ପ୍ରଭାକର ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ, ଡେଙ୍ଗାପଦର ଭଲିବଲ ଟିମ୍ ବିଜୟୀ

ଦିଗପହଣ୍ଡି, ୩୧|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ୪ର୍ଥ ଦିବସ ଆଜି ଆୟୋଜିତ ହୋଇଥିଲା । ବୁଧବାର କ୍ୱାର୍ଟର ଫାଇନାଲ ମ୍ୟାଚରେ ଡେଙ୍ଗାପଦର ଗ୍ରାମର ଭଲିବଲ ଟିମ୍ ପ୍ରତିପକ୍ଷ ଗଜପତି ଜିଲା ଚାନ୍ଦିପୁଟ ନିକଟ ଗୋଲି ସିକ୍ସ  ଭଲିବଲ ଟିମକୁ ପରାଜିତ କରି ପରବର୍ତ୍ତୀ ସେମିଫାଇନାଲ ମ୍ୟାଚକୁ ଉନ୍ନୀତ ହୋଇଛି । ସନ୍ଧ୍ୟା ୭ ଟା ଯାଏଁ ମ୍ୟାଚ୍ ଚାଲିଥିଲା। ସ୍ଥାନୀୟ ଖେମୁଣ୍ଡି ସ୍ପୋର୍ଟି କ୍ଲବ୍ ଆନୁକୂଲ୍ୟରେ ଆୟୋଜିତ ଏହି ଟୁର୍ନାମେଣ୍ଟର ୪ର୍ଥ କ୍ୱାର୍ଟର ଫାଇନାଲ ମ୍ୟାଚକୁ ଦିଗପହଣ୍ଡି ବ୍ଲକ ସରପଞ୍ଚ ସଂଘ ସଭାପତି ତଥା କରପଡ଼ା ପଞ୍ଚାୟତ ସରପଞ୍ଚ ଫନିନ୍ଦ୍ର ଚନ୍ଦ୍ର ଗୋସ୍ୱାମୀ ମୁଖ୍ୟଅତିଥି ଭାବେ ଯୋଗଦେଇ ଆନୁଷ୍ଠାନିକ ଭାବେ ଉଦଘାଟନ କରିଥିଲେ।

ସରପଞ୍ଚ ଗୀତାଞ୍ଜଳି ଜାନି, ବି. ସନ୍ଧ୍ୟାରାଣୀ ସୁବୁଦ୍ଧି, ଲିଙ୍ଗରାଜ ଦୋରା, ସରପଞ୍ଚ ପ୍ରତିନିଧି ପ୍ରଶାନ୍ତ କୁମାର ପ୍ରଧାନ, ଶିବରାମ ପ୍ରଧାନ, ସନ୍ତୋଷ ଦୋରା, ଚିତ୍ରସେନ ଗୌଡ଼, କାଉନସିଲର ଦୀପକ କୁମାର ମିଶ୍ର ପ୍ରମୁଖ ସମ୍ମାନିତ ଅତିଥିଭାବେ ଯୋଗଦେଇଥିଲେ। ଟୁର୍ନାମେଣ୍ଟ ଆୟୋଜକ ଅର୍ଦ୍ଦୁ . ଗୋବିନ୍ଦଙ୍କ ସଂଯୋଜନାରେ ଆୟୋଜିତ ମ୍ୟାଚ୍ ଉଦଘାଟନୀ କାର୍ଯ୍ୟକ୍ରମରେ  ଟୁର୍ନାମେଣ୍ଟ ପରିଚାଳନା କମିଟି ସଭାପତି ଶିବଶଙ୍କର ମହାଙ୍କୁଡ, ସମ୍ପାଦକ ବିଚିତ୍ରାନନ୍ଦ ପଟ୍ଟନାୟକ, ପରିଚାଳନା କମିଟି କାର୍ଯ୍ୟକର୍ତ୍ତା ଏ . ସାକିଲି, ବାରିକ ବେହେରା, ଲୋକନାଥ ପାଣିଗ୍ରାହୀ ପ୍ରମୁଖ ଉପସ୍ଥିତ ଥିଲେ ।

ଗୋବିନ୍ଦ ନାୟକ ରେଫେରି ଭାବେ ମ୍ୟାଚ ପରିଚାଳନା କରିଥିବା ବେଳେ ଗୋଲି ସିକ୍ସ ଭଲିବଲ ଟିମର ଲାଣ୍ଡୁ ନାୟକଙ୍କୁ ମ୍ୟାନ ଅଫ୍ ଦି ମ୍ୟାଚ୍ ଭାବେ ଘୋଷଣା କରାଯାଇଥିଲା । ଅନ୍ୟତମ ଅତିଥି ଲବ ନାୟକ ଓ ରଞ୍ଜିତ ବେହେରାଙ୍କ ଦ୍ଵାରା ପୁରସ୍କୃତ କରାଯାଇଥିଲା। ଖେମୁଣ୍ଡି ସ୍ପୋର୍ଟିଙ୍ଗ କ୍ଳବ ସଦସ୍ୟ ସମୀର କୁମାର ପଣ୍ଡା, ସନାତନ ରେଡ୍ଡୀ, ନରେନ୍ଦ୍ର ସାହୁ, ବୈକୁଣ୍ଠ ନାଥ ସ୍ବାଇଁଙ୍କ ସମେତ ସଭ୍ୟ ବୃନ୍ଦ ମ୍ୟାଚ୍ ପରିଚାଳନାରେ ସହଯୋଗ  କରିଥିଲେ ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ମହିଳା ଟି୨୦ ବିଶ୍ୱକପ୍‌: ଅଷ୍ଟ୍ରେଲିଆ ଚାମ୍ପିୟନ

ଲଣ୍ଡନ,୫ା୭: ମହିଳା ଟି୨୦ ବିଶ୍ୱକପ୍‌ରେ ପୁଣି ଥରେ ଚାମ୍ପିୟନ ହୋଇଛି ଅଷ୍ଟ୍ରେଲିଆ। ଟୁର୍ନାମେଣ୍ଟରେ ଅପରାଜେୟ ରହିଥିବା ଅଷ୍ଟ୍ରେଲିଆ ଐତିହାସିକ ଲଡର୍‌ସ ଗ୍ରାଉଣ୍ଡରେ ରବିବାର ଖେଳାଯାଇଥିବା ଫାଇନାଲରେ ୭…

ଜିଲାପାଳଙ୍କ ବଡ଼ ଘୋଷଣା: କଟକରେ ସ୍କୁଲ ଛୁଟି

କଟକ,୫।୭: ସୋମବାର କଟକ ଜିଲାର ସମସ୍ତ ସରକାରୀ ଏବଂ ବେସରକାରୀ ଶିକ୍ଷାନୁଷ୍ଠାନ ଛୁଟି ରହିବ। ଲଘୁଚାପ ଜନିତ ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି କଟକ ଜିଲାପାଳ ଛୁଟି…

ଗୁରଗାଁଓରେ ଚାଞ୍ଚଲ୍ୟ: ପ୍ରେମିକ ସହ ମିଶି ସ୍ବାମୀଙ୍କୁ ହତ୍ୟାକଲେ ନବବିବାହିତା ମହିଳା

ଗୁରଗାଁଓ,୫ା୭: ନିଖୋଜ ହେବାର ୨ ଦିନ ପରେ ଜଣେ ୨୧ ବର୍ଷୀୟ ଯୁବକଙ୍କ ମୃତଦେହ ରଓ୍ବୋରୀସ୍ଥିତ କେନାଲରୁ ମିଳିବା ପରେ ତାଙ୍କୁ ନବବିବାହିତା ସ୍ତ୍ରୀ ଓ ତାଙ୍କ…

ସମୁଦ୍ରରେ ଫସିଥିବା ମତ୍ସ୍ୟଜୀବୀ ଉଦ୍ଧାର

ପୁରୀ,୫ା୭(ଅଜିତ୍‌ କୁମାର ମହାନ୍ତି): ପୁରୀ ପୋଲିସର ତତ୍ପରତାରେ ସମୁଦ୍ରରେ ଫସିଥିବା ଆନ୍ଧ୍ରପ୍ରଦେଶର ୧୦ ମତ୍ସ୍ୟଜୀବୀଙ୍କ ସୁରକ୍ଷିତ ଉଦ୍ଧାର କରାଯାଇଥିବା ନେଇ ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି। ସୂଚନା…

ଲଗାଣ ବର୍ଷାରେ ବେହାଲ ବଲାଙ୍ଗୀର, ବିଭିନ୍ନ ପଡ଼ାରେ ରହୁଥିବା ଲୋକଙ୍କ ଘରେ ପଶିଲା ପାଣି

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଲଗାଣ ବର୍ଷା ଜାରି ରହିଛି। ଫଳରେ ସହରର ବିଭିନ୍ନ ପଡ଼ାରେ ରହୁଥ‌ିବା ଲୋକଙ୍କ ଘର ଭିତରକୁ ବର୍ଷା ଓ ଡ୍ରେନ୍…

ଚିଠା ଭୋଟର ତାଲିକା ପ୍ରକାଶ, ବଲାଙ୍ଗୀର ଜିଲାରୁ ବାଦ ପଡ଼ିଲେ…

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (Special Intensive Revision – SIR) ପ୍ରକ୍ରିୟାର ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ୱରୂପ…

କାଳ ବୈଶାଖୀରେ ଉଡ଼ିଯାଇଥିଲା ଟିଣ, ଛପର, ହେଉନି ମରାମତି

ମୋହନା,୫।୭(ମନ୍ମଥ ମିଶ୍ର): କାଳବୈଶାଖୀରେ ଉଡ଼ିଯାଇଥିଲା ବିଦ୍ୟାଳୟର ଟିଣ ଛପର। ହେଲେ ବର୍ତ୍ତମାନ ସୁଦ୍ଧା ଏହା ମରାମତି ହୋଇନାହିଁ। ଫଳରେ ବାଧ୍ୟହୋଇ ଦୁଇଟି ଶ୍ରେଣୀ ଗୃହରେ ପ୍ରଥମରୁ ଅଷ୍ଟମ…

କଳାହାଣ୍ଡି ପୋଲିସକୁ ବଡ଼ ସଫଳତା; ଚୋର ଗ୍ୟାଙ୍ଗର ପର୍ଦ୍ଦାଫାସ, ୪ ଗିରଫ

ଭବାନୀପାଟଣା,୫।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଦୀର୍ଘ ଦିନ ଧରି ଜିଲାର ଗୋଲାମୁଣ୍ଡା, କୋକସରା ଏବଂ କେଗାଁ ଥାନା ଅଞ୍ଚଳରେ ଚୋରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri