ଓଟିଟି ରିଲିଜ ପୂର୍ବରୁ‘ଆଦିପୁରୁଷ’କୁ ଝଟକା: ଫିଲ୍ମର ଏଚ୍‌ଡି ଭର୍ସନ ଇଣ୍ଟରନେଟରେ ଲିକ୍‌

ମୁମ୍ବାଇ,୪।୭: ଫିଲ୍ମ ‘ଆଦିପୁରୁଷ’କୁ ବିବାଦ ଚାଲିଛି। ଫିଲ୍ମ ରିଲିଜ ହେବା ପୂର୍ବରୁ ମଧ୍ୟ ଅନେକ ଚର୍ଚ୍ଚାରେ ଥିଲା। ଯେତେବେଳେ ରିଲିଜ ହେଲା, ସମାଲୋଚକ ଏବଂ ଦର୍ଶକଙ୍କ ନକାରାତ୍ମକ ପ୍ରତିକ୍ରିୟା ଯୋଗୁଁ ଏହା ଲାଇମଲାଇଟରେ ରହିଥିଲା। ଦର୍ଶକ ପ୍ରଭାସ ଏବଂ କ୍ରିତି ସାନନ ଷ୍ଟାରରଙ୍କ ଠାରୁ ବହୁତ ଆଶା କରିଥିଲେ, କିନ୍ତୁ ଆଶାନୁଯାୟୀ ଫଳଫ୍ରଦ ହୋଇପାରିଲାନାହିଁ। ଦର୍ଶକମାନେ ସଂଳାପ, ଫିଲ୍ମର ଭିଜୁଆଲକୁ ପସନ୍ଦ କରୁନାହାନ୍ତି। ଏବେ ଫିଲ୍ମ ପୁଣିଥରେ ଚର୍ଚ୍ଚାକୁ ଆସିଛି। କୁହାଯାଉଛି ଯେ ଫିଲ୍ମର ଓଟିଟି ରିଲିଜ ପୂର୍ବରୁ ଏହି ଫିଲ୍ମର ଏଚ୍‌ଡି ଭର୍ସନ ଇଣ୍ଟରନେଟରେ ଲିକ୍‌ ହୋଇଛି।

ଫିଲ୍ମ ‘ଆଦିପୁରୁଷ’ ଏହାର ଖରାପ ଭିପିଏକ୍ସ, ସଂଳାପ ଏବଂ ଭିଜୁଆଲ କାରଣରୁ ଅନେକ ବିବାଦରେ ରହିଛି। ବର୍ତ୍ତମାନ ଏହି ଚଳଚ୍ଚିତ୍ର ଡକାୟତିର ଶିକାର ହୋଇଛି। ମିଡିଆ ରିପୋର୍ଟ ଅନୁଯାୟୀ, ‘ଆଦିପୁରୁଷ’ର ଏଚ୍‌ଡି ଭର୍ସନ ଇଣ୍ଟରନେଟରେ ଲିକ୍‌ ହୋଇଛି। ‘ଆଦିପୁରୁଷ’ ବର୍ତ୍ତମାନ ପ୍ରେକ୍ଷାଳୟରେ ଚାଲିଛି। ଆସନ୍ତା ସପ୍ତାହରେ ଫିଲ୍ମଟି ଓଟିଟିରେ ରିଲିଜ ହେବ ବୋଲି କୁହାଯାଉଛି। ବର୍ତ୍ତମାନ ଏହି ଚଳଚ୍ଚିତ୍ରଟି ଇଣ୍ଟରନେଟରେ ରିଲିଜ ହେତୁ ଏହାର ଓଟିଟି ରିଲିଜରେ ପ୍ରଭାବିତ ହୋଇପାରେ।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ବାରବାଟୀରେ ଭାରତ-ଦକ୍ଷିଣ ଆଫ୍ରିକା ମ୍ୟାଚ୍‌: ଜାଣନ୍ତୁ ଖେଳାଯିବ ମ୍ୟାଚ୍‌

କଟକ,୯ା୧୨(ଅନାଦି କର):ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ମଙ୍ଗଳବାର ଐତିହାସିକ ବାରବାଟୀ ଷ୍ଟାଡିୟମରେ ପ୍ରଥମf ଟି୨୦ ମ୍ୟାଚ୍‌ ଖେଳାଯିବ। ଏହି ମ୍ୟାଚ୍‌ ପାଇଁ ଖେଳାଳିଙ୍କଠାରୁ ଆରମ୍ଭ...

ପୁଣିଥରେ ଭାରତକୁ ଧୋକା ଦେବେ ଟ୍ରମ୍ପ, ଲାଗୁ କରିବେ ନୂଆ ଟାରିଫ୍‌

ଓ୍ବାଶିଂଟନ୍‌,୯।୧୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସୂଚିତ କରିଛନ୍ତି ଯେ ତାଙ୍କ ପ୍ରଶାସନ ଭାରତୀୟ ଚାଉଳ ଏବଂ କାନାଡିଆନ ସାର ସମେତ ବିଦେଶୀ କୃଷି ଉତ୍ପାଦ...

ବଲାଙ୍ଗୀର ଫଳ ବଜାରରେ ଅଗ୍ନିକାଣ୍ଡ: ପୂର୍ବତନ ମନ୍ତ୍ରୀ ଅନଙ୍ଗ ଉଦୟ ସିଂହଦେଓ କହିଲେ କ୍ଷତିପୂରଣ ପାଇଁ…

ବଲାଙ୍ଗୀର,୮।୧୨ ( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଦେଖୁ ଦେଖୁ ହୁ ହୁ ହୋଇ...

ଥମୁନି ଚାଷୀ ଅସନ୍ତୋଷ: ଧାନ କିଣାବିକାରେ ଅଚଳାବସ୍ଥା ନେଇ ଜିଲାପାଳଙ୍କୁ ଫେରାଦ ଦେଲେ…

ବରଗଡ଼, ୮।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ଜିଲାରେ ଅଧିକ ଧାନ ଉପତ୍ାଦନ ଯୋଗୁ ବରଗଡ଼ର ଏଭଳି ପରିଚୟ ରହିଛି। ତେବେ ଉକ୍ତ...

ଜମିଜମା ବିବାଦ ସମାଧାନ କରିବାକୁ ଲାଞ୍ଚ ନେଉଥିଲେ ଏଏସ୍‌ଆଇ, ମାଡିବସିଲା ଭିଜିଲାନ୍ସ

ଯାଜପୁର ଟାଉନ,୮ା୧୨(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ଯାଜପୁର ଟାଉନ ଥାନା ଏଏସ୍‌ଆଇ ନନ୍ଦକିଶୋର ଦାସ ଏକ ଜମିଜମା ବିବାଦ ସମାଧାନ କରିବାକୁ ୫ ହଜାର ଟଙ୍କା ଲାଞ୍ଚ...

ପୋଖରୀରେ ବୁଡିଯାଇ ଏକାସାଙ୍ଗରେ ଚାଲିଗଲେ ସ୍ତ୍ରୀ-ସ୍ବାମୀ, ଅଞ୍ଚଳରେ ଶୋକର ଛାୟା

ଥୁଆମୂଳ ରାମପୁର, ୮।୧୨(ଦୁର୍ଗା କୀର୍ତ୍ତି): ବୃଦ୍ଧବୃଦ୍ଧା ସ୍ବାମୀ ସ୍ତ୍ରୀ ପୋଖରୀକୁ ଶୌଚ ହେବା ପାଇଁ ଯିବା ହେଲା କାଳ। ପୋଖରୀ ପାଣିରେ ବୁଡି ମୃତ୍ୟୁବରଣ କରିଥିବା...

ମିଳୁନଥିଲା କୌଣସି କାମ, ଭାରସାମ୍ୟ ହରାଇ ଯୁବକ ନେଲେ ଚରମ ନିଷ୍ପତ୍ତି, ଘରେ ଏକାଥିବା ବେଳେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୱାର୍ଡ ନଂ.୧୦ ଆନନ୍ଦନଗରର ସୁନୀଲ ସେଠୀ (୨୬) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ ହରାଇ...

ଦିଆଯାଉନାହିଁ ରାଶନ, ଭତ୍ତା: ଶତାଧିକ ବ୍ୟକ୍ତିଙ୍କ ଅଭିଯୋଗ ଶୁଣି ବିଡିଓ କହିଲେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଚଷାନିମଖଣ୍ଡି ପଞ୍ଚାୟତ କାର୍ଯ୍ୟାଳୟରେ ସୋମବାର ପଞ୍ଚାୟତସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଦିଗପହଣ୍ଡି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri