ବଜେଟ୍‌ ଘୋଷଣା ପରେ ମୁହଁ ଖୋଲିଲେ ନବୀନ: କହିଲେ ବଜେଟରେ ଏତେ ଟଙ୍କା ଘୋଷଣା କରିବା…

ଭୁବନେଶ୍ୱର,୧୭।୨: ଆର୍ଥିକ ବର୍ଷ ୨୦୨୫-୨୬ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ବଜେଟ ଉପସ୍ଥାପନ କରିଛନ୍ତି। ମୁଖ୍ୟମନ୍ତ୍ରୀ ମୋଟ ୨ ଲକ୍ଷ ୯୦ ହଜାର କୋଟି ଟଙ୍କାର ବଜେଟ ଉପସ୍ଥାପନ କରିଛନ୍ତି । ଯାହାକି ଗତ ବର୍ଷ ତୁଳନାରେ ୧୨ ପ୍ରତିଶତ ଅଧିକ । ବିଭିନ୍ନ କ୍ଷେତ୍ର ପାଇଁ ଆର୍ଥିକ ପ୍ୟାକେଜ ଘୋଷଣା ହୋଇଛି।
ତେବେ, ରାଜ୍ୟ ବଜେଟ୍‌କୁ ନେଇ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ପ୍ରତିକ୍ରିୟା ରଖିଛନ୍ତି। ସେ ଏହି ବଜେଟକୁ ସମାଲୋଚନା କରି କହିଛନ୍ତି, ରାଜ୍ୟ ବିକାଶରେ ଡବଲ ଇଞ୍ଜିନ ସରକାର ଫେଲ ମାରିଛି। ପଛକୁ ପଛ ଯାଉଛି ଡବଲ ଇଞ୍ଜିନ ସରକାର। ଡବଲ ଇଞ୍ଜିନ ସରକାରରେ ଅର୍ଥନୀତି ଦୁର୍ବଳ ହୋଇଛି । ରାଜ୍ୟରେ ଶିଳ୍ପ ଅଭିବୃଦ୍ଧି ହ୍ରାସ ପାଇଛି। ଡବଲ ଇଞ୍ଜିନ ସରକାର ବିପରୀତ ଦିଗରେ ଗତି କରୁଛି। ସାଧାରଣ ଲୋକେ ଦରବୃଦ୍ଧିରେ ହନ୍ତସନ୍ତ ହେଉଛନ୍ତି। ବେରୋଜଗାରୀ ବୃଦ୍ଧି ପାଉଛି।

ମିଶନ ଶକ୍ତି ମହିଳାମାନେ ଦୁର୍ଦ୍ଦିନରେ ଅଛନ୍ତି। ବଜେଟ ଅର୍ଥ ଖର୍ଚ୍ଚ କରିବାରେ ସରକାର ବିଫଳ ହୋଇଛନ୍ତି। ଅର୍ଥ ଖର୍ଚ୍ଚ କରି ନ ପାରିଲେ ବଜେଟ ଅର୍ଥହୀନ ବୋଲି  ନବୀନ ପଟ୍ଟନାୟକ କହିଛନ୍ତି ।

ନବୀନ ପୁଣି କହିଛନ୍ତି, ଗତ ବଜେଟର ଅନେକ ଅନୁଦାନ ଏ ଯାଏଁ ଖର୍ଚ୍ଚ ହୋଇନି। ଶିଳ୍ପ ବିକାଶ ସହ ଅର୍ଥନୀତି ଖସୁଛି। ରିଭର୍ସ ଗିଅରରେ ସରକାର ଚାଲଛି। ଅତ୍ୟାବଶକୀୟ ସାମଗ୍ରୀର ଦରଦାମ ସମସ୍ତଙ୍କୁ ପ୍ରଭାବିତ କରୁଛି। ଚାଷୀ ହଇରାଣ ହେଉଛନ୍ତି। ମିଶନ ଶକ୍ତିରେ କାମ ପାଉ ନାହାନ୍ତି। ବଜେଟରେ ଏତେ ଟଙ୍କା ଘୋଷଣା କରିବା ବଡ଼ କଥା ନୁହେଁ। ଏହା କାର୍ଯ୍ୟକାରୀ କରିବା ଦରକାର। ଯାହା ରାଜ୍ୟର ବିକାଶରେ କାମ ଆସିବ। ଏହି ବଜେଟ୍‌ ଖର୍ଚ୍ଚ ହେବା ଦରକାର। ଆମେ ଏହା ଉପରେ ନଜର ରଖିବୁ ବୋଲି ବିଜେଡି ସୁପ୍ରିମୋ କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ବଜେଟରେ ଉପକୂଳବାସୀଙ୍କୁ ବଡ଼ ଉପହାର ଦେଲେ ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ,୨୦।୨: ଏଥର ବଜେଟରେ ଉଚ୍ଚଶିକ୍ଷା ଭିତ୍ତିଭୁମିକୁ ସଜାଡିବାକୁ ବଡ଼ ନିଷ୍ପତ୍ତି ନିଆଯାଇଛି। ଅନୁସୂଚିତ ଜାତି ଓ ଜନଜାତି ପିଲାଙ୍କ ପାଇଁ ବଡ଼ ଘୋଷଣା କରାଯାଇଥିବା ବେଳେ ଏଥିରେ…

‘ଟପଲେସ୍‌, ବ୍ରେନଲେସ ଆଣ୍ଡ ସେମଲେସ୍‌’, ଏଆଇ ସମ୍ମିଳନୀରେ କଂଗ୍ରେସର ସାର୍ଟଲେସ ପ୍ରଦର୍ଶନ ଉପରେ ଭାଜପାର ଭର୍ତ୍ସନା

ନୂଆଦିଲ୍ଲୀ,୨୦।୨: ସମ୍ବିତ ପାତ୍ର ଫେବୃଆରୀ ୨୦, ୨୦୨୬ ରେ ଏକ ସାମ୍ବାଦିକ ସମ୍ମିଳନୀରେ ଯୁବ କଂଗ୍ରେସର ସଦସ୍ୟମାନଙ୍କ ବିରୁଦ୍ଧରେ ଗମ୍ଭୀର ଅଭିଯୋଗ ଆଣିଥିଲେ। ସେ କହିଥିଲେ ଯେ…

ବଜେଟରେ ବନ୍ୟା ପରିଚାଳନାକୁ ଗୁରୁତ୍ୱ

ଭୁବନେଶ୍ୱର,୨୦।୨: ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବିଧାନସଭାରେ ବଜେଟ ଉପସ୍ଥାପନ କରିଛନ୍ତି। ମୁଖ୍ୟମନ୍ତ୍ରୀ ୩ଲକ୍ଷ ୧୦ହଜାର କୋଟି ଟଙ୍କାର…

ବାଂଲାଦେଶର ନୂଆ ପ୍ରଧାନମନ୍ତ୍ରୀ ରହମାନ ଭାରତକୁ ନେଇ କଲେ ବଡ଼ ଘୋଷଣା, ୟୁନୁସଙ୍କୁ ଶକ୍ତ ଝଟ୍‌କା

ଢାକା,୨୦।୨: ବାଂଲାଦେଶର ନୂତନ ପ୍ରଧାନମନ୍ତ୍ରୀ ତାରିକ ରହମାନ ଭାରତ ସହିତ ସମ୍ପର୍କ ଉନ୍ନତ କରିବା ପାଇଁ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ଶୁକ୍ରବାର ଦିଲ୍ଲୀରେ ଥିବା ବାଂଲାଦେଶ…

ବଡ଼ ଘୋଷଣା: ଚଳିତ ବଜେଟରେ ବାହାର ଅତିଥିଙ୍କୁ ଖୁସି କରିଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୦।୨: ଶୁକ୍ରବାର ଓଡ଼ିଶା ବିଧାନସଭାରେ ଉପସ୍ଥାପିତ ହେଉଛି ବଜେଟ ୨୦୨୬-୨୭ । ଚଳିତ ଥର ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ମାଝୀ ବଜେଟ ଉପସ୍ଥାପନ କରୁଛନ୍ତି। ଗତ…

BA ପାସ୍‌ କଲେ ଝିଅଙ୍କୁ ମିଳିବ ୧ ଲକ୍ଷ ୧ ଟଙ୍କା: ବଜେଟ୍‌ରେ ମୁଖ୍ୟମନ୍ତ୍ରୀ କଲେ ଘୋଷଣା

ଭୁବନେଶ୍ୱର,୨୦।୨: ମୁଖ୍ୟମନ୍ତ୍ରୀ ତଥା ଅର୍ଥମନ୍ତ୍ରୀ ମୋହନ ଚରଣ ମାଝୀ ୨୦୨୬-୨୭ ଆଥିକ ବର୍ଷ ପାଇଁ ବଜେଟ୍‌ ଉପସ୍ଥାପନ କରିଛନ୍ତି । ବଜେଟ୍‌ରେ ମୁଖ୍ୟମନ୍ତ୍ରୀ କନ୍ୟା ସୁମଙ୍ଗଳ ଯୋଜନା…

୫ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଲେ ପିଇଓ

କଟକ,୨୦।୨: କଟକ ଜିଲା ଟାଙ୍ଗୀ-ଚୌଦ୍ୱାର ବ୍ଲକର ଜଣେ ମେକାନିକଙ୍କଠାରୁ ୫ ହଜାର ଟଙ୍କା ଲାଞ୍ଚ ନେଇ ଜଣେ ପଞ୍ଚାୟତ ଅଧିକାରୀ ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଗିରଫ ହୋଇଛନ୍ତି।…

ଆସିବ ସମୃଦ୍ଧ ଅଙ୍ଗନବାଡ଼ି ଯୋଜନା: ବଜେଟରେ ମୁଖ୍ୟମନ୍ତ୍ରୀ କଲେ ଘୋଷଣା

ଭୁବନେଶ୍ୱର,୨୦।୨: ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁକ୍ରବାର ବିଧାନସଭାରେ ବଜେଟ ଉପସ୍ଥାପନ କରିଛନ୍ତି। ମୁଖ୍ୟମନ୍ତ୍ରୀ ୩ଲକ୍ଷ ୧୦ହଜାର କୋଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri