ଦେଶରେ ପ୍ରଭଞ୍ଜନ ଓ ବୋରା, ରାଜ୍ୟରେ ସ୍ବୟଂଶକ୍ତି ଶ୍ରେଷ୍ଠ

ଭୁବନେଶ୍ୱର,୧୪।୬(ଅନୁରାଧା ମହାରଣା): ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି (ଏନ୍‌ଟିଏ) ପକ୍ଷରୁ ଜାତୀୟ ଯୋଗ୍ୟତା ଓ ପ୍ରବେଶିକା ପରୀକ୍ଷା (ନିଟ୍‌)-୨୦୨୩ ୟୁଜିର ଫଳାଫଳ ମଙ୍ଗଳବାର ପ୍ରକାଶ ପାଇଛି। ପ୍ରକାଶିତ ଫଳ ଅନୁସାରେ ତାମିଲନାଡ଼ୁର ପ୍ରଭଞ୍ଜନ ଜେ. ଏବଂ ଆନ୍ଧ୍ରପ୍ରଦେଶର ବୋରା ବରୁଣ ଚକ୍ରବର୍ତ୍ତୀ ୭୨୦ ନମ୍ବର ଲେଖାଏ ରଖି ସର୍ବଭାରତୀୟ ସ୍ତରରେ ଯୁଗ୍ମ ଭାବେ ଶ୍ରେଷ୍ଠ ସ୍ଥାନ ହାସଲ କରିଥିବାବେଳେ ଓଡ଼ିଶାର ସ୍ବୟଂଶକ୍ତି ତ୍ରିପାଠୀ ର଼୍ୟାଙ୍କ-୮ ସହ ରାଜ୍ୟରେ ପ୍ରଥମ ସ୍ଥାନରେ ରହିଛନ୍ତି।
ଚଳିତ ଥର ୨୦,୮୭, ୪୬୨ ଜଣ ଛାତ୍ରୀଛାତ୍ର ପଞ୍ଜୀକରଣ କରିଥିବାବେଳେ ୨୦, ୩୮, ୫୯୬ ଜଣ ପରୀକ୍ଷା ଦେଇଥିଲେ। ସେମାନଙ୍କ ମଧ୍ୟରୁ ୧୧, ୪୫,୯୭୬ ଜଣଙ୍କୁ ର଼୍ୟାଙ୍କ ମିଳିଛି। ଦେଶ ବାହାରର ୧୪ଟି ସହର ସମେତ ମୋଟ ୪୯୯ଟି ସହରର ୪୦୯୭ଟି ସେଣ୍ଟରରେ ଏହି ପରୀକ୍ଷା ହୋଇଥିଲା। ନିଟ୍‌ରେ ଚଳିତ ବର୍ଷ ୫୬.୨୧ ପ୍ରତିଶତ ବିଦ୍ୟାର୍ଥୀ କୃତକାର୍ଯ୍ୟ ହୋଇଛନ୍ତି। ନିଟ ୟୁଜିର କଟ୍‌ ଅଫ୍‌ ମାର୍କ ଚଳିତଥର ୭୨୦-୧୩୭ ପର୍ଯ୍ୟନ୍ତ ପହଞ୍ଚିଛି। ଉତ୍ତରପ୍ରଦେଶରୁ ସର୍ବାଧିକ ୧.୩୯ ଲକ୍ଷ, ମହାରାଷ୍ଟ୍ରରୁ ୧.୩୧ ଲକ୍ଷ ଓ ରାଜସ୍ଥାନରୁ ୧ ଲକ୍ଷରୁ ଅଧିକ ପିଲା ନିଟ୍‌-ୟୁଜି କ୍ୱାଲିଫାଏ କରିଛନ୍ତି। ଚଳିତବର୍ଷ ଓଡ଼ିଶାରୁ ୫୭୯୭ ଜଣ ପଞ୍ଜୀକରଣ କରିଥିବାବେଳେ ୫୭୧୫ ଜଣ ପରୀକ୍ଷା ଦେଇଥିଲେ। ସେମାନଙ୍କ ମଧ୍ୟରୁ ୩୧୪୦ ଜଣ ର଼୍ୟାଙ୍କ ପାଇଛନ୍ତି। ୧୩ଟି ଭାଷାରେ ଏହି ପରୀକ୍ଷା ଅନୁଷ୍ଠିତ ହୋଇଥିବାବେଳେ ଓଡ଼ିଆରେ ୯୮୮ ଜଣ ପରୀକ୍ଷାର୍ଥୀ ପରୀକ୍ଷା ଦେଇଥିଲେ। ଶ୍ରେଷ୍ଠ ୫୦ ଜଣଙ୍କ ମଧ୍ୟରେ ଓଡ଼ିଶାର ସୂର୍ଯ୍ୟପ୍ରତାପ ମିଶ୍ର ୩୫ତମ ସ୍ଥାନରେ ରହିଛନ୍ତି। ସେହିପରି ଶ୍ରେଷ୍ଠ ୨୦ ଜଣ ମହିଳା ପରୀକ୍ଷାର୍ଥୀଙ୍କ ମଧ୍ୟରେ ଓଡ଼ିଶାର ଅଭିପ୍ସା ଚୌଧୁରୀ ରହିଛନ୍ତି। ସେ ର଼୍ୟାଙ୍କ ୬୩ ପାଇଥିବାବେଳେ ୭୧୦ ମାର୍କ ରଖିପାରିଛନ୍ତି। ସ୍ବୟଂଶକ୍ତି ଏବଂ ସୂର୍ଯ୍ୟ ପ୍ରତାପ ସାଇ ଇଣ୍ଟର ନ୍ୟାଶନାଲ ସ୍କୁଲର ଛାତ୍ର ବୋଲି ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ଧୁ ମିଳନ ନାମରେ ବଳ କଷିଲେ ଯୁବ ଗୋଷ୍ଠୀ: ସାମିଲ ହେଲେ ଶହ ଶହ…

ଗଞ୍ଜାମ,୩।୪(ବିଦ୍ୟାଧର ସାହୁ ): ୧୬ ନଂ ଜାତୀୟ ରାଜପଥ ପାର୍ଶ୍ୱରେ ଥିବା ମା’ ଏଲେମା ମନ୍ଦିର ପ୍ରାଙ୍ଗଣରେ ଗଞ୍ଜାମ ସହରର ଏକ ବନ୍ଧୁ ମିଳନ କାର୍ଯ୍ୟକ୍ରମ ଶୁକ୍ରବାର…

ଉତ୍ସବମୁଖର ଦାରିଙ୍ଗବାଡି: ଉତ୍ସାହ ସହ ପାଳନହେଲା ଗୁଡ ଫ୍ରାଇଡେ, ଯୀଶୁଖ୍ରୀଷ୍ଟଙ୍କ ଯାତନାର ଦୃଶ୍ୟ…

ଦାରିଙ୍ଗବାଡି,୩।୪ (ଅରୁଣ ସାହୁ): ଗୁଡ୍‌ ଫ୍ରାଇଡେ ପାଇଁ କନ୍ଧମାଳ ଜିଲା  ଉତ୍ସବ ମୁଖର ହୋଇଥିବା ବେଳେ ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ମଧ୍ୟ ଏହି ପର୍ବ ବଡ଼ ଧୁମଧାମରେ…

ମାମୁଁ ଘରକୁ ଆସି ଗତକାଲିଠୁ ଥିଲେ ନିଖୋଜ: ଆଜି କେନାଲରୁ ମିଳିଲା ମୃତଦେହ, ପରିବାର ଲୋକେ ଆଣିଲେ ସାଂଘାତିକ ଅଭିଯୋଗ

ପଟ୍ଟାମୁଣ୍ଡାଇ ୩।୪(କଳ୍ପତରୁ ନାୟକ) କେନ୍ଦ୍ରାପଡା ଜିଲାରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗୁରୁବାର ପୂର୍ବାହ୍ନରୁ ନିଖୋଜ ଥିବା ଜଣେ ୭ ବର୍ଷୀୟ ନାବାଳିକା ସ୍କୁଲ…

ଇସ୍ରାଏଲକୁ ‘ପଙ୍ଗୁ’ କରିଦେଲା ଇରାନ: IDF ‘ଗୁପ୍ତଚର’ଙ୍କୁ ତାଲିମ ଦେଇଥିବା କାରଖାନାକୁ ଉଡ଼ାଇ ଦେଲା

ତେହରାନ,୩।୪: ଇରାନ ପୁଣିଥରେ ଇସ୍ରାଏଲର ଏକ ଉଚ୍ଚ-ପ୍ରଯୁକ୍ତି ପ୍ରତିରକ୍ଷା କେନ୍ଦ୍ର ଉପରେ ଏକ ସଠିକ ବାଲିଷ୍ଟିକ କ୍ଷେପଣାସ୍ତ୍ର ଆକ୍ରମଣ କରିଛି। ଏଥର, ଟାର୍ଗେଟ ଥିଲା ପେଟାହ ଟିକଭା…

ଆମେରିକାକୁ ଇରାନର ଖୋଲା ଧମକ, କହିଲା ‘ଆମେ ଆମେରିକାକୁ ପ୍ରସ୍ତର ଯୁଗଠାରୁ ବି ପୂର୍ବ ଯୁଗକୁ ଫେରାଇ ଦେବୁ’

ତେହରାନ,୩।୪: ମଧ୍ୟପ୍ରାଚ୍ୟରେ ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ଏବେ ଆହୁରି ବିପଦପୂର୍ଣ୍ଣ ପର୍ଯ୍ୟାୟରେ ପ୍ରବେଶ କରିଛି। ଏହି ମୁକାବିଲା ଆଉ କେବଳ ଦୁଇଟି ରାଷ୍ଟ୍ର…

ରାଜ୍ୟ ସଭାର ଉପନେତା ପଦରୁ ହଟାଯିବା ପରେ କମିଯିବ କି ରାଘବ ଚଢାଙ୍କ ଦରମା? ଜାଣନ୍ତୁ କ’ଣ ରହିଛି ନିୟମ

ନୂଆଦିଲ୍ଲୀ,୩।୪: ରାଜ୍ୟ ସଭାରେ ଉପନେତା ପଦରୁ ରାଘବ ଚଢାଙ୍କୁ ହଟାଇବା ପରେ ରାଜନୈତିକ ବିତର୍କ ଆରମ୍ଭ ହୋଇଛି। ଅଶୋକ ମିତ୍ତଲ ଏବେ ଏହି ଭୂମିକା ଗ୍ରହଣ କରିବେ।…

ସ୍ତ୍ରୀଙ୍କ ସହ ଯାଇଥିଲେ ଶ୍ୱଶୁର ଘର: ଘରେ ବୁଲିଲା କଳାକନା

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଜଗନ୍ନାଥ ମନ୍ଦିର ସାହିରେ ରହୁଥିବା ରାଜମିସ୍ତ୍ରୀ ପିଣ୍ଟୁ ସାହୁଙ୍କ ଘର ତାଲା ଭାଙ୍ଗି ଦୁର୍ୱୃତ୍ତମାନେ କଳାକନା…

ଶପଥ ନେଲେ ନବନିର୍ବାଚିତ ବାର ଆସୋସିଏଶନ କର୍ମକର୍ତ୍ତା, ଜାଣନ୍ତୁ ସେମାନେ କିଏ…

ଭଞ୍ଜନଗର,୩।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନର ନବ ନିର୍ବାଚିତ କର୍ମକର୍ତ୍ତାମାନେ ଶୁକ୍ରବାର ଶପଥ ନେଇଛନ୍ତି। ନିର୍ବାଚନ ଅଧିକାରୀ ଲଡ଼ୁ କିଶୋର ଅଳତିଆ ନବନିର୍ବାଚିତ କର୍ମକର୍ତ୍ତାଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri