Posted inଜାତୀୟ

ସମ୍ପୂର୍ଣ୍ଣ ଶୀତକାଳୀନ ଅଧିବେଶନକୁ ବହିଷ୍କାର କରିପାରନ୍ତି ବିରୋଧୀ

ନୂଆଦିଲ୍ଲୀ,୩୦ ।୧୧: ସଂସଦର ଶୀତକାଳୀନ ଅଧିବେଶନ ସୋମବାରଠାରୁ ଆରମ୍ଭ ହୋଇଛି । କେନ୍ଦ୍ର ସରକାରଙ୍କୁ ଘେରିବାକୁ ବିରୋଧୀ ସଜବାଜ ହେଉଛନ୍ତି । ହେଲେ ଏହି ସମୟରେ କଂଗ୍ରେସର ଅନୁଗାମୀ ମାନେ ଅଲଗା ରଣନୀତି ପ୍ରସ୍ତୁତ କରୁଥିବା କୁହାଯାଉଛି । କୃଷି ଆଇନ ପ୍ରତ୍ୟାହାର ପରେ ସରକାରଙ୍କୁ ଘେରିବାକୁ କି ରଣନୀତି ହୋଇପାରେ ତାକୁ ନେଇ ବିରୋଧୀ ମଙ୍ଗଳବାର ମନ୍ଥନ କରିପାରେ । ଗତ ଅଧିବେଶନରେ ହଙ୍ଗାମା କରିଥିବା ବିରୋଧୀ ଦଳର ୧୨ ଏମ୍‌ପିଙ୍କୁ ସୋମବାର ବହିଷ୍କୃତ କରାଯାଇଥିବା ବେଳେ ବିରୋଧୀ ଏହାକୁ ନେଇ ହଙ୍ଗାମା କରିପାରନ୍ତି । ଏପଟେ କଂଗ୍ରେସ ଓ ଅନ୍ୟ ୧୩ ଦଳ ସମ୍ପୂର୍ଣ୍ଣ ଶୀତକାଳୀନ ଅଧିବେଶନକୁ ବହିଷ୍କାର କରିବା କଥା ଚିନ୍ତା କରୁଛନ୍ତି । ସୂଚନାଯୋଗ୍ୟ, ସଂସଦର ଶୀତକାଳୀନ ଅଧିବେଶନ ୨୩ ଡିସେମ୍ବର ପର୍ଯ୍ୟନ୍ତ ଚାଲିବାକୁ ଥିବା ବେଳେ ବିରୋଧୀ ଏହାକୁ ବହିଷ୍କାର କରିବାକୁ ନେଇ ମଙ୍ଗଳବାର ରଣନୀତି ପ୍ରସ୍ତୂତ କରିପାରନ୍ତି ବୋଲି ଅନୁମାନ କରାଯାଉଛି । ଏହାକୁ ନେଇ ବିରୋଧୀଦଳ ଡାକିଥିବା ବୈଠକରେ ଆମ ଆଦମୀ ପାର୍ଟି(ଏଏପି) ଓ ତୃଣମୂଳ କଂଗ୍ରେସ(ଟିଏମ୍‌ସି) ସାମିଲ ହେବ ନାହିଁ ବୋଲି ଜଣାପଡିଛି । କୁହାଯାଉଛି କି ଟିଏମ୍‌ସି ବିରୋଧୀଦଳ ବୈଠକର ନେତୃତ୍ୱ ନେବାକୁ ଚାହୁଥିଲା, ତେଣୁ ସେ ଏହି ବୈଠକରେ ଯୋଗ ନ ଦେଇ ଅଲଗା ବୈଠକ ଡାକିଥିବା କହିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଉତ୍କଳ ଗୌରବ ମଧୁସୂଦନ ଦାସ ଉଚ୍ଚ ବିଦ୍ୟାଳୟରେ ଫରଫର ଉଡ଼ିଲା ତ୍ରିରଙ୍ଗା, ଦେଶପ୍ରେମୀଙ୍କ ବଳିଦାନ ପାଇଁ ଆଜି…

ଦାରିଙ୍ଗବାଡ଼ି,୧୫ା୮(ଅରୁଣ ସାହୁ): ଦେଶ ଆଜି ପାଳୁଛି ୮୦ତମ ସ୍ବାଧୀନତା ଦିବସ। ଏଥିପାଇଁ ପଲ୍ଲୀଠାରୁ ଦିଲ୍ଲୀ ପର୍ଯ୍ୟନ୍ତ ଉତ୍ସବ ମୁଖର ହୋଇପଡ଼ିଛି। ଏହି ପ୍ରରିପ୍ରେକ୍ଷୀରେ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି…

ଯୁବଗୋଷ୍ଠୀ ହିଁ ଆମ ରାଷ୍ଟ୍ରର ମହାନ ଶକ୍ତି: ଉପମୁଖ୍ୟମନ୍ତ୍ରୀ

ସୁନ୍ଦରଗଡ,୧୫।୮(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ ଜିଲା ସଦରମହଟୁମାରେ ୮୦ତମ ସ୍ବାଧୀନତା ଦିବସ ସମାରୋହ ହର୍ଷଉଲ୍ଲାସ ମଧ୍ୟରେ ପାଳିତ ହୋଇଯାଇଛି। ସୁନ୍ଦରଗଡ ସରକାରୀ ମହାବିଦ୍ୟାଳୟ ସମ୍ମୁଖ ଯାତରା ପଡିଆଠାରେ…

ବିଭିନ୍ନ ସ୍ଥାନରେ ସ୍ବାଧୀନତା ଦିବସ ପାଳିତ: କୃତୀ ପ୍ରତିଯୋଗୀ ପୁରସ୍କୃତ

ଭଞ୍ଜନଗର, ୧୫।୮(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ଜେଲ ପଡ଼ିଆରେ ଶନିବାର ଉପଖଣ୍ଡସ୍ତରୀୟ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଭଞ୍ଜନଗର ଉପଜିଲାପାଳ ଉମାଶଙ୍କର ବେହେରା…

ହର୍ମୁଜରେ ୟୁଏଇର ୨ ଟ୍ୟାଙ୍କର ଉପରେ ଆକ୍ରମଣ

ଦୁବାଇ, ୧୫।୮: ହର୍ମୁଜ ପ୍ରଣାଳୀ ଦେଇ ଯାଉଥିବା ୟୁଏଇର ଦୁଇଟି ତେଲ ଟ୍ୟାଙ୍କର ଉପରେ ଡ୍ରୋନ ଆକ୍ରମଣ ହୋଇଛି। ଏହି ଆକ୍ରମଣ ପାଇଁ ସଂଯୁକ୍ତ ଆରବ ଏମିରେଟ୍ସ…

ଲାଲକିଲ୍ଲାରେ ସମ୍ବୋଧନ ପରେ ପିଲାମାନଙ୍କ ଗହଣରେ ନିଜକୁ ହଜାଇ ଦେଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୧୫।୮: ଦେଶ ଆଜି ତା’ର 80ତମ ସ୍ବାଧୀନତା ଦିବସ ପାଳନ କରୁଛି। ପ୍ରଧାନମନ୍ତ୍ରୀ ମୋଦି ଲାଲକିଲ୍ଲାରୁ ଲଗାତାର 13ତମ ଥର ପାଇଁ ତ୍ରିରଙ୍ଗା ଉତ୍ତୋଳନ କରିଛନ୍ତି। ଲାଲକିଲ୍ଲାର…

ତ୍ରିରଙ୍ଗା ଉଡ଼ାଇଲେ ମୁଖ୍ୟମନ୍ତ୍ରୀ: କହିଲେ, ମୋଦିଙ୍କ ହାତରେ ଦେଶ ଆଜି ସୁରକ୍ଷିତ

ଭୁବନେଶ୍ୱର,୧୫।୮: ଗାନ୍ଧି ମାର୍ଗରେ ରାଜ୍ୟସ୍ତରୀୟ ୮୦ତମ ସ୍ବାଧୀନତା ଦିବସ ସମାରୋହ ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଜାତୀୟ ପତାକା ଉତ୍ତୋଳନ କକରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ…

ସେମିକଣ୍ଡକ୍ଟର, ପରମାଣୁ ଶକ୍ତି, ଭୋକାଲ ଫର୍‌ ଲୋକାଲ… ପ୍ରଧାନମନ୍ତ୍ରୀ ମୋଦିଙ୍କ ଅଭିଭାଷଣର ୧୦ଟି ବଡ଼ କଥା

ନୂଆଦିଲ୍ଲୀ,୧୫।୮: ଆଜି ଦେଶ ସ୍ବାଧୀନତାର ୮୦ ବର୍ଷ ପୂରଣ କରୁଛି। ଅଗଷ୍ଟ ୧୫ ଅବସରରେ, ପ୍ରଧାନମନ୍ତ୍ରୀ ମୋଦି ଲଗାତାର 13 ଥର ପାଇଁ ତ୍ରିରଙ୍ଗା ଉତ୍ତୋଳନ କରିଥିଲେ…

Video: ଇଣ୍ଡୋନେସିଆରେ ଭୂକମ୍ପର ଶକ୍ତ ଝଟକା, ସୁନାମି ଆଲର୍ଟ

ଜାକର୍ତ୍ତା,୧୫।୮: ଶନିବାର ସକାଳେ ଇଣ୍ଡୋନେସିଆର ପୂର୍ବ ଭାଗରେ ଏକ ଶକ୍ତିଶାଳୀ ଭୂମିକମ୍ପ ହୋଇଥିଲା। ଫ୍ଲୋରେସ ଦ୍ୱୀପ ନିକଟରେ ୭.୭ ତୀବ୍ରତାର ଭୂମିକମ୍ପ ଲୋକଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri