ମାଲକାନଗିରି, ୯ା୧(ଡି.ଏନ.ଏ.): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ର ନାରାୟଣପୁର ଜିଲାରେ କୋମ୍ବିଂ ଅପରେଶନ ବେଳେ ସୋମବାର ଯବାନମାନେ ଏକ ଶକ୍ତିଶାଳୀ ଆଇଇଡି ବୋମା ସହ କିଛି ମାଓବାଦୀ ପୋଷ୍ଟର ଜବତ କରିଛନ୍ତି। ନାରାୟଣପୁର ଜିଲାର ଗୋରା ଗ୍ରାମ ନିକଟ ଜଙ୍ଗଲରେ ସ୍ଥାନୀୟ ପୋଲିସ ଓ ଡିଆରଜି ଯବାନମାନେ କୋମ୍ବିଂ ଅପରେଶନ କରୁଥିଲେ। ଏହି ସମୟରେ ଯବାନଙ୍କୁ ଟାର୍ଗେଟ କରି ମାଓବାଦୀମାନେ ସେହି ଅଞ୍ଚଳରେ ଖଞ୍ଜିଥିବା ଏକ ଆଇଇଡି ବୋମାକୁ ଯବାନମାନେ ଠାବ କରିଥିଲେ। ଏହାର ଓଜନ ୨୫ କେଜି। ଅତ୍ୟନ୍ତ ଶକ୍ତିଶାଳୀ ଥିବା ଏହି ବୋମା ବିସ୍ଫୋରଣ ହୋଇଥିଲେ ଯବାନମାନଙ୍କୁ ବଡ଼ଧରଣର କ୍ଷତି ପହଞ୍ଚାଇଥାନ୍ତା। ତେବେ କୌଣସି ଅଘଟଣ ଘଟିବା ପୂର୍ବରୁ ବୋମାକୁ ଜବତ କରି ଯବାନମାନେ ନିଷ୍କ୍ରିୟ କରିଦେବାରୁ ଏକ ବିପଦ ଟଳିଯାଇଛି। ଖବର ଲେଖା ହେବା ପର୍ଯ୍ୟନ୍ତ ସମ୍ପୃକ୍ତ ଅଞ୍ଚଳରେ କୋମ୍ବିଂ ଅପରେଶନ ଜାରି ରହିଥିଲା।
Posted inଆମ ଜିଲା ଖବର, ମାଲକାନଗିରି View All
ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ
ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…
ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ
ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…
୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା
ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…
ଚାଉଳ ନପାଇ ଫେରି ଯାଉଛନ୍ତି ଲୋକେ: ସାନଖେମୁଣ୍ଡିରେ ଖାଉଟିଙ୍କୁ ଚାଉଳ ଯୋଗାଣରେ ଅବ୍ୟବସ୍ଥା ..
ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗ୍ରାମାଞ୍ଚଳମାନଙ୍କରେ ଖାଦ୍ୟ ଯୋଗାଣ ବିଭାଗ ପକ୍ଷରୁ ଖାଉଟିଙ୍କୁ ଚାଉଳ ଯୋଗାଣରେ ଅବ୍ୟବସ୍ଥା ନେଇ ସିଙ୍ଗପୁର ପଞ୍ଚାୟତ ସରପଞ୍ଚ…
୧୬ ନମ୍ବର ଜାତୀୟ ରାଜପଥ ବଡ଼ ଘାଟି ଉପରେ ଓଲଟିଲା ଏସିଡି ଟ୍ୟାଙ୍କର
ଖଲ୍ଲିକୋଟ,୩୧।୩(ପ୍ରଶାନ୍ତ କୁମାର ମିଶ୍ର): ଖଲ୍ଲିକୋଟ ବ୍ଲକ ଅନ୍ତର୍ଗତ ୧୬ ନଂ. ଜାତୀୟ ରାଜପଥ ବଡ଼ଘାଟି ଉପରେ ମଙ୍ଗଳବାର ଅପରାହ୍ନରେ ଏକ ଏସିଡି ବୋଝେଇ ଟ୍ୟାଙ୍କର ଓଲଟି ପଡିଛି।…
ରବି ଧାନ ବିକ୍ରି ପଞ୍ଜିକରଣ ଅବଧି ବୃଦ୍ଧି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର
କୋକସରା,୩୧।୩(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଇନ୍ଦ୍ରାବତୀ ଉଠା ଜଳସେଚନ ଅଞ୍ଚଳର ଚାଷୀମାନେ ଚଳିତ ବର୍ଷ ରବି ଚାଷ ଧାନ ବିକ୍ରି ପଞ୍ଜିକରଣରୁ ବାଦ ପଡ଼ିଛନ୍ତି। ଫଳରେ କୋକସରା ବ୍ଳକ…
ଉତ୍କଳ ପ୍ରଦେଶ ଗଠନରେ ବଡ଼ଖେମୁଣ୍ଡିର ଅବଦାନ
ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ବଡ଼ଖେମୁଣ୍ଡି ହାଇସ୍କୁଲ ପରିସରରେ ମଙ୍ଗଳବାର ଉତ୍କଳ ସମ୍ମିଳନୀ ଗଞ୍ଜାମ ଜିଲା ଶାଖା ଆନୁକୂଲ୍ୟରେ ପବିତ୍ର ଉତ୍କଳ ଦିବସ ଅବ୍ୟବହିତ…
ଲୁଚାଇ ରଖିଥିଲେ: ମିଳିଲା ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର, ମାଓବାଦୀ ସାମଗ୍ରୀ
ଫୁଲବାଣୀ,୩୧।୩(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ଦାରିଙ୍ଗିବାଡି ଥାନା ଅଞ୍ଚଳରେ କୋମ୍ବିଂ ଅପରେଶନ ବେଳେ ସୁରକ୍ଷାକର୍ମୀ ବିପୁଳ ପରିମାଣର ମାଓବାଦୀ ସାମଗ୍ରୀ ଜଙ୍ଗଲରୁ ଜବତ କରିଛନ୍ତି। ଜବତ…
Archives

