ବାହାହୋଇ ଫସିଗଲେ ପ୍ରଦୀପ ମାଝୀ, ୧୨ ବର୍ଷ ବାସନ୍ଦ କଲେ ଜାତିଭାଇ

ମାଲକାନଗିରି,୧୪।୩(ନୃସିଂହ ଚରଣ ମହାନ୍ତି):  ଅଣ ଆଦିବାସୀଙ୍କୁ ବିବାହ କରିବାରୁ ବାସନ୍ଦ ହେଲେ ପୂର୍ବତନ ଏମ୍‌ପି ତଥା ବିଜେଡି ନେତା ପ୍ରଦୀପ ମାଝୀ। ବିଜେଡି ନେତା ପ୍ରଦୀପ ମାଝୀ ଭତରା ସମାଜରୁ ବାସନ୍ଦ ହୋଇଛନ୍ତି। ତାଙ୍କୁ ୧୨ ବର୍ଷ ପାଇଁ ବାସନ୍ଦ କଲା ଭତରା ସମାଜର କେନ୍ଦ୍ରୀୟ କମିଟି। ପ୍ରଦୀପ ମାଝୀ ଓ ତାଙ୍କ ପରିବାରକୁ ବାସନ୍ଦ ନିଷ୍ପତ୍ତି ହୋଇଛି। ଧାମନାଗୁଡ଼ା ବୈଠକରେ କେନ୍ଦ୍ରୀୟ କମିଟି ଏହି ନିଷ୍ପତ୍ତି ନେଇଛି। ତେବେ ଏଯାବତ୍‌ ବାସନ୍ଦ ନିଷ୍ପତ୍ତି ନେଇ ପ୍ରଦୀପ ମାଝୀଙ୍କ କୌଣସି ପ୍ରତିକ୍ରିୟା ମିଳିପାରି ନାହିଁ।

Image
ନିଜ ଜାତି ଛାଡି ଅନ୍ୟ ଜାତିର ଝିଅଙ୍କୁ ବିବାହ କରିଥିବାରୁ ୧୨ ବର୍ଷ ପାଇଁ ସମାଜିକ ବାସନ୍ଦର ଶିକାର ହେଲେ ପୂର୍ବତନ  ନବରଙ୍ଗପୁର ଏମ୍‌ପି ତଥା ବିଜେଡି ନେତା  ପ୍ରଦୀପ  ମାଝୀ । ଆଦିବାସୀ ଭାତରା ସମାଜର କେନ୍ଦ୍ରୀୟ କମିଟିର ଏକ ବୈଠକ ଧାମନାଗୁଡାଠାରେ ଅନୁଷ୍ଠିତ ହୋଇଥିଲା,ଏହି ବୈଠକରେ ପୂର୍ବତନ ଏମ୍‌ପି ତଥା ବିଜେଡିର ବରିଷ୍ଠ ନେତା ପ୍ରଦୀପ ମାଝୀଙ୍କ ବିବାହକୁ ନେଇ ଆଲୋଚନା ହୋଇଥିଲା । ନିଜ ଜାତି ଛାଡି ଅନ୍ୟ ଜାତିରେ ବିବାହ କରିଥିବାରୁ ପ୍ରଦୀପ ମାଝୀ ଓ ତାଙ୍କ ପରିବାରକୁ ୧୨ ବର୍ଷ ପାଇଁ ଜାତିରୁ ସାମାଜିକ ବାସନ୍ଦ କରିବା ପାଇଁ ନିଷ୍ପତ୍ତି ନିଆଯାଇଥିଲା। ଉକ୍ତ ପରିବାରର କୌଣସି ଭଲମନ୍ଦ କାର୍ଯ୍ୟରେ ସମାଜର କେହି ଯୋଗ ଦେବେ ନାହିଁ ବୋଲି ନିଷ୍ପତି ନିଆଯାଛି।
ସୂଚନା ଅନୁଯାୟୀ,  ଗତ ୧୨ ତାରିଖ ଗୋଆର ପଞ୍ଜୀମ କେଡିନା ହାଉସଠାରେ କେନ୍ଦ୍ରାପଡା ଜିଲାର ସୁଶ୍ରୀ ସଙ୍ଗିତା ସାହୁଙ୍କ ସହିତ ତାଙ୍କର ବିବାହ ହୋଇଥିଲା । ତେବେ ସୁଶ୍ରୀ ସଙ୍ଗୀତା ସାହୁ ଅନ୍ୟ  ଜାତିର ହୋଇଥିବାରୁ ପ୍ରଦୀପ ନିଜ ଜାତି ଛାଡି ଅନ୍ୟ ଜାତିରେ ବିବାହ କରିଥିବା ଅଭିଯୋଗ କରିଛନ୍ତି ଆଦିବାସୀ ଭାତରା କେନ୍ଦ୍ରୀୟ କମିଟି  । ତେବେ ପ୍ରଦୀପଙ୍କ ଏହି ବିବାହ ଦ୍ୱାରା ନିଜ ସମାଜ ପ୍ରତି ଘୃଣାଭାବ ରଖିଥିବା ଅଭିଯୋଗ କରିଛନ୍ତି କେନ୍ଦ୍ରୀୟ କମିଟି ସଦସ୍ୟ। ଏଥିପୂର୍ବରୁ ମଧ୍ୟ ପ୍ରଦୀପ ନିଜ ଭଉଣୀ ସଞ୍ଜୁ ମାଝୀଙ୍କୁ  ଏକ ବ୍ରାହ୍ମଣ ପରିବାରରେ  କୋଟପୁଟସ୍ଥିତ ଜଗନ୍ନାଥ ମନ୍ଦିରରେ ବିବାହ କରାଇଥିଲେ। ଏଥିରୁ ପ୍ରଦୀପ ନିଜ ଜାତି ପ୍ରତି ଘୃଣାଭାବ ରଖିଥିବା ଏବଂ ନିଜକୁ ଜଣେ ସର୍ବେସର୍ବା ଭାବୁଥିବା ଅଭିଯୋଗ କରିଛି କେନ୍ଦ୍ରୀୟ କମିଟି । ପ୍ରଦୀପଙ୍କ ଏହି ମାଙ୍ଗଳିକ କାର୍ଯ୍ୟଗୁଡିକ ଅଖିଳ ଭାରତୀୟ ଆଦିବାସୀ ଭାତରାକୁ କୁଠାରାଘାତ କରୁଥିବା ଅଭିଯୋଗ କରି ୧୨ ବର୍ଷ ଯାଏ ନିଜ ଜାତିରୁ ପ୍ରଦୀପ ମାଝୀ ଓ ତାଙ୍କ ପରିବାରକୁ ସାମାଜିକ ବାସନ୍ଦ କରାଯାଇଥିବା ଆଦିବାସୀ ଭତରା ସମାଜ କେନ୍ଦ୍ରୀୟ କମିଟି ତରଫରୁ ପ୍ରକାଶ କରାଯାଇଛି।

Enter your email to get our daily news in your inbox.

All Right Reserved By Dharitri.Com

ସରକାରୀ ଜମି ଜବରଦଖଲ, ଚୌରଗଡ଼ିଆ ଗ୍ରାମରେ ତୀବ୍ର ଜନଅସନ୍ତୋଷ

ବଞ୍ଚୋ,୨୨।୩(ପ୍ରଦୋଷ କୁମାର ବିଶ୍ୱାଳ ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଚୋରଗାଡ଼ିଆ ଗ୍ରାମରେ ସରକାରୀ ଜମି ଜବରଦଖଲକୁ ନେଇ ଜନଅସନ୍ତୋଷ ଦେଖାଦେଇଛି । ଗ୍ରାମବାସୀଙ୍କ ଅଭିଯୋଗ ଅନୁସାରେ,…

ବାଇକ୍‌ ଦୁର୍ଘଟଣାରେ ଚାଲିଗଲା ଯୁବତୀ, ଯୁବକଙ୍କ ଜୀବନ

ମୁନିଗୁଡ଼ା,୨୨।୩: ରାୟଗଡ଼ା ଜିଲା ବିଷମକଟକ ଥାନା ଚାଟିକଣାଠାରେ ରବିବାର ଏକ ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ଜଣେ ଯୁବତୀ ଏବଂ ଯୁବକଙ୍କ ମୃତ୍ୟୁ ଘଟିଛି। ହେଲେ ସେମାନଙ୍କ ପରିଚୟ…

VIDEO:ଷ୍ଟେଟ ଅଫ୍ ହର୍ମୁଜରେ ଇରାନର ବଡ଼ ଆକ୍ରମଣ, F-୧୫ ଫାଇଟର ଜେଟକୁ ଖସାଇ ଦେଇଥିବା ଦାବି

ନୂଆଦିଲ୍ଲୀ,୨୨।୩: ଇରାନ ପୁଣିଥରେ ଇସ୍ରାଏଲ ଏବଂ ଆମେରିକାକୁ ଏକ ବଡ଼ ଝଟକା ଦେଇଛି । ଏକ ଇରାନୀ କ୍ଷେପଣାସ୍ତ୍ର ହର୍ମୁଜ୍ ଷ୍ଟ୍ରେଟରେ ଶତ୍ରୁପକ୍ଷର ଏକ F-୧୫ ଲଢ଼ୁଆ…

ବିଶ୍ୱ ଜଳ ଦିବସ ସମାରୋହ ୨୦୨୬ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ, ବଡ଼ ଘୋଷଣା କରି…..

ଭୁବନେଶ୍ବର,୨୨।୩: ରାଜ୍ୟ ସ୍ତରୀୟ ବିଶ୍ୱ ଜଳ ଦିବସ ସମାରୋହ ୨୦୨୬ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଲୋକସେବା ଭବନ କନଭେନଶନ ସେଣ୍ଟର ଠାରେ…

ମନ୍ଦିରରୁ ରୂପା ଅଳଙ୍କାର ନେଇଗଲେ ଦୁର୍ବୃତ୍ତ, ପୋଲିସ….

ଛତ୍ରପୁର,୨୨।୩(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚମଖଣ୍ଡି ଥାନା ଅଧୀନ ମାଣ୍ଡିଆପଲ୍ଲୀରେ ଥିବା ସିରିଡ଼ି ସାଇ ବାବା ମନ୍ଦିରରୁ ଚୋରି । କେହି ଦୁର୍ବୃତ୍ତ ମନ୍ଦିରରୁ ରୂପା ଚୋରି…

ଯାତ୍ରୀବହୀ ବସ୍‌ ଦୁର୍ଘଟଣାଗ୍ରସ୍ତ: ୪ ଆହତ

ବାଲେଶ୍ୱର୨୨।୩(ବାଞ୍ଛାନିଧି ଦେ): ବାଲେଶ୍ୱର ୧୬ ନଂ ଜାତୀୟ ରାଜପଥର ବସ୍ତା ଥାନା ଭେଲୋରା ଛକ ନିକଟରେ ରବିବାର ଏକ ଯାତ୍ରୀବାହି ବସ ଦୁର୍ଘଟଣାଗ୍ରସ୍ତ ହୋଇଛି l ଫଳରେ…

ଚମଡା ଡିଲ ବେଳେ ମାଡ଼ିବସିଲା ବନବିଭାଗ: ୨ ଅଟକ …

ବାରିପଦା, ୨୨।୩(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାରିପଦା ବନଖଣ୍ଡ ଅଞ୍ଚଳରେ କଳାବାଘ (ମିଲେନିଷ୍ଟିକ) ଛାଲ ଡିଲ ବେଳେ ବନବଭାଗ ଚଢାଉ କରିଛି । ଘଟଣାରେ ୨…

ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ ଆକ୍ସନରେ ମୋଦି!

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ବିଶ୍ୱବ୍ୟାପୀ ଚିନ୍ତାକୁ ବୃଦ୍ଧି କରିଛି। ଗତ ୨୩ ଦିନ ଧରି ଇରାନ, ଆମେରିକା ଏବଂ ଇସ୍ରାଏଲ ମଧ୍ୟରେ ଶତ୍ରୁତା ଲାଗି ରହିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri