‘କନ୍ନାପା’ରେ ପ୍ରଭାସଙ୍କ ରୁଦ୍ର ଅବତାର

ହାଇଦ୍ରାବାଦ: ‘କଳ୍‌କୀ ୨୮୯୮ ଏଡି’ର ସଫଳତା ପରେ ଅଭିନେତା ପ୍ରଭାସ ପୁଣିଥରେ ତାଙ୍କ ପ୍ରଶଂସକଙ୍କ ହୃଦୟ ଜିତିବାକୁ ପ୍ରସ୍ତୁତ ଅଛନ୍ତି। ତାଙ୍କୁ ଖୁବ୍‌ଶୀଘ୍ର ‘କନ୍ନାପ୍ପା’ ଫିଲ୍ମରେ ଦେଖିବାକୁ ମିଳିବ। ସୋମବାର ଏହି ଚଳଚ୍ଚିତ୍ରରେ ପ୍ରଭାସଙ୍କ ଲୁକ୍‌ ଉପରୁ ପରଦା ଉଠିଛି। ଏହି ଲୁକ୍‌ରେ ପ୍ରଭାସ ରୁଦ୍ରଙ୍କ ଅବତାରରେ ନଜରକୁ ଆସିଛନ୍ତି, ଯାହା ତାଙ୍କ ପ୍ରଶଂସକଙ୍କୁ ପ୍ରଭାବିତ କରିଛି।
ଇନ୍‌ଷ୍ଟାଗ୍ରାମରେ ତାଙ୍କର ଏହି ନୂତନ ଲୁକ୍‌ର ପୋଷ୍ଟର ଶେୟାର କରିଛନ୍ତି। ସେ କ୍ୟାପ୍‌ଶନ୍‌ରେ ଲେଖିଛନ୍ତି, ‘କନ୍ନାପା’ ଚଳଚ୍ଚିତ୍ର ଭକ୍ତି, ବଳିଦାନ, ଜ୍ଞାନ ଏବଂ ପ୍ରେମର ଏକ ଅବିସ୍ମରଣୀୟ ଯାତ୍ରାକୁ ନେଇ ରହିଛି। ଏହା ଦର୍ଶକଙ୍କୁ ନିଶ୍ଚିତ ଭାବରେ ପସନ୍ଦ ଆସିବ। ଆସନ୍ତା ଏପ୍ରିଲ ୨୫ରେ ଏହି ଫିଲ୍ମ ମୁକ୍ତିଲାଭ କରିବାକୁ ଯାଉଛି। ଏହି ନୂଆ ଲୁକ୍‌ରେ ପ୍ରଭାସଙ୍କର ଲମ୍ବା କେଶ ଥିବାବେଳେ ସେ ତାଙ୍କ କପାଳରେ ତ୍ରିପୁଣ୍ଡ୍ର ଏବଂ ବେକରେ ରୁଦ୍ରାକ୍ଷ ମାଳା ପିନ୍ଧିଥିବାର ନଜରକୁ ଆସିଛନ୍ତି। କିଛିଦିନ ତଳେ ‘କନ୍ନାପ୍ପା’ ଫିଲ୍ମର ନିର୍ମାତାଙ୍କ ପକ୍ଷରୁ ଅଭିନେତା ଅକ୍ଷୟ କୁମାରଙ୍କର ଲୁକ୍‌କୁ ଶେୟାର କରିଥିଲେ, ଯାହାକୁ ଅକ୍ଷୟଙ୍କ ପ୍ରଶଂସକଙ୍କର ବେଶ୍‌ ପସନ୍ଦ ହୋଇଥିଲା। ରିପୋର୍ଟ ଅନୁଯାୟୀ, ଅକ୍ଷୟ ଏବଂ ପ୍ରଭାସଙ୍କ ସହ ଏହି ଫିଲ୍ମରେ ଅଭିନେତ୍ରୀ କାଜଲ ଅଗ୍ରୱାଲ ଓ ଅଭିନେତା ବିଷ୍ଣୁ ମଞ୍ଚୁ ମଧ୍ୟ ଗୁରୁତ୍ୱପୂର୍ଣ୍ଣ ଭୂମିକାରେ ନଜରକୁ ଆସିବେ। ଫିଲ୍ମରେ କାଜଲଙ୍କ ଲୁକ୍‌କୁ ନେଇ ତାଙ୍କ ପ୍ରଶଂସକମାନେ ଅପେକ୍ଷା କରି
ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୨ ବର୍ଷର ବନବାସର ଘଟିଲା ଅନ୍ତ: ସ୍ମୃତିଙ୍କୁ ମିଳିଲା…

ନୂଆଦିଲ୍ଲୀ,୧୭।୮: ଭାରତୀୟ ଜନତା ପାର୍ଟି (ଭାଜପା)ର ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନଙ୍କ ଦ୍ୱାରା ଘୋଷଣା କରାଯାଇଥିବା ନୂତନ ଦଳରେ, ପୂର୍ବତନ ଏମ୍‌ପି ଏବଂ କେନ୍ଦ୍ରମନ୍ତ୍ରୀ ସ୍ମୃତି ଇରାନୀ…

ନୂଆ ଟିମ୍‌ ଘୋଷଣା ପରେ ପ୍ରତିକ୍ରିୟା ରଖିଲେ ନୀତିନ ନବୀନ, କହିଲେ…

ନୂଆଦିଲ୍ଲୀ,୧୭।୮: ନୂଆ ଟିମ୍‌ ଘୋଷଣା କରିବା ପରେ ଭାଜପା ସଭାପତି ନୀତିନ ନବୀନ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ପ୍ରକାଶ କରିଛନ୍ତି। ସଭାପତି ନବନିଯୁକ୍ତ ଭାଜପା କାର୍ଯ୍ୟକର୍ତ୍ତାଙ୍କୁ…

ପିଉସାଙ୍କୁ ହତ୍ୟା କରି ପୋଡିଦେବା ଘଟଣା: ଜମି ବିବାଦ ନା ଗୁଣି ଗାରେଡି, ୨ ଜଣଙ୍କୁ…

ଦାରିଙ୍ଗବାଡି,୧୭।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ବାଡାବାଙ୍ଗା ପଞ୍ଚାୟତ ସିକନବାଡି ଗାଁରେ ଏକ ହତ୍ୟା ଘଟଣାର ପୋଲିସ ଖୁଲାସା କରିଛି। ହତ୍ୟାର ଶିକାର ହୋଇଛନ୍ତି ଉକ୍ତ…

ବ୍ରାହ୍ମଣୀରେ ଭୟଙ୍କର ବନ୍ୟା: ବିପଦ ସଙ୍କେତ ଡେଇଁ ୨୦ ଫୁଟରେ ପ୍ରବାହିତ ଜଳ, ଅଳଭା ଠାରେ ଘଳିଆ

ପଟ୍ଟାମୁଣ୍ଡାଇ,୧୭।୮ (କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଦେଇ ପ୍ରବାହିତ ବ୍ରାହ୍ମଣୀ ନଦୀରେ ବନ୍ୟା ପରିସ୍ଥିତି ଅତ୍ୟନ୍ତ ଗମ୍ଭୀର ରୂପ ଧାରଣ କରିଛି। ବ୍ରାହ୍ମଣୀ ନଦୀର ବିପଦ…

ନୂଆ ଟିମ୍ ଘୋଷଣା କଲେ ନୀତିନ ନବୀନ; କିଏ ଏହି ଦୀପକ ମହସ୍କେ, ଯାହାଙ୍କୁ ମିଳିଲା ବଡ଼ ଦାୟିତ୍ବ

ନୂଆଦିଲ୍ଲୀ,୧୭।୮: ନୀତିନ ନବୀନ ତାଙ୍କ ନୂଆ ଟିମ୍‌ ଘୋଷଣା କରିଛନ୍ତି । ଏଥିରେ ସବୁଠାରୁ ବଡ଼ ଚର୍ଚ୍ଚାର ବିଷୟ ହୋଇଛି ଦଳର ଆଇଟି ସେଲ୍‌ ମୁଖ୍ୟ ପଦରେ…

ପବିତ୍ର ଶ୍ରାବଣ ସୋମବାରକୁ ସଂକ୍ରାନ୍ତି ସଂଯୋଗ: ବିଭିନ୍ନ ମନ୍ଦିରରେ କାଉଡ଼ିଆଙ୍କ ପାଇଁ….

କଲ୍ୟାଣସିଂହପୁର, ୧୭।୮ (ଦୀପକ କୁମାର ପରିଡ଼ା): ପବିତ୍ର ଶ୍ରାବଣ ମାସର ତୃତୀୟ ସୋମବାର ତଥା ସିଂହ ସଂକ୍ରାନ୍ତି ଅବସରରେ କଲ୍ୟାଣସିଂହପୁର ବ୍ଲକର ବିଭିନ୍ନ ପ୍ରମୁଖ ଶୈବପୀଠ ଓ…

ବନ୍ୟାପାଣିରେ ଭାସିଯାଇଥିଲେ ଯୁବକ, ୪ଦିନ ପରେ ମୃତଦେହ ଉଦ୍ଧାର

ଧାମନଗର,୧୭।୮(ଦେବେନ୍ଦ୍ର ଆନ୍ଦିଆ): ଧାମନଗର ବ୍ଲକ ଦିହୁଡ଼ି-ଆନନ୍ଦପୁର ପଞ୍ଚାୟତ ପାହଡ଼ପୁର ଯେନାସାହି ଗ୍ରାମର ଗଣେଶ ଜେନା (୫୨)ଙ୍କ ମୃତଦେହ ଉଦ୍ଧାର କରାଯାଇଛି । ନିଖୋଜର ୪ଦିନ ପରେ ଜଙ୍ଗଲରୁ…

ଭାଜପାରେ ବଡ଼ ଅଦଳବଦଳ: ସ୍ମୃତି-ବସୁନ୍ଧରାଙ୍କୁ ବଡ଼ ଦାୟିତ୍ୱ

ନୂଆଦିଲ୍ଲୀ,୧୭।୮: ସଭାପତି ନୀତିନ ନବୀନ ନୂଆ ଟିମ୍‌ ଘୋଷଣା କରିଛନ୍ତି। ସ୍ମୃତି ଇରାନୀଙ୍କୁ ସାଧାରଣ ସମ୍ପାଦକ ଏବଂ ବସୁନ୍ଧରା ରାଜେଙ୍କୁ ଉପାଧ୍ୟକ୍ଷ ଭାବେ ନିଯୁକ୍ତ କରାଯାଇଛି। ୧୬…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri