ସିସିସିବିର ଦାୟିତ୍ୱ ଗ୍ରହଣକଲେ ପ୍ରଭାତ

କଟକ,୨୨ା୧୦: କଟକ କେନ୍ଦ୍ର ସମବାୟ ବ୍ୟାଙ୍କ (ସିସିସିବି)ର ନବନିର୍ବାଚିତ ସଭାପତି ପ୍ରଭାତ ଚନ୍ଦ୍ର କାନୁନ୍‌ଗୋ ଶୁକ୍ରବାର ଦାୟିତ୍ୱ ଭାର ଗ୍ରହଣ କରିଛନ୍ତି। ସେ ଆସନ୍ତା ୫ବର୍ଷ ପାଇଁ ଉକ୍ତ ପଦବୀରେ ରହି କାର୍ଯ୍ୟ କରିବେ ବୋଲି ଜଣାପଡ଼ିଛି। ଏହା ପୂର୍ବରୁ ପ୍ରଭାତ ବ୍ୟାଙ୍କର ଗତ ପରିଚାଳନା ପରିଷଦର ସଦସ୍ୟ ଭାବେ ମଧ୍ୟ କାର୍ଯ୍ୟ ସମ୍ପାଦନ କରିଛନ୍ତି। ସେ କଟକ ଜିଲାର ସମସରପୁର କୃଷି ସେବା ସମବାୟ ସମିତିର ସଭାପତି ଭାବେ ମଧ୍ୟ ଦାୟିତ୍ୱ ତୁଲାଉଛନ୍ତି। ସେ ଜଣେ ମିଷ୍ଟଭାଷୀ, ଯୁବ ପ୍ରତିଭାବାନ୍‌ ସମବାୟବିତ୍‌ ଏବଂ ଦାୟିତ୍ୱସମ୍ପନ୍ନ ବ୍ୟକ୍ତି । ଏହି ପରିପ୍ରେକ୍ଷୀରେ ବ୍ୟାଙ୍କର ସିଇଓଙ୍କ ସମେତ ବହୁ ବରିଷ୍ଠ ଅଧିକାରୀ ଓ କର୍ମଚାରୀମାନେ ପରିଚାଳନା ପରିଷଦର ନୂତନ ସଭାପତି ଓ ଅନ୍ୟ ସଦସ୍ୟମାନଙ୍କୁ ସମ୍ବର୍ଦ୍ଧନା ସହ ପୁଷ୍ପଗୁଚ୍ଛ ଦେଇ ଶୁଭେଚ୍ଛା ଜଣାଇଛନ୍ତି। ଏପରିକି ବ୍ୟାଙ୍କ ପରିଚାଳନା ପରିଷଦର ଅନ୍ୟ ୧୪ ଜଣ ନବନିର୍ବାଚିତ ସଦସ୍ୟ ମଧ୍ୟ ଦାୟିତ୍ୱ ଗ୍ରହଣ କରିଛନ୍ତି।
ଉଲ୍ଲେଖଯୋଗ୍ୟ, ରାଜ୍ୟର ପ୍ରମୁଖ ସମବାୟ ବ୍ୟାଙ୍କ ଭାବେ ସିସିସିବି ଓଡ଼ିଶାରେ ବେଶ୍‌ ପରିଚିତ। ୧୯୫୬ରୁ ବ୍ୟାଙ୍କ କଟକ, ଜଗତ୍‌ସିଂହପୁର, ଯାଜପୁର ଓ କେନ୍ଦ୍ରାପଡ଼ା ଭଳି ଜିଲାରେ କାର୍ଯ୍ୟ କରୁଛି। ଏପରିକି ବ୍ୟାଙ୍କର ୩୮ଗୋଟି ଶାଖା ୪୬୮ଗୋଟି ପ୍ରାଥମିକ କୃଷି ସମବାୟ ସମିତି ଜରିଆରେ ପରିଚାଳିତ ହେଉଛି। ବିଶେଷକରି ଉପରୋକ୍ତ ଶାଖା ଓ ସମିତି ଜରିଆରେ ବ୍ୟାଙ୍କ କୃଷକ, ବୁଣାକାର, କାରିଗର, ଅଣକୃଷି କାର୍ଯ୍ୟ ପାଇଁ ଆର୍ଥିକ ସହାୟତା ପ୍ରଦାନ କରି ଆସୁଛି।


Enter your email to get our daily news in your inbox.

All Right Reserved By Dharitri.Com

ବର୍ଷର ଶେଷ ଦିନ ସଂହ ରାଶି ସହ ୫ରାଶିର ଫିଟିଯିବ ଭାଗ୍ୟ! ବାଜିବ ଲଟେରୀ

ଆସନ୍ତାକାଲି ହେଉଛି ୨୦୨୫ ବର୍ଷର ଶେଷ ୩୧ତମ ଦିନ ଏବଂ ବୁଧବାର। ବୁଧବାର ଦିନ ପ୍ରତିବନ୍ଧକ ଦୂରକାରୀ ଭଗବାନ ଗଣେଶ ଏବଂ ଜ୍ଞାନ ଏବଂ ବିବେକର...

ଭଲିବଲ ଟୁର୍ନାମେଣ୍ଟ: ସେମିଫାଇନାଲରେ ଦାରିଙ୍ଗିବାଡ଼ି

ଦିଗପହଣ୍ଡି,୩୦।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ତୃତୀୟ ଦିବସ ମଙ୍ଗଳବାର କ୍ୱାର୍ଟର ଫାଇନାଲ...

ଆଇସିସି ମହିଳା ର଼୍ୟାଙ୍କିଙ୍ଗରେ ଦୀପ୍ତି ନମ୍ବର ଓ୍ବାନ୍‌

ଦୁବାଇ, ୩୦ା୧୨: ଆଇସିସି ଅନ୍ତର୍ଜାତୀୟ ଟି୨୦ ପ୍ଲେୟର୍ସ ର଼୍ୟାଙ୍କିଙ୍ଗ ତାଲିକାରେ ଭାରତର ବିସ୍ଫୋରକ ଓପନର ଶେଫାଳୀ ବର୍ମା ୬ଷ୍ଠ ସ୍ଥାନକୁ ଉନ୍ନୀତ ହୋଇଛନ୍ତି। ଏହି ୨୧...

୩ ବର୍ଷ ଧରି ପାଇଲେ ଭଲ, ହେଲେ ବିବାହ ପାଇଁ କରିଦେଲେ ମନା; ଥାନାରେ ବିଷ ପିଇଦେଲେ ପ୍ରେମିକ…

ଆନନ୍ଦପୁର ୩୦।୧୨(ସୁଶାନ୍ତ କୁମାର ସାହୁ): ବିବାହ କରିବାକୁ ମନା କରିଦେଲା ପ୍ରେମିକା। ସହି ନ ପାରି ପ୍ରେମିକାଙ୍କ ଉପସ୍ଥିତିରେ ଥାନା ପରସରରେ ବିଷ ପିଇଦେଲେ ଯୁବକ।...

ଗୋପାଳଙ୍କ ଉପରେ ଭରସା କଲେ ନବୀନ ଦେଲେ ଗୁରୁଦାୟିତ୍ୱ: ବିଜେଡିର ନିଶ୍ଚୟ ବିଜୟ କହିଲେ…

କେସିଙ୍ଗା,୩୦।୧୨(ତୁମେଶ୍ୱର ସାହୁ): ବିଜେଡିର ୨୯ ତମ ପ୍ରତିଷ୍ଠା ଦିବସ ଉପଲକ୍ଷେ ସାରା ରାଜ୍ୟରେ ନୂତନ ବିଜେଡି ପଦାଧିକାରୀମାନଙ୍କ ନାମ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ  ଘୋଷଣା...

୨୦୨୬ରେ ହେବ ଭାରତ ପାକିସ୍ତାନ ଯୁଦ୍ଧ? ଆସୁଛି ଅସ୍ତ୍ର

ନୂଆଦିଲ୍ଲୀ,୩୦।୧୨: ଆମେରିକୀୟ ଥିଙ୍କ ଟ୍ୟାଙ୍କ କାଉନସିଲ ଅନ ଫରେନ ରିଲେସନ୍ସ (CFR) ଚେତାବନୀ ଦେଇଛି ଯେ ଭାରତ ଏବଂ ପାକିସ୍ତାନ ମଧ୍ୟରେ 2026 ରେ ଯୁଦ୍ଧ...

କ୍ରିକେଟ୍‌ ଟୁର୍ନାମେଣ୍ଟ: ମନମୁଣ୍ଡା ଚାମ୍ପିୟନ

ବାଲିଗୁଡ଼ା,୩୦ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): ବାଲିଗୁଡ଼ା ବ୍ଲକ୍‌ ଲଣ୍ଡାଗାଁରେ ୫ ଦିନ ଧରି ଚାଲିଥିବା ୧୩ ତମ ବିରାଟେଶ୍ୱର କ୍ରିକେଟ୍‌ ଟୁର୍ନାମେଣ୍ଟ ଉଦ୍‌ଯାପିତ ହୋଇଯାଇଛି। କର୍ଣ୍ଣିବେଡ଼ା ଓ...

୧୪ ଫାର୍ମାସିଷ୍ଟଙ୍କ ଲେଭେଲ-୨କୁ ପଦୋନ୍ନତି

ନୂଆପଡ଼ା,୩୦ା୧୨ (ମକାରୁ ବେମାଲ): ନୂଆପଡ଼ା ଜିଲାର ବିଭିନ୍ନ ସ୍ବାସ୍ଥ୍ୟ କେନ୍ଦ୍ରରେ କାର୍ଯ୍ୟରତ ୩୬ ଜଣ ଫାର୍ମାସଷ୍ଟଙ୍କ ମଧ୍ୟରୁ ୧୪ ଜଣ ପଦୋନ୍ନତି ପାଇଛନ୍ତି। ସୂଚନା ମୁତାବକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri