ପ୍ରକାଶ ପାଇଲା ପ୍ରାଣନାଥ ସ୍ବୟଂଶାସିତ ମହାବିଦ୍ୟାଳୟ ସ୍ନାତକ ଫଳାଫଳ : ପାସ୍‌ହାର ୯୦%

ଖୋର୍ଦ୍ଧା,୨୧ା୫: ପ୍ରାଣନାଥ ସୟଂଶାସିତ ମହାବିଦ୍ୟାଳୟର ସ୍ନାତକ ପାଠ୍ୟକ୍ରମ କଳା, ବାଣିଜ୍ୟ ଓ ବିଜ୍ଞାନ ବାର୍ଷିକ ପରୀକ୍ଷା ଫଳ ୨୦୨୨-୨୦୨୫ ଶିକ୍ଷା ବର୍ଷ ଫଳାଫଳ ବୁଧବାର ପ୍ରକାଶିତ ହୋଇଛି। ଚଳିତବର୍ଷ ୧୧୦୫ ବିଦ୍ୟାର୍ଥୀ ପରୀକ୍ଷା ଦେଇଥିବା ବେଳେ ୯୯୪ ଜଣ ପାସ୍‌ କରିଛନ୍ତି। ପାସ୍‌ହାର ୯୦ ପ୍ରତିଶତ ରହିଛି।

ଚଳିତ ବର୍ଷ ଛାତ୍ରଙ୍କ ତୁଳନାରେ ଛାତ୍ରୀମାନେ ଆଗରେ ରହିଛନ୍ତି। ଛାତ୍ରୀ ପାସ୍‌ହାର ୯୪.୮% ରହିଥବା ବେଳେ ଛାତ୍ରଙ୍କ ପାସ୍‌ହାର ୮୩.୮ ପ୍ରତିଶତ ରହିଛି। ବାଣିଜ୍ୟରେ ୩୫୨ ଛାତ୍ରୀଛାତ୍ର ପରୀକ୍ଷା ଦେଇଥିଲେ। ସେଥିମଧ୍ୟରୁ ୨୯୧ ଜଣ ପାସ କରିଛନ୍ତି। ପାସ୍‌ହାର ୮୨.୭ ପ୍ରତିଶତ ରହିଛି। କଳାରେ ୩୮୬ ଜଣ ପରୀକ୍ଷା ଦେଇଥିବା ବେଳେ ୩୫୦ ଜଣ ପାସ୍‌ କରିଛନ୍ତି। ପାସ୍‌ହାର ୯୦.୭ ପ୍ରତିଶତ ରହିଛି। ବିଜ୍ଞାନରେ ୩୬୭ ଜଣ ପରୀକ୍ଷା ଦେଇଥିଲେ। ସେଥିରୁ ୩୫୩ ଜଣ ପାସ୍‌ କରିଛନ୍ତି। ପାସ୍‌ହାର ୯୬.୨ ପ୍ରତିଶତ ରହିଛି।
ବାଣିଜ୍ୟ ସମ୍ମାନରେ ଛାତ୍ରୀ ଅହମଦ୍ଦୁନ ନିଶା, କଳା(ଶିକ୍ଷା ସମ୍ମାନ)ରେ ମେହେରୁନ ନିଶା ଏବଂ ବିଜ୍ଞାନ ବିଭାଗରେ ଶିବାଂଶ ରଥ ଶ୍ରେଷ୍ଠ ସ୍ନାତକ ହୋଇଛନ୍ତି। ଏହି ଛାତ୍ରମାନେ ଆସନ୍ତା ସାମ୍ବିସରିକ ଉତ୍ସବ-୨୦୨୬ରେ ସ୍ବର୍ଣ୍ଣ ପଦକରେ ସମ୍ମାନିତ ହେବେ। ଏତଦ ବ୍ୟତୀତ ସର୍ବାଧକ ନମ୍ବର ରଖି ପଦାର୍ଥ ବିଜ୍ଞାନର ଛାତ୍ର ଶିବାଂଶ ରଥ ମହାବିଦ୍ୟାଳୟର ଶ୍ରେଷ୍ଠ ସ୍ନାତକ ହେବାର ଗୌରବ ଅର୍ଜନ କରିଛନ୍ତି।

ଅନ୍ତିମ ପରୀକ୍ଷାର ୬ଟି ସେମିଷ୍ଟାର ପରୀକ୍ଷାର ମୋଟ ଫଳାଫଳକୁ ନେଇ ପ୍ରସ୍ତୁତ କରାଯାଇଥିବା କଲେଜ ଅଧ୍ୟକ୍ଷା ଡ. ବିନ୍ଦୁଶ୍ରୀ ମିଶ୍ର ସୂଚନା ଦିଆଯାଇଛି। ବୁଧବାର କ୍ୟାମ୍ପସ ପରିସରରେ ଆୟୋଜିତ କାର୍ଯ୍ୟକ୍ରମରେ କଲେଜ ପରିଚାଳନା କମିଟି ସଦସ୍ୟ ତଥା ପ୍ରାକ୍ତନ କୁଳପତି ମେଜର କ୍ଷୀରୋଦ ପ୍ରସାଦ ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ପିଲାଙ୍କ ଭବିଷ୍ୟତ ଉତ୍ତୋରତ୍ତର କାମନା କରିଥିଲେ। କମିଟି ସଦସ୍ୟ ତଥା ବରିଷ୍ଠ ସାମ୍ବାଦିକ ପ୍ରଦୋଷ ପଟ୍ଟନାୟକ ସମ୍ମାନିତ ଅତିଥି ଭାବେ ଯୋଗଦେଇଥିଲେ।

ପରୀକ୍ଷା ନିୟନ୍ତ୍ରକ ଡ. ନନ୍ଦିତା ଛୋଟରାୟ, ଡେପୁଟୀ ପରୀକ୍ଷା ନିୟନ୍ତ୍ରକ ପ୍ରାଧ୍ୟାପକ ଉପେନ୍ଦ୍ର ବେହେରା, ପ୍ରଦୀପ୍ତ ମହାପାତ୍ର ଏବଂ କମିଟିର ସଦସ୍ୟ ପ୍ରଫେସରଙ୍କ ସମେତ କଲେଜର ସମସ୍ତ ଅଧ୍ୟାପିକା, ଅଧ୍ୟାପକ, ଛାତ୍ରୀଛାତ୍ର ଏବଂ ଅଭିଭାବକମାନେ ଯୋଗଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଛାତ୍ର ସଂସଦ ନିର୍ବାଚନ ପାଇଁ ବାଜିଲା ବିଗୁଲ: ଚଳଚଞ୍ଚଳ ଗଞ୍ଜାମ ମହାବିଦ୍ୟାଳୟ, ୮ ବର୍ଷ ପରେ ଫେରିବ କ୍ୟାମ୍ପସ ରାଜନୀତି

ଗଞ୍ଜାମ, ୬।୧୦ (ବିଦ୍ୟାଧର ସାହୁ): ଦୀର୍ଘ ୮ ବର୍ଷର ବ୍ୟବଧାନ ପରେ ରାଜ୍ୟରେ ପୁଣି ଛାତ୍ର ସଂସଦ ନିର୍ବାଚନ ହେବାକୁ ଯାଉଥିବାରୁ ଗଞ୍ଜାମ ମହାବିଦ୍ୟାଳୟ ପରିସର ଚଳଚଞ୍ଚଳ…

ବସ୍‌ଷ୍ଟାଣ୍ଡରେ ବ୍ୟବସାୟୀଙ୍କୁ ଛୁରାମାଡ଼

କୋରାପୁଟ,୬।୧୦(ଅମିତାଭ ବେହେରା): କୋରାପୁଟ ବସ୍‌ଷ୍ଟାଣ୍ଡ ନିକଟରେ ମଙ୍ଗଳବାର ଜଣେ ମକା ବ୍ୟବସାୟୀଙ୍କୁ ଛୁରାମାଡ଼ ହୋଇଛି। ଜନଗହଳିପୂର୍ଣ୍ଣ ସ୍ଥାନରେ ଏହି ଘଟଣା ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି ହୋଇଛି। ଟିକିରା…

ମୁକୁଳା ଡ୍ରେନ୍‌ରେ ପଡ଼ିଛି ଗାଈ

ଗଞ୍ଜାମ, ୬ ।୧୦ (ବିଦ୍ୟାଧର ସାହୁ): ବିଳମ୍ବିତ ରାତିରେ ଗଞ୍ଜାମ ବ୍ଲକ ସମ୍ମୁଖରେ ଥିବା ଏକ ମୁକୁଳା ଡ୍ରେନରେ ଗୋଟିଏ ଗାଈ ଗଳି ପଡ଼ିଥିଲା। ରାସ୍ତା ଦେଇ…

ନାଗାଲାଣ୍ଡରେ ଓଡ଼ିଆ ଯବାନ ଶହୀଦ, ରାୟଗଡ଼ାରେ ଶୋକର ଛାୟା

ରାୟଗଡ଼ା,୬।୧୦(ଜଗନ୍ନାଥ ଗୌଡ଼): ନାଗାଲାଣ୍ଡରେ ସୋମବାର ଜଣେ ଓଡ଼ିଆ ଯବାନ ଶହୀଦ ହୋଇଯାଇଛନ୍ତି। ଶହୀଦ ଯବାନ ଜଣକ ହେଲେ ରାୟଗଡ଼ାର ଭି. ତେଜା। ସେ ଭାରତୀୟ ସେନାର ଆସାମ…

ବସ୍‌କୁ ଅପେକ୍ଷା କରିଥିବା ଯାତ୍ରୀଙ୍କ ଉପରେ ଚଢ଼ିଗଲା ହାଇୱା, ୩….

ଗଜପତି,୬।୧୦(ଗିରିଧାରୀ ପରିଛା): ଗଜପତି ଜିଲା ରାୟଗଡ଼ ଥାନା ଅନ୍ତର୍ଗତ ବଡ଼ଗାଁ ଛକ ନିକଟରେ ମଙ୍ଗଳବାର ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ବସ୍‌କୁ ଅପେକ୍ଷା କରିଥିବା ଯାତ୍ରୀଙ୍କ ଉପରେ…

ସମୟରେ ଆସୁନାହାନ୍ତି ଡାକ୍ତର: ପାଇକମାଳ CHC ଆଗରେ ବିଧାୟିକାଙ୍କ ଧାରଣା, ଏସ୍‌ଡିଏମ୍‌ଓ ଆସି କହିଲେ…

ପାଇକମାଳ,୬।୧୦(ବଡ଼ ଶତପଥୀ): ବରଗଡ଼ ଜିଲା ପାଇକମାଳ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ନିୟୋଜିତ ଡାକ୍ତରଙ୍କ ହସ୍ପିଟାଲ ବିଳମ୍ବରେ ଆସିବା ନେଇ କିଛିଦିନ ହେଲା ରୋଗୀ ଏବଂ ସମ୍ପର୍କିୟଙ୍କ ମଧ୍ୟରେ…

ପୂର୍ତ୍ତ ବିଭାଗ EE ଅରବିନ୍ଦ ମହାନ୍ତି ଗିରଫ: ୨ଟି କୋଠା, ୨୩ ପ୍ଲଟ୍‌ ଓ ୫ ଏକରର ଫାର୍ମ ହାଉସ୍‌ ଠାବ

ବାରିପଦା/ବେତନଟୀ, ୬।୧୦(ନୀଳାଦ୍ରି ବିହାରୀ ଦଣ୍ଡପାଟ/ଧରଣୀଧର ମହାନ୍ତି ): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ମୟୂରଭଞ୍ଜ ପୂର୍ତ୍ତ ବିଭାଗର ଏକ୍ସିକ୍ୟୁଟିଭ୍‌ ଇଞ୍ଜିନିୟର (EE) ଅରବିନ୍ଦ ମହାନ୍ତିଙ୍କୁ ଭିଜିଲାନ୍ସ…

ଅକ୍ଟୋବରରେ କଲବଲ କରୁଛି ତାତି, ୧୩୦ ବର୍ଷ ଇତିହାସରେ ପୁରୀରେ ଦ୍ୱିତୀୟ ସର୍ବୋଚ୍ଚ ତାପମାତ୍ରା

ଭୁବନେଶ୍ବର,୬।୧୦: ପୁରୀ ସହରରେ ଗତ ସୋମବାର ଦିନ ପ୍ରଚଣ୍ଡ ଖରା ସାଙ୍ଗକୁ ଗୁଳୁଗୁଳି ଅନୁଭୂତ ହୋଇଛି । ଅକ୍ଟୋବର ୫ ତାରିଖରେ ପୁରୀ ସହର ତାପମାତ୍ରା ୩୬.୬°C…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?