ଶନିବାର ସୁଦ୍ଧା ସ୍ପଷ୍ଟ ହେବ ଚିତ୍ର, ମୁକାବିଲା ଲାଗି ରାଜ୍ୟ ସରକାର ପ୍ରସ୍ତୁତ: ଏସ୍‌ଆର୍‌ସି

ଭୁବନେଶ୍ୱର,୬।୫(ବ୍ୟୁରୋ): ଆଣ୍ଡାମାନ ସାଗରରେ ସୃଷ୍ଟ ଘୁର୍ଣ୍ଣିବଳୟ ବାତ୍ୟାର ରୂପ ନେବ କି ନାହିଁ ଏଯାଏ ସ୍ପଷ୍ଟ ହୋଇନାହିଁ। ଏହା ଏବେ ଲଘୁଚାପରେ ପରିଣତ ହୋଇଥିବା ବେଳେ ବଙ୍ଗୋପସାଗର ଆଡ଼କୁ ମୁହାଁଇଛି, ଯାହା ଶନିବାର ସୁଦ୍ଧା ଅବପାତର ରୂପ ନେବା ପରେ ହିଁ ବାତ୍ୟା ସଂକ୍ରାନ୍ତରେ ସ୍ପଷ୍ଟ ଚିତ୍ର ମିଳିବ ବୋଲି ଖବରଦାତା ସମ୍ମିଳନୀରେ ରାଜ୍ୟ ସ୍ବତନ୍ତ୍ର ରିଲିଫ କମିଶନର ପ୍ରଦୀପ କୁମାର ଜେନା ଏଭଳି ସୂଚନା ଦେବା ସହ ଲୋକଙ୍କୁ ଭୟଭୀତ ନହେବା ପାଇଁ ପୁଣିଥରେ ନିବେଦନ କରିଛନ୍ତି ।

ଏସଆରସି କହିଛନ୍ତି, ଆଇଏମଡିର ପ୍ରାରମ୍ଭିକ ଆକଳନ ଅନୁସାରେ ଏହି ଲଘୁଚାପ ଅଧିକ ଅବପାତ ହୋଇ ସାମୁଦ୍ରିକ ଝଡ଼ର ରୂପ ନେଲେ ତାହା ଉତ୍ତର ଆନ୍ଧ୍ର ପ୍ରଦେଶ ଓ ଦକ୍ଷିଣ ଓ ସମୁଦ୍ର ଉପକୂଳ ଆ ଗତି କରିବ । କିନ୍ତୁ ୧୦ ତାରିଖ ସନ୍ଧ୍ୟା ସୁଦ୍ଧା ଏହା ବଙ୍ଗୋପସାଗରରେ ଉପକୂଳଠୁ ୨୫୦-୩୦୦କିମି ଦୂରରେ ରହିବ। ଯଦି ଏହା ସାମୁଦ୍ରିକ ଝଡ଼ର ରୂପ ନିଏ ତେବେ ତା’ର ଗତିପଥ, ପ୍ରଭାବ ଓ ତୀବ୍ରତା କ’ଣ ହେବ ତାହା କେବଳ ୧୦ ତାରିଖ ସନ୍ଧ୍ୟା ସୁଦ୍ଧା ଜଣାପଡ଼ିବ । ଏବେ ଯେହେତୁ ଏହା ଅବପାତର ରୂପ ନେଇ ନ ଥିବାରୁ ସମ୍ଭାବ୍ୟ ବାତ୍ୟାକୁ ନେଇ କୌଣସି ଆକଳନ କରିବା କଷ୍ଟକର । ତେବେ ଏହି ଲଘୁଚାପ ପ୍ରଭାବରେ ରାଜ୍ୟର ୪ଟି ଜିଲା ଗଞ୍ଜାମ, ଖୋର୍ଦ୍ଧା, ପୁରୀ ଓ ଜଗତସିଂହପୁର ଜିଲ୍ଲାରେ ଆସନ୍ତା ୮ତାରିଖରୁ ମଧ୍ୟମରୁ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ତେବେ ପବନ କେତେ ବହିବ ସେ ନେଇ କୌଣସି ତଥ୍ୟ ଆଇଏମଡି ପକ୍ଷରୁ ମିଳନାହିଁ।

ସେ ଆହୁରି ମଧ୍ୟ କହିଛନ୍ତି, ଶନିବାର ଆଇଏମ୍‌ଡି ପକ୍ଷରୁ ସ୍ପଷ୍ଟ ଚିତ୍ର ମିଳିବା ପରେ ଏନ୍‌ଡିଆରଏଫ୍‌, ଓଡ୍ରାଫ ଓ ଅଗ୍ନିଶମ ବାହିନୀ ଟିମକୁ ସମ୍ଭାବ୍ୟ ପ୍ରଭାବିତ ସ୍ଥାନରେ ମୁତୟନ କରାଯିବ। ୮ତାରିଖ ସକାଳ ସୁଦ୍ଧା ସମସ୍ତ ମତ୍ସ୍ୟଜୀବୀଙ୍କୁ ସମୁଦ୍ରରୁ ଫେରି ଆସିବାକୁ ନିର୍ଦ୍ଦେଶ ଦିଆଯାଇଛି । ସେହିପରି ଗର୍ଭବତୀ ମହିଳାମାନଙ୍କୁ ମଧ୍ୟ ଆବଶ୍ୟକ ସ୍ଥଳେ ହସ୍ପିଟାଲ ସ୍ଥାନାନ୍ତର କରିବାକୁ ପରାମର୍ଶ ଦିଆଯାଇଛି । ଚାଷୀଙ୍କ ଫସଲର ସୁରକ୍ଷା ପାଇଁ ଆବଶ୍ୟକ ପରାମର୍ଶନାମା ଜାରି କରିବାକୁ କୃଷି ବିଭାଗକୁ ନିର୍ଦ୍ଦେଶ ଦିଆଯାଇଛି । ବିଭିନ୍ନ ଜରାଶ୍ରମ, ଅନଥାଶ୍ରମ ଓ ମାନସିକ ବିକୃତ ରହୁଥିବା ସ୍ଥାନଗୁଡ଼ିକୁ ପରିଦର୍ଶନ କରି ସେମାନଙ୍କୁ ସୁରକ୍ଷିତ ଆଶ୍ରୟସ୍ଥଳୀ ସ୍ଥାନାନ୍ତର କରିବାକୁ ସାମାଜିକ ସଶକ୍ତିକରଣ ବିଭାଗକୁ ନିର୍ଦ୍ଦେଶ ଦିଆଯାଇଛି । ରାଜ୍ୟର କୌଣସି ସ୍ଥାନରେ ଶୁଖିଲା ଖାଦ୍ୟର ଅଭାବ ନାହିଁ । ଯଥେଷ୍ଟ ପରିମାଣରେ ଶୁଖିଲା ଖାଦ୍ୟ ଗଚ୍ଛିତ ଥିବା ନେଇ ଜିଲାପାଳମାନେ ରିପୋର୍ଟ ଦେଇଛନ୍ତି । ଦରଦାମ ବୃଦ୍ଧି ଉପରେ ନିୟନ୍ତ୍ରଣ ପାଇଁ ମଧ୍ୟ ଜିଲାପାଳମାନେ ପଦକ୍ଷେପ ନେଉଛନ୍ତି। ହେଲେ ସମ୍ଭାବ୍ୟ ବାତ୍ୟାକୁ ନେଇ ଭୟଭୀତ ହେବାର କୌଣସି କାରଣ ନାହିଁ । ପରିସ୍ଥିତିର ମୁକାବିଲା ପାଇଁ ରାଜ୍ୟ ସରକାର ସମ୍ପୂର୍ଣ୍ଣ ପ୍ରସ୍ତୁତ ଅଛନ୍ତି ବୋଲି ଏସଆରସି କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

CSKର ପରାଜୟ ପାଇଁ ସଞ୍ଜୁ ସାମସନଙ୍କ ସମେତ ଏହି ୫ ଖେଳାଳି ଦାୟୀ!

ନୂଆଦିଲ୍ଲୀ,୩୧।୩: ମାର୍ଚ୍ଚ ୩୦ରେ ଅନୁଷ୍ଠିତ 2026 ଇଣ୍ଡିଆନ ପ୍ରିମିୟର ଲିଗର ତୃତୀୟ ମ୍ୟାଚରେ ରାଜସ୍ଥାନ ରୟାଲ୍ସ ଏବଂ ଚେନ୍ନାଇ ସୁପର କିଙ୍ଗସ ମଧ୍ୟରେ ମୁକାବିଲା ହୋଇଥିଲା। ଗୁଆହାଟୀର…

ମନ୍ଦିରରେ ଦଳାଚକଟା….ପରସ୍ପର ଉପରେ ଚଢ଼ିଗଲେ ଭକ୍ତ, ଚାଲିଗଲା ୮ ଜୀବନ

ପାଟନା,୩୧।୩: ବିହାରର ନାଳନ୍ଦା ଜିଲାରେ ଛାତିଥରା ଅଘଟଣ । ଏଠାରେ ଅବସ୍ଥିତ ଶୀତଳା ମାତା ମନ୍ଦିରରେ ହଠାତ୍ ଦଳାଚକଟା ହୋଇଥିଲା। ଏହି ଘଟଣାରେ ଏପର୍ଯ୍ୟନ୍ତ ଆଠ ଜଣ…

ଯୁଦ୍ଧ ମଧ୍ୟରେ ଏସବୁ ଦେଶକୁ ସାହାଯ୍ୟର ହାତ ବଢାଇଲେ ମୋଦି, ଏବେ ପ୍ରଧାନମନ୍ତ୍ରୀଙ୍କ ପ୍ରଶଂସା ସହିପାରୁନି ପାକିସ୍ତାନ!

ଇସଲାମାବାଦ,୩୧।୩: ଇରାନ ସହିତ ସଂଘର୍ଷ ଯୋଗୁ ସୃଷ୍ଟି ହୋଇଥିବା ବିଶ୍ୱ ତୈଳ ସଙ୍କଟ ମଧ୍ୟରେ, ଭାରତ ଖୁବ ପ୍ରଶଂସା ପାଉଛି – ଏକ ବିକାଶ ଯାହା ପାକିସ୍ତାନୀ…

କଳିଯୁଗର ବୋହୂ…ଶାଶୁଙ୍କୁ ନିର୍ଘାତ ମାଡ଼ ମାରିବା ପରେ ପନିକିରେ ହାଣିଲେ, ସବୁ ଦେଖି ଚୁପ୍ ଥିଲେ ପୁଅ

ଉଦଳା,୩୧।୩(ସନ୍ତୋଷ କୁମାର ବାଛିନୀ): ବୋହୂ ସାଜିଲେ ରାକ୍ଷସୀ। ଗୁଣି ସନ୍ଦେହରେ ଶାଶୁଙ୍କୁ ଅତି ନିର୍ଦ୍ଦୟ ଭାବେ ଘର ଭିତରେ ପନିକିରେ ହାଣିଲା ବୋହୂ । ଆଉ ଏ…

ବେଲଗଛରେ ଛୁଲୁଥିଲା ବିଜେଡି ନେତାଙ୍କ ସ୍ତ୍ରୀଙ୍କ ମୃତଦେହ: ପୋଲିସ କଲା ଜବତ

ନୂଆପଡ଼ା,୩୧ା୩ (ମକାରୁ ବେମାଲ):ନୂଆପଡା ସହରର ମାତାଗୁଡି ପଡାସ୍ଥିତ ଏକ ବେଲଗଛରୁ ଜଣେ ମହିଳାଙ୍କ ଝୁଲନ୍ତା ମୃତଦେହ ଜବତ ହୋଇଛି। ସେ ହେଲେ ପୂର୍ବତନ ଯୁବ ବିଜୁ ଜନତା…

ହର୍ମୁଜରେ ଏବେ ଟିକସ ଆଦାୟ କରିବ ଇରାନ, ସଂସଦରେ ଆଇନକୁ ମିଳିଲା ମଞ୍ଜୁରୀ

ତେହରାନ,୩୧।୩: ଇରାନ ସହିତ ସଂଘର୍ଷ ପରିପ୍ରେକ୍ଷୀରେ, ଯାହା ଡରାଉ ଥିଲା ତାହା ହିଁ ଘଟିଛି। ଇରାନର ସଂସଦ ହର୍ମୁଜ ପ୍ରଣାଳୀ ଦେଇ ଯାତାୟାତ ଉପରେ ଟୋଲ ଲାଗୁ…

ଯାତ୍ରୀବାହୀ ବସରେ ଅଧିକ ଭଡ଼ାକୁ ନେଇ ପ୍ରତିବାଦ, ତିହିଡି଼ ଜନସାଧାରଣ ଅଧିକାର ମଞ୍ଚ ପକ୍ଷରୁ ବସରୋକୋ

ତିହିଡି଼,୩୧।୩(ସଞ୍ଜିତ ବଳ): ଭଦ୍ରକ-ଚାନ୍ଦବାଲି ରାଜ୍ୟ ରାଜପଥରେ ଚଳାଚଳ କରୁଥିବା ଯାତ୍ରୀବାହୀ ବସରେ ଧାର୍ଯ୍ୟ ଭଡ଼ା ଠାରୁ ୨ଗୁଣ ଅଧିକ ନିଆଯାଉଥିବା ନେଇ ଅଭିଯୋଗ ହୋଇଛି । ଏହାର…

ସରିଲା ମା’ ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରା: ପୁଣି ଆରବର୍ଷକୁ ଅପେକ୍ଷା

ପୁରୁଷୋତ୍ତମପୁର,୩୧।୩(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଆରାଧ୍ୟ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରାର ଉଦଯାପନ ହେବାକୁ ଯାଉଛି। ଏହି ଶେଷ ପାଳିରେ ମା’ ତାରାତାରିଣୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri