ପ୍ରକାଶ ପାଇଲା ପ୍ରାଣନାଥ ସ୍ବୟଂଶାସିତ ମହାବିଦ୍ୟାଳୟ ସ୍ନାତକ ଫଳାଫଳ : ପାସ୍‌ହାର ୯୦%

ଖୋର୍ଦ୍ଧା,୨୧ା୫: ପ୍ରାଣନାଥ ସୟଂଶାସିତ ମହାବିଦ୍ୟାଳୟର ସ୍ନାତକ ପାଠ୍ୟକ୍ରମ କଳା, ବାଣିଜ୍ୟ ଓ ବିଜ୍ଞାନ ବାର୍ଷିକ ପରୀକ୍ଷା ଫଳ ୨୦୨୨-୨୦୨୫ ଶିକ୍ଷା ବର୍ଷ ଫଳାଫଳ ବୁଧବାର ପ୍ରକାଶିତ ହୋଇଛି। ଚଳିତବର୍ଷ ୧୧୦୫ ବିଦ୍ୟାର୍ଥୀ ପରୀକ୍ଷା ଦେଇଥିବା ବେଳେ ୯୯୪ ଜଣ ପାସ୍‌ କରିଛନ୍ତି। ପାସ୍‌ହାର ୯୦ ପ୍ରତିଶତ ରହିଛି।

ଚଳିତ ବର୍ଷ ଛାତ୍ରଙ୍କ ତୁଳନାରେ ଛାତ୍ରୀମାନେ ଆଗରେ ରହିଛନ୍ତି। ଛାତ୍ରୀ ପାସ୍‌ହାର ୯୪.୮% ରହିଥବା ବେଳେ ଛାତ୍ରଙ୍କ ପାସ୍‌ହାର ୮୩.୮ ପ୍ରତିଶତ ରହିଛି। ବାଣିଜ୍ୟରେ ୩୫୨ ଛାତ୍ରୀଛାତ୍ର ପରୀକ୍ଷା ଦେଇଥିଲେ। ସେଥିମଧ୍ୟରୁ ୨୯୧ ଜଣ ପାସ କରିଛନ୍ତି। ପାସ୍‌ହାର ୮୨.୭ ପ୍ରତିଶତ ରହିଛି। କଳାରେ ୩୮୬ ଜଣ ପରୀକ୍ଷା ଦେଇଥିବା ବେଳେ ୩୫୦ ଜଣ ପାସ୍‌ କରିଛନ୍ତି। ପାସ୍‌ହାର ୯୦.୭ ପ୍ରତିଶତ ରହିଛି। ବିଜ୍ଞାନରେ ୩୬୭ ଜଣ ପରୀକ୍ଷା ଦେଇଥିଲେ। ସେଥିରୁ ୩୫୩ ଜଣ ପାସ୍‌ କରିଛନ୍ତି। ପାସ୍‌ହାର ୯୬.୨ ପ୍ରତିଶତ ରହିଛି।
ବାଣିଜ୍ୟ ସମ୍ମାନରେ ଛାତ୍ରୀ ଅହମଦ୍ଦୁନ ନିଶା, କଳା(ଶିକ୍ଷା ସମ୍ମାନ)ରେ ମେହେରୁନ ନିଶା ଏବଂ ବିଜ୍ଞାନ ବିଭାଗରେ ଶିବାଂଶ ରଥ ଶ୍ରେଷ୍ଠ ସ୍ନାତକ ହୋଇଛନ୍ତି। ଏହି ଛାତ୍ରମାନେ ଆସନ୍ତା ସାମ୍ବିସରିକ ଉତ୍ସବ-୨୦୨୬ରେ ସ୍ବର୍ଣ୍ଣ ପଦକରେ ସମ୍ମାନିତ ହେବେ। ଏତଦ ବ୍ୟତୀତ ସର୍ବାଧକ ନମ୍ବର ରଖି ପଦାର୍ଥ ବିଜ୍ଞାନର ଛାତ୍ର ଶିବାଂଶ ରଥ ମହାବିଦ୍ୟାଳୟର ଶ୍ରେଷ୍ଠ ସ୍ନାତକ ହେବାର ଗୌରବ ଅର୍ଜନ କରିଛନ୍ତି।

ଅନ୍ତିମ ପରୀକ୍ଷାର ୬ଟି ସେମିଷ୍ଟାର ପରୀକ୍ଷାର ମୋଟ ଫଳାଫଳକୁ ନେଇ ପ୍ରସ୍ତୁତ କରାଯାଇଥିବା କଲେଜ ଅଧ୍ୟକ୍ଷା ଡ. ବିନ୍ଦୁଶ୍ରୀ ମିଶ୍ର ସୂଚନା ଦିଆଯାଇଛି। ବୁଧବାର କ୍ୟାମ୍ପସ ପରିସରରେ ଆୟୋଜିତ କାର୍ଯ୍ୟକ୍ରମରେ କଲେଜ ପରିଚାଳନା କମିଟି ସଦସ୍ୟ ତଥା ପ୍ରାକ୍ତନ କୁଳପତି ମେଜର କ୍ଷୀରୋଦ ପ୍ରସାଦ ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ପିଲାଙ୍କ ଭବିଷ୍ୟତ ଉତ୍ତୋରତ୍ତର କାମନା କରିଥିଲେ। କମିଟି ସଦସ୍ୟ ତଥା ବରିଷ୍ଠ ସାମ୍ବାଦିକ ପ୍ରଦୋଷ ପଟ୍ଟନାୟକ ସମ୍ମାନିତ ଅତିଥି ଭାବେ ଯୋଗଦେଇଥିଲେ।

ପରୀକ୍ଷା ନିୟନ୍ତ୍ରକ ଡ. ନନ୍ଦିତା ଛୋଟରାୟ, ଡେପୁଟୀ ପରୀକ୍ଷା ନିୟନ୍ତ୍ରକ ପ୍ରାଧ୍ୟାପକ ଉପେନ୍ଦ୍ର ବେହେରା, ପ୍ରଦୀପ୍ତ ମହାପାତ୍ର ଏବଂ କମିଟିର ସଦସ୍ୟ ପ୍ରଫେସରଙ୍କ ସମେତ କଲେଜର ସମସ୍ତ ଅଧ୍ୟାପିକା, ଅଧ୍ୟାପକ, ଛାତ୍ରୀଛାତ୍ର ଏବଂ ଅଭିଭାବକମାନେ ଯୋଗଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡିରୁ ଇସ୍ତଫା ଦେଲେ କାଉନସିଲର ଶୁଚିସ୍ମିତା, ହୋଇପାରନ୍ତି ଭାଜପାରେ ସାମିଲ

ବାସୁଦେବପୁର,୬।୧୨ (କାଳିପଦ ରାୟ ): ବାସୁଦେବପୁର ପୌରାଞ୍ଚଳର ଏକ ନମ୍ବର ୱାର୍ଡର କାଉନସିଲର ଶୁଚିସ୍ମିତା ଗିରି ଶନିବାର ସକାଳେ ବିଜେଡିରୁ ଇସ୍ତଫା ଦେଇଛନ୍ତି। ଶୁକ୍ରବାର ସନ୍ଧ୍ୟାରେ...

କ୍ୟାମେରା ଜଗିଛି, ବାଘ ନେଇଗଲା ବାଛୁରୀ: ଘୁମୁସର ବନଖଣ୍ଡରେ ବଢୁଛି ଆତଙ୍କ

ଭଞ୍ଜନଗର,୬।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ଘୁମୁସର ଉତ୍ତର ବନଖଣ୍ଡରେ ଦିନକୁ ଦିନ ବନ୍ୟପ୍ରାଣୀ ଆତଙ୍କ ବଢୁଛି। ଯାହାକୁ ନେଇ ଜଙ୍ଗଲ ନିକଟବର୍ତ୍ତୀ ଗ୍ରାମବାସୀ ଆତଙ୍କିତ...

ଏହି ଜିଲାରେ ପ୍ରଥମ ପୋଷ୍ୟ ସନ୍ତାନ ଗ୍ରହଣ

ନୂଆପଡ଼ା,୬ା୧୨ (ମକାରୁ ବେମାଲ):ନୂଆପଡ଼ା ଜିଲାରେ ଶୁକ୍ରବାର ପ୍ରଥମଥର ପାଇଁ ପୋଷ୍ୟ ସନ୍ତାନ ଗ୍ରହଣ ପ୍ରକ୍ରିୟା ସମ୍ପନ୍ନ ହୋଇଛି। ଜିଲା ଶିଶୁ ସୁରକ୍ଷା ବିଭାଗ ଓ ସ୍ବତନ୍ତ୍ର...

ସୋଲାର ଲାଇଟ ଅଚଳ:ଠିକା ସଂସ୍ଥାକୁ ତାଗିଦ୍‌ କଲେ ବିଡିଓ, ଦେଖନ୍ତୁ VIDEO

ଦାରିଙ୍ଗବାଡି,୬/୧୨(ଅରୁଣ ସାହୁ ): ଓଡିଶାର କଶ୍ମୀର ଦାରିଙ୍ଗବାଡିରେ ସନ୍ଧ୍ୟା ହେଲେ ରାସ୍ତାଘାଟ ଅନ୍ଧାର ହୋଇପଡୁଛି। ପଞ୍ଚାୟତ ଏବଂ ଜାତୀୟ ରାଜପଥ ବିଭାଗ ପକ୍ଷରୁ ଷ୍ଟ୍ରିଟ ଆଲୁଅର...

କଣ୍ଟେନରରେ ୩୦ରୁ ଅଧିକ ଗୋରୁଙ୍କୁ ପଶ୍ଚିମବଙ୍ଗକୁ କରାଯାଉଥିଲା ଚାଲାଣ, ମାଡିବସିଲା ପୋଲିସ, ତା’ପରେ…

ନୀଳଗିରି,୬।୧୨(ପ୍ରଶାନ୍ତ କୁମାର ବିଶ୍ବାଳ): ଭଦ୍ରକରୁ ପାଖାପାଖି ୩୦ରୁ ଊର୍ଦ୍ଧ୍ୱ ଗୋରୁଙ୍କୁ କଣ୍ଟେନରରେ ନେଇ ପଶ୍ଚିମବଙ୍ଗକୁ ଚାଲାଣ ହେଉଥିବା ବେଳେ ବାଲେଶ୍ୱର ଜିଲା ନୀଳଗିରି ପୋଲିସ ଇଶ୍ୱରପୁର...

ସାରଥିଙ୍କ ବିରୋଧରେ ଚାଲିବ ମାମଲା: ଚାର୍ଜଫ୍ରେମ୍‌ କଲେ ଅଦାଲତ

କଟକ,୬।୧୨(କାର୍ତ୍ତିକ ସାହୁ):ବହୁଚର୍ଚ୍ଚିତ ଆତ୍ମଘୋଷିତ ବାବା ସାରଥି ଓରଫ ସନ୍ତୋଷ ରାଉଳ, ତାଙ୍କ ପୁଅ ସତ୍ୟମ ଶେଖର ଓ ଅନ୍ୟ ୪ ଜଣଙ୍କ ବିରୋଧରେ କଟକ ସ୍ବତନ୍ତ୍ର...

ପୁଣି ଆନ୍ଦୋଳନକୁ ଓହ୍ଲାଇଲେ ପ୍ରାଥମିକ ଶିକ୍ଷକ: ଦାବି ପୂରଣ ନ ହେବା ଯାଏ ସମୂହ ଛୁଟିରେ ରହିବାକୁ ନିଷ୍ପତ୍ତି

ଭୁବନେଶ୍ୱର,୬ା୧୨(ସୁଚିସ୍ମିତା ସାହୁ):ପୁଣି ଆନ୍ଦୋଳନକୁ ଓହ୍ଲାଇଲେ ପ୍ରାଥମିକ ଶିକ୍ଷକ। ଛାତ୍ରୀଛାତ୍ରଙ୍କ ପରୀକ୍ଷା ପାଖେଇ ଆସିଥିବା ବେଳେ ବିଦ୍ୟାଳୟରେ ପାଠ ପଢ଼ାଇବା ବଦଳରେ ଦାବି ପୂରଣ ପାଇଁ ଶିକ୍ଷକମାନେ...

ସୁଦର୍ଶନଙ୍କୁ ଚାପି ଦେଲା ଆମ ବସ୍‌: ଡ୍ରାଇଭର ଖସି ପଳାଇବାକୁ ଉଦ୍ୟମ

ଭୁବନେଶ୍ୱର, ୬ା୧୨(ସତ୍ୟଜିତ ରାଉତ):ରାଜଧାନୀରେ ପୁଣି ଜୀବନ ନେଇଛି ‘ଆମ ବସ୍‌’। ସତ୍‌ସଙ୍ଗ ବିହାର ସମ୍ମୁଖ ୧୬ ନଂ. ଜାତୀୟ ରାଜପଥରେ ଶୁକ୍ରବାର ସାରେ ଏହି ଦୁର୍ଘଟଣା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri