ଜେଲରେ ଜେରା ହେବେ ପ୍ରଦୀପଙ୍କ ସହ ପାଠକ ବାପପୁଅ

ଭୁବନେଶ୍ୱର,୧୦ା୧୨(ବ୍ୟୁରୋ):ଝାରପଡ଼ା ସ୍ବତନ୍ତ୍ର କାରାଗାରରେ ଥିବା ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ, ନିଲମ୍ବିତ ଆଇଏଫ୍‌ଏସ୍‌ ଅଫିସର ଅଭୟକାନ୍ତ ପାଠକ ଓ ତାଙ୍କ ପୁଅ ଆକାଶଙ୍କ ନାଁରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ୩ଟି ମାମଲା ରୁଜୁ କରିଛି। ପାଠକ ବାପପୁଅଙ୍କ ନାଁରେ ଆୟବହିର୍ଭୂତ ସମ୍ପତ୍ତି ଠୁଳ ଓ ଠକେଇ ଅଭିଯୋଗ ରହିଥିବାବେଳେ ପ୍ରଦୀପଙ୍କ ନାଁରେ ଠକେଇ, ଜାଲିଆତି, ଆପରାଧିକ ଷଡ଼ଯନ୍ତ୍ର ଏବଂ ସାଇବର ଅପରାଧ ଅଭିଯୋଗ ରହିଛି। ତେବେ ଇଡି ଏହି ୩ଜଣଙ୍କ ଆର୍ଥିକ କାରବାରର ଖୋଳତାଡ଼ କରୁଛି। ଖୁବଶୀଘ୍ର ଏମାନଙ୍କୁ ଇଡି ଜେରା କରିବ। ସୁରକ୍ଷା ଦୃଷ୍ଟିରୁ ଝାରପଡା ଜେଲରେ ହିଁ ସେମାନେ ଜେରାର ସମ୍ମୁଖୀନ ହେବେ। ଏଥିପାଇଁ ଇଡି ପକ୍ଷରୁ ଭୁବନେଶ୍ୱର ଏସ୍‌ଡିଜେମ୍‌ଙ୍କ କୋର୍ଟରେ ଆବେଦନ କରାଯାଇଛି। ତଦନ୍ତରୁ ମନି ଲଣ୍ଡରିଂର ପ୍ରମାଣ ମିଳିଲେ ସେମାନଙ୍କ ସମ୍ପତ୍ତି ବାଜ୍ୟାପ୍ତ କରାଯିବ ବୋଲି ଇଡିର ଜଣେ ବରିଷ୍ଠ ଅଧିକାରୀ ସୂଚନା ଦେଇଛନ୍ତି।
ମିଳିଥିବା ସୂଚନା ଅନୁସାରେ, ଗତ ୬ ମାସ ମଧ୍ୟରେ ବିଧାୟକ ପାଣିଗ୍ରାହୀଙ୍କ ଆକାଉଣ୍ଟରେ ୨.୬୩ କୋଟି ଟଙ୍କା ଜମା ହୋଇଥିଲା। ଏହି ସମସ୍ତ ଟଙ୍କା ନିୟମିତ ବ୍ୟବଧାନରେ କେତେଜଣ ବ୍ୟକ୍ତି ତାଙ୍କ ଆକାଉଣ୍ଟକୁ ଟ୍ରାନ୍ସଫର ମାଧ୍ୟମରେ ଜମା କରିଥିଲେ। ଏତେ ଟଙ୍କା କାହିଁକି ତାଙ୍କ ଆକାଣ୍ଟକୁ ଆସିଥିଲା ସେନେଇ ଇଡି ତଦନ୍ତ କରୁଛି। ବ୍ୟାଙ୍କଠାରୁ ସମସ୍ତ ତଥ୍ୟ ସଂଗ୍ରହ କରାଯାଇଥିବାବେଳେ ଯେଉଁମାନେ ଟଙ୍କା ଜମା କରିଛନ୍ତି, ସେମାନଙ୍କୁ ମଧ୍ୟ ତଦନ୍ତ ପରିସରଭୃକ୍ତ କରାଯିବ। ସେହିପରି ଆଇଏଫଏସ୍‌ ଅଫିସର ଅଭୟକାନ୍ତ ଓ ପୁଅ ଆକାଶଙ୍କ ଆକାଉଣ୍ଟକୁ ଆସିଥିବା ୧୮ କୋଟି ଟଙ୍କା ବାବଦରେ ମଧ୍ୟ ତଦନ୍ତ କରାଯିବ। ଏଥିରେ କିଛି ଠକେଇ ଟଙ୍କା ରହିଛି କି ନାହିଁ ତଦନ୍ତ ପରେ ସ୍ପଷ୍ଟ ସୂଚନା ମିଳିପାରିବ।


Enter your email to get our daily news in your inbox.

All Right Reserved By Dharitri.Com

ନୂଆଁଖାଇ ଲଗ୍ନ ଧାର୍ଯ୍ୟ

ସମ୍ୱଲପୁର, ୬ା୯ (ବି.ଶଙ୍କର): ପରମ୍ପରା ଓ ରୀତିନୀତି ଅନୁସାରେ ପଶ୍ଚିମଓଡ଼ିଶାର କୃଷିଭିତ୍ତିକ ଗଣପର୍ୱ ନୂଆଁଖାଇ ପାଇଁ ଶନିବାର ଲଗ୍ନ ଧାର୍ଯ୍ୟ ହୋଇଛି। ଇଷ୍ଟ ଦେବୀ ସମଲେଇଙ୍କ ରାଶି…

୬ କ୍ଷୁଦ୍ର ଦଳ ପାଇଛନ୍ତି ୧୭୦୦ କୋଟି

ଭୁବନେଶ୍ୱର, ୬ା୯(ଜିତେନ୍ଦ୍ର କୁମାର ନାୟକ):ଭାରତରେ ରାଜନୈତିକ ଦଳ ଠୁଳ କରିଥିବା ଅର୍ଥ ପରିମାଣ ଓ ଉପାୟ ବିଷୟରେ ଦେଶରେ ଆଖିଦୃଶିଆ ଆଲୋଚନା ହୁଏନି। ଏବେ ବିବିସି ହିନ୍ଦୀର…

ଦାରିଙ୍ଗବାଡ଼ିରେ ବର୍ଷା ଛାଡ଼ିବା ପରେ ସକାଳୁଆ ଶୀତ ସହ ଘନ କୁହୁଡ଼ି

ଦାରିଙ୍ଗବାଡ଼ି, ୬/୯ (ଅରୁଣ ସାହୁ): ଲଘୁଚାପଜନିତ ବର୍ଷା ଛାଡ଼ିବା ପରେ ଏବେ ଦାରିଙ୍ଗବାଡ଼ି ଅଞ୍ଚଳରେ ପାଗ ସମ୍ପୂର୍ଣ୍ଣ ଶୁଖିଲା ରହିଛି। ଗତ ୨ ଦିନ ହେଲା ଦିନ…

୩ ବର୍ଷରେ ପୂରଣ ହେବ ୪୫ ହଜାର ଶିକ୍ଷକ ପଦବୀ: ମୁଖ୍ୟମନ୍ତ୍ରୀ

କଟକ,୬।୯(କାର୍ତ୍ତିକ ସାହୁ): ରାଜ୍ୟର ଶିକ୍ଷା ବ୍ୟବସ୍ଥାରେ ବ୍ୟାପକ ସୁଧାର ଆଣିବା ପାଇଁ ସରକାର ‘କେଜିରୁ ପିଜି’ ନିଃଶୁଳ୍କ ଶିକ୍ଷା ଯୋଜନା କରିଛନ୍ତି। ସାରା ଭାରତରେ ଓଡ଼ିଶା ପ୍ରଥମ…

ମାର୍ଚ୍ଚ କିମ୍ୱା ଏପ୍ରିଲରେ ପଞ୍ଚାୟତ ଭୋଟ: ନିର୍ବାଚନ କମିଶନର

ଭୁବନେଶ୍ୱର,୬ା୯(ସୁନିତ୍‌ ମିଶ୍ର): ଆସନ୍ତା ମାର୍ଚ୍ଚ ଶେଷ କିମ୍ୱା ଏପ୍ରିଲ ପ୍ରଥମ ସପ୍ତାହରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ୱାଚନ ହୋଇପାରେ। ପଞ୍ଚାୟତ ନିର୍ୱାଚନ ଲାଗି ରାଜ୍ୟ ନିର୍ୱାଚନ କମିଶନ ଜୋର୍‌ଦାର…

କଫ୍‌ ସିରଫ ଚାଲାଣ ବେଳେ ମାଡ଼ି ବସିଲା ପୋଲିସ

ଡୁଙ୍ଗୁରିପାଲି,୫।୯(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ଥାନା ପୋଲିସ ଶନିବାର ବେଆଇନ କଫ୍‌ ସିରଫ ଜବତ କରି ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି।…

୨୧ ଦିନ ପରେ ଶିକ୍ଷକ ଆନ୍ଦୋଳନ ସ୍ଥଗିତ, ସରକାରଙ୍କ ସହ ସଫଳ ବୈଠକ ପରେ…

ଭୁବନେଶ୍ୱର,୫।୯: ଶିକ୍ଷକ ଓ କର୍ମଚାରୀଙ୍କ ଅହୋରାତ୍ର ଆନ୍ଦୋଳନ ୨୧ଦିନ ପରେ ସ୍ଥଗିତ ହୋଇଛି। ଶନିବାର ରାତି ପ୍ରାୟ ୮ଟାରେ ଭୁବନେଶ୍ୱର ଲୋୟର ପିଏମ୍‌ଜିସ୍ଥିତ ଧାରଣାସ୍ଥଳରେ ଆଠଟି ସଂଗଠନର…

ପାକିସ୍ତାନକୁ ହରାଇ ଭାରତର ଲଗାତର ତୃତୀୟ ବିଜୟ

ଦୁବାଇ,୫ା୯: ମହିଳା ଏସିଆ କପ୍‌ ଟି୨୦ ପ୍ରତିଯୋଗିତାରେ ଶନିବାର ଅନୁଷ୍ଠିତ ମ୍ୟାଚ୍‌ରେ ଭାରତ ୭ ଉଇକେଟରେ ପାକିସ୍ତାନକୁ ପରାସ୍ତ କରିଛି। ପୂର୍ବରୁ ସେମିଫାଇନାଲରେ ସ୍ଥାନ ପକ୍କା କରିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri