ପ୍ରଭାକର ସ୍ମାରକୀ ଭଲିବଲ୍‌ ଟୁର୍ନାମେଣ୍ଟ; ଫାଇନାଲକୁ ଗଲା ବ୍ରହ୍ମପୁର ପାଓ୍ବାର ସିକ୍ସ

ଦିଗପହଣ୍ଡି, ୨।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ୫ମ ଦିବସ ଶୁକ୍ରବାର ପ୍ରଥମ ସେମି ଫାଇନାଲ ମ୍ୟାଚରେ ବ୍ରହ୍ମପୁରର ପାୱାର ସିକ୍ସ ଭଲିବଲ ଟିମ ପ୍ରତିପକ୍ଷ କନ୍ଧମାଳ ଜିଲା ଦାରିଙ୍ଗିବାଡି ଭଲିବଲ ଟିମକୁ ପରାଜିତ କରି ଫାଇନାଲକୁ ଉନ୍ନୀତ ହୋଇଛି। ସ୍ଥାନୀୟ ଖେମୁଣ୍ଡି ସ୍ପୋର୍ଟିଙ୍ଗ କ୍ଲବ ଆନୁକୂଲ୍ୟରେ ଆୟୋଜିତ ଏହି ଟୁର୍ନାମେଣ୍ଟ ର ୫ମ ଦିବସ ସେମି ଫାଇନାଲ ମ୍ୟାଚକୁ ଦିଗପହଣ୍ଡି ଏନ୍‌ଏସିର ପ୍ରାକ୍ତନ ଅଧ୍ୟକ୍ଷ ଭି.ରବିନାରାୟଣ ରାଜୁ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଆନୁଷ୍ଠାନିକ ଭାବେ ଉଦଘାଟନ କରିଥିଲେ। ପୂର୍ବତନ କାଉନସିଲର ନିରୁପମା ପଟ୍ଟନାୟକ, କାଉନସିଲର ନୀଳମାଧବ ଗୌଡ଼, ସୁଶାନ୍ତ କୁମାର ପାତ୍ର, ସାମାଜିକ କର୍ମୀ ତାରା ପ୍ରସାଦ ପଟ୍ଟନାୟକ, ରମେଶ ଚନ୍ଦ୍ର ଜେନା, ନିଗମ ପ୍ରସାଦ ପଣ୍ଡା,ପ୍ରଶାନ୍ତ କୁମାର ପାଣିଗ୍ରାହୀ ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗଦେଇଥିଲେ। ଟୁର୍ନାମେଣ୍ଟ ଆୟୋଜକ ଅର୍ଦ୍ଦୁ. ଗୋବିନ୍ଦଙ୍କ ସଂଯୋଜନାରେ ଆୟୋଜିତ ମ୍ୟାଚ ଉଦଘାଟନୀ କାର୍ଯ୍ୟକ୍ରମରେ ଟୁର୍ନାମେଣ୍ଟ ପରିଚାଳନା କମିଟି ସଭାପତି ଶିବଶଙ୍କର ମହାଙ୍କୁଡ , ସମ୍ପାଦକ ବିଚିତ୍ରାନନ୍ଦ ପଟ୍ଟନାୟକ, ପରିଚାଳନା କମିଟି କାର୍ଯ୍ୟକର୍ତ୍ତା ଏ . ସାକିଲି , ବାରିକ ବେହେରା, ଲୋକନାଥ ପାଣିଗ୍ରାହୀ, ପ୍ରମୁଖ ଉପସ୍ଥିତ ଥିଲେ। ଗୋବିନ୍ଦ ନାୟକ ରେଫେରି ଭାବେ ମ୍ୟାଚ ପରିଚାଳନା କରିଥିବା ବେଳେ ଦାରିଙ୍ଗିବାଡି ଭଲିବଲ ଟିମ ର ଶ୍ରେଷ୍ଠ ଖେଳାଳି ଅମନ ନାୟକ ଙ୍କୁ ମ୍ୟାନ ଅଫ ଦି ମ୍ୟାଚ ଭାବେ ଘୋଷଣା କରାଯାଇ ଅନ୍ୟତମ ଅତିଥି ଚିକିଟି ର ବ୍ୟବସାୟୀ ସିମାଞ୍ଚଳ ପାଢ଼ୀଙ୍କ ଦାରା ପୁରସ୍କୃତ କରାଯାଇଥିଲା। ଖେମୁଣ୍ଡି ସ୍ପୋର୍ଟିଙ୍ଗ କ୍ଳବ ସଦସ୍ୟ ହୃଦୟ ନନ୍ଦ, ସମୀର କୁମାର ପଣ୍ଡା, ସନାତନ ରେଡ୍ଡୀ, ନରେନ୍ଦ୍ର ସାହୁ, ବୈକୁଣ୍ଠ ନାଥ ସ୍ବାଇଁ ଙ୍କ ସମେତ ସଭ୍ୟ ବୃନ୍ଦ ମ୍ୟାଚ ପରିଚାଳନାରେ ସହଯୋଗ କରିଥିଲେ ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ରାଷ୍ଟ୍ରପତିଙ୍କ ତପ୍ତପାଣି ଗସ୍ତ କାର୍ଯ୍ୟକ୍ରମକୁ ନେଇ ପୋଲିସ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି, ସ୍ଥିତି ପରଖିଲେ ଜିଲାପାଳ, ଏସ.ପି

ଦିଗପହଣ୍ଡି,୧୭|୭(ଅଶେଷ ନାଥ ମିଶ୍ର) ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗଞ୍ଜାମ – ଗଜପତି ସୀମାନ୍ତ ପର୍ଯ୍ୟଟନ କ୍ଷେତ୍ର ଉଷ୍ମ ପସ୍ରବଣ ତପ୍ତପାଣି ପରିଦର୍ଶନ କାର୍ଯ୍ୟକ୍ରମ କୁ ଦୃଷ୍ଟିରେ ରଖି…

ଆଗକୁ ପଞ୍ଚାୟତ ଓ ପୌର ନିର୍ବାଚନ: ଭାଜପା ସାମିଲ ହେଲେ ଗୁଡାରି ବ୍ଲକ ଅଧ୍ୟକ୍ଷ, ସମୀକରଣ ଉପରେ…

ଗୁଡାରି, ୧୭।୭ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡାରି ବ୍ଲକ ଅଧ୍ୟକ୍ଷ ବିଶ୍ୱନାଥ ଶବର ଶୁକ୍ରବାର ବିଧିବଦ୍ଧ ଭାବେ ଭାରତୀୟ ଜନତା ପାର୍ଟି (ଭାଜପା)ରେ ସାମିଲ…

ଖରିଫ ଚାଷ ପାଇଁ ୨୪ରେ ଛଡ଼ାଯିବ ପାଣି, ଘୋଡ଼ାହାଡ଼ ଡ୍ୟାମରେ ହେଲା ବୃଷ୍ଟିଯଜ୍ଞ

ଦିଗପହଣ୍ଡି, ୧୭ା୭ (ଅଶେଷ ନାଥ ମିଶ୍ର): ଖରିଫ ଧାନ ଚାଷ ନିମନ୍ତେ ଚଳିତ ବର୍ଷ ମଧ୍ୟ ଦିଗପହଣ୍ଡି ବ୍ଲକ୍‌ ଖମାରି ଗାଁ ନିକଟରେ ଥିବା ଘୋଡ଼ାହାଡ଼ ଡ୍ୟାମରେ…

ପାଗଳ ବିଲୁଆ ଆତଙ୍କ: ଶିକ୍ଷୟିତ୍ରୀଙ୍କ ସହ ଏକାଧିକ ଲୋକ ଓ ପ୍ରାଣୀସମ୍ପଦ ଗୁରୁତର,ବନ ବିଭାଗ ଚୁପ

ଦାରିଙ୍ଗବାଡି, ୧୭।୭ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବନାଞ୍ଚଳର ଗ୍ରୀନବାଡି ସମେତ ତାର ଆଖପାଖ ଅଞ୍ଚଳରେ ଗତ ୨ ଦିନ ହେଲା ପାଗଳ ବିଲୁଆ କାମୁଡ଼ାରେ ଏକାଧିକ…

ଲଘୁଚାପ ବର୍ଷାରେ ଜଳମଗ୍ନ ଧାମନଗର ବ୍ଲକ

ଧାମନଗର, ୧୭।୭ (ସନ୍ତୋଷ କୁମାର ମହାପାତ୍ର): ଲଘୁଚାପଜନିତ ଲଗାଣ ବର୍ଷା ଯୋଗୁ ଭଦ୍ରକ ଜିଲା ଧାମନଗର ବ୍ଲକର ବିଭିନ୍ନ ଅଞ୍ଚଳ ଜଳମଗ୍ନ ହୋଇପଡ଼ିଥିବା ବେଳେ ଜନଜୀବନ ସମ୍ପୂର୍ଣ୍ଣ…

ପାତଲମ୍ବା ଜଙ୍ଗଲରୁ ମିଳିଲା ଅଜଣା ଯୁବକଙ୍କ ମୃତଦେହ : ଦନ୍ତା ହାତୀ ଆକ୍ରମଣ ସନ୍ଦେହ; ପୋଲିସ, ବନ ବିଭାଗ ଓ ସାଇଣ୍ଟିଫିକ୍ ଟିମ୍‌ର ତଦନ୍ତ ଆରମ୍ଭ

କଲ୍ୟାଣସିଂହପୁର, ୧୭।୭ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ପାର୍ସାଲି ପଞ୍ଚାୟତର ପାତଲମ୍ବା ଜଙ୍ଗଲରୁ ଶୁକ୍ରବାର ଜଣେ ଅଜଣା ଯୁବକଙ୍କ ମୃତଦେହ ଉଦ୍ଧାର…

ଦିଗପହଣ୍ଡିରେ ରଥଟଣା ସମ୍ପନ୍ନ: ଶ୍ରୀ ଗୁଣ୍ଡିଚା ମନ୍ଦିର ସମ୍ମୁଖରେ ପହଞ୍ଚିଲେ ଶ୍ରୀମହାବାହୁ

ଦିଗପହଣ୍ଡି, ୧୭।୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ଅନ୍ୟତମ ଗଡ଼ଜାତ ତଥା ତତ୍କାଳୀନ ବଡ଼ଖେମୁଣ୍ଡି ରାଜ୍ୟର ରାଜଧାନୀ ଦିଗପହଣ୍ଡିରେ ପବିତ୍ର ଆଷାଢ଼ ଶୁକ୍ଳ ଦ୍ୱିତୀୟା ତିଥି…

ପ୍ରଶାସନ କଲା ନାହିଁ, ନିଜେ ତିଆରି କଲେ ରାସ୍ତା

ଖଡ଼ିଆଳ,୧୭ା୭ (ସୁଜିତ କୁମାର ପ୍ରଧାନ)- ଖଡ଼ିଆଳ ଏନ୍‌ଏସି ୱାର୍ଡ ନଂ.୧୧ ପୁଟୁପଡ଼ା ମୁଖ୍ୟ ରାସ୍ତା ଖାଲଖମାପୂର୍ଣ୍ଣ ରହିଥିଲା। ବର୍ଷା ଦିନରେ ରାସ୍ତା କାଦୁଅ ହେବା ସହ ଖାଲରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri