ଥୁଆମୂଳ ରାମପୁର ବ୍ଲକ ବିଜେଡିର ଯୁବ ସଭାପତି ହେଲେ ପ୍ରଦୀପ କୁମାର ନାଏକ

ଥୁଆମୂଳ ରାମପୁର,୨୦।୯(ଦୁର୍ଗା କୀର୍ତ୍ତି): ବିଜୁ ଜନତା ଦଳ ତାର ସଂଗଠନକୁ ତୃଣମୂଳସ୍ତରରୁ ଅଧିକ ମଜବୁତ କରିବା ପାଇଁ ସାଙ୍ଗଠନିକ ନିର୍ବାଚନ ପ୍ରକ୍ରିୟା ଜାରି ରଖିଛି। ଏହି ଅବସରରେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ମଧ୍ୟ ଏହି ପ୍ରକ୍ରିୟା ଜରିଆରେ ବ୍ଲକ ସଭାପତି ଏବଂ ବିଭିନ୍ନ ପଦବୀ ଉପରେ ଚୟନ ପ୍ରକ୍ରିୟା କାର୍ଯ୍ୟ ଶେଷ ହୋଇଥିବା ବେଳେ ଦଳ ବର୍ତ୍ତମାନ ଯୁବ ସଂଗଠନର ନେତୃତ୍ୱ ଚୟନ କରିସାରିଛି। ଦଳର ଯୁବ ନେତା ପ୍ରଦୀପ କୁମାର ନାଏକଙ୍କୁ ଥୁଆମୂଳ ରାମପୁର ବ୍ଲକ ବିଜେଡିର ନୂତନ ଯୁବ ସଭାପତି ଭାବେ ସର୍ବ ସହମତି କ୍ରମେ ଚୟନ କରାଯାଇଛି ଏବଂ ଏହାକୁ ସ୍ବୀକୃତି ପାଇଁ ଜିଲା ସଭାପତି ପ୍ରଦୀପ କୁମାର ଦିସାରୀଙ୍କ ନିକଟକୁ ପଠାଯାଇଛି। ଶୁକ୍ରବାର ଥୁଆମୂଳ ରାମପୁର ବ୍ଲକ ବିଜେଡି ସଭାପତି କପିଳାସ ନାଏକଙ୍କ ସଭାପତିତ୍ୱରେ ଥୁଆମୂଳ ରାମପୁର ସ୍ଥିତ ସାହୁ ଜଙ୍ଗଲଠାରେ ଦଳର କର୍ମକର୍ତ୍ତା ମାନଙ୍କୁ ନେଇ ଏକ ବୈଠକ ଆୟୋଜିତ ହୋଇଥିଲା। ଏଥିରେ ଦଳର ବରିଷ୍ଠ ନେତା ମାଣିକ୍ୟ ଚନ୍ଦ୍ର ନାଏକ, କାର୍ଯ୍ୟକାରୀ ସଭାପତି କୈଳାସ ପରିଚ୍ଛା, ଫଟୁସିଂ ଭୋଇ,ସାଧାରଣ ସମ୍ପାଦକ କୃଷ୍ଣଚନ୍ଦ୍ର ନାଏକ,ଏସ୍‌ଟି ସେଲ ସଭାପତି ରାମ ମାଝୀ, ଏସ୍‌ସି ସେଲ ସଭାପତି ରାମେଶ୍ୱର ନାଏକ, ଜୋନ ୧ର ସଭାପତି କୃଷ୍ଣଚନ୍ଦ୍ର ସାହୁ, ଜୋନ ୨ର ସଭାପତି ଲାଲ ନାଏକଙ୍କ ସମେତ ବ୍ଲକର ବିଭିନ୍ନ ପଞ୍ଚାୟତ ସଭାପତି ତଥା ମୁଖ୍ୟ କର୍ମକର୍ତ୍ତା ମାନେ ଏହି ବୈଠକରେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସିଏମ୍ କିଷାନ ଯୋଜନା: ବରଗଡ଼ର ୧.୭୫ ଲକ୍ଷ ଚାଷୀଙ୍କୁ ମିଳିବ ରବି ସହାୟତା, ସିଧାସଳଖ ବ୍ୟାଙ୍କ ଖାତାକୁ ଗଲା ଟଙ୍କା

ବରଗଡ଼,୪।୯(ପ୍ରେମାନନ୍ଦ ଖମାରୀ): ରାଜ୍ୟର ଚାଷୀମାନଙ୍କ ଆର୍ଥିକ ସମୃଦ୍ଧି ଓ କୃଷି କାର୍ଯ୍ୟକୁ ଅଧିକ ଗତିଶୀଳ କରିବା ପାଇଁ ଶୁକ୍ରବାର ଭୁବନେଶ୍ୱରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ କରକମଳରେ…

ମହିଳା SHGରୁ ୨ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ଠକେଇ! ଗଜପତି ପୋଲିସର ବଡ଼ କାର୍ଯ୍ୟାନୁଷ୍ଠାନ, ୩ ଅଭିଯୁକ୍ତ ଗିରଫ, ମୁଖ୍ୟ ନାୟିକା…

ଗଜପତି,୪।୯(ଗିରିଧାରୀ ପରିଛା): ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ (SHG)ର କୋଟି କୋଟି ଟଙ୍କା ଠକେଇ ଓ ଆତ୍ମସାତ୍‌ ମାମଲାରେ ଗଜପତି ସାଇବର ସେଲ୍‌ ଏବଂ ଆର୍ଥିକ ଅପରାଧ…

ମୁଖରିତ ହେଲା ବ୍ରାହ୍ମଣୀଗାଁ: ଜନ୍ମାଷ୍ଟମୀ ପୂଜା ସହ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ଵତୀଙ୍କ ୧୮ତମ ଶ୍ରାଦ୍ଧବାର୍ଷିକ ପାଳିତ

ବ୍ରାହ୍ମଣୀଗାଁ, ୪।୯(ମନୋରଞ୍ଜନ ରଣା): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅନ୍ତର୍ଗତ ବ୍ରାହ୍ମଣୀଗାଁ ଓଡ଼ିଆ ସାହିଠାରେ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଏବଂ ବ୍ରହ୍ମାଲୀନ ବେଦାନ୍ତ କେଶରୀ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ୱତୀଙ୍କ…

୫୨ ବର୍ଷର ମନାନ୍ତର ଭୁଲି ଏକାଠି ହେଲେ ଗୋପପାଲି ଗ୍ରାମବାସୀ: ଯୁବପିଢ଼ିଙ୍କ ଉଦ୍ୟମରେ ଫେରିଲା ଏକତା, ଗଠନ ହେଲା ଗ୍ରାମ୍ୟ କମିଟି

ଅମରପାଲି,୪।୯(ପୀତାମ୍ୱର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ମୁର୍ଷୁଣ୍ଢୀ ପଞ୍ଚାୟତର ଗୋପପାଲି ଗ୍ରାମରେ ଦୀର୍ଘ ୫୨ ବର୍ଷ ପରେ ଏକତାର ନୂଆ ଅଧ୍ୟାୟ ଆରମ୍ଭ ହୋଇଛି।…

ରୁଷୁଡ଼ା ଫାଣ୍ଡିରେ ଯୋଗଦେଲେ ନୂତନ ଫାଣ୍ଡି ଅଧିକାରୀ, ଅଞ୍ଚଳରେ ଆଇନ ଶୃଙ୍ଖଳା…

ଭେଡ଼େନ ୪।୯(ହୃଷିକେଶ ଖମାରୀ): ବରଗଡ଼ ଜିଲା ଭେଡ଼େନ ଥାନା ଅନ୍ତର୍ଗତ ରୁଷୁଡ଼ା ପୋଲିସ ଫାଣ୍ଡିରେ ଶୁକ୍ରବାର ନୂତନ ଫାଣ୍ଡି ଅଧିକାରୀ ଭାବରେ ଗୋଳକ ବିହାରୀ ସେଠୀ ଦାୟିତ୍ୱ…

ଦିଗପହଣ୍ଡି ସମିତିସଭ୍ୟଙ୍କୁ ସଂଘବଦ୍ଧ ଆକ୍ରମଣ-ଲୁଟ୍: ଜଣେ ଅଭିଯୁକ୍ତ ଜେଲ୍‌ ଗଲେ, ୨ ନାବାଳକ ବାଳସୁଧାର ଗୃହକୁ…

ଦିଗପହଣ୍ଡି,୪।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ନିମଖଣ୍ଡିପେଣ୍ଠ ପଞ୍ଚାୟତ ସମିତିସଭ୍ୟ ବି. ଲଡୁ ପାତ୍ର ଏବଂ ତାଙ୍କ ଦୁଇ ସହଯୋଗୀଙ୍କୁ ସଂଘବଦ୍ଧ ଭାବେ ଆକ୍ରମଣ,…

ଚାକିରି ଦେବା ନାଁରେ ଠକେଇ: ମୁଖ୍ୟ ଅଭିଯୁକ୍ତଙ୍କ ସମେତ ୪ ଗିରଫ

ଛତ୍ରପୁର,୪।୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଯୁବପିଢ଼ିଙ୍କୁ ଚାକିରି କରାଇ ଦେବା ନାଁରେ ଠକେଇ ଅଭିଯୋଗରେ ଛତ୍ରପୁର ଥାନା ପୋଲିସ ମୁଖ୍ୟ ଅଭିଯୁକ୍ତଙ୍କ ସମେତ ୪ ଜଣଙ୍କୁ ଗିରଫ କରିଛି।…

ଓଡ଼ିଶା ପାଇଁ ଗୌରବ: ଆଡ଼ଭାନ୍ସ ମାଉଣ୍ଟେନିୟରିଂ ପ୍ରଶିକ୍ଷଣ ପାଇଁ କାଶ୍ମୀର ଯିବେ ବରଗଡ଼ର ଆଶୀର୍ବାଦ ମହାପାତ୍ର

ବରଗଡ଼, ୪।୯(ପ୍ରେମାନନ୍ଦ ଖମାରୀ): ଓଡ଼ିଶାର ଜଣାଶୁଣା ଆନ୍ତର୍ଜାତୀୟ ପର୍ବତାରୋହୀ ତଥା ବରଗଡ଼ ଜିଲା ଅତାବିରା ବ୍ଲକ୍ ଅନ୍ତର୍ଗତ କୁଲିତାଟୁକୁରା ଗ୍ରାମର ବାସିନ୍ଦା ଆଶୀର୍ବାଦ ମହାପାତ୍ର ଆଡ଼ଭାନ୍ସ ମାଉଣ୍ଟେନିୟରିଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri