ପାଚେରି ଡେଇଁ ଗୁରୁତର ଛାତ୍ରଙ୍କୁ ଉଦ୍ଧାରକଲେ ପ୍ରଦୀପ ମାଝୀ: ଚିକିତ୍ସା ନ କରାଇ ୯ଦିନ ପର୍ଯ୍ୟନ୍ତ ହଷ୍ଟେଲରେ ତାଲା ପକାଇ ରଖିଥିଲେ

ନବରଙ୍ଗପୁର,୨୯।୧୧(ସଦାଶିବ ପ୍ରହରାଜ):ନବରଙ୍ଗପୁର ଜିଲା କୋଷାଗୁମୁଡ଼ା ବ୍ଲକ୍‌ କୋକଡ଼ି ସେମଲା ଆଶ୍ରମ ବିଦ୍ୟାଳୟ ହଷ୍ଟେଲ ରୋଷେଇଘରେ ଗତ ୨୦ ତାରିଖରେ ପ୍ରେସରକୁକର ଫାଟି ସପ୍ତମ ଶ୍ରେଣୀ ଛାତ୍ର ଧନେଶ୍ୱର ଭତ୍ରାଙ୍କ ମୁହ କ୍ଷତିବିକ୍ଷକ୍ତ ହୋଇଥିଲା। ସ୍କୁଲ ଓ ହଷ୍ଟେଲ କର୍ତ୍ତୃପକ୍ଷ ତାଙ୍କୁ ଡାକ୍ତରଖାନା ନ ନେଇ ହଷ୍ଟେଲ ଭିତରେ ଦୀର୍ଘ ୯ ଦିନ ଧରି ତାଲା ପକାଇ ରଖିଥିଲେ। ତେବେ ଶୁକ୍ରବାର କୌଣସି ସୂତ୍ରରୁ ଖବର ପାଇ ନବରଙ୍ଗପୁର ପୂର୍ବତନ ଏମ୍‌ପି ତଥା ବିଜେଡି ବରିଷ୍ଠ ସାଧାରଣ ସମ୍ପାଦକ ପ୍ରଦୀପ ମାଝୀ ହଷ୍ଟେଲ ପାଚେରି ଡେଇଁ ତାଙ୍କୁ ଉଦ୍ଧାର କରିଥିଲେ। ଏଥିସହ ରାତି ୧୦ଟାରେ ଜିଲାପାଳଙ୍କ ଆବାସିକ କାର୍ଯ୍ୟାଳୟକୁ ଆସି ଛାତ୍ରଙ୍କୁ ଜିଲାପାଳଙ୍କୁ ହସ୍ତାନ୍ତର କରିଥିଲେ। ଗଣଶିକ୍ଷା ବିଭାଗ ପକ୍ଷରୁ ବିଦ୍ୟାଳୟ ଓ ମଙ୍ଗଳ ବିଭାଗ ପକ୍ଷରୁ ହଷ୍ଟେଲ ପରିଚାଳନା ହେଉଥିବା ବେଳେ ଏ ବିଷୟରେ କୌଣସି ଅଧିକାରୀ କିପରି ଜାଣିପାରିଲେ ନାହିଁ ବୋଲି ପ୍ରଦୀପ ପ୍ରଶ୍ନ କରିଥିଲେ। ଜିଲାପାଳ ମଧ୍ୟ ସମାନ ପରିମାଣର ଦାୟୀ ବୋଲି ପ୍ରଦୀପ ତାଙ୍କୁ ସିଧାସଳଖ କହିଥିଲେ। ଛାତ୍ରଙ୍କୁ ଚିକିତ୍ସା ନ କରି ୯ ଦିନ କାଳ ବନ୍ଦ ରଖି ହତ୍ୟା ଉଦ୍ୟମ କରାଯାଇଛି ବୋଲି ପ୍ରଦୀପ କହିଛନ୍ତି। ଧନେଶ୍ୱରଙ୍କର କୌଣସି କ୍ଷତି ହେଲେ ଜିଲାରେ ଆନ୍ଦୋଳନ ହେବ ବୋଲି ସେ କହିଛନ୍ତି। ଏଥିସହ ଘଟଣାସ୍ଥଳରେ ଉପସ୍ଥିତ ଥିବା ଜିଲା ମଙ୍ଗଳ ଅଧିକାରୀ ପାଲକା ରବୀନ୍ଦ୍ରଙ୍କୁ ଏଥିପାଇଁ ଦାୟୀ କରିବା ସହ ଧନେଶ୍ୱରଙ୍କ କ୍ଷତି ହେଲେ ଫାୟାରିଂ କରିଦେବେ ବୋଲି ପ୍ରଦୀପ କହିଛନ୍ତି। ତେବେ ପ୍ରଧାନଶିକ୍ଷକ ଏଯାଏ ଘଟଣା ସମ୍ପର୍କରେ ଅବଗତକରି ନାହାନ୍ତି ବୋଲି ମଙ୍ଗଳ ଅଧିକାରୀ କହିଛନ୍ତି। ଏନେଇ ଜିଲାପାଳ ମହେଶ୍ବର ସ୍ବାଇଁ କହିଛନ୍ତି, ଘଟଣା ଜଣାପଡିବା ପରେ ଡିଇଓ ଏବଂ ଜିଲା ମଙ୍ଗଳ ଅଧିକାରୀଙ୍କୁ ଡକାଯାଇଛି। ଘଟଣାର ତଦନ୍ତ ହେବ। ଛାତ୍ର ଜଣକ କେଉଁ ପରିସ୍ଥିତିରେ ରୋଷେଇଘରକୁ ଯାଇଥିଲେ, ପ୍ରଧାନ ଶିକ୍ଷକ କାହିଁକି ଜଣାଇ ନ ଥିଲେ ତାହାର ତଦନ୍ତ ସହ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ଅତିରିକ୍ତ ଜିଲାପାଳ ବିଶ୍ୱଜିତ ବର୍ମନ ଛାତ୍ରଙ୍କୁ ଚିକିତ୍ସା ପାଇଁ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତିକରିଛନ୍ତି। ଘଟଣାସ୍ଥଳରେ ଡିଇଓ ଛତ୍ରପତି ସାହୁ, ବିଜ୍ଞାନ ପରିଦର୍ଶକ ଚିତ୍ତରଞ୍ଜନ ପଟ୍ଟନାୟକ, ପୋଲିସ ଏସ୍‌ଆଇ ସବିର ଅହମ୍ମଦ, ଏଏସ୍‌ଆଇ ତୁଳସୀରାମ ପୂଜାରୀ, ଶିବଶଙ୍କର ସ୍ବାଇଁ, ବିଜେଡି ନଗର ସଭାପତି ପ୍ରମୋଦ ରଥ, ସୂର୍ଯ୍ୟକାନ୍ତ ଲେଙ୍କା, ସଞ୍ଜୟ ନାୟକ, କୁନା ପାଢ଼ୀ, ସନୁଜ ତ୍ରିପାଠୀ, ରାମ ମହାପାତ୍ର, ଶୁଭ୍ରାଂଶୁ ତ୍ରିପାଠୀ ପ୍ରମୁଖ ଉପସ୍ଥିତ ଥିଲେ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ନିର୍ବାଚନ ପୂର୍ବରୁ ମମତାଙ୍କ ବଡ଼ ଘୋଷଣା

କୋଲକାତା,୭ା୩: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପୂର୍ବରୁ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏକ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ ସମସ୍ତ ଦଶମ ଶ୍ରେଣୀ ପାସ୍‌ ବେରୋଜଗାରୀ ଯୁବବର୍ଗଙ୍କୁ ମାସିକ…

ଦୁବାଇରେ ହଠାତ ଶସ୍ତା ହେଉଛି ସୁନା! ଇରାନ ସହ ଯୁଦ୍ଧ ମଧ୍ୟରେ ମୂଲ୍ୟରେ ବଡ଼ ହ୍ରାସ, ଭାରତ ଉପରେ ପଡ଼ିବ…

ଦୁବାଇ/ନୂଆଦିଲ୍ଲୀ,୭।୩: ବିଶ୍ୱର ସୁନା ବଜାର କୁହାଯାଉଥିବା ଦୁବାଇରୁ ଏବେ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଚାଲିଥିବା ଭୟଙ୍କର ଯୁଦ୍ଧ ଯୋଗୁ…

କେନିଆରେ ବର୍ଷା ବିତ୍ପାତ: ଚାଲିଗଲା ୨୩ ଜୀବନ

ନାଇରୋବି,୭ା୩: କେନିଆ ରାଜଧାନୀ ନାଇରୋବିରେ ପ୍ରବଳ ବର୍ଷାରେ ୨୩ ଜଣଙ୍କ ମୃତ୍ୟୁ ଘଟିବା ସହ ବିମାନ ଚଳାଚଳ ବାଧାପ୍ରାପ୍ତ ହୋଇଛି। ଶନିବାର ରାସ୍ତାଘାଟ ଜଳାର୍ଣ୍ଣବ ହୋଇଥିବାରୁ ଗାଡ଼ିଚାଳକମାନେ…

ଇରାନ ଉପରେ ଆଜି ହେବ ‘ଭୟଙ୍କର’ ଆକ୍ରମଣ: ଟ୍ରମ୍ପଙ୍କ ଘୋଷଣା ପରେ ସାରା ବିଶ୍ୱରେ ହଇଚଇ, ପଡ଼ୋଶୀ ଦେଶକୁ…

ୱାଶିଂଟନ/ତେହେରାନ,୭।୩: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଯୁଦ୍ଧ ପ୍ରତିଦିନ ଭୟଙ୍କର ରୂପ ନେଉଛି। ମଧ୍ୟପ୍ରାଚ୍ୟର ଅନେକ ସହର ଏହି ସାମରିକ ସଂଘର୍ଷରେ ଛାରଖାର ହୋଇଯାଇଥିବା ବେଳେ,…

ଘରଭାଙ୍ଗି ଧାନ ଖାଇଲା ଦନ୍ତା

ନାକଟିଦେଉଳ, ୭ା୨(ବୈକୁଣ୍ଠନାଥ ସାହୁ): ସମ୍ବଲପୁର ଜିଲା ନାକଟିଦେଉଳ ବନାଞ୍ଚଳ ଅଧୀନ ଆଭ୍ୟନ୍ତରୀଣ ତଥା ପାହାଡ଼ ତଳି ଗ୍ରାମରେ ଗତ କିଛି ଦିନ ହେଲା ଦନ୍ତାହାତୀ ଉପଦ୍ରବ ଲାଗି…

ବୋହୂଙ୍କୁ ମାଡ଼ ମାରି ଲହୁଲୁହାଣ କଲେ ପୁଅ, ଥାନାରେ ପହଞ୍ଚି ଅଭିଯୋଗ କରିଦେଲେ ବାପା, ପୁରୁଷୋତ୍ତମଙ୍କୁ ବାନ୍ଧି…

ବୈଶିଙ୍ଗା,୭।୩(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ନଡପୁର ଗ୍ରାମରେ ଜନୈକା ବିବାହିତା ମହିଳାଙ୍କୁ ମାଡ଼ ମାରି ଗୁରୁତର କରିଥିବା ଅଭିଯୋଗରେ ପୋଲିସ ସ୍ବାମୀଙ୍କୁ ଗିରଫ…

ବସ୍‌କୁ ଧକ୍କା ଦେଇ ଚାଲିଗଲା ବାଇକ୍‌ ଆରୋହୀଙ୍କ ଜୀବନ

କୋକସରା,୭ା୩ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ଥାନା ଲଡୁଗାଁ-ଚିକିଲି ରାସ୍ତାର ପେଟ୍ରୋଲ ପମ୍ପ ନିକଟରେ ଏକ ଦୁର୍ଘଟଣା ଘଟିଛି। ରାସ୍ତା କଡରେ ଛିଡା ହୋଇଥିବା ଏକ ବସ୍‌କୁ…

ମୋ’ କଥା କେହି ଶୁଣନ୍ତିନି! ବାପା କି ବଡ଼ ଭାଇ ହୋଇ କିଛି ଲାଭ ନାହିଁ…ଫାଇନାଲ ପୂର୍ବରୁ କାହିଁକି ଏମିତି କହିଲେ ସୂର୍ଯ୍ୟା

ଅହମ୍ମଦାବାଦ,୭।୩: ଟି-୨୦ ବିଶ୍ୱକପ ୨୦୨୬ର ଫାଇନାଲ ମୁକାବିଲା ପାଇଁ ପ୍ରସ୍ତୁତ ଟିମ ଇଣ୍ଡିଆ। ୮ ମାର୍ଚ୍ଚରେ ନ୍ୟୁଜିଲାଣ୍ଡ ବିପକ୍ଷରେ ଫାଇନାଲ ମୁକାବିଲା ପାଇଁ ପଡ଼ିଆକୁ ଓହ୍ଲାଇବେ ସୂର୍ଯ୍ୟକୁମାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri