ନବୀନଙ୍କ ସମ୍ମୁଖରେ ପରାଜୟର ୩ କାରଣ ଖୋଲି କହିଦେଲେ ପ୍ରଦୀପ ମାଝୀ

ଭୁବନେଶ୍ୱର,୨୪।୯:ଗତ ନିର୍ବାଚନରେ ବିଜେଡିର ବଡ଼ ପରାଜୟ ପରେ ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ ଦଳୀୟ ନେତାଙ୍କ ସହ ପ୍ରାୟତଃ ଆଲୋଚନା କରୁଛନ୍ତି। ଦଳର ପରାଜୟ ପାଇଁ ନେତାମାନେ ବିଭିନ୍ନ କାରଣକୁ ଦାୟୀ କରିଛନ୍ତି। ନବରଙ୍ଗପୁର ଓ କଳାହାଣ୍ଡି ଜିଲା ସାଙ୍ଗଠନିକ ବିଜେଡି କାର୍ଯ୍ୟକର୍ତ୍ତା ସମ୍ମିଳନୀ ଶଙ୍ଖଭବନରେ ଅନୁଷ୍ଠିତ ହୋଇଛି। ବିଭିନ୍ନ ସାଂଗଠନିକ ଜିଲାର କର୍ମକର୍ତ୍ତା ଓ ନେତାଙ୍କୁ ଡାକି ସମୀକ୍ଷା କରୁଥିବା ନବୀନଙ୍କୁ ଦଳ ପରାଜୟର କାରଣ ନେତାମାନେ ଅବଗତ କରୁଥିବା ଦେଖିବାକୁ ମିଳିଛି। ଆଦିବାସୀ ନେତା ପ୍ରଦୀପ ମାଝୀ ସମୀକ୍ଷା ବୈଠକରେ ଦଳ ପରାଜୟର ଯେଉଁ ସବୁ କାରଣ ନବୀନଙ୍କୁ ଅବଗତ କରାଇଛନ୍ତି ତାହାକୁ ଚର୍ଚ୍ଚା ଜୋର ଧରିଛି।

ପ୍ରଦୀପ ମାଝୀ ବିଜେଡି ପରାଜୟ ପାଇଁ ୩ କାରଣକୁ ଦାୟୀ କରିଛନ୍ତି। ନିର୍ବାଚନ ପୂର୍ବରୁ ବିଜେଡି-ଭାଜପା ମଧ୍ୟରେ ମେଣ୍ଟ ହେବା ନେଇ ଚର୍ଚ୍ଚା, ଦଳ ମଧ୍ୟରେ ଥିବା ଅନ୍ତଃକନ୍ଦଳ। ଖରାପ ନିର୍ବାଚନ ପରିଚାଳନାକୁ ସେ ପରାଜୟର ମୁଖ୍ୟ କାରଣ ବୋଲି ସ୍ବୀକାର କରିଛନ୍ତି।

ନବରଙ୍ଗପୁର ଜିଲା ସଭାପତି ତଥା ପୂର୍ବତନ ମନ୍ତ୍ରୀ ରମେଶ ମାଝୀ, ବିଧାୟକ ମନୋହର ରନ୍ଧାରୀ, ନବରଙ୍ଗପୁର ସାଂସଦ ପ୍ରାର୍ଥୀ ପ୍ରଦୀପ ମାଝୀ, ସଦାଶିବ ପ୍ରଧାନୀ, ମୂଳା ମାଝୀ ପ୍ରମୁଖ ଯୋଗଦେଇ ଦଳୀୟ ସଙ୍ଗଠନ ବିଷୟରେ ବିସ୍ତୃତ ଆଲୋଚନା କରିଥିଲେ ା

ନବରଙ୍ଗପୁର ନେତୃମଣ୍ଡଳୀ ସେମାନଙ୍କ ଅଭିଭାଷଣରେ ନବୀନ ପଟ୍ଟନାୟକଙ୍କ ଦୃଷ୍ଟି ଆକର୍ଷଣକରି କହିଥିଲେ, ତେନ୍ତୁଳିଖୁଣ୍ଟି ବ୍ଲକ ଅଧୀନରେ ଥିବା କଟଗଁା ଗ୍ରାମର ଜଣେ ଆଦିବାସୀ ନାବାଳିକା ଝିଅକୁ ବଳାତ୍କାର କରି ହତ୍ୟା କରାଯାଇଛି। ଏତଲା ଉପରେ ସ୍ଥାନୀୟ ପୋଲିସ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରୁନାହିଁ। ଏହାର ପ୍ରତିବାଦରେ ନବରଙ୍ଗପୁର ଜିଲା ବିଜେଡି ଆସନ୍ତା ୨୬ ତାରିଖରେ ସମ୍ପୂର୍ଣ୍ଣ ଜିଲାରେ୧୨ ଘଣ୍ଟିଆ ହରତାଳ ଡାକରା ଦେଇଛି।

ଏହି ସଭାରେ ନବୀନ କହିଛନ୍ତି, ଖାଲି ନବରଙ୍ଗପୁର ଜିଲା ନୁହେଁ, ସମଗ୍ର ରାଜ୍ୟରେ ଆଇନଶୃଙ୍ଖଳା ପରିସ୍ଥିତି ବିପର୍ଯ୍ୟସ୍ତ ହୋଇପଡ଼ିଛି। କିଛିଦିନ ତଳେ ରାଉରକେଲାରେ ମଧ୍ୟ ୨ ଜଣ ନାବାଳିକାଙ୍କୁ ଗଣବଳାତ୍କାର କରାଯାଇଛି। ତେବେ ଆମ ସରକାର ସମୟରେ ରାଜ୍ୟରେ ବହୁ ଉନ୍ନତିମୂଳକ କାର୍ଯ୍ୟ କରାଯାଇଥିଲା ବୋଲି ନବୀନ କହିଛନ୍ତି।

ଅନୁରୂପ ଭାବେ କଳାହାଣ୍ଡି ଜିଲା ବିଜେଡି ସାଙ୍ଗଠନିକ କାର୍ଯ୍ୟକର୍ତ୍ତା ସମ୍ମିଳନୀ ଅନୁଷ୍ଠିତ ହୋଇଛି। ସମ୍ମିଳନୀରେ ଜିଲା ସଭାପତି ପୁଷ୍ପେନ୍ଦ୍ର ସିଂହଦେଓ, ଜୁନାଗଡ଼ ବିଧାୟକ କ୍ୟାପ୍‌ଟେନ ଦିବ୍ୟଶଙ୍କର ମିଶ୍ର, ଲାଞ୍ଜିଗଡ଼ ବିଧାୟକ ପ୍ରଦୀପ ଦିଶାରୀ, ନର୍ଲା ବିଧାୟିକା ମନୋରମା ମହାନ୍ତି, ମହିଳା ଜିଲା ସଭାନେତ୍ରୀ ଲଳିତା ନାୟକ, ଜିଲାର ବିଭିନ୍ନ ନିର୍ବାଚିତ ପ୍ରତିନିଧି ସଙ୍ଗଠନ ବିଷୟରେ ବିସ୍ତୃତ ଆଲୋଚନା କରିଥିଲେ। ସଭାରେ ବିଜେଡି ସମନ୍ବୟ କମିଟି ଅଧ୍ୟକ୍ଷ ଦେବୀ ପ୍ରସାଦ ମିଶ୍ର କହିଥିଲେ, ଆଗକୁ ଦଳ ସଙ୍ଗଠିତ ହୋଇ ଭାଜପା ସରକାର ବିରୋଧରେ ଲଢ଼େଇ ଜାରି ରଖିବ।


Enter your email to get our daily news in your inbox.

All Right Reserved By Dharitri.Com

ପୋଡ଼ମାପେଟା ବେଳାଭୂମି ଅବକ୍ଷୟ, ଭୟରେ ଅଞ୍ଚଳବାସୀ

ଗଞ୍ଜାମ,୨୨ା୮(ବିଦ୍ୟାଧର ସାହୁ): ଦିନକୁ ଦିନ ଅଶାନ୍ତ ହୋଇ ପଡୁଛି ସମୁଦ୍ର। ଉଚ୍ଚ ଲହଡି ଯୋଗୁ କୂଳ ଖାଉଥିବା ବେଳେ ଭୟରେ ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ। ଗଞ୍ଜାମ ଜିଲାର…

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

ସାପ ନେଲା ଚାଷୀଙ୍କ ଜୀବନ

ପାତ୍ରପୁର,୨୨ା୮(ଉମା ଚରଣ ନେପାକ): ଜରଡ଼ା ଥାନା ଆମପୁର ପଞ୍ଚାୟତ ମହାଦେଈପୁର ଗ୍ରାମରେ ସାପ କାମୁଡ଼ାରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବାସୁଦେବ ପ୍ରଧାନ(୬୪)। ଶନିବାର…

ଘରେ ବସି ସ୍କୁଲ ପ୍ରୋଜେକ୍ଟ କରୁଥିଲେ ଛାତ୍ର, ମାରିଲା କରେଣ୍ଟ…

ଖଲ୍ଲିକୋଟ,୨୨।୮( ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଅଧୀନ କୈରାସି ଗ୍ରାମରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ବିଦ୍ୟୁତ୍‌ କରେଣ୍ଟ ଲାଗି ଜଣେ…

ଲଘୁଚାପ ଛଡାଇ ନେଇଛି ମତ୍ସ୍ୟଜୀବୀଙ୍କ ଜୀବିକା

ଛତ୍ରପୁର, ୨୨ା୮ (ଦ୍ୱାରକା ପଟ୍ଟନାୟକ/ଦିଲୀପ ସାମଲ): ବଙ୍ଗୋପସାଗରରେ ସୃଷ୍ଟି ହେଉଛି ତୁହାକୁ ତୁହା ଲଘୁଚାପ। ଏଥିପାଇଁ ସମୁଦ୍ର ଅଶାନ୍ତ ରହିଛି। ମତ୍ସ୍ୟଜୀବୀଙ୍କ ସୁରକ୍ଷା ପାଇଁ ଆଞ୍ଚଳିକ ପାଣିପାଗ…

ପୋଲିସର ନିଶାମୁକ୍ତ ଅଭିଯାନକୁ ନେଇ ବଢ଼ିଲା ଚର୍ଚ୍ଚା

କୋକସରା,୨୨ା୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ପକ୍ଷରୁ ଗତ କିଛିଦିନ ହେଲା ନିଶା ମୁକ୍ତ ଅଭିଯାନ ଆରମ୍ଭ ହୋଇଛି। ଅଞ୍ଚଳର ବିଭିନ୍ନ ସ୍କୁଲ, କଲେଜ…

ପାରାଦୀପରୁ ବାହାରିଥିବା ଜାହାଜ ଗଭୀର ସମୁଦ୍ରରୁ ନିଖୋଜ, ଏଥିରେ ଥିଲେ ୨୪ ନାବିକ, ଚାଲିଛି ଖୋଜା

ପାରାଦୀପ,୨୨ା୮(ଶରତ ରାଉତ): ପାରାଦୀପ ବନ୍ଦରରୁ ଲୁହାପଥର ବୋଝେଇ କରି ଚାଇନା ଯାଉଥିବା ଏକ ପଣ୍ୟବାହୀ ଜାହାଜ ଏମ୍‌ଭି ‘ଓସେନ ଓ୍ବିନର’ ଗତ ଶୁକ୍ରବାର ରାତିରୁ ନିଖୋଜ ଥିବା…

ବନ୍ଧୁକ ଦେଖାଇ ଗହଣା ବ୍ୟବସାୟୀଙ୍କଠାରୁ ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର, ବାଇକ୍‌ ଛାଡ଼ି…

ମୋରଡ଼ା,୨୨ା୮(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବନ୍ଧୁକ ମୁନରେ ଜଣେ ଗହଣା ବ୍ୟବସାୟୀଙ୍କୁ ଲୁଟ୍‌ ହୋଇଛି। ସୂଚନା ଅନୁଯାୟୀ, ଶୁଳିଆପଦା ଥାନା ଅଧୀନ କୋଷ୍ଠା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri