ସିସିସିବିର ଦାୟିତ୍ୱ ଗ୍ରହଣକଲେ ପ୍ରଭାତ

କଟକ,୨୨ା୧୦: କଟକ କେନ୍ଦ୍ର ସମବାୟ ବ୍ୟାଙ୍କ (ସିସିସିବି)ର ନବନିର୍ବାଚିତ ସଭାପତି ପ୍ରଭାତ ଚନ୍ଦ୍ର କାନୁନ୍‌ଗୋ ଶୁକ୍ରବାର ଦାୟିତ୍ୱ ଭାର ଗ୍ରହଣ କରିଛନ୍ତି। ସେ ଆସନ୍ତା ୫ବର୍ଷ ପାଇଁ ଉକ୍ତ ପଦବୀରେ ରହି କାର୍ଯ୍ୟ କରିବେ ବୋଲି ଜଣାପଡ଼ିଛି। ଏହା ପୂର୍ବରୁ ପ୍ରଭାତ ବ୍ୟାଙ୍କର ଗତ ପରିଚାଳନା ପରିଷଦର ସଦସ୍ୟ ଭାବେ ମଧ୍ୟ କାର୍ଯ୍ୟ ସମ୍ପାଦନ କରିଛନ୍ତି। ସେ କଟକ ଜିଲାର ସମସରପୁର କୃଷି ସେବା ସମବାୟ ସମିତିର ସଭାପତି ଭାବେ ମଧ୍ୟ ଦାୟିତ୍ୱ ତୁଲାଉଛନ୍ତି। ସେ ଜଣେ ମିଷ୍ଟଭାଷୀ, ଯୁବ ପ୍ରତିଭାବାନ୍‌ ସମବାୟବିତ୍‌ ଏବଂ ଦାୟିତ୍ୱସମ୍ପନ୍ନ ବ୍ୟକ୍ତି । ଏହି ପରିପ୍ରେକ୍ଷୀରେ ବ୍ୟାଙ୍କର ସିଇଓଙ୍କ ସମେତ ବହୁ ବରିଷ୍ଠ ଅଧିକାରୀ ଓ କର୍ମଚାରୀମାନେ ପରିଚାଳନା ପରିଷଦର ନୂତନ ସଭାପତି ଓ ଅନ୍ୟ ସଦସ୍ୟମାନଙ୍କୁ ସମ୍ବର୍ଦ୍ଧନା ସହ ପୁଷ୍ପଗୁଚ୍ଛ ଦେଇ ଶୁଭେଚ୍ଛା ଜଣାଇଛନ୍ତି। ଏପରିକି ବ୍ୟାଙ୍କ ପରିଚାଳନା ପରିଷଦର ଅନ୍ୟ ୧୪ ଜଣ ନବନିର୍ବାଚିତ ସଦସ୍ୟ ମଧ୍ୟ ଦାୟିତ୍ୱ ଗ୍ରହଣ କରିଛନ୍ତି।
ଉଲ୍ଲେଖଯୋଗ୍ୟ, ରାଜ୍ୟର ପ୍ରମୁଖ ସମବାୟ ବ୍ୟାଙ୍କ ଭାବେ ସିସିସିବି ଓଡ଼ିଶାରେ ବେଶ୍‌ ପରିଚିତ। ୧୯୫୬ରୁ ବ୍ୟାଙ୍କ କଟକ, ଜଗତ୍‌ସିଂହପୁର, ଯାଜପୁର ଓ କେନ୍ଦ୍ରାପଡ଼ା ଭଳି ଜିଲାରେ କାର୍ଯ୍ୟ କରୁଛି। ଏପରିକି ବ୍ୟାଙ୍କର ୩୮ଗୋଟି ଶାଖା ୪୬୮ଗୋଟି ପ୍ରାଥମିକ କୃଷି ସମବାୟ ସମିତି ଜରିଆରେ ପରିଚାଳିତ ହେଉଛି। ବିଶେଷକରି ଉପରୋକ୍ତ ଶାଖା ଓ ସମିତି ଜରିଆରେ ବ୍ୟାଙ୍କ କୃଷକ, ବୁଣାକାର, କାରିଗର, ଅଣକୃଷି କାର୍ଯ୍ୟ ପାଇଁ ଆର୍ଥିକ ସହାୟତା ପ୍ରଦାନ କରି ଆସୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୋକାନ ଭିତରୁ ମିଳିଲା ମାଲିକାଣୀଙ୍କ ରକ୍ତାକ୍ତ ମୃତଦେହ, ଭାଇ ଆଣିଲେ ହତ୍ୟା ଅଭିଯୋଗ

କେନ୍ଦୁଝର,୨୩।୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ଥାନା ଅଧୀନ ଘୁଟୁରୁରେ ଥିବା ଏକ ଶୋରୁମ ଭିତରୁ ଜଣେ ମହିଳାଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ତାଙ୍କ ନାମ…

ରନ୍ଧନ ଗ୍ୟାସକୁ ନେଇ କେନ୍ଦ୍ର ସରକାରଙ୍କ ବଡ଼ ନିୟମ: ଏହା ଥିଲେ ବନ୍ଦ ହେବ LPG ସିଲିଣ୍ଡର

ନୂଆଦିଲ୍ଲୀ,୨୩।୮: ଦେଶର ଘରୋଇ ରୋଷେଇ ଗ୍ୟାସ ବ୍ୟବସ୍ଥାରେ ବଡ଼ ପରିବର୍ତ୍ତନ ଆଣିବା ଦିଗରେ କେନ୍ଦ୍ର ସରକାର ପଦକ୍ଷେପ ନେଉଛନ୍ତି । ଯେଉଁ ଅଞ୍ଚଳରେ ପୂର୍ବରୁ PNG (Piped…

ସ୍କୁଲ ବନ୍ଦ କରି ଚାଲିଗଲେ ଶିକ୍ଷକ: ଭିତରେ ଫସି ରହିଲେ ଛାତ୍ରୀ, କାନ୍ଦ ବୋବାଳି….

ବଲାଙ୍ଗୀର,୨୩ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପାଟଣାଗଡ ଭାଇଁସା ସରକାରୀ ପ୍ରାଥମିକ ଉଚ୍ଚ ବିଦ୍ୟାଳୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗତକାଲି ଶନିବାର ଦିନ…

ଡିଜିଟାଲ ଠକେଇରୁ କେମିତି ମିଳିବ ମୁକ୍ତି? ବରିଷ୍ଠ ନାଗରିକଙ୍କୁ ନେଇ…

ଛତ୍ରପୁର,୨୩ା୮(ଦିଲ୍ଲୀପ ସାମଲ): ବଢୁଥିବା ସାଇବର ଅପରାଧ ଓ ବିଶେଷକରି ଡିଜିଟାଲ ଆରେଷ୍ଟ ନାମରେ ହେଉଥିବା ଠକେଇରୁ ବରିଷ୍ଠ ନାଗରିକମାନଙ୍କୁ ସଚେତନ କରିବା ଲକ୍ଷ୍ୟରେ ଛତ୍ରପୁର ଥାନା ପକ୍ଷରୁ…

ଥୁଆମୂଳ ରାମପୁରରେ ରେକର୍ଡ ବର୍ଷା; ଯାତାୟତ ସମ୍ପୂର୍ଣ୍ଣ ଠପ୍, ପାଣିରେ ଫସିଲା ଆମ୍ବୁଲାନ୍ସ

ଥୁଆମୂଳ ରାମପୁର,୨୩ା୮(ଦୁର୍ଗା କୀର୍ତ୍ତି): ଲଘୁଚାପ ପ୍ରଭାବରେ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲାରେ ପ୍ରବଳ ବର୍ଷା ଜାରି ରହିଥିବା ବେଳେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ରେକର୍ଡ…

ଭରା ପାଣିରେ ବଞ୍ଚିବା ପାଇଁ ସଂଘର୍ଷ, ଗ୍ରାମବାସୀ ଜନପ୍ରତିନିଧିଙ୍କୁ ଅଭିଯୋଗ କରିବା ପରେ ବି…

ଗୁଡ଼ାରି,୨୩ା୮(ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକର ପେଣ୍ଡିଲି ପଞ୍ଚାୟତ ଅନ୍ତର୍ଗତ ପଞ୍ଚୁପାଣ୍ଡବ ଗ୍ରାମ ନିକଟରେ ପ୍ରବାହିତ ନାଳରେ ଲଘୁଚାପ ଜନିତ ବର୍ଷା ଯୋଗୁ ଅଧିକ…

ଆସନ୍ତାକାଲି ପ୍ରବଳ ବର୍ଷା ସହ ବଜ୍ରପାତ ସମ୍ଭାବନା: ଏହି ଜିଲାରେ ସବୁ ସ୍କୁଲ ଛୁଟି

ନବରଙ୍ଗପୁର,୨୩ା୮(ସଦାଶିବ ପ୍ରହରାଜ): ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ନବରଙ୍ଗପୁର ଜିଲାରେ ଆସନ୍ତାକାଲି ଅର୍ଥାତ୍‌ ୨୪ ଅଗଷ୍ଟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହିତ ଘଡ଼ଘଡ଼ି ଓ ବଜ୍ରପାତର…

ମାଟି ଖୋଳିଲେ ମିଳୁଛି ସୁନା! ଏହି ଗାଁରେ ପ୍ରବଳ ଭିଡ଼, ଦିନକୁ ପହଞ୍ଚୁଛନ୍ତି ୧୦ ହଜାର ଲୋକ

ନୂଆଦିଲ୍ଲୀ,୨୩।୮: କେବେ ଚିନ୍ତା କରିଛନ୍ତି କି, ମାଟି ଖୋଳୁ ଖୋଳୁ ହଠାତ୍ ସୁନା ମିଳିଯିବ ? ପଶ୍ଚିମ କେନିଆର ଚେପୋରୋର ଗାଁରେ ଏବେ ଏଭଳି ଆଶା ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri