ନବୀନଙ୍କୁ ସିଧା ଟାର୍ଗେଟ୍‌ କଲେ ପ୍ରଭାତୀ ପରିଡ଼ା, କହୁ କହୁ କହିଦେଲେ ଏତେ ବଡ଼ କଥା…

ଭୁବନେଶ୍ୱର,୪।୧୧: ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କୁ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଟାର୍ଗେଟ୍‌ କରିଛନ୍ତି। ସୋସିଆଲ ମିଡିଆ ‘ଏକ୍ସ’ରେ ପୋଷ୍ଟ କରି ଟାର୍ଗେଟ୍‌ କରି କହିଛନ୍ତି, ବିଶ୍ୱାସଘାତକତା କ’ଣ ଏବେ ବୋଧେ ଛାମୁଙ୍କୁ ଲାଗିଲା। ନବୀନଙ୍କ ୨୪ ବର୍ଷର ବିଶ୍ୱାସଘାତର ଜବାବ ଦେବାକୁ ନୂଆପଡ଼ାବାସୀ ପ୍ରସ୍ତୁତ ଅଛନ୍ତି। ମିଶନ ଶକ୍ତିର ମହିଳାଙ୍କ ସହିତ ପ୍ରତି କଥାରେ ବିଶ୍ୱାସଘାକତା ହୋଇଛି । ଏହାର ଜବାବ ସୁଭଦ୍ରା ଭଉଣୀମାନେ ଉପନିର୍ବାଚନରେ ନିଶ୍ଚୟ ଦେବେ। ନୂଆପଡ଼ାବାସୀ ଭାଜପାଙ୍କୁ ହିଁ ବାଛିବେ, ପଦ୍ମ ଫୁଲରେ ଭୋଟ ଦେବେ ବୋଲି ଉପମୁଖ୍ୟମନ୍ତ୍ରୀ କହିଛନ୍ତି।

ବିଜେଡି ସଭାପତି ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ନିର୍ବାଚନ ପ୍ରଚାର ପାଇଁ ନୂଆପଡ଼ା ଆସି କୋମନା ବ୍ଲକର ତରବୋଡ଼ ପ୍ରୋଜେକ୍ଟ ସମ୍ଭବ ପଡିଆରେ ଆୟୋଜିତ ସଭାରେ ଯୋଗଦେଇ ପ୍ରାର୍ଥୀ ସ୍ନେହାଙ୍ଗିନୀ ଛୁରିଆଙ୍କୁ ଭୋଟ ଦେବା ପାଇଁ ଅନୁରୋଧ କରିଥିଲେ। ପ୍ରଥମେ ସେ ପୂର୍ବତନ ବିଧାୟକ ସ୍ବର୍ଗତ ରାଜେନ୍ଦ୍ର ଢୋଲକିଆଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିବା ସହ ନୂଆପଡା ଜିଲା ଗଠନରେ ବିଜୁବାବୁଙ୍କ ଅବଦାନକୁ ସ୍ମରଣ କରିଥିଲେ। ନବୀନ କହିଥିଲେ, ଭାଜପା ଭୋଟ ଚୋରି କରି ସରକାର ଗଢ଼ିଥିଲା। ଏବେ ପ୍ରାର୍ଥୀ ଚୋରି କରିଛନ୍ତି। ନୂଆପଡାବାସୀ ଓ ବିଜୁ ଜନତା ଦଳ ସହ ବେଇମାନି ହୋଇଛି। ଏଥିପାଇଁ ଲୋକଙ୍କ ମନରେ କ୍ରୋଧ ରହିଛି। ଏ ବିଶ୍ୱାସଘାତକତାର ଜବାବ ନୂଆପଡାବାସୀ ଭୋଟରେ ଦେବେ ବୋଲି ପଟ୍ଟନାୟକ ଦୃଢୋକ୍ତି ପ୍ରକାଶ କରିଥିଲେ।

 

 

Dharitri – The Largest & Most Trusted Odia Daily

\


Enter your email to get our daily news in your inbox.

All Right Reserved By Dharitri.Com

ବନ୍ୟଜନ୍ତୁ ପ୍ରେମୀଙ୍କ ଲାଗି ଖୁସି ଖବର: ଜନ୍ମ ହେଲା ହାତୀ ଛୁଆ

କେନ୍ଦୁଝର,୮।୮(ନରେଶ ଚନ୍ଦ୍ର ପଟ୍ଟନାୟକ): ବନ୍ୟଜନ୍ତୁ ପ୍ରେମୀଙ୍କ ପାଇଁ ଏକ ଖୁସି ଖବର ସାମ୍ନାକୁ ଆସିଛି। ପାଟନା ବନାଞ୍ଚଳରେ ଏକ ମା’ ହାତୀ ଛୁଆ ହାତୀକୁ ଜନ୍ମ ଦେଇଥିବା…

ନିଖୋଜ ଥିଲେ ମହିଳା, ଚାଷ ଜମିରୁ ଉଦ୍ଧାର ହେଲା ଗଳିତ ମୃତଦେହ: ପରିବାରରେ…

କୋକସରା, ୮।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଆମପାଣି ଥାନା ଅନ୍ତର୍ଗତ ବଡ଼କେନ୍ଦୁଗୁଡ଼ା ଗ୍ରାମରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ମଙ୍ଗଳବାରଠାରୁ…

ପଡିକଲଙ୍କ ଶତକ, ଦ୍ୱିତୀୟ ଦିନ ଶେଷ ସୁଦ୍ଧା ଭାରତ ୩୫୭/୬

କଲମ୍ବୋ,୮ା୮: ଶ୍ରୀଲଙ୍କା ଏକାଦଶ ବିପକ୍ଷରେ ଚାଲିଥିବା ଓ୍ବାର୍ମଅପ୍‌ ମ୍ୟାଚ୍‌ର ଦ୍ୱିତୀୟ ଦିନ ଶେଷ ସୁଦ୍ଧା ଦେବଦତ୍ତ ପଡିକଲଙ୍କ ଅପରାଜିତ ଶତକ ବଳରେ ଭାରତ ୬ ଉଇକେଟ ହରାଇ…

Mettle Meet 2026: ସିନିୟର୍ ଫାଇନାଲ୍‌ରେ ୮ ଟିମ୍‌, ଆସନ୍ତାକାଲି ବଡ଼ ଟକ୍କର

ଭୁବନେଶ୍ୱର,୮ା୮: ତୀବ୍ର ଓ ରୋମାଞ୍ଚକର ପ୍ରିଲିମ୍ସ ପ୍ରତିଯୋଗିତା ପରେ ‘ମେଟଲ ମିଟ୍‌-୨୦୨୬’ ଦଶମ ସଂସ୍କରଣର ସିନିୟର ଫାଇନାଲ୍‌ ପାଇଁ ଦୌଡ଼ ସଙ୍କୁଚିତ ହୋଇଛି। କଡ଼ା ଟକ୍କର ଦେଇ…

ସ୍ୱାଧୀନତା ଦିବସ ପାଇଁ ପ୍ରତିଯୋଗିତା

ଭଞ୍ଜନଗର, ୮।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ପ୍ରଶାସନ ପକ୍ଷରୁ ଆସନ୍ତା ଅଗଷ୍ଟ ୧୫ ତାରିଖ ସ୍ୱାଧୀନତା ଦିବସ ଅବସରରେ ଭଞ୍ଜନଗର ଜେଲ୍ ପଡ଼ିଆରେ…

ବଜାର ଆସି ଘରକୁ ଫେରୁଥିବା ବେଳେ ବାଟରେ ଘଟିଲା ବଜ୍ରପାତ, ଆଉ ତା’ ପରେ…

ଚିକିଟ,୮ା୮(ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଚିକିଟି ଫାଣ୍ଡି ରାମଚନ୍ଦ୍ରପୁର ପଞ୍ଚାୟତ ଅନ୍ତର୍ଗତ ବଡପଲଙ୍କ ଗ୍ରାମର ବିଜୟ ପ୍ରଧାନ (୪୫)ଙ୍କ ବ୍ରଜପାତରେ ମୃତ୍ୟୁ ଘଟିଛି।…

ଝରିପଦର ଡାକ୍ତରଖାନାରେ ଡାକ୍ତର ଅନୁପସ୍ଥିତ: ରୋଗୀ ସେବା ବିପର୍ଯ୍ୟସ୍ତ

ଦିଗପହଣ୍ଡି,୮|୮(ଅଶେଷ ନାଥ ମିଶ୍ର): କେନ୍ଦ୍ର ଓ ରାଜ୍ୟ ସରକାର ମା ଗର୍ଭରେ ଥିବା ଶିଶୁ ଠାରୁ ଆରମ୍ଭ କରି ବୁଢା ବୁଢ଼ୀଙ୍କ ମୃତ୍ୟୁ ପର୍ଯ୍ୟନ୍ତ ବିଭିନ୍ନ ଯୋଜନା…

ଭାରତୀୟ ଖେଳାଳିଙ୍କ ବାରମ୍ବାର ଆଘାତ ପାଇଁ ବିସିସିଆଇର କାର୍ଯ୍ୟାନୁଷ୍ଠାନ, ନେଲା ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି

ନୂଆଦିଲ୍ଲୀ,୮।୮: ଭାରତୀୟ କ୍ରିକେଟ ଦଳର ଅନେକ ଖେଳାଳି ବର୍ତ୍ତମାନ ଆହତ ହୋଇଛନ୍ତି, ଯାହା ଦଳ ପରିଚାଳନାକୁ ଚିନ୍ତିତ କରିଛି। ଅଧିନାୟକ ଶୁବମନ ଗିଲ ମଧ୍ୟ ଏହି ପ୍ରସଙ୍ଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri