ଦିଗପହଣ୍ଡି, ୩୦।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ ର ତୃତୀୟ ଦିବସ ମଙ୍ଗଳବାର କ୍ୱାର୍ଟର ଫାଇନାଲ ମ୍ୟାଚରେ କନ୍ଧମାଳ ଜିଲା ଦାରିଙ୍ଗିବାଡି ଗ୍ରାମର ଭଲିବଲ ଟିମ୍ ପ୍ରତିପକ୍ଷ ଗଜପତି ଜିଲା ମୋହନା ଗ୍ରାମ ସେଣ୍ଟ ପିଟର ଭଲିବଲ ଟିମ୍କୁ ଲଗାତାର ୨ ସେଟ୍ରେ ପରାଜିତ କରି ପରବର୍ତ୍ତୀ ସେମିଫାଇନାଲ ମ୍ୟାଚ୍କୁ ଉନ୍ନୀତ ହୋଇଛି। ସ୍ଥାନୀୟ ଖେମୁଣ୍ଡି ସ୍ପୋର୍ଟି କ୍ଲବ୍ ଆନୁକୂଲ୍ୟରେ ଆୟୋଜିତ ଏହି ଟୁର୍ନାମେଣ୍ଟର ତୃତୀୟ କ୍ୱାର୍ଟର ଫାଇନାଲ ମ୍ୟାଚ୍କୁ ବଡ଼ ଖେମୁଣ୍ଡି ରାଜପୁତ୍ର ସପନ କୁମାର ଦେବ ମୁଖ୍ୟଅତିଥି ଭାବେ ଯୋଗଦେଇ ଆନୁଷ୍ଠାନିକ ଭାବେ ଉଦଘାଟନ କରିଥିଲେ। ବ୍ୟବସାୟୀ ଏ.ସତ୍ୟନାରାୟଣ ସମ୍ମାନିତ ଅତିଥିଭାବେ ଯୋଗଦେଇଥିଲେ। ଟୁର୍ନାମେଣ୍ଟ ଆୟୋଜକ ଅର୍ଦ୍ଦୁ . ଗୋବିନ୍ଦଙ୍କ ସଂଯୋଜନାରେ ଆୟୋଜିତ ମ୍ୟାଚ୍ ଉଦଘାଟନୀ କାର୍ଯ୍ୟକ୍ରମରେ ଟୁର୍ନାମେଣ୍ଟ ପରିଚାଳନା କମିଟି ସଭାପତି ଶିବଶଙ୍କର ମହାଙ୍କୁଡ , ସମ୍ପାଦକ ବିଚିତ୍ରାନନ୍ଦ ପଟ୍ଟନାୟକ , ପରିଚାଳନା କମିଟି କାର୍ଯ୍ୟକର୍ତ୍ତା ଏ . ସାକିଲି , ବାରିକ ବେହେରା , ଲୋକନାଥ ପାଣିଗ୍ରାହୀ , ପ୍ରମୁଖ ଉପସ୍ଥିତ ଥିଲେ । ଗୋବିନ୍ଦ ନାୟକ ରେଫେରି ଭାବେ ମ୍ୟାଚ ପରିଚାଳନା କରିଥିବା ବେଳେ ମୋହନା ଭଲିବଲ ଟିମ୍ ର ସାହିଲ ନାୟକ ଙ୍କୁ ମ୍ୟାନ ଅଫ୍ ଦି ମ୍ୟାଚ୍ ଭାବେ ଘୋଷଣା କରାଯାଇ ଅନ୍ୟତମ ଅତିଥି ଅବସରପ୍ରାପ୍ତ କ୍ରୀଡା ଶିକ୍ଷକ ଏମ. ଗୌରାଙ୍ଗ ଙ୍କ ଦ୍ଵାରା ପୁରସ୍କୃତ କରାଯାଇଥିଲା। ଖେମୁଣ୍ଡି ସ୍ପୋର୍ଟିଙ୍ଗ କ୍ଳବ ସଦସ୍ୟ ସମୀର କୁମାର ପଣ୍ଡା, ସନାତନ ରେଡ୍ଡୀ, ନରେନ୍ଦ୍ର ସାହୁ, ବୈକୁଣ୍ଠ ନାଥ ସ୍ବାଇଁ ଙ୍କ ସମେତ ସଭ୍ୟ ବୃନ୍ଦ ମ୍ୟାଚ୍ ପରିଚାଳନାରେ ସହଯୋଗ କରିଥିଲେ ।