ପ୍ରଭାକର ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ, ଡେଙ୍ଗାପଦର ଭଲିବଲ ଟିମ୍ ବିଜୟୀ

ଦିଗପହଣ୍ଡି, ୩୧|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ୪ର୍ଥ ଦିବସ ଆଜି ଆୟୋଜିତ ହୋଇଥିଲା । ବୁଧବାର କ୍ୱାର୍ଟର ଫାଇନାଲ ମ୍ୟାଚରେ ଡେଙ୍ଗାପଦର ଗ୍ରାମର ଭଲିବଲ ଟିମ୍ ପ୍ରତିପକ୍ଷ ଗଜପତି ଜିଲା ଚାନ୍ଦିପୁଟ ନିକଟ ଗୋଲି ସିକ୍ସ  ଭଲିବଲ ଟିମକୁ ପରାଜିତ କରି ପରବର୍ତ୍ତୀ ସେମିଫାଇନାଲ ମ୍ୟାଚକୁ ଉନ୍ନୀତ ହୋଇଛି । ସନ୍ଧ୍ୟା ୭ ଟା ଯାଏଁ ମ୍ୟାଚ୍ ଚାଲିଥିଲା। ସ୍ଥାନୀୟ ଖେମୁଣ୍ଡି ସ୍ପୋର୍ଟି କ୍ଲବ୍ ଆନୁକୂଲ୍ୟରେ ଆୟୋଜିତ ଏହି ଟୁର୍ନାମେଣ୍ଟର ୪ର୍ଥ କ୍ୱାର୍ଟର ଫାଇନାଲ ମ୍ୟାଚକୁ ଦିଗପହଣ୍ଡି ବ୍ଲକ ସରପଞ୍ଚ ସଂଘ ସଭାପତି ତଥା କରପଡ଼ା ପଞ୍ଚାୟତ ସରପଞ୍ଚ ଫନିନ୍ଦ୍ର ଚନ୍ଦ୍ର ଗୋସ୍ୱାମୀ ମୁଖ୍ୟଅତିଥି ଭାବେ ଯୋଗଦେଇ ଆନୁଷ୍ଠାନିକ ଭାବେ ଉଦଘାଟନ କରିଥିଲେ।

ସରପଞ୍ଚ ଗୀତାଞ୍ଜଳି ଜାନି, ବି. ସନ୍ଧ୍ୟାରାଣୀ ସୁବୁଦ୍ଧି, ଲିଙ୍ଗରାଜ ଦୋରା, ସରପଞ୍ଚ ପ୍ରତିନିଧି ପ୍ରଶାନ୍ତ କୁମାର ପ୍ରଧାନ, ଶିବରାମ ପ୍ରଧାନ, ସନ୍ତୋଷ ଦୋରା, ଚିତ୍ରସେନ ଗୌଡ଼, କାଉନସିଲର ଦୀପକ କୁମାର ମିଶ୍ର ପ୍ରମୁଖ ସମ୍ମାନିତ ଅତିଥିଭାବେ ଯୋଗଦେଇଥିଲେ। ଟୁର୍ନାମେଣ୍ଟ ଆୟୋଜକ ଅର୍ଦ୍ଦୁ . ଗୋବିନ୍ଦଙ୍କ ସଂଯୋଜନାରେ ଆୟୋଜିତ ମ୍ୟାଚ୍ ଉଦଘାଟନୀ କାର୍ଯ୍ୟକ୍ରମରେ  ଟୁର୍ନାମେଣ୍ଟ ପରିଚାଳନା କମିଟି ସଭାପତି ଶିବଶଙ୍କର ମହାଙ୍କୁଡ, ସମ୍ପାଦକ ବିଚିତ୍ରାନନ୍ଦ ପଟ୍ଟନାୟକ, ପରିଚାଳନା କମିଟି କାର୍ଯ୍ୟକର୍ତ୍ତା ଏ . ସାକିଲି, ବାରିକ ବେହେରା, ଲୋକନାଥ ପାଣିଗ୍ରାହୀ ପ୍ରମୁଖ ଉପସ୍ଥିତ ଥିଲେ ।

ଗୋବିନ୍ଦ ନାୟକ ରେଫେରି ଭାବେ ମ୍ୟାଚ ପରିଚାଳନା କରିଥିବା ବେଳେ ଗୋଲି ସିକ୍ସ ଭଲିବଲ ଟିମର ଲାଣ୍ଡୁ ନାୟକଙ୍କୁ ମ୍ୟାନ ଅଫ୍ ଦି ମ୍ୟାଚ୍ ଭାବେ ଘୋଷଣା କରାଯାଇଥିଲା । ଅନ୍ୟତମ ଅତିଥି ଲବ ନାୟକ ଓ ରଞ୍ଜିତ ବେହେରାଙ୍କ ଦ୍ଵାରା ପୁରସ୍କୃତ କରାଯାଇଥିଲା। ଖେମୁଣ୍ଡି ସ୍ପୋର୍ଟିଙ୍ଗ କ୍ଳବ ସଦସ୍ୟ ସମୀର କୁମାର ପଣ୍ଡା, ସନାତନ ରେଡ୍ଡୀ, ନରେନ୍ଦ୍ର ସାହୁ, ବୈକୁଣ୍ଠ ନାଥ ସ୍ବାଇଁଙ୍କ ସମେତ ସଭ୍ୟ ବୃନ୍ଦ ମ୍ୟାଚ୍ ପରିଚାଳନାରେ ସହଯୋଗ  କରିଥିଲେ ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ନୂଆବର୍ଷ ପୂର୍ବରୁ ବଡ଼ ଧରଣର ଭୂକମ୍ପ ଝଟକା, ଭୟରେ…

ନୂଆଦିଲ୍ଲୀ,୩୧।୧୨: ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଜାପାନରେ ବଡ଼ ଧରଣର ଭୂକମ୍ପ ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ତୀବ୍ରତା ୬ ରେକର୍ଡ କରାଯାଇଛି ।...

ଘରକୁ ଫେରିବା ବାଟରେ ଭୟଙ୍କର ଦୁର୍ଘଟଣା: ବାଇକ୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ବୋଲେରୋ; ଯୁବକ ଗୁରୁତର; ଡ୍ରାଇଭର…

କେସିଙ୍ଗା,୩୧।୧୨( ତୁମେଶ୍ୱର ସାହୁ): ରାତି ପାହିଲେ ନୂଆବର୍ଷ। ଗାଁଠୁ ନେଇ ସହର ଯାଏ ନୂଆବର୍ଷ ପାଳନ ପାଇଁ ଚାଲିଛି ସଜ ବାଜ। ଏଭଳି ସମୟରେ କେସିଙ୍ଗା...

କେସିଙ୍ଗା ପଞ୍ଚାୟତ ସମିତି ବୈଠକରେ ଉଠିଲା ଝାଡ଼ାବାନ୍ତି ପ୍ରସଙ୍ଗ, ସରପଞ୍ଚଙ୍କ ଅଭିଯୋଗ ପରେ…

କେସିଙ୍ଗା,୩୧ା୧୨(ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ପଞ୍ଚାୟତ ସମିତିର ୧୦ମ ବୈଠକ ବ୍ଲକ ଅଧ୍ୟକ୍ଷ ଚନ୍ଦନ ସେନାପତିଙ୍କ ସଭାପତିତ୍ୱରେ ବୁଧବାର ସମିତି ସଭାଗୃହରେ ଅନୁଷ୍ଠିତ ହୋଇଯାଇଛି।...

ବିକାଶ ଅପେକ୍ଷାରେ ‘ହେଲୋ ପଏଣ୍ଟ’: ଉଦ୍‌ଯାପିତ ହେଲା ‘ରାଜାରାଣୀ ଝାମୁ ଯାତ୍ରା’; ହଜାର ହଜାର ଭକ୍ତଙ୍କ ସମାଗମ; କାଳିସିଙ୍କ…

ଥୁଆମୂଳ ରାମପୁର, ୩୧।୧୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାର ପ୍ରାକୃତିକ ସୌନ୍ଦର୍ଯ୍ୟଭରା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ କୋଷାବରା ସ୍ଥିତ ‘ହେଲୋ ପଏଣ୍ଟ’ଠାରେ ରାଜାରାଣୀ (ମାଳିଚଗା)...

ଯୁଗଳଙ୍କ ଉପରେ ଆସ୍ଥା ପ୍ରକଟ କଲେ ନବୀନ: କଳାହାଣ୍ଡି ଜିଲା ସମ୍ପାଦକ ପାଇଁ ମନୋନୀତ…

ରିଷିଡା,୩୧।୧୨ (ସୁଶାନ୍ତ ମଲ୍ଲିକ ): କଳାହାଣ୍ଡି ଜିଲା ବିଜୁ ଜନତା ଦଳର ସମ୍ପାଦକ ଭାବେ କର୍ଲାମୁଣ୍ଡା ବ୍ଲକର ଯୁବନେତା ତଥା ନାଟ୍ୟ ନିର୍ଦ୍ଦେଶକ ଯୁଗଳ କିଶୋର...

ବରିଷ୍ଠ IAS ଅରବିନ୍ଦ ପାଢ଼ୀଙ୍କୁ ମିଳିଲା ପ୍ରମୋଶନ

ଭୁବନେଶ୍ବର,୩୧ା୧୨: ଓଡ଼ିଶା ପ୍ରଶାସନିକ ସ୍ତରରେ ଏକ ବଡ଼ ପରିବର୍ତ୍ତନ ହୋଇଛି। କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ସଚିବ ତଥା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ...

ବିଗିଡିଲା ଭୁବନେଶ୍ୱର ବାୟୁ ଗୁଣବତ୍ତା, ଓଡ଼ିଶାର ୪ ସହରର ସ୍ଥିତି ସଙ୍ଗିନ

ଭୁବନେଶ୍ବର,୩୧ା୧୨: ଓଡ଼ିଶାର ବାୟୁ ପ୍ରଦୂଷଣ ସ୍ତର ଏବେ ଚିନ୍ତାଜନକ ସ୍ଥିତିରେ ପହଞ୍ଚିଛି। କେନ୍ଦ୍ରୀୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (CPCB) ପକ୍ଷରୁ ଜାରି ସଦ୍ୟତମ ତଥ୍ୟ ଅନୁଯାୟୀ,...

ରୁଷକୁ ବିଶ୍ବାସ ଯେ… ୨୦୨୫ ବର୍ଷର ଶେଷ ଭାଷଣରେ ଜେଲେନ୍ସକିଙ୍କ ବିଷୟରେ କଣ କହିଲେ ପୁଟିନ୍

ନୂଆଦିଲ୍ଲୀ,୩୧।୧୨: ରୁଷ ରାଷ୍ଟ୍ରପତି ପୁଟିନ ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଦେଶକୁ ସମ୍ବୋଧିତ କରିଛନ୍ତି । ୟୁକ୍ରେନରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ସେ କହିଥିଲେ ଯେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri