Posted inଖେଳ

ପ୍ରଭଞ୍ଜନ ସିନିୟର ଚୟନ କମିଟି ଅଧ୍ୟକ୍ଷ

ଭୁବନେଶ୍ୱର: ଓଡ଼ିଶା କ୍ରିକେଟ ଆସୋସିଏଶନ(ଓସିଏ)ର ସମ୍ବିଧାନ ଅନୁସାରେ ଏହାର ପରାମର୍ଶଦାତା କମିଟି ରାଜ୍ୟ ସିନିୟର କ୍ରିକେଟ ପାଇଁ ଗୁରୁବାର ଚୟନ କମିଟି ଗଠନ କରିଛି। ୮୮ଟି ପ୍ରଥମଶ୍ରେଣୀ ମ୍ୟାଚ ଖେଳିଥିବା ପୂର୍ବତନ ରଣଜୀ ଟ୍ରଫି ଅଧିନାୟକ ପ୍ରଭଞ୍ଜନ ମଲିକଙ୍କୁ ଚୟନ କମିଟିର ଅଧ୍ୟକ୍ଷ ମନୋନୟନ କରାଯାଇଛି। କମିଟିରେ ସ୍ଥାନ ପାଇଥିବା ଅନ୍ୟ ପୂର୍ବତନ ଖେଳାଳିମାନେ ହେଲେ ସୋମନାଥ ସାହୁ (୩୩ ମ୍ୟାଚ), ରବି ନାରାୟଣ ପଣ୍ଡା (୩୦), ବିଷ୍ଣୁଦେବ ମହାନ୍ତି (୨୯) ଓ ସୌରଜିତ ମହାପାତ୍ର (୨୮)। ଓସିଏ ସଭାପତି ପଙ୍କଜ ଲୋଚନ ମହାନ୍ତି ଓ ସମ୍ପାଦକ ସଞ୍ଜୟ ବେହେରା ଚୟନ କମିଟିକୁ ଶୁଭେଚ୍ଛା ଜଣାଇଛନ୍ତି। ସୂଚନାଯୋଗ୍ୟ ବୁଧବାର ପୂର୍ବତନ କ୍ରିକେଟର ତଥା ବିସିସିଆଇ ଲେଭଲ-୩ କୋଚ୍‌ ଆର. ଶ୍ରୀକାନ୍ତ ଓସିଏର ବୈଷୟିକ ନିର୍ଦ୍ଦେଶକ ଏବଂ କ୍ରିକେଟ ପରିଚାଳନା ମୁଖ୍ୟ ନିଯୁକ୍ତ ହୋଇଥିଲେ। ଏହା ବ୍ୟତୀତ ବିସିସିଆଇ ସ୍ବୀକୃତିପ୍ରାପ୍ତ ଭିଡିଓ ବିଶ୍ଳେଷକ ଗଣେଶ କରଙ୍କୁ ଓସିଏର ଡାଟା ଆନାଲିଟିକ୍ସ ଓ ପରଫରମାନ୍ସ ମ୍ୟାନେଜମେଣ୍ଟ ମୁଖ୍ୟ ଏବଂ ବିସିସିଆଇ ଲେଭଲ-୧ ଟ୍ରେନର ଅମିୟ କୁମାର ମହାନ୍ତିଙ୍କୁ ଷ୍ଟ୍ରେନ୍ଥ ଆଣ୍ଡ କଣ୍ଡିଶନିଂ ପ୍ରଶିକ୍ଷଣ ମୁଖ୍ୟଭାବେ ନିଯୁକ୍ତି ଦିଆଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ସପ୍ତାହେ ମଧ୍ୟରେ କୋହଲିଙ୍କ ୫ ରେକର୍ଡକୁ ଧୂଳିସାତ୍‌ କରିଦେଲେ ଏହି ୫ ବ୍ୟାଟର୍‌

ନୂଆଦିଲ୍ଲୀ,୯।୧୦: ବିରାଟ କୋହଲିଙ୍କ ନାଁରେ ଅନେକ କ୍ରିକେଟ ରେକର୍ଡ ରହିଛି। ଏହାକୁ ଭାଙ୍ଗିବା ଯେକୌଣସି ଖେଳାଳିଙ୍କ ପାଇଁ ଏକ ବଡ଼ ସଫଳତା ହେବ। ଗତ ସପ୍ତାହ ମଧ୍ୟରେ…

ବୈଭବ ସୂର୍ଯ୍ୟବଂଶୀଙ୍କ ସ୍ବପ୍ନ ଆଜି ହେବ ସାକାର! ନିଷ୍ପତ୍ତି ନେବେ ଆୟର

ରାଞ୍ଚି,୯।୧୦: ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ଚାଲିଥିବା ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ୍‌ର ଦ୍ୱିତୀୟ ମୁକାବିଲା ଆଜି ରାଞ୍ଚିରେ ଖେଳାଯିବ। ପ୍ରଥମ ମ୍ୟାଚ୍‌ରେ ବିଜୟ ହାସଲ…

କୋହଲିଙ୍କ ଏହି ସ୍କିଲ୍‌ ଚୋରାଇବାକୁ ଚାହୁଁଛନ୍ତି ଅଭିଷେକ: କହୁ କହୁ କହିଦେଲେ ମନର କଥା

ନୂଆଦିଲ୍ଲୀ,୯।୧୦: ଭାରତୀୟ କ୍ରିକେଟ୍‌ର ଯୁବ ତାରକା ଅଭିଷେକ ଶର୍ମା ନିଜ ବିସ୍ଫୋରକ ବ୍ୟାଟିଂ ପାଇଁ ବେଶ ପରିଚିତ। ଛକା ଓ ଚୌକା ବର୍ଷା କରିବାରେ ମାହିର ଏହି…

ଚମକିଲେ ବସ୍‌ ଡ୍ରାଇଭରଙ୍କ ପୁଅ, ସଞ୍ଚୁ-ବୈଭବଙ୍କୁ ଦେଲେ ଚକ୍‌ମା: ମିଳିଲା ବଡ଼ ଅଫର୍‌

ରାଞ୍ଚି,୯।୧୦: ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ଦ୍ୱିତୀୟ ଟି-୨୦ ମ୍ୟାଚକୁ ନେଇ ରାଞ୍ଚିର JSCA ଇଣ୍ଟରନ୍ୟାଶନାଲ ଷ୍ଟାଡିୟମ୍‌ରେ ଉତ୍ସାହ ଦେଖିବାକୁ ମିଳୁଛି। ମ୍ୟାଚ ପୂର୍ବରୁ ଭାରତୀୟ ଦଳର…

ମାତ୍ର ୨୭ ବର୍ଷରେ କ୍ରିକେଟ୍‌ କ୍ୟାରିୟର ଶେଷ! କୋହଲିଙ୍କ ସହ ଝଗଡା କରି ଚର୍ଚ୍ଚାରେ ଥିବା କ୍ରିକେଟ୍‌ର ଧରିଲେ ମାଇକ

ନୂଆଦିଲ୍ଲୀ,୯।୧୦: ଆଇପିଏଲ୍‌ରେ ବିରାଟ କୋହଲିଙ୍କ ସହ ପଡ଼ିଆରେ ଝଗଡାକୁ ନେଇ ଚର୍ଚ୍ଚାକୁ ଆସିଥିବା ଆଫଗାନିସ୍ତାନର ଦ୍ରୁତ ବୋଲର୍‌ ନବୀନ-ଉଲ-ହକ ଏବେ ଏକ ନୂଆ ଭୂମିକାରେ ଦେଖାଦେବେ। ବଲ…

ପୁଣି ଭାରତ-ପାକିସ୍ତାନ ସାମ୍ନାସାମ୍ନି: ଦୀପାବଳିରେ ହେବ ହାଇଭୋଲ୍ଟେଜ ମ୍ୟାଚ

ନୂଆଦିଲ୍ଲୀ,୯।୧୦: କ୍ରିକେଟ ପ୍ରେମୀଙ୍କ ପାଇଁ ବଡ଼ ଖବର। ଏସିଆନ କ୍ରିକେଟ କାଉନସିଲ (ACC) ପକ୍ଷରୁ ଅଣ୍ଡର-୧୯ ଏସିଆ କପ ୨୦୨୬ର କାର୍ଯ୍ୟସୂଚୀ ଘୋଷଣା କରାଯାଇଛି। ଏଥର ନଭେମ୍ବର…

ଭାରତର ନୂଆ କ୍ରିକେଟ୍‌ ବିସ୍ମୟ ତନ୍ମୟ: ଗୋଟିଏ ଟେଷ୍ଟରେ ୧୪ ଉଇକେଟ ନେଇ ରଚିଲେ ଇତିହାସ

ଅହମ୍ମଦାବାଦ,୯।୧୦: କ୍ରିକେଟ ପଡ଼ିଆରେ ଭାରତୀୟ ଯୁବ ସ୍ପିନର ତନ୍ମୟ ବଲୋଦାଙ୍କ କମାଲ। ଅଷ୍ଟ୍ରେଲିଆର ଅଣ୍ଡର-୧୯ ଦଳ ବିପକ୍ଷରେ ଦ୍ୱିତୀୟ ଅନୌପଚାରିକ ଟେଷ୍ଟ ମ୍ୟାଚ୍‌ରେ ନିଜର ଘାତକ ବୋଲିଂରେ…

ଇତିହାସ ବଦଳାଇବେ ଅଭିଷେକ ଶର୍ମା: କରିବେ ଏହି ବଡ଼ ବିଶ୍ୱ ରେକର୍ଡ

ରାଞ୍ଚି,୯।୧୦: ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ଟି-୨୦ ସିରିଜ୍‌ର ଦ୍ୱିତୀୟ ମ୍ୟାଚ ଆଜି ରାଞ୍ଚିର JSCA ଇଣ୍ଟରନ୍ୟାଶନାଲ ଷ୍ଟାଡିୟମ୍‌ରେ ଖେଳାଯିବ। ଏହି ମ୍ୟାଚ୍‌ରେ ଭାରତୀୟ ଦଳର ବିସ୍ଫୋରକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?