ଏହି ଦିନ ବିବାହ କରିବେ ସୁପରଷ୍ଟାର ପ୍ରଭାସ

ମୁମ୍ବାଇ: ତେଲୁଗୁ ସୁପରଷ୍ଟାର ପ୍ରଭାସ ଆଜିକାଲି ହେଡଲାଇନରେ ଅଛନ୍ତି। ତାଙ୍କର ଚଳଚ୍ଚିତ୍ର ସାଲାର ଖୁବ୍‌ଶୀଘ୍ର ପ୍ରେକ୍ଷାଳୟରେ ମୁକ୍ତିଲାଭ କରିବାକୁ ଯାଉଛି। ପ୍ରଶଂସକମାନେ ଉତ୍ସାହର ସହିତ ଏହି ଚଳଚ୍ଚିତ୍ରକୁ ଅପେକ୍ଷା କରିଛନ୍ତି। ପ୍ରଭାସ ତାଙ୍କ ବୃତ୍ତିଗତ ଜୀବନ ସହିତ ବ୍ୟକ୍ତିଗତ ଜୀବନ ପାଇଁ ମଧ୍ୟ ର୍ଚ୍ଚାରେ ରହିଛନ୍ତି। ପ୍ରଭାସଙ୍କ ନାମ ଅନୁଷ୍କା ଶେଟ୍ଟୀଙ୍କ ସହ ଯୋଡି ହୋଇଥିଲା। ଆଦିପୁରୁଷ ସମୟରେ ପ୍ରଭାସଙ୍କ ନାମ କ୍ରିତି ସାନନ ସହିତ ମଧ୍ୟ ସଂଯୁକ୍ତ ଥିଲା। ପ୍ରଶଂସକମାନେ ପ୍ରଭାସଙ୍କ ବିବାହକୁ ଉତ୍ସାହର ସହିତ ଅପେକ୍ଷା କରିଛନ୍ତି। ଏହି ସମୟରେ ତାଙ୍କ ବିବାହକୁ ନେଇ ଏକ ବଡ ଅପ୍‌ଡେଟ୍‌ ଆସିଛି।

ପ୍ରଭାସଙ୍କ ମାଉସୀ ଶ୍ୟାମଳା ଦେବୀ ତାଙ୍କ ବିବାହ ବିଷୟରେ ପ୍ରକାଶ କରିଛନ୍ତି। ଏକ ସାକ୍ଷାତକାରରେ ଶ୍ୟାମଳା ଦେବୀ କହିଛନ୍ତି- ଆମ ସହିତ ମା’ ଦୁର୍ଗାଙ୍କର ଆଶୀର୍ବାଦ ଅଛ। ଭଗବାନ ଆମ ସମସ୍ତଙ୍କର ଭଲ ଯତ୍ନ ନେବେ। ପ୍ରଭାସ ନିଶ୍ଚିତ ଭାବରେ ବିବାହ କରିବେ ଏବଂ ଏହା ଶୀଘ୍ର ହେବ। ଆମେ ତୁମ ସମସ୍ତଙ୍କୁ (ମିଡିଆ) ବିବାହକୁ ନିମନ୍ତ୍ରଣ କରିବୁ।

ପ୍ରଭାସ ତାଙ୍କ ବିବାହ ପାଇଁ ସ୍ଥାନ ସ୍ଥିର କରିସାରିଛନ୍ତି। ଆଦିପୁରୁଷର ପ୍ରମୋଶନ ସମୟରେ ପ୍ରଭାସ ତାଙ୍କ ବିବାହ ଯୋଜନା ବିଷୟରେ କହିଥିଲେ। ଯେତେବେଳେ ପ୍ରଭାସଙ୍କୁ ବିବାହ ବିଷୟରେ ପଚରାଗଲା, ସେ କହିଥିଲେ- ମୁଁ ତିରୁପତିରେ ବିବାହ କରିବି। ଏହି ଘୋଷଣା ଶୁଣିବା ପରେ ପ୍ରଶଂସକମାନେ ବହୁତ ଖୁସି ହୋଇଯାଇଥିଲେ। ତେବେ ପ୍ରଭାସ କେବେ ବିବାହ କରିବାକୁ ଯାଉଛନ୍ତି ତାଙ୍କ ଉତ୍ତରରେ କହି ନାହାଁନ୍ତି।

ୱାର୍କ ଫ୍ରଣ୍ଟ ବିଷୟରେ କହିବାକୁ ଗଲେ ପ୍ରଭାସଙ୍କ ସାଲାର ୨୨ ଡିସେମ୍ବରରେ ପ୍ରେକ୍ଷାଳୟରେ ମୁକ୍ତିଲାଭ କରିବ। ଏହି ଚଳଚ୍ଚିତ୍ରରେ ପ୍ରଭାସଙ୍କ ସହ ଶ୍ରୁତି ହାସନ ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକାରେ ନଜର ଆସିବେ। ଏହି ଚଳଚ୍ଚିତ୍ରଟି ଶାହାରୁଖ ଖାନଙ୍କ ଫିଲ୍ମ ଡଙ୍କି ସହିତ ସଂଘର୍ଷ କରିବାକୁ ଯାଉଛି। ଖ୍ରୀଷ୍ଟମାସ ଅବସରରେ ଉଭୟ ଫିଲ୍ମ ମୁକ୍ତିଲାଭ କରିବାପୁ ପ୍ରସ୍ତୁତ ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ମିଳିଲାନି ଷ୍ଟ୍ରେଚର, ଦିବ୍ୟାଙ୍ଗ ଭାଇଙ୍କୁ ପିଠିରେ ବୋହି ୱାର୍ଡକୁ ନେଲେ ଭଉଣୀ, ଭିଡିଓ ଦେଖିଲେ ଥରିଉଠିବ….

ଭୋପାଳ,୪ା୧୦: ସରକାରୀ ହସ୍ପିଟାଲରେ ରୋଗୀଙ୍କୁ ମିଳୁଥିବା ସୁବିଧାକୁ ନେଇ ପୁଣି ପ୍ରଶ୍ନ ଉଠିଛି । ମଧ୍ୟପ୍ରଦେଶର ଗୁନା ଜିଲାରୁ ଏଭଳି ଏକ ଭିଡିଓ ସାମ୍ନାକୁ ଆସିଛି, ଯାହା…

ନୟାପଲ୍ଲୀ ବଳାତ୍କାର ମାମଲା: ମୁଖ୍ୟ ଅଭିଯୁକ୍ତଙ୍କ ୨ ସହଯୋଗୀଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର,୪ା୧୦: ରାଜଧାନୀରେ ଚର୍ଚ୍ଚାର ବିଷୟ ପାଲଟିଥିବା ନୟାପଲ୍ଲୀ ବଳାତ୍କାର ମାମଲାରେ ପୋଲିସକୁ ମିଳିଛି ଆଉ ଏକ ବଡ଼ ସଫଳତା। ବଳାତ୍କାର ମାମଲାର ମୁଖ୍ୟ ଅଭିଯୁକ୍ତ ଶ୍ରୀଧର ପଣ୍ଡାର…

ଦିବ୍ୟାଙ୍ଗ ନାବାଳକଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପାଣ୍ଠିରୁ ମିଳିଲା ସହାୟତା

ଗଞ୍ଜାମ,୪ା୧୦(ବିଦ୍ୟାଧର ସାହୁ): ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଜସ୍ବ ପାଣ୍ଠିରୁ ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ଲକ୍ଷ୍ମୀପୁର ଗ୍ରାମର ଦିବ୍ୟାଙ୍ଗ ନାବାଳକ ଏନ ନୀଳାଞ୍ଚଳ…

ଆଦିତ୍ୟଙ୍କ ସହ ମୁମ୍ବାଇ ଛାଡ଼ିଲେ ୟାମି ଗୌତମ? କାହିଁକି ଏତେ ବଡ଼ ନିଷ୍ପତ୍ତି ନେଲେ ଏହି ଦମ୍ପତ୍ତି? ଜାଣନ୍ତୁ…

ମୁମ୍ବାଇ: ଆଦିତ୍ୟ ଧର ହେଉଛନ୍ତି ବଲିଉଡର ଜଣେ ପ୍ରତିଷ୍ଠିତ ନିର୍ଦ୍ଦେଶକ, ଯିଏ ‘ଉରି: ଦ ସର୍ଜିକାଲ ଷ୍ଟ୍ରାଇକ’ (Uri: The Surgical Strike) ଭଳି ଲୋକପ୍ରିୟ ଚଳଚ୍ଚିତ୍ର…

ଦୁର୍ଘଟଣାରେ ଆହତ ବ୍ୟକ୍ତିଙ୍କୁ ତୁରନ୍ତ ମେଡିକାଲରେ ପହଞ୍ଚାଇ ଚର୍ଚ୍ଚାରେ ୨ ହୋମ୍‌ଗାର୍ଡ, ସାହସିକତାକୁ ଚାରିଆଡୁ ପ୍ରଶଂସା

ମୋହନା,୪ା୧୦(ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତର୍ଗତ ଅନ୍ତରବା ଛକ ନିକଟରେ ପିକଅପ୍‌ ଓ ଦୁଇଟି ବାଇକ୍‌ ମଧ୍ୟରେ ଦୁର୍ଘଟଣା ଘଟି ୩ ଗୁରୁତର ଥିବାବେଳେ…

ପାକିସ୍ତାନ କ୍ରିକେଟକୁ ନେଇ ଆସିଲା ବଡ଼ ଖବର, ସୋଏବ ଅଖତର ଦେଲେ ଏମିତି ଉତ୍ତର ସମସ୍ତେ ଚକିତ

ଇସଲାମାବାଦ,୪।୧୦: ଶୋଏବ ଅଖତର କ’ଣ ପାକିସ୍ତାନ କ୍ରିକେଟ ଦଳର ମୁଖ୍ୟ ଚୟନକର୍ତ୍ତା (ଚିଫ ସିଲେକ୍ଟର) ହେବାକୁ ଯାଉଛନ୍ତି? ସାମ୍ପ୍ରତିକ ସମୟରେ ଇଣ୍ଟରନେଟରେ ଏହାକୁ ନେଇ ବ୍ୟାପକ ଚର୍ଚ୍ଚା…

ଅକ୍ଟୋବରରେ ଅଷ୍ଟ୍ରେଲିଆ ବିପକ୍ଷରେ ପ୍ରଥମ ଦିନିକିଆ ମ୍ୟାଚ ଖେଳିବ ଟିମ ଇଣ୍ଡିଆ; ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ସ୍ଥାନ ନେବେ ଏହି ଖେଳାଳି

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ ଦଳ ଅକ୍ଟୋବର ୬ରୁ ୱେଷ୍ଟଇଣ୍ଡିଜ ବିପକ୍ଷରେ ଏକ ଟି-୨୦ ସିରିଜ ଖେଳିବାକୁ ଯାଉଛି। ଏହି ସମୟରେ, ଅନ୍ୟ ଏକ ଭାରତୀୟ ଦଳ ଅଷ୍ଟ୍ରେଲିଆର…

ଟିଏମସି (TMC)କୁ ଲାଗିବ ଶକ୍ତ ଧକ୍କା, ଦଳ ଛାଡିଥିବା ନେତାଙ୍କୁ ଭାଜପା ଦେଲା ବଡ଼ ସୁଯୋଗ

ନୂଆଦିଲ୍ଲୀ,୪।୧୦: ଭାରତୀୟ ଜନତା ପାର୍ଟି(ଭାଜପା)ର କେନ୍ଦ୍ରୀୟ ନିର୍ବାଚନ କମିଟି ରବିବାର (ଅକ୍ଟୋବର ୪) ରାଜ୍ୟ ସଭା ନିର୍ବାଚନ ପାଇଁ ଦୁଇଜଣ ପ୍ରମୁଖ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?