ଏବେ ନିୟନ୍ତ୍ରଣରେ, ଆଗକୁ କ’ଣ ହେବ କହିବା କଷ୍ଟକର; ରୁହନ୍ତୁ ସତର୍କ-ସଚେତନ

ଭୁବନେଶ୍ୱର,୩୦।୪(ବ୍ୟୁରୋ): ଚିନ୍ତା ବଢ଼ାଇଲାଣି କରୋନାର ଦ୍ୱିତୀୟ ଲହର। ଭାରତରେ ଦୈନିକ ସଂକ୍ରମଣ ୩ ଲକ୍ଷ ପାର କରିଥିବା ବେଳେ ଓଡ଼ିଶାରେ ଏହା ପାଖାପାଖି ୯ ହଜାରରେ ପହଞ୍ଚିଲାଣି। ଏଭଳି ସ୍ଥିତି ଜାରି ରହିଲେ ଆଗାମୀ ଦିନରେ ପରିସ୍ଥିତି ନିୟନ୍ତ୍ରଣ କରାଯାଇ ନ ପାରେ। ସ୍ବାସ୍ଥ୍ୟସେବା ଯୋଗାଇ ଦେବାରେ ବିଫଳ ହେଲେ ଅନ୍ୟ ପ୍ରଭାବିତ ରାଜ୍ୟଗୁଡ଼ିକ ଭଳି ପରିସ୍ଥିତି ଉପୁଜିପାରେ। ଏଭଳି ସ୍ଥିତିରେ ସ୍ବାସ୍ଥ୍ୟ ବିଭାଗ ଅତିରିକ୍ତ ମୁଖ୍ୟ ସଚିବ ପ୍ରଦୀପ୍ତ ମହାପାତ୍ର ଶନିବାର ଖବରଦାତା ସମ୍ମିଳନୀରେ କୋଭିଡ ନିୟମ ପାଳନ କରିବାକୁ ନିବେଦନ କରିଛନ୍ତି।

ସେ କହିଛନ୍ତି, ଦ୍ୱିତୀୟ ଲହର ଏତେ ଭୟଙ୍କର ହେବ ବୋଲି ଆଶା କରି ନ ଥିଲୁ। ଏବେ ଦେଶର ୮୦ ପ୍ରତିଶତ କେସ୍‌ ୮ କିମ୍ବା ୯ ରାଜ୍ୟରୁ ଆସୁଛି। ହେଲେ ସଂକ୍ରମଣରେ ଜାତୀୟ ହାରରେ ଓଡ଼ିଶାର ଭାଗ ପ୍ରାୟ ୧.୮% ରହିଛି। ଶୁକ୍ରବାର ରାଜ୍ୟରେ ସଂକ୍ରମଣରେ ସର୍ବକାଳୀନ ରେକର୍ଡ ୮୬୮୧ ହୋଇଛି। ତେବେ କୋଭିଡ୍‌ ନିୟମ ପାଳନ କଲେ ଏହାକୁ ନିୟନ୍ତ୍ରଣ କରିହେବ। ଏଥିପାଇଁ ମାସ୍କ ପିନ୍ଧନ୍ତୁ, ବଜାର ଗଲେ ସଚେତନ ରୁହନ୍ତୁ ବୋଲି ସେ କହିଛନ୍ତି।

ଏହାଛଡ଼ା ରାଜ୍ୟରେ ଟେଷ୍ଟିଂକୁ ବୃଦ୍ଧି କରାଯାଇଛି ବୋଲି ସେ କହିବା ସହ ଆଗାମୀ ଦିନରେ ୨୫ହଜାର ଆର୍‌ଟିପିସିଆର୍‌ ଟେଷ୍ଟ କରାଯିବ ଲକ୍ଷ୍ୟ ରହିଥିବା କହିଛନ୍ତି। ପଶ୍ଚିମବଙ୍ଗ, ଛତିଶଗଡ଼ ସୀମା ସିଲ କରି ସଂକ୍ରମଣ ନିୟନ୍ତ୍ରଣ ଲାଗି ଚେଷ୍ଟା କରିଛୁ। ଦେଶର ସ୍ଥିତି କେଉଁ ଆଡକୁ ଯିବ, କେହି ଆକଳନ କରିପାରୁନାହାନ୍ତି। ଯେତେ ପଦକ୍ଷେପ ନେଲେ ବି କୋଭିଡ ଲହର ଏପର୍ଯ୍ୟନ୍ତ କମିନାହିଁ। ହସ୍ପିଟାଲ ବ୍ୟବସ୍ଥା ଅନୁଯାୟୀ ଏବେ ଠିକ୍‌ ଅବସ୍ଥାରେ ରହିଛୁ। ଆଗକୁ ସ୍ଥିତି କଣ ହେବ ତାହା ଆକଳନ କରିହେଉନାହିଁ। ଏବେ ୩୩% ସାଧାରଣ ବେଡ୍‌, ୬୯% ଆଇସିୟୁ, ୩୫% ଭେଣ୍ଟିଲେଟର ବ୍ୟବହୃତ ହେଉଛି। ରାଜ୍ୟରେ ଅକ୍ସିଜେନର କୌଣସି ଅଭାବ ନାହିଁ। କୌଣସି ହସ୍ପିଟାଲରେ ଯେପରି ସିଲିଣ୍ଡର ଖାଲି ରହିବ ନାହିଁ ସେଥିପାଇଁ ନିର୍ଦ୍ଦେଶ ହୋଇଥିବା ସଚିବ ମଧ୍ୟ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତ ପରେ ଏହି ଦେଶ ପାଇଁ ଟାରିଫ କମ୍‌ କଲେ ଟ୍ରମ୍ପ, କିଛି ଉତ୍ପାଦନ ହେଲା ଡ୍ୟୁଟି ଫ୍ରି

ଓ୍ବାଶିଂଟନ,୧୦।୨: ଭାରତ ପରେ, ଆମେରିକା ଏବଂ ବାଂଲାଦେଶ ମଧ୍ୟରେ ଏକ ନୂତନ ବାଣିଜ୍ୟ ଚୁକ୍ତିନାମା ହୋଇଛି, ଯାହା ଅଧୀନରେ ଆମେରିକା ମଧ୍ୟ ବାଂଲାଦେଶୀ ଉତ୍ପାଦ ଉପରେ ଶୁଳ୍କ…

ପ୍ରେମକୁ ମଜଭୁତ କରିବ ଟେଡି ଡେ’

ଭୁବନେଶ୍ୱର,୧୦ା୨(ସୌମ୍ୟରଞ୍ଜନ ରାଉତ):ଭାଲେଣ୍ଟାଇନ୍ସ ସପ୍ତାହର ତୃତୀୟ ଦିବସ ସୋମବାର ଚକୋଲେଟ୍‌ ଡେ’ରେ ପ୍ରେମୀଯୁଗଳ ପରସ୍ପରକୁ ଚକୋଲେଟ ଦେଇ ସମ୍ପର୍କରେ ମଧୁରତା ବୃଦ୍ଧି କରିଥିଲେ। ମଙ୍ଗଳବାର ଚତୁର୍ଥ ଦିବସକୁ ଟେଡି…

ରାତିରେ ବିଷମିଶା କ୍ଷୀର ପିଇ ଶୋଇପଡ଼ିଲେ ପୁରା ପରିବାର, ସକାଳୁ ୫ଜଣଙ୍କ…

ଲକ୍ଷ୍ନୌ,୧୦।୨: ଉତ୍ତର ପ୍ରଦେଶର ମଥୁରାରେ ଗୋଟିଏ ପରିବାରର ପାଞ୍ଚ ଜଣଙ୍କ ଦୁଃଖଦ ମୃତ୍ୟୁ ହୋଇଛି । ଏହା ସମଗ୍ର ଅଞ୍ଚଳକୁ ଚକିତ କରିଦେଇଛି । ଜିଲାର ମହାବନ…

ତୈଳ ସଙ୍କଟ ଦେଖାଦେଲେ କେତେ ଦିନ ପର୍ଯ୍ୟନ୍ତ ରହିପାରିବ ଭାରତ? ଜାଣନ୍ତୁ ଦେଶରେ କେତେ ତେଲ ଗଚ୍ଛିତ ଅଛି

ନୂଆଦିଲ୍ଲୀ,୧୦।୨: ପେଟ୍ରୋଲିୟମ ମନ୍ତ୍ରୀ ହରଦୀପ ସିଂହ ପୁରୀ ସୋମବାର (୯ ଫେବୃଆରୀ, ୨୦୨୬) ରାଜ୍ୟ ସଭାରେ ସୂଚନା ଦେଇଛନ୍ତି ଯେ ଭାରତରେ ୭୪ ଦିନ ପାଇଁ ତୈଳ…

ନିଜ ଦଳର ମନ୍ତ୍ରୀଙ୍କୁ ଘେରିଲେ ମୈଥିଳୀ ଠାକୁର: ଗୃହରେ ସମସ୍ତେ ଆଶ୍ଚର୍ଯ୍ୟ

ପାଟନା,୧୦।୧: ବିହାର ବିଧାନସଭାର ବଜେଟ ଅଧିବେଶନରେ ସରକାରୀ ହସ୍ପିଟାଲଗୁଡ଼ିକର ଶୋଚନୀୟ ଅବସ୍ଥା ପୁଣି ଥରେ ଆଲୋଚନାର କେନ୍ଦ୍ରବିନ୍ଦୁ ପାଲଟିଛି। ଏଥର ଯୁବ ବିଧାୟକ ଏବଂ ପ୍ରସିଦ୍ଧ ଲୋକ…

ପାକିସ୍ତାନର ନାହିଁ ଦମ୍‌! ପୂର୍ବରୁ ଭାରତ କରି ସାରିଛି ମ୍ୟାଚ ବୟକଟ

ନୂଆଦିଲ୍ଲୀ,୧୦।୨: ଭାରତ ଏବଂ ପାକିସ୍ତାନ ମଧ୍ୟରେ ICC T20 ବିଶ୍ୱକପ ମ୍ୟାଚ ନେଇ ବିବାଦର ଅନ୍ତ ଘଟିଛି। ICC ବୈଠକ ପରେ ସୋମବାର PCB ଏବଂ ପାକିସ୍ତାନ…

ଘରର ଛାତ ଉପରେ ରଖନ୍ତୁନି ଏପରି ଜିନିଷ: ହୋଇପାରେ ବଡ଼ କ୍ଷତି

ବାସ୍ତୁଶାସ୍ତ୍ର ଅନୁଯାୟୀ ଘରର ଛାତ ଉପରେ କିଛି ଜିନିଷ ରଖିବା ବର୍ଜିତ। କାହିଁକି ନା ଏହାଦ୍ୱାରା ବାସ୍ତୁଦୋଷ ଲାଗିଥାଏ। ବାସ୍ତୁଶାସ୍ତ୍ର ଅନୁଯାୟୀ ଅନାବଶ୍ୟକ ସାମଗ୍ରୀ ରଖିବା ଦ୍ୱାରା…

ନୂତନ ଏନ୍‌ଏସି ପାଇଁ ୧୩ ୱାର୍ଡ ପରିକଳ୍ପନା: ଅନୁପସ୍ଥିତ ରହିଲେ ଭାରପ୍ରାପ୍ତ କାର୍ଯ୍ୟନିର୍ବାହୀ ଅଧିକାରୀ

ଲୋଇସିଂହା,୧୦।୨(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ସଭାଗୃହରେ ରବିବାର ନବଗଠିତ ଲୋଇସିଂହା ଏନ୍‌ଏସି ସୀମା ନିର୍ଦ୍ଧରଣ ପାଇଁ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ପ୍ରଶାସନ ପକ୍ଷରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri