ଥୁଆମୂଳ ରାମପୁର ବ୍ଲକ ବିଜେଡିର ଯୁବ ସଭାପତି ହେଲେ ପ୍ରଦୀପ କୁମାର ନାଏକ

ଥୁଆମୂଳ ରାମପୁର,୨୦।୯(ଦୁର୍ଗା କୀର୍ତ୍ତି): ବିଜୁ ଜନତା ଦଳ ତାର ସଂଗଠନକୁ ତୃଣମୂଳସ୍ତରରୁ ଅଧିକ ମଜବୁତ କରିବା ପାଇଁ ସାଙ୍ଗଠନିକ ନିର୍ବାଚନ ପ୍ରକ୍ରିୟା ଜାରି ରଖିଛି। ଏହି ଅବସରରେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ମଧ୍ୟ ଏହି ପ୍ରକ୍ରିୟା ଜରିଆରେ ବ୍ଲକ ସଭାପତି ଏବଂ ବିଭିନ୍ନ ପଦବୀ ଉପରେ ଚୟନ ପ୍ରକ୍ରିୟା କାର୍ଯ୍ୟ ଶେଷ ହୋଇଥିବା ବେଳେ ଦଳ ବର୍ତ୍ତମାନ ଯୁବ ସଂଗଠନର ନେତୃତ୍ୱ ଚୟନ କରିସାରିଛି। ଦଳର ଯୁବ ନେତା ପ୍ରଦୀପ କୁମାର ନାଏକଙ୍କୁ ଥୁଆମୂଳ ରାମପୁର ବ୍ଲକ ବିଜେଡିର ନୂତନ ଯୁବ ସଭାପତି ଭାବେ ସର୍ବ ସହମତି କ୍ରମେ ଚୟନ କରାଯାଇଛି ଏବଂ ଏହାକୁ ସ୍ବୀକୃତି ପାଇଁ ଜିଲା ସଭାପତି ପ୍ରଦୀପ କୁମାର ଦିସାରୀଙ୍କ ନିକଟକୁ ପଠାଯାଇଛି। ଶୁକ୍ରବାର ଥୁଆମୂଳ ରାମପୁର ବ୍ଲକ ବିଜେଡି ସଭାପତି କପିଳାସ ନାଏକଙ୍କ ସଭାପତିତ୍ୱରେ ଥୁଆମୂଳ ରାମପୁର ସ୍ଥିତ ସାହୁ ଜଙ୍ଗଲଠାରେ ଦଳର କର୍ମକର୍ତ୍ତା ମାନଙ୍କୁ ନେଇ ଏକ ବୈଠକ ଆୟୋଜିତ ହୋଇଥିଲା। ଏଥିରେ ଦଳର ବରିଷ୍ଠ ନେତା ମାଣିକ୍ୟ ଚନ୍ଦ୍ର ନାଏକ, କାର୍ଯ୍ୟକାରୀ ସଭାପତି କୈଳାସ ପରିଚ୍ଛା, ଫଟୁସିଂ ଭୋଇ,ସାଧାରଣ ସମ୍ପାଦକ କୃଷ୍ଣଚନ୍ଦ୍ର ନାଏକ,ଏସ୍‌ଟି ସେଲ ସଭାପତି ରାମ ମାଝୀ, ଏସ୍‌ସି ସେଲ ସଭାପତି ରାମେଶ୍ୱର ନାଏକ, ଜୋନ ୧ର ସଭାପତି କୃଷ୍ଣଚନ୍ଦ୍ର ସାହୁ, ଜୋନ ୨ର ସଭାପତି ଲାଲ ନାଏକଙ୍କ ସମେତ ବ୍ଲକର ବିଭିନ୍ନ ପଞ୍ଚାୟତ ସଭାପତି ତଥା ମୁଖ୍ୟ କର୍ମକର୍ତ୍ତା ମାନେ ଏହି ବୈଠକରେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦାଦନ ସାଜିଲା କାଳ: କେରଳରୁ ଫେରିବା ବେଳେ ଯୁବକ ନିଖୋଜ, ମୁକ୍ତି ପାଇଁ ମଗାଯାଉଛି ଟଙ୍କା,ଶୁଖୁ ନାହିଁ…

ଥୁଆମୂଳ ରାମପୁର, ୩୧।୧ (ଦୁର୍ଗା କୀର୍ତ୍ତି): ପେଟର ଭୋକ ଆଉ ପରିବାର ପ୍ରତିପୋଷଣର ଚିନ୍ତା ଜଣେ ଗରିବ ଯୁବକଙ୍କୁ ସୁଦୂର କେରଳକୁ ଟାଣି ନେଇଥିଲା। କିନ୍ତୁ ସେହି…

ବାଇକ୍‌କୁ ଧକ୍କା ଦେଇ ଘୋଷାଡ଼ି ନେଲା ବୋଲେରୋ: ଚାଲିଗଲା ସ୍ବାମୀଙ୍କ ଜୀବନ, ସ୍ତ୍ରୀ ଗୁରୁତର

ଗୋଡ଼ଭଗା,୩୧ା୧(ସୁରେଶ ଦାଶ): ଗୋଡ଼ଭଗା ଫାଣ୍ଡି ଅନ୍ତର୍ଗତ ଗୋଡ଼ଭଗା ମାରୱାଡି ଧର୍ମଶାଳା ପାଖରେ ଶୁକ୍ରବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ କଳାମାଟି ପଞ୍ଚାୟତ ମାଉଲିଭାଗର ହେମସାଗର…

ସୀମାନ୍ତ ଗ୍ରାମରେ ଗୋଷ୍ଠୀ କେନ୍ଦ୍ର ଉଦଘାଟନ କଲା ବ୍ଲକ ପ୍ରଶାସନ 

ପଟ୍ଟାଙ୍ଗି,୩୧।୧(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ କୋଟିଆ ପଞ୍ଚାୟତର ସୀମାନ୍ତ ନେରିଡିବାଲସା ଗ୍ରାମରେ ବ୍ଲକ ପ୍ରଶାସନ ପକ୍ଷରୁ ନବନିର୍ମିତ ଗୋଷ୍ଠୀ କେନ୍ଦ୍ର ଗୃହକୁ…

ବରଗଡ଼ର ଗୌରବ: ମାଷ୍ଟର ଗେମ୍‌ରେ ସ୍ବର୍ଣ୍ଣ ପଦକ ହାତେଇଲେ ୨ଭଉଣୀ

ବରଗଡ଼,୩୧।୧(ପ୍ରେମାନନ୍ଦ ଖମାରୀ): ମହାରାଷ୍ଟ୍ରର ମିନାତାଇ ଠାକରେ ଷ୍ଟାଡିୟମ, ନାସିକରେ ପ୍ରଥମ ଯୁନାଇଟେଡ ନ୍ୟାସନାଲ ମାଷ୍ଟର୍ସ ଗେମ୍ସ ୨୦୨୬ ଅନୁଷ୍ଠିତ ହୋଇଯାଇଛି। ଗତ ୨୮ତାରିଖରୁ ଶନିବାର ପର୍ଯ୍ୟନ୍ତ ଚାଲିଥିବା…

ଦିଗପହଣ୍ଡିରେ ଅତିରିକ୍ତ ଜିଲା ଜଜ୍‌ କୋର୍ଟ ପ୍ରତିଷ୍ଠା ଦାବି: ହାଇକୋର୍ଟ ଜଷ୍ଟିସଙ୍କ ସହ ଆଲୋଚନା

ଦିଗପହଣ୍ଡି, ୩୧।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିରେ ଅତିରିକ୍ତ ଜିଲା ଜଜ କୋର୍ଟ ପ୍ରତିଷ୍ଠା ପାଇଁସ୍ଥାନୀୟ ଖେମୁଣ୍ଡି ଓକିଲ ସଂଘ ପକ୍ଷରୁ ଦାବି କରାଯାଇଛି। ଶନିବାର…

ଆନ୍ଧ୍ର ପ୍ରଦେଶରେ ଦାଦନ ଶ୍ରମିକଙ୍କ ସନ୍ଦେହଜନକ ମୃତ୍ୟୁ, ତଥ୍ୟ ସଂଗ୍ରହ କଲେ ଶ୍ରମ ଅଧିକାରୀ

ବଘିଆପଡ଼ା,୩୧।୧(ଶ୍ରୀକାନ୍ତ ସାହୁ): ଆନ୍ଧ୍ର ପ୍ରଦେଶକୁ ଦାଦନ ଖଟିବାକୁ ଯାଇଥିବା ବୌଦ୍ଧ ବ୍ଲକ ଟିକରପଡା ପଞ୍ଚାୟତର ବୁରଗୋରା ଗ୍ରାମର ଅରୁଣ ରଣବିଡାଙ୍କ ମୃତ୍ୟୁ ଘଟିଛି। ତାଙ୍କ ମୃତଦେହ ଜନ୍ମମାଟିକୁ…

୧୧୨କୁ ଫୋନ କରନ୍ତୁ: ଅଗ୍ନିଶମ ଡିଜି

ଭୁବନେଶ୍ୱର,୩୧।୧: ଓଡ଼ିଶା ଅଗ୍ନିଶମ ବିଭାଗ ପକ୍ଷରୁ ଜନସାଧାରଣଙ୍କୁ ସଚେତନତା କରିବା ପାଇ ଶନିବାର ଏକ ନିଆରା ପ୍ରୟାସ ଆରମ୍ଭ କରାଯାଇଛି। ଅଗ୍ନିଶମ ଡିଜି ସୁଧାଂଶୁ ଷଡ଼ଙ୍ଗୀଙ୍କ ଉପସ୍ଥିତିରେ…

ହୁକ ପକାଇ ଅବାଧରେ ବିଦ୍ୟୁତ୍‌ ଚୋରି, ବିଭାଗ ଜାଣି ଅଜଣା

ଗଞ୍ଜାମ,୩୧ା୧(ବିଦ୍ୟାଧର ସାହୁ): ଗଞ୍ଜାମ ସହର ଓ ଆଖପାଖ ଅଞ୍ଚଳରେ ଅବାଧରେ ବିଦ୍ୟୁତ୍‌ ଚୋରି ହେଉଥିଲେ ମଧ୍ୟ ଜାଣି ଅଜଣା ରହୁଛି ବିଦ୍ୟୁତ୍‌ ବିଭାଗ। ଗଞ୍ଜାମ ସହର ସାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri