ଅଡୁଆରେ ପ୍ରଦୀପ: ଫ୍ରିଜ୍‌ ହେବ ପରିବାର ସଦସ୍ୟଙ୍କ ବ୍ୟାଙ୍କ ଆକାଉଣ୍ଟ

କଟକ ଅଫିସ,୧୮।୧୦: ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ଅଡୁଆ ବଢ଼ିବାରେ ଲାଗିଛି। ଭିଜିଲାନ୍ସ ଟିମ୍‌ ପ୍ରଦୀପଙ୍କ ଘରୁ ୧୪୪୦ ଗ୍ରାମର ସୁନା ଓ ୨୪.୨୫ ଲକ୍ଷ ଟଙ୍କାର ଏକ ହାର ଜବତ କରିଛି। ଏଥିସହ ପ୍ରଦୀପଙ୍କ ଘରୁ ବହୁ ବ୍ୟାଙ୍କ ଆକାଉଣ୍ଟ ସହ କାଗଜପତ୍ର ଜବତ କରାଯାଇଛି। ସେହିପରି ପ୍ରଦୀପ ଓ ତାଙ୍କ ପରିବାର ସଦସ୍ୟଙ୍କ ବ୍ୟାଙ୍କ ଆକାଉଣ୍ଟ ଫ୍ରିଜ୍‌ କରିବା ଲାଗି ଭିଜିଲାନ୍ସ ପଦକ୍ଷେପ ନେଉଛି। ସର୍ଚ୍ଚ ବେଳେ ଜବତ ହୋଇଥିବା କାଗଜପତ୍ରକୁ ଭିଜିଲାନ୍ସର ବିତ୍ତ ବିଭାଗ ଅଧିକାରୀ, ଚାର୍ଟାଜ ଆକାଉଣ୍ଟାଣ୍ଟ ଏବଂ ବ୍ୟାଙ୍କ କନ୍‌ସଲଣ୍ଟାଣ୍ଟ ଯାଞ୍ଚ କରୁଛନ୍ତି। ଅନ୍ୟପଟେ, ଭିଜିଲାନ୍ସର ସାଇବର ସେଲ୍‌ ଜବତ ସମସ୍ତ ଇଲେକ୍ଟ୍ରୋନିକ୍ସ ସାମଗ୍ରୀର ପରୀକ୍ଷା ନୀରିକ୍ଷା କରିବ। ପରବର୍ତ୍ତୀ ସମୟରେ ସମସ୍ତ ସାକ୍ଷୀ, ସନ୍ଦିଗ୍ଧ ଏବଂ ଅଭିଯୁକ୍ତ ତଦନ୍ତ ପରିସରଭୁକ୍ତ ହେବେ। ଏହାର ତଦନ୍ତ ଚାଲୁ ରହିଥିବା ଭିଜିଲାନ୍ସ ନିର୍ଦ୍ଦେଶାଳୟ ପକ୍ଷରୁ ସୂଚନା ଦିଆଯାଇଛି।

ରବିବାର କଟକ ଭିଜିଲାନ୍ସ ସେଲ ମାମଲା(ନଂ. ୬/୨୧) ଭିତ୍ତିରେ ପ୍ରଦୀପଙ୍କ ବାସଭବନ ସହ ସମ୍ପର୍କୀୟଙ୍କ ୧୫ଟି ସ୍ଥାନରେ ଚଢାଉ କରିଥିଲା। ଭିଜିଲାନ୍ସ ପ୍ରଦୀପଙ୍କ ଘରୁ ଜମି କିଣାବିକାର କାଗଜପତ୍ର, ସୁନା ଅଳଙ୍କାର, ବିଭିନ୍ନ ବ୍ୟାଙ୍କର ଜମାଖାତା, ଡେବିଟ ଓ କ୍ରେଡିଟ କାର୍ଡ, ଲାପଟପ, ମୋବାଇଲ ଫୋନ ଏବଂ ଅନ୍ୟାନ୍ୟ କାଗଜପତ୍ର ଜବତ କରିଛି। ଏଥିସହ ଚଢାଉ ବେଳେ ପ୍ରଦୀପଙ୍କ ସମ୍ପର୍କୀୟ ଘରୁ ୨୦ ଲକ୍ଷ ଟଙ୍କା ମିଳିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଦିନକୁ ୫ କପ୍‌ କଫି, କମାଏ ହୃଦ୍‌ରୋଗ ଆଶଙ୍କା

ନୂଆଦିଲ୍ଲୀ,୨୨ା୭(ପି.ଟି.):ପ୍ରତିଦିନ ସୀମିତ ପରିମାଣର କଫି ସେବନ ଶରୀର ପାଇଁ କ୍ଷତିକାରକ ନୁହେଁ, ବରଂ ଏହା ହୃତ୍‌ପିଣ୍ଡକୁ ସୁସ୍ଥ ରଖିବାରେ ସହାୟକ ହୋଇପାରେ। ଜଣେ ସୁସ୍ଥ ବୟସ୍କ ବ୍ୟକ୍ତି…

ଦିନକୁ ୫ କପ୍‌ କଫି କମାଏ ହୃଦ୍‌ରୋଗ ଆଶଙ୍କା: ଆସିଲା ଚାଞ୍ଚଲ୍ୟକର ରିପୋର୍ଟ

ନୂଆଦିଲ୍ଲୀ,୨୨ା୭(ପି.ଟି.):ପ୍ରତିଦିନ ସୀମିତ ପରିମାଣର କଫି ସେବନ ଶରୀର ପାଇଁ କ୍ଷତିକାରକ ନୁହେଁ, ବରଂ ଏହା ହୃତ୍‌ପିଣ୍ଡକୁ ସୁସ୍ଥ ରଖିବାରେ ସହାୟକ ହୋଇପାରେ। ଜଣେ ସୁସ୍ଥ ବୟସ୍କ ବ୍ୟକ୍ତି…

ନିଟ୍‌ ପରୀକ୍ଷାରେ ସାଇ ସୋହମ ବଡ଼ ସଫଳତା: ଅଞ୍ଚଳ ପାଇଁ ଆଣିଲେ ଗୌରବ

ସାକ୍ଷୀଗୋପାଳ,୨୨।୭(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଚଳିତବର୍ଷ ପ୍ରକାଶିତ ନିଟ୍‌ (ୟୁଜି) ପରୀକ୍ଷା ଫଳରେ ସତ୍ୟବାଦୀ ଅଞ୍ଚଳର ସାଇ ସୋହମ ପ୍ରଧାନ ସର୍ବଭାରତୀୟ ସ୍ତରରେ ୫୨୬୫ ସ୍ଥାନରେ ସଫଳତାର…

ପ୍ରଶାସନର ବିସ୍ଥାପନ ଉଦ୍ୟମ ଅଟକିଲା: ଭିଟାମାଟି ଛାଡ଼ିଲେ ନାହିଁ କୁମିଆପାଲି ଗ୍ରାମବାସୀ

ବଲାଙ୍ଗୀର/ଲୋଇସିଂହା,୨୨ା୭(ବୀରେନ୍ଦ୍ର କୁମାର ଝାଙ୍କର/ସୁଶାନ୍ତ ବାରିକ):ଲୋୟର ସୁକତେଲ ଜଳସେଚନ ପ୍ରକଳ୍ପ ପ୍ରଭାବିତ କୁମିଆପାଲି ଗାଁରେ ମଙ୍ଗଳବାର ବିସ୍ଥାପନକୁ ନେଇ ଗ୍ରାମବାସୀ ଏବଂ ଜିଲା ପ୍ରଶାସନ ମୁହଁାମୁହିଁ ହୋଇଥିଲେ। ପ୍ରଶାସନ…

ଉପକୂଳରେ ଘୂର୍ଣ୍ଣିବଳୟ, ଦୁଇଟି ଟ୍ରଫ୍‌: ଆସନ୍ତା ୫ ଦିନ ଯାଏ ଏସବୁ ଜିଲାରେ ପ୍ରବଳ ବର୍ଷା, ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୧ା୭ (ବନ୍ଦନା ସେଠୀ)- ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହା ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏଥିସହ ଦୁଇଟି ଟ୍ରଫ୍‌…

ଦକ୍ଷିଣମୋଡ଼ ହେଲା ଦର୍ପଦଳନ, ଅଧାରେ ଅଟକିଲା ତାଳଧ୍ୱଜ: ନନ୍ଦିଘୋଷ… 

ପୁରୀ,୨୧ା୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ବଳଭଦ୍ର ଏବଂ ଭଉଣୀ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ରଥାରୂଢ଼ ହୋଇ ଆସି ଶ୍ରୀଗୁଣ୍ଡିଚା ମନ୍ଦିରରେ ଅବସ୍ଥାନ କରିଛନ୍ତି। ରଥଯାତ୍ରାର…

ଛାତ୍ରଙ୍କ ଉପରେ ଲାଠିଚାର୍ଜକୁ ନେଇ କ୍ଷୁବ୍ଧ ଅରିଜିତ, କହିଲେ– ‘ନିଜକୁ ଭଗବାନ ଭାବୁଛନ୍ତି କି?’

ନୂଆଦିଲ୍ଲୀ,୨୧।୭: ଦିଲ୍ଲୀରେ ୨୦ ଜୁଲାଇରେ କକରୋଚ୍ ଜନତା ପାର୍ଟି (CJP)ର ଆହ୍ୱାନରେ ଆୟୋଜିତ ସଂସଦ ମାର୍ଚ୍ଚ ସମୟରେ ଛାତ୍ର ଓ ପୋଲିସ ମଧ୍ୟରେ ଉତ୍ତେଜନା ସୃଷ୍ଟି ହୋଇଥିଲା।…

ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଆଧାର ନିଷ୍କ୍ରିୟ; ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ…

ମୋହନା,୨୧।୭(ମନ୍ମଥ ମିଶ୍ର): ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଏଭଳି ଏକ ଆଶ୍ଚର୍ଯ୍ୟଜନକ ଘଟଣା ଗଜପତି ଜିଲା ଆର୍. ଉଦୟଗିରି ବ୍ଲକ ରଣାଲଇ ଗ୍ରାମରେ ଦେଖିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri