍ତି? ସାମ୍ପ୍ରତିକ ସମୟରେ ଇଣ୍ଟରନେଟରେ ଏହାକୁ ନେଇ ବ୍ୟାପକ ଚର୍ଚ୍ଚା…

ଅକ୍ଟୋବରରେ ଅଷ୍ଟ୍ରେଲିଆ ବିପକ୍ଷରେ ପ୍ରଥମ ଦିନିକିଆ ମ୍ୟାଚ ଖେଳିବ ଟିମ ଇଣ୍ଡିଆ; ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ସ୍ଥାନ ନେବେ ଏହି ଖେଳାଳି

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ ଦଳ ଅକ୍ଟୋବର ୬ରୁ ୱେଷ୍ଟଇଣ୍ଡିଜ ବିପକ୍ଷରେ ଏକ ଟି-୨୦ ସିରିଜ ଖେଳିବାକୁ ଯାଉଛି। ଏହି ସମୟରେ, ଅନ୍ୟ ଏକ ଭାରତୀୟ ଦଳ ଅଷ୍ଟ୍ରେଲିଆର…

ଟିଏମସି (TMC)କୁ ଲାଗିବ ଶକ୍ତ ଧକ୍କା, ଦଳ ଛାଡିଥିବା ନେତାଙ୍କୁ ଭାଜପା ଦେଲା ବଡ଼ ସୁଯୋଗ

ନୂଆଦିଲ୍ଲୀ,୪।୧୦: ଭାରତୀୟ ଜନତା ପାର୍ଟି(ଭାଜପା)ର କେନ୍ଦ୍ରୀୟ ନିର୍ବାଚନ କମିଟି ରବିବାର (ଅକ୍ଟୋବର ୪) ରାଜ୍ୟ ସଭା ନିର୍ବାଚନ ପାଇଁ ଦୁଇଜଣ ପ୍ରମୁଖ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି।…

ଭାଇରାଲ ହେଉଛି ସଞ୍ଜୟ ଦତ୍ତଙ୍କ ବୟାନ, ଭାରତରେ ଏବେ ପୂର୍ବଭଳି….

ମୁମ୍ବାଇ,୪।୧୦: ଅଭିନେତା ସଞ୍ଜୟ ଦତ୍ତଙ୍କୁ ଶେଖର ସୁମନଙ୍କ ଶୋ’ ‘ଶେଖର ଟୁନାଇଟ୍’ରେ ଦେଖିବାକୁ ମିଳିଛି । ଗାନ୍ଧୀ ଜୟନ୍ତୀ ସ୍ପେଶାଲ ଏପିସୋଡ୍‌ରେ ଯୋଗଦେଇ ସଞ୍ଜୟ ଦତ୍ତ ତାଙ୍କ…

ଛତୁ ତୋଳିବାକୁ ଯାଇ ଭାଲୁ ହାବୁଡ଼ରେ ପଡ଼ିଗଲେ ମହିଳା, ଆଉ ତା’ ପରେ…

ଆନନ୍ଦପୁର,୪ା୧୦(ସୁଶାନ୍ତ କୁମାର ସାହୁ): ଛତୁ ତୋଳିବାକୁ ଯାଇଥିବାବେଳେ ମହିଳା ଭାଲୁ ଆକ୍ରମଣରେ ଗୁରତର ଅବସ୍ଥାରେ ପ୍ରଥମେ ଆନନ୍ଦପୁର ମେଡିକାଲ ପରେ ଗୁରୁତର ଅବସ୍ଥାରେ କଟକ ସ୍ଥାନାନ୍ତର କରାଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?