ପ୍ରଭାକର ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ ; ଦାରିଙ୍ଗିବାଡି ଭଲିବଲ ଟିମ୍ ବିଜୟୀ

ଦିଗପହଣ୍ଡି, ୩୦।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ ର ତୃତୀୟ ଦିବସ ମଙ୍ଗଳବାର କ୍ୱାର୍ଟର ଫାଇନାଲ ମ୍ୟାଚରେ କନ୍ଧମାଳ ଜିଲା ଦାରିଙ୍ଗିବାଡି ଗ୍ରାମର ଭଲିବଲ ଟିମ୍ ପ୍ରତିପକ୍ଷ ଗଜପତି ଜିଲା ମୋହନା ଗ୍ରାମ ସେଣ୍ଟ ପିଟର  ଭଲିବଲ ଟିମ୍କୁ ଲଗାତାର ୨ ସେଟ୍ରେ ପରାଜିତ କରି ପରବର୍ତ୍ତୀ ସେମିଫାଇନାଲ ମ୍ୟାଚ୍କୁ ଉନ୍ନୀତ ହୋଇଛି। ସ୍ଥାନୀୟ ଖେମୁଣ୍ଡି ସ୍ପୋର୍ଟି କ୍ଲବ୍ ଆନୁକୂଲ୍ୟରେ ଆୟୋଜିତ ଏହି ଟୁର୍ନାମେଣ୍ଟର ତୃତୀୟ କ୍ୱାର୍ଟର ଫାଇନାଲ ମ୍ୟାଚ୍କୁ ବଡ଼ ଖେମୁଣ୍ଡି ରାଜପୁତ୍ର ସପନ କୁମାର ଦେବ ମୁଖ୍ୟଅତିଥି ଭାବେ ଯୋଗଦେଇ ଆନୁଷ୍ଠାନିକ ଭାବେ ଉଦଘାଟନ କରିଥିଲେ। ବ୍ୟବସାୟୀ ଏ.ସତ୍ୟନାରାୟଣ ସମ୍ମାନିତ ଅତିଥିଭାବେ ଯୋଗଦେଇଥିଲେ।  ଟୁର୍ନାମେଣ୍ଟ ଆୟୋଜକ ଅର୍ଦ୍ଦୁ . ଗୋବିନ୍ଦଙ୍କ ସଂଯୋଜନାରେ ଆୟୋଜିତ ମ୍ୟାଚ୍ ଉଦଘାଟନୀ କାର୍ଯ୍ୟକ୍ରମରେ  ଟୁର୍ନାମେଣ୍ଟ ପରିଚାଳନା କମିଟି ସଭାପତି ଶିବଶଙ୍କର ମହାଙ୍କୁଡ , ସମ୍ପାଦକ ବିଚିତ୍ରାନନ୍ଦ ପଟ୍ଟନାୟକ  , ପରିଚାଳନା କମିଟି କାର୍ଯ୍ୟକର୍ତ୍ତା ଏ . ସାକିଲି , ବାରିକ ବେହେରା , ଲୋକନାଥ ପାଣିଗ୍ରାହୀ ,  ପ୍ରମୁଖ ଉପସ୍ଥିତ ଥିଲେ । ଗୋବିନ୍ଦ ନାୟକ ରେଫେରି ଭାବେ ମ୍ୟାଚ ପରିଚାଳନା କରିଥିବା ବେଳେ ମୋହନା ଭଲିବଲ ଟିମ୍ ର ସାହିଲ ନାୟକ ଙ୍କୁ ମ୍ୟାନ ଅଫ୍ ଦି ମ୍ୟାଚ୍ ଭାବେ ଘୋଷଣା କରାଯାଇ ଅନ୍ୟତମ ଅତିଥି ଅବସରପ୍ରାପ୍ତ କ୍ରୀଡା ଶିକ୍ଷକ ଏମ. ଗୌରାଙ୍ଗ ଙ୍କ ଦ୍ଵାରା ପୁରସ୍କୃତ କରାଯାଇଥିଲା। ଖେମୁଣ୍ଡି ସ୍ପୋର୍ଟିଙ୍ଗ କ୍ଳବ ସଦସ୍ୟ ସମୀର କୁମାର ପଣ୍ଡା, ସନାତନ ରେଡ୍ଡୀ, ନରେନ୍ଦ୍ର ସାହୁ, ବୈକୁଣ୍ଠ ନାଥ ସ୍ବାଇଁ ଙ୍କ ସମେତ ସଭ୍ୟ ବୃନ୍ଦ ମ୍ୟାଚ୍ ପରିଚାଳନାରେ ସହଯୋଗ  କରିଥିଲେ ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଚାମ୍ବରରେ ଧସେଇ ପଶି ଏମିତି କ’ଣ କହିଦେଲେ ଭାଜପା ନେତା, ଚେୟାରରେ ଚେତାଶୂନ୍ୟ ହୋଇ ପଡ଼ିଗଲେ ବିଡିଓ

ଡେରାବିଶ, ୧୪।୮ (ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକ କାର୍ଯ୍ୟାଳୟରେ ଶୁକ୍ରବାର ଅପରାହ୍ନରେ ଏକ ଅଭାବନୀୟ ପରିସ୍ଥିତି ସୃଷ୍ଟି ହୋଇଛି। ବିଡିଓ ନମିତା ବାରିକ…

ଘୁମୁସର ସ୍ବର ଶୁଣିବେ ଶ୍ରୋତା, ‘ରେଡିଓ ଆଇନା’ର ଲୋକାର୍ପଣ କରି ବିଧାୟକ କହିଲେ…

ଭଞ୍ଜନଗର,୧୪ା୮(ବାବୁଲା ପ୍ରଧାନ): ରେଡିଓର ବିକାଶ ଓ ଏହାକୁ ଲୋକଙ୍କ ନିକଟତର କରିବା ଲକ୍ଷ୍ୟରେ ଭଞ୍ଜନଗର ମାଲସାହିଠାରେ ଶୁକ୍ରବାର ‘ରେଡିଓ ଆଇନା’ର ଲୋକାର୍ପଣ ହୋଇଛି। ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ…

ବିଦ୍ୟୁତ୍‌ ଆଘାତରେ ନାବାଳିକାଙ୍କ ଜୀବନ ଗଲା, କ୍ଷତିପୂରଣ ଦାବିରେ…

କାଲିମେଳା,୧୪ା୮(ଜୀବନ କୃଷ୍ଣ ଦାସ): ମାଲକାନଗିରି ଜିଲା କାଲିମେଳା ଥାନା ଅନ୍ତର୍ଗତ କୁର୍ମାନୁର ପଞ୍ଚାୟତର ଗୁରାଲୁର ଗ୍ରାମରେ ବିଦ୍ୟୁତ୍‌ ଆଘାତରେ ଜଣେ ୧୩ ବର୍ଷୀୟା ନାବାଳିକାଙ୍କ ମୃତ୍ୟୁ ଘଟିଛି।…

ଗୁଣପୁରରେ ଅଖଣ୍ଡ ଭାରତ ଦିବସ: ତ୍ରିରଙ୍ଗା ଯାତ୍ରାରେ ବାହାରି ମହାପୁରୁଷଙ୍କ ବଳିଦାନକୁ ନେଇ…

ଗୁଣପୁର,୧୪ା୮(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ପୁରୁଣା ବସ୍‌ଷ୍ଟାଣ୍ଡଠାରେ ଶୁକ୍ରବାର ଅଖଣ୍ଡ ଭାରତ ଦିବସ ପାଳନ ହୋଇଯାଇଛି। ଏହି ଅବସରରେ ଭାଜପା ଜିଲା ସଭାପତି ଗୋପୀ ଆନନ୍ଦ…

ପାନୀୟ ଜଳ ପାଇଁ ଯିବାକୁ ପଡୁଛି ୨ କିମି, ଏସ୍‌ଡିପିଓ କହିଲେ ଯୁଦ୍ଧକାଳୀନ ଭିତ୍ତିରେ ଆଜି…

କେସିଙ୍ଗା,୧୪ା୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ମଖାପଳା ଗ୍ରାମରେ ଦୀର୍ଘଦିନରୁ ପାନୀୟଜଳ ସମସ୍ୟା ରହିଛି। ଏହି ଅଞ୍ଚଳରେ ନଳକୂପ ଖୋଳିଲେ ମଧ୍ୟ ପାଣି ବାହାରୁନାହିଁ। ଗ୍ରାମରୁ…

ତାଳଚେର-ପୁରୀ ମେମୁ ପାସେଞ୍ଜର ଲାଇନ୍‌ଚ୍ୟୁତ

ପୁରୀ,୧୪ା୮(ଅଜିତ କୁମାର ମହାନ୍ତି): ପୁରୀ ଷ୍ଟେଶନ ନିକଟରେ ତାଳଚେରରୁ ପୁରୀ ଆସୁଥିବା ମେମୁ ପାସେଞ୍ଜର ଟ୍ରେନ ପୁରୀ ଷ୍ଟେଶନରୁ ମାତ୍ର ୫୦୦ ମିଟର ଦୂରରେ ଲାଇନଚ୍ୟୁତ ହୋଇଛି।…

ବରାଳ ବାଲୁଙ୍କେଶ୍ୱର ମନ୍ଦିର ବିକାଶ ପାଇଁ ୮୫ ଲକ୍ଷ ଟଙ୍କା ମଞ୍ଜୁର

ସାକ୍ଷୀଗୋପାଳ,୧୪ା୮(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ପୁରୀ ଜିଲା ସତ୍ୟବାଦୀ ବ୍ଲକର ବରାଳ ଗ୍ରାମର ପୁରାଣ ପ୍ରସିଦ୍ଧ ବାଲୁଙ୍କେଶ୍ୱର ଦେବ ମନ୍ଦିରକୁ ଦିନକୁ ଦିନ ଶ୍ରଦ୍ଧାଳୁମାନଙ୍କ ସମାଗମ ବୃଦ୍ଧି…

୭ ଦିନ ବନ୍ଦ ରହିବ ବିଜୁ ପଟ୍ଟନାୟକ ଶିଶୁ ଉଦ୍ୟାନ: ପଛରେ ରହିଛି ଏମିତି କାରଣ

ଭଞ୍ଜନଗର,୧୪।୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବିଜୁ ପଟ୍ଟନାୟକ ଶିଶୁ ଉଦ୍ୟାନ ପରିସରରେ ହୋଇଥିବା ରାଜ୍ୟର ଏକ ମାତ୍ର ସରକାରୀ ୱାଟର ପାର୍କକୁ ଗତ ମାସରେ ଅନିର୍ଦ୍ଦିଷ୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri