Posted inଜାତୀୟ

ଭାରତୀୟ ସମୁଦ୍ର ସୁରକ୍ଷାରେ ଶକ୍ତିଶାଳୀ କ୍ଷେପଣାସ୍ତ୍ର: ୧୭୦୦ କୋଟି ଟଙ୍କାରୁ ଅଧିକ ଚୁକ୍ତି…

ନୂଆଦିଲ୍ଲୀ,୧।୪ : ଦେଶର ସୁରକ୍ଷା ବ୍ୟବସ୍ଥାକୁ ଅଧିକ ସଶକ୍ତ କରିବାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ନିୟୋଜିତ ଅଛନ୍ତି। ଏହି ପରିପ୍ରେକ୍ଷୀରେ, ପ୍ରତିରକ୍ଷା ମନ୍ତ୍ରଣାଳୟ ୧୭୦୦ କୋଟିରୁ ଅଧିକ ମୂଲ୍ୟରେ ନୌସନା ପାଇଁ ୧୩ ଏଲଓ୍ବାଇଏନଏକ୍ସୟୁ-୨ ଫାୟାର କଣ୍ଟ୍ରୋଲ ସିଷ୍ଟମ କ୍ରୟ ପାଇଁ ଏକ ଚୁକ୍ତିନାମା ସ୍ବାକ୍ଷର କରିଛି। ଏଥି ସହିତ ନୌସେନାର ପୂର୍ବତନ ଉପମୁଖ୍ୟ, ଭାଇସ ଆଡମିରାଲ ଏସ.ଏନ ଘୋରମଡେ ମଧ୍ୟ ନୌସେନାର ବଢୁଥିବା ଶକ୍ତି ବିଷୟରେ ଗୁରୁତ୍ୱପୂର୍ଣ୍ଣ ସୂଚନା ଦେଇଛନ୍ତି।

ସେ ଶନିବାର କହିଛନ୍ତି, ପ୍ରଧାନମନ୍ତ୍ରୀ ମୋଦିଙ୍କ ନେତୃତ୍ୱାଧୀନ କ୍ୟାବିନେଟ କମିଟି ୬ ଟି ନୂଆ ଜେନେରେଶନ କ୍ଷେପଣାସ୍ତ୍ର ସଶସ୍ତ୍ର ଜାହାଜ ଏବଂ ୧୧ ନୂଆ ବିକଶିତ ଜେନେରେଶନ ଅଫଶୋର ପାଟ୍ରୋଲିଂ ଜାହାଜ ସମେତ ଦୁଇଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ ଅନୁମୋଦନ କରିଛି। ଏହାଦ୍ୱାରା ଭାରତୀୟ ନୌସେନାର ସାମର୍ଥ୍ୟରେ ବୃଦ୍ଧି ଘଟିବ।

ସେ ଆହୁରି ମଧ୍ୟ କହିଛନ୍ତି ଯେ ଏହା ନୌସେନାରୁ ପୁରୁଣା କ୍ଷେପଣାସ୍ତ୍ର ଜାହାଜକୁ ବଦଳାଇବ। ଏହା ନୌସେନା ତଥା ଦେଶର ସୁରକ୍ଷାକୁ ବୃଦ୍ଧି କରିବ । ଏହି ଅଫଶୋର ପାଟ୍ରୋଲିଂ ଜାହାଜଗୁଡ଼ିକ ସମୁଦ୍ରରେ ଆମକୁ ଅଧିକ ନୀରିକ୍ଷଣ କ୍ଷମତା ପ୍ରଦାନ କରିବ। ବିଶାଳ ଭାରତ ମହାସାଗରକୁ ଦୃଷ୍ଟିରେ ରଖି ଆମର ମିଶନ-ଆଧାରିତ ନିୟୋଜନର ଏକ ଅଂଶ ଭାବରେ ଆମେ ନଜର ରଖିବା ଏବଂ ଟ୍ରାକ କରିବା ଜରୁରୀ ଅଟେ ବୋଲି ସେ କହିଛନ୍ତିି।


Enter your email to get our daily news in your inbox.

All Right Reserved By Dharitri.Com

ୱାଘା ବର୍ଡର ବନ୍ଦ ପରେ ବି ଭାରତ ଆସିଲେ ୧୫୦ ପାକିସ୍ତାନୀ ବଧୂ! କଲେ ବିବାହ, ଜାଣନ୍ତୁ କିପରି

ନୂଆଦିଲ୍ଲୀ,୨୩।୮: ଅପରେଶନ ସିନ୍ଦୂର ପରେ ଭାରତ-ପାକିସ୍ତାନ ମଧ୍ୟରେ ଉତ୍ତେଜନା ବଢ଼ିବା ସହ ଅଟାରୀ-ୱାଘା ବର୍ଡର ବନ୍ଦ କରାଯାଇଥିଲା। ଏହାର ପ୍ରଭାବରେ ଦୁଇ ଦେଶରେ ବିବାହ ପାଇଁ ଅପେକ୍ଷା…

ଡିଫେନ୍ସ ମିନିଷ୍ଟ୍ରିରେ କରୁଥିଲେ ଚାକିରି, ହଠାତ୍‌ ୩ ମାସର ଗର୍ଭବତୀବସ୍ଥାରେ କଲେ ଆତ୍ମହତ୍ୟା; ରାଜଧାନୀରେ ଚାଞ୍ଚଲ୍ୟ…

ନୂଆଦିଲ୍ଲୀ,୨୩।୮: ଦିଲ୍ଲୀରେ ପ୍ରତିରକ୍ଷା ମନ୍ତ୍ରଣାଳୟ (ଡିଫେନ୍ସ ମିନିଷ୍ଟ୍ରି) ରେ କାର୍ଯ୍ୟରତ ଜଣେ ୩ ମାସର ଗର୍ଭବତୀ ମହିଳା ଆତ୍ମହତ୍ୟା କରିଛନ୍ତି। ଅଭିଯୋଗ ହୋଇଛି ଯେ ଶାଶୂଘର ଲୋକେ…

ବାଂଲାଦେଶରେ ପୁଣି ହିନ୍ଦୁମାନଙ୍କୁ କରାଯାଉଛି କି ଟାର୍ଗେଟ? ଛାତ ଉପରେ ବାପା, ସିଡ଼ିରେ ମାଆ-ଝିଅ, ଖଟ ତଳେ ମିଳିଲା ୧୨ ବର୍ଷ ପୁଅର ମୃତଦେହ

ଢାକା,୨୩।୮: ବାଂଲାଦେଶର ରଙ୍ଗପୁର ସହରରେ ଏକ ବନ୍ଦ ଘର ଭିତରେ ପରିବାରର ଚାରି ଜଣଙ୍କ ମୃତଦେହ ମିଳିବା ଘଟଣା ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି। ମୃତକଙ୍କ ମଧ୍ୟରେ…

ଚାଇନା ଯିବେ NSA ଅଜିତ ଡୋଭାଲ; ଜାଣନ୍ତୁ ଏହାର ପ୍ରମୁଖ କାରଣ

ନୂଆଦିଲ୍ଲୀ,୨୩।୮: ଭାରତ ଏବଂ ଚାଇନା ମଧ୍ୟରେ ସୀମା ବିବାଦ ସମ୍ପର୍କରେ ପୁଣି ଥରେ କୂଟନୈତିକ ଆଲୋଚନା ଆଗକୁ ବଢ଼ିବାକୁ ଯାଉଛି। ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲ…

ଆଉ ଚିନ୍ତା ନାହିଁ: ଡ୍ରାଇଭରଙ୍କୁ ନିଦ ଲାଗିଲେ ଏଣିକି ଥରିବ ସିଟ୍‌, ସତର୍କ କରାଇବ କହିବ…

ମୁମ୍ବାଇ,୨୩ା୮: ରାସ୍ତାରେ ଗାଡ଼ି ଚଳାଇ ଗଲାବେଳେ ବେଳେବେଳେ ଆଖିକୁ ନିଦ ଆସିଯାଇଥାଏ ଫଳରେ ଦୁର୍ଘଟଣାର ସମ୍ଭାବନା ବି ଥାଏ। ମାତ୍ର ଏଣିକି ଆଉ ସେ ଚିନ୍ତା ରହିବ…

‘ମାଆଙ୍କ ସହ ଚା ପିଇଲେ, ତାଙ୍କ ପାଦ ଧୋଇଲେ…’, ଭାବ ବିହ୍ବଳ କରୁଛି ପାହାଡ଼ରୁ ଡେଇଁ ଜୀବନ ହାରିଥିବା କୁନାଲଙ୍କ ପୁରୁଣା ଭିଡିଓ

ମୁମ୍ବାଇ,୨୩।୮: ମହାରାଷ୍ଟ୍ରର ଛତ୍ରପତି ସମ୍ଭାଜୀନଗରରେ, ଆଇଫୋନ ଇଏମଆଇକୁ ନେଇ ବିବାଦ ପରେ ୧୮ ବର୍ଷୀୟ କୁନାଲ ନାମକ ଜଣେ ନାବାଳକ ଏବଂ ତାଙ୍କ ବାପାମାଆ ଯେଉଁମାନେ ତାଙ୍କୁ…

ଆଉଟ୍‌ ହେବା ପରେ ଶ୍ରୀଲଙ୍କା ବୋଲରଙ୍କ ସହ ଜୟସ୍ବାଲ ମୁହାଁମୁହିଁ, ମଇଦାନ ମଝିରେ ଧକ୍କାମୁକ୍କି, ଅଧିନାୟକ ମଝିରେ ପଶି-Video

କୋଲମ୍ବୋ,୨୩: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଖେଳାଯାଉଥିବା ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ର ପ୍ରଥମ ଦିନରେ ମଇଦାନରେ ଉତ୍ତେଜନା ଦେଖିବାକୁ ମିଳିଛି। ଭାରତର ଯୁବ ଓପନିଂ ବ୍ୟାଟ୍ସମ୍ୟାନ ଯଶସ୍ବୀ…

ସଠିକ୍‌ ପରଚୟ ଯାଞ୍ଚ ନ କରି ଦିଆଯାଉଛି ଘରଭଡ଼ା, ବଢୁଛି ଆପରାଧିକ କାର୍ଯ୍ୟକଳାପ

ଅମରପାଲି,୨୩ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲାର ବୀରମହାରାଜପୁର ଓ ଉଲୁଣ୍ଡା ଅଞ୍ଚଳରେ ବିନା ପୋଲିସ ଭେରିଫିକେଶନ ଏବଂ ସଠିକ୍‌ ପରିଚୟ ଯାଞ୍ଚ ନ କରି ଘରଭଡ଼ା ଦିଆଯାଉଥିବାରୁ ଆପରାଧିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri