Odisha Elections 2024
Posted inଜାତୀୟ

ଭାରତୀୟ ସମୁଦ୍ର ସୁରକ୍ଷାରେ ଶକ୍ତିଶାଳୀ କ୍ଷେପଣାସ୍ତ୍ର: ୧୭୦୦ କୋଟି ଟଙ୍କାରୁ ଅଧିକ ଚୁକ୍ତି…

ନୂଆଦିଲ୍ଲୀ,୧।୪ : ଦେଶର ସୁରକ୍ଷା ବ୍ୟବସ୍ଥାକୁ ଅଧିକ ସଶକ୍ତ କରିବାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ନିୟୋଜିତ ଅଛନ୍ତି। ଏହି ପରିପ୍ରେକ୍ଷୀରେ, ପ୍ରତିରକ୍ଷା ମନ୍ତ୍ରଣାଳୟ ୧୭୦୦ କୋଟିରୁ ଅଧିକ ମୂଲ୍ୟରେ ନୌସନା ପାଇଁ ୧୩ ଏଲଓ୍ବାଇଏନଏକ୍ସୟୁ-୨ ଫାୟାର କଣ୍ଟ୍ରୋଲ ସିଷ୍ଟମ କ୍ରୟ ପାଇଁ ଏକ ଚୁକ୍ତିନାମା ସ୍ବାକ୍ଷର କରିଛି। ଏଥି ସହିତ ନୌସେନାର ପୂର୍ବତନ ଉପମୁଖ୍ୟ, ଭାଇସ ଆଡମିରାଲ ଏସ.ଏନ ଘୋରମଡେ ମଧ୍ୟ ନୌସେନାର ବଢୁଥିବା ଶକ୍ତି ବିଷୟରେ ଗୁରୁତ୍ୱପୂର୍ଣ୍ଣ ସୂଚନା ଦେଇଛନ୍ତି।

ସେ ଶନିବାର କହିଛନ୍ତି, ପ୍ରଧାନମନ୍ତ୍ରୀ ମୋଦିଙ୍କ ନେତୃତ୍ୱାଧୀନ କ୍ୟାବିନେଟ କମିଟି ୬ ଟି ନୂଆ ଜେନେରେଶନ କ୍ଷେପଣାସ୍ତ୍ର ସଶସ୍ତ୍ର ଜାହାଜ ଏବଂ ୧୧ ନୂଆ ବିକଶିତ ଜେନେରେଶନ ଅଫଶୋର ପାଟ୍ରୋଲିଂ ଜାହାଜ ସମେତ ଦୁଇଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ ଅନୁମୋଦନ କରିଛି। ଏହାଦ୍ୱାରା ଭାରତୀୟ ନୌସେନାର ସାମର୍ଥ୍ୟରେ ବୃଦ୍ଧି ଘଟିବ।

ସେ ଆହୁରି ମଧ୍ୟ କହିଛନ୍ତି ଯେ ଏହା ନୌସେନାରୁ ପୁରୁଣା କ୍ଷେପଣାସ୍ତ୍ର ଜାହାଜକୁ ବଦଳାଇବ। ଏହା ନୌସେନା ତଥା ଦେଶର ସୁରକ୍ଷାକୁ ବୃଦ୍ଧି କରିବ । ଏହି ଅଫଶୋର ପାଟ୍ରୋଲିଂ ଜାହାଜଗୁଡ଼ିକ ସମୁଦ୍ରରେ ଆମକୁ ଅଧିକ ନୀରିକ୍ଷଣ କ୍ଷମତା ପ୍ରଦାନ କରିବ। ବିଶାଳ ଭାରତ ମହାସାଗରକୁ ଦୃଷ୍ଟିରେ ରଖି ଆମର ମିଶନ-ଆଧାରିତ ନିୟୋଜନର ଏକ ଅଂଶ ଭାବରେ ଆମେ ନଜର ରଖିବା ଏବଂ ଟ୍ରାକ କରିବା ଜରୁରୀ ଅଟେ ବୋଲି ସେ କହିଛନ୍ତିି।


Enter your email to get our daily news in your inbox.

All Right Reserved By Dharitri.Com

ମମତାଙ୍କୁ ଲିଗାଲ ନୋଟିସ୍‌

କୋଲକାତା,୨୧ା୫:ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ଭାରତ ସେବାଶ୍ରମ ସଂଘ (ବିଏସ୍‌ଏସ୍‌)ର ସମ୍ପାଦକ ସ୍ବାମୀ ପ୍ରଦୀପ୍ତାନନ୍ଦ ସୋମବାର ଲିଗାଲ ନୋଟିସ୍‌ ପଠାଇ ୪୮ ଘଣ୍ଟା ମଧ୍ୟରେ ନିଃସର୍ତ୍ତ...

ନୂଆ ଆପରାଧିକ ଆଇନ ବିରୋଧରେ ପିଟିଶନ ଖାରଜ

ନୂଆଦିଲ୍ଲୀ,୨୧ା୫ (ପି.ଟି.):କେନ୍ଦ୍ର ସରକାର ଆଣିଥିବା ୩ ନୂଆ ଆପରାଧିକ ଆଇନକୁ ଚ୍ୟାଲେଞ୍ଜ କରି ଦାଏର ପିଟିଶନକୁ ବିଚାର କରିବା ପାଇଁ ସୁପ୍ରିମକୋର୍ଟ ସୋମବାର ମନା କରିଦେବା...

ଅଧ ରାତିରେ କ୍ଷମା ମାଗିଲେ ସମ୍ବିତ ପାତ୍ର: କହିଲେ, ମୋ ଭୁଲ୍‌ ପାଇଁ ଆଗାମୀ ୩ ଦିନ ଉପବାସ କରିବି

ନୂଆଦିଲ୍ଲୀ/ଭୁବନେଶ୍ୱର,୨୧।୫:ଓଡିଶାର ପୁରୀ ଲୋକ ସଭା ଆସନରୁ ଭାଜପା ପ୍ରାର୍ଥୀ ସମ୍ମିତ ପାତ୍ର ପ୍ରଭୁ ଜଗନ୍ନାଥଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଭକ୍ତ ବୋଲି କହି କ୍ଷମା ମାଗିଛନ୍ତି।...

୫ମ ପର୍ଯ୍ୟାୟରେ ୬୦% ମତଦାନ

ନୂଆଦିଲ୍ଲୀ,୨୧।୫: ଲୋକ ସଭା ନିର୍ବାଚନର ପଞ୍ଚମ ପର୍ଯ୍ୟାୟରେ ୬୦.୪୮ ପ୍ରତିଶତ ମତଦାନ ହୋଇଥିବା ନିର୍ବାଚନ କମିଶନଙ୍କ ତଥ୍ୟରୁ ଜଣାପଡ଼ିଛି। ସୋମବାର ୬ ରାଜ୍ୟ ଓ ୨ କେନ୍ଦ୍ରଶାସିତ...

ଇରାନ ରାଷ୍ଟ୍ରପତିଙ୍କ ବିୟୋଗରେ ମଙ୍ଗଳବାର ଦିନିକିଆ ରାଷ୍ଟ୍ରୀୟ ଶୋକ ପାଳିବ ଭାରତ

ନୂଆଦିଲ୍ଲୀ,୨୦।୫: ହେଲିକପ୍ଟର ଦୁର୍ଘଟଣାରେ ଇରାନର ରାଷ୍ଟ୍ରପତି ଇବ୍ରାହିମ ରାଇସି ଏବଂ ବୈଦେଶିକ ମନ୍ତ୍ରୀଙ୍କ ମୃତ୍ୟୁ ପରେ ଇରାନରେ ୫ ଦିନିଆ ରାଷ୍ଟ୍ରୀୟ ଶୋକ ପାଳନ କରାଯିବାକୁ...

ପତ୍ନୀ ସୁନୀତାଙ୍କ ସହ କେଜ୍‌ରିଓ୍ବାଲଙ୍କ ପ୍ରଥମ ରୋଡ ଶୋ’, କହିଲେ ମୋଦି ଜୀ…

ନୂଆଦିଲ୍ଲୀ,୨୦।୫: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲ ସୋମବାର ପତ୍ନୀ ସୁନୀତା କେଜ୍‌ରିଓ୍ବାଲଙ୍କ ସହ ଏକ ରୋଡ ଶୋ’ କରିଛନ୍ତି। ଏହି ସମୟରେ ସେ କହିଛନ୍ତି, ଭଲ...

ଭୋଟ୍‌ ବର୍ଜନ କରିଥିବା ଭୋଟରଙ୍କୁ ବୁଝାଇବାକୁ ରାଏବରେଲି ଯାଇଥିଲେ ରାହୁଲ, ଶୁଭିଲା ଜୟ ଶ୍ରୀ ରାମ ନାରା, ଆଉ ତା’ପରେ…

ନୂଆଦିଲ୍ଲୀ,୨୦।୫: ସୋମବାର ଲୋକ ସଭା ନିର୍ବାଚନ ୨୦୨୪ର ପଞ୍ଚମ ପର୍ଯ୍ୟାୟ ପାଇଁ ମତଦାନ ହୋଇଛି। ଏହି ସମୟରେ ଉତ୍ତରପ୍ରଦେଶର ହଟ ସିଟ ରାଏବରେଲିରେ ଏକ ଗାଁର...

ଯେଉଁ ମନ୍ଦିରକୁ ଯାଉଛନ୍ତି କଙ୍ଗନା, ସେହି ମନ୍ଦିରକୁ ସଫା କରିବା ଜରୁରୀ, ବିକ୍ରମାଦିତ୍ୟ ସିଂଙ୍କ ବିବାଦୀୟ ବୟାନ

ମଣ୍ଡି,୨୦।୫: ହିମାଚଳ ପ୍ରଦେଶର ମଣ୍ଡି ସଂସଦୀୟ ଆସନରୁ କଂଗ୍ରେସ ପ୍ରାର୍ଥୀ ବିକ୍ରମାଦିତ୍ୟ ସିଂ ଭାଜପା ପ୍ରାର୍ଥୀ କଙ୍ଗନା ରାଣାଓ୍ବତଙ୍କୁ ଟାର୍ଗେଟ କରିଛନ୍ତି। ଦେବ ସମାଜ ବିଷୟରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri