ଶକ୍ତି ପରୀକ୍ଷାରେ ଜିତିଲେ ପ୍ରଚଣ୍ଡ…

କାଠମାଣ୍ଡୁ,୧୦।୧ : ନେପାଳ ସଂସଦରେ ମଙ୍ଗଳବାର ପ୍ରଧାନମନ୍ତ୍ରୀ ପୁଷ୍ପ କମଲ ଦହଲ ପ୍ରଚଣ୍ଡ ଶକ୍ତି ପରୀକ୍ଷାର ସମ୍ମୁଖୀନ ହୋଇଥିଲେ। ହୋଇଥିବା ମତଦାନରେ ତାଙ୍କ ସମର୍ଥନରେ ୨୬୮ ଭୋଟ ମିଳିଥିଲା। ମୋଟ ଉପସ୍ଥିତ ଥିବା ୨୭୦ ସଦସ୍ୟଙ୍କ ଭୋଟ ମଧ୍ୟରୁ ସେ କେବଳ ଦୁଇଟି ଭୋଟ ପାଇ ନ ଥିଲେ।

ପ୍ରତିନିଧିସଭାରେ ବିଶ୍ୱାସର ଭୋଟ ଜିତିବା ପୂର୍ବରୁ ପ୍ରଧାନମନ୍ତ୍ରୀ ପ୍ରଧାନ କହିଥିଲେ ଯେ ସେ ପ୍ରତ୍ୟାଖ୍ୟାନ, ଅସମ୍ମାନ ଏବଂ ପ୍ରତିଶୋଧର ରାଜନୀତି ପରିବର୍ତ୍ତେ ସହମତି, ସହଯୋଗ ଏବଂ ପାରସ୍ପରିକ ବିଶ୍ୱାସର ରାଜନୀତି କରିବାକୁ ଚାହୁଁଛନ୍ତି।

୨୬ ଡିସେମ୍ବରରେ ତୃତୀୟ ଥର ପାଇଁ ସେ ପ୍ରଧାନମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଥିଲେ। ସେ ନାଟକୀୟ ଭାବେ ନେପାଳ କଂଗ୍ରେସ ନେତୃତ୍ୱାଧୀନ ପ୍ରି-ପୋଲ ମିଳିତ ମଞ୍ଚରୁ ବାହାରି ବିରୋଧୀ ଦଳର ନେତା କେ.ପି ଶର୍ମା ଓଲିଙ୍କ ସହ ହାତ ମିଳାଇଥିଲେ। ପ୍ରଧାନମନ୍ତ୍ରୀ କହିଛନ୍ତି ଯେ ସରକାରର ମୁଖ୍ୟ ଭାବରେ ସେ ନେପାଳରେ ଜାତୀୟ ଏକତାର ବାର୍ତ୍ତା ବିଶ୍ୱ ଦେବାକୁ ଚାହୁଁଛନ୍ତି।

ସେ ନିଜ କର୍ତ୍ତବ୍ୟ ଏବଂ ଦାୟିତ୍ୱ ପ୍ରତି ଉତ୍ସର୍ଗୀକୃତ ରହିବାକୁ ଏବଂ ଲୋକଙ୍କୁ କିଛି ନୂଆ ଦେବାକୁ ସ୍ଥିର କରିଛନ୍ତି। ପ୍ରଧାନମନ୍ତ୍ରୀ ଭାବରେ ତାଙ୍କର କାର୍ଯ୍ୟକାଳ ଜାରି ରଖିବା ପାଇଁ ଶକ୍ତି ପରୀକ୍ଷାରେ ୨୭୫ ସଦସ୍ୟ ବିଶିଷ୍ଟ ସଂସଦରେ ୧୩୮ ଭୋଟ ଆବଶ୍ୟକ କରୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନରେ ହେବ ଲକ୍‌ଡାଉନ୍‌

ଇସ୍‌ଲାମାବାଦ,୨୯ା୩: ମଧ୍ୟପ୍ରାଚ୍ୟ ଯୁଦ୍ଧ ଯୋଗୁ ପାକିସ୍ତାନରେ ଇନ୍ଧନ ସଙ୍କଟ ଗୁରୁତର ହୋଇପଡିଛି। ଦେଶରେ ଶକ୍ତି ଏବଂ ଇନ୍ଧନ ବ୍ୟବହାର କମାଇବା ଉଦ୍ୟମ ସ୍ବରୂପ ପାକ୍‌ ସରକାର ପ୍ରତି…

ଇସ୍ରାଏଲ ଉପରେ ବଡ଼ ଆକ୍ରମଣ କଲା ଇରାନ; କେମିକାଲ୍ ଲିକ୍ ନେଇ ଚେତାବନୀ, ଝରକା ବନ୍ଦ ରଖିବାକୁ…

ନୂଆଦିଲ୍ଲୀ,୨୯।୩: ଇରାନ ଇସ୍ରାଏଲର ଏକ ପ୍ରମୁଖ ରାସାୟନିକ କେନ୍ଦ୍ର ଉପରେ ବାଲିଷ୍ଟିକ୍ ମିଶାଇଲ୍ ହମଲା କରିଛି । ଏହା ଫଳରେ ସେହି ସ୍ଥାନରେ ଏକ ବଡ଼ ଅଗ୍ନିକାଣ୍ଡ ଘଟିଛି…

ଅଭିଯୋଗର ୧୨ ଘଣ୍ଟା ମଧ୍ୟରେ ନିଖୋଜ ନାବାଳିକାଙ୍କୁ ଖୋଜିଲା ପାଟପୁର ପୋଲିସ, ଗାଁରୁ….

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ଉଦ୍ଧାର କଲା…

ଆମେରିକାକୁ ଧମକ ଦେଲା ତେହେରାନ, ‘ସାର୍କର ଖାଦ୍ୟ ହେବେ…..’

ନୂଆଦିଲ୍ଲୀ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ଅନ୍ତ ପାଇଁ ପ୍ରୟାସ ଚାଲିଥିବା ବେଳେ ଉଭୟ ପକ୍ଷ ପରସ୍ପର ଉପରେ ନିରନ୍ତର ଆକ୍ରମଣ ଜାରି ରଖିଛନ୍ତି । ଆମେରିକାର ସ୍ଥଳ…

ବରଗଡ଼ରେ ଟମାଟୋର ଅଭାବୀ ବିକ୍ରି, ମିଳୁନି ମୂଲ

ବରଗଡ଼,୨୯।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଧାନ ଭଳି ବିଭିନ୍ନ ପନିପରିବାରେ ମଧ୍ୟ ଅଭାବୀ ବିକ୍ରି ସ୍ଥିତି ଉପୁଜିଛି । ଫଳରେ ଚାଷୀଙ୍କୁ କ୍ଷତି ସହିବାକୁ ପଡୁଛି ।…

ହୁମା ସାପ୍ତାହିକ ଶୁଖୁଆ ହାଟରୁ ଚୋରି, ୩ ମୋବାଇଲ….

ଗଞ୍ଜାମ,୨୯।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମ୍ମା ହାଟରୁ ରବିବାର ୩ଟି ମୋବାଇଲ ଚୋରି ହୋଇଥିବା ଅଭିଯୋଗ ହୋଇଛି । ଯାହାକୁ ନେଇ ହାଟ ଆସୁଥିବା…

ପାକିସ୍ତାନର ସ୍ଥିତି ସାଂଘାତିକ, LPG-ଡିଜେଲ-ପେଟ୍ରୋଲ ପରେ ଏବେ ବଢ଼ିଲା ଔଷଧ ଦାମ୍

ଇସଲାମାବାଦ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ପ୍ରଭାବ ପଡ଼ୋଶୀ ପାକିସ୍ତାନ ଉପରେ ପଡୁଛି । ଏଲପିଜି, ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ବୃଦ୍ଧି ପରେ, ଔଷଧର ମୂଲ୍ୟରେ ମଧ୍ୟ ଏବେ…

ଦିଗପହଣ୍ଡିରେ ଜାଳେଣି ଗ୍ୟାସ ସିଲିଣ୍ଡର କଳାବଜାର, ହନ୍ତସନ୍ତ ହେଉଛନ୍ତି ଲୋକେ

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସହର ସମେତ ଆଖପାଖ ଗ୍ରାମାଞ୍ଚଳମାନଙ୍କରେ ଜାଳେଣି ଗ୍ୟାସ ସିଲିଣ୍ଡରର ବ୍ୟାପକ କଳାବଜାର ହେଉଥିବା ଜାଣିବାକୁ ମିଳିଛି । ମଧ୍ୟପ୍ରାଚ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri