ଇଥାନଲ ପ୍ରକଳ୍ପରେ ସ୍ଥାନୀୟ ଯୁବକଙ୍କୁ ମିଳୁ ନିଯୁକ୍ତି: ସଂସଦରେ ଦାବି କଲେ ପ୍ରଦୀପ ପୁରୋହିତ

ବରଗଡ,୨୫।୩(ପ୍ରେମାନନ୍ଦ ଖମାରୀ): ଇଥାନଲ ପ୍ରକଳ୍ପରେ ସ୍ଥାନୀୟ ଯୁବକଙ୍କୁ ନିଯୁକ୍ତି ପାଇଁ ଆଜି ସଂସଦରେ ବରଗଡ଼ ଏମ୍‌ପି ପ୍ରଦୀପ ପୁରୋହିତ ଏହି ଦାବି କରିଛନ୍ତି। ବରଗଡ଼ ଜିଲାରେ ଅନେକ ବେକାର ଯୁବତୀ ଯୁବକ ଅଛନ୍ତି । ଏହି ପ୍ରକଳ୍ପରେ ସ୍ଥାନୀୟ ଲୋକଙ୍କୁ ନିଯୁକ୍ତି ମିଳିଲେ ଅନେକ ଯୁବତୀ ଯୁବକ ଚାକିରି ପାଇବା ସହ ରୋଜଗାରକ୍ଷମ ହୋଇପାରିବେ । ଏହାସହ ଲାଞ୍ଚ ନ ନେଇ ନିଯୁକ୍ତି କରାଯାଉ ବୋଲି ସଂସଦରେ ଦାବି କରିଛନ୍ତି ବରଗଡ଼ ଏମ୍‌ପି । ବରଗଡ଼ ଜିଲାରେ ୨୦୧୪ ପୂର୍ବରୁ କୌଣସି ଶିଳ୍ପାନୁଷ୍ଠାନ ନ ଥିଲା । ନରେନ୍ଦ୍ର ମୋଦି ପ୍ରଧାନମନ୍ତ୍ରୀ ହେବା ପରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ପ୍ରୟାସ କ୍ରମେ ବରଗଡ଼ ଇଥାନଲ ପ୍ରକଳ୍ପ ଗଢି ଉଠିଥିଲା। ପ୍ରକଳ୍ପ ପାଇଁ କେନ୍ଦ୍ର ସରକାର ୧ ହଜାର ୫୫୭ କୋଟି ଟଙ୍କା ବ୍ୟୟ କରୁଛନ୍ତି । ରାଜ୍ୟର ପୂର୍ବ ବିଜେଡି ସରକାର ସମୟରେ ଏହି ପ୍ରକଳ୍ପରେ ବାଧା ସୃଷ୍ଟି କରୁଥିଲା ବୋଲି କହିଛନ୍ତି ପ୍ରଦୀପ ପୁରୋହିତ । ଏବେ ରାଜ୍ୟ ଓ କେନ୍ଦ୍ରରେ ଡବଲ ଇଞ୍ଜିନ ସରକାର ଥିବାରୁ ପ୍ରକଳ୍ପ କାର୍ଯ୍ୟ ଖୁବଶୀଘ୍ର ଶେଷ ହୋଇ କାର୍ଯ୍ୟକ୍ଷମ ହେଉ ବୋଲି ସେ ଦାବି କରିଛନ୍ତି।

ଏହି ପ୍ରକଳ୍ପ କାର୍ଯ୍ୟକ୍ଷମ ହେଲେ ଓ କୃଷି ଆଧାରିତ ଶିଳ୍ପକୁ ତ୍ୱରାନ୍ବିତ କରିବ । ୭୦ ଏକର ପରିମିତ ଯାଗାରେ ଏହି ପ୍ରକଳ୍ପ କରାଯାଉଛି । ଦୈନିକ ୨୦୦ କିଲୋମିଟର ଇଥାନଲ ଉତ୍ପାଦନ କରିବାକୁ ଲକ୍ଷ୍ୟ ରଖାଯାଇଛି । ୨୦୧୮ ମସିହାରେ ଭଟଲି ବାଉଲିସିଂହା ଗାଁରେ ଏହାର ଶୁଭ ଦେଇଥିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଭାରତ ସରକାରଙ୍କ ବିପିସିଏଲ ୨-ଜି ଓ ୧-ଜି ସମନ୍ବିତରେ ଅତ୍ୟାଧୁନିକ ଜୈବ ବିଶୋଧନାଗାର ପ୍ରତିଷ୍ଠା କରାଯାଉଛି । ନଷ୍ଟ ହୋଇଯାଉଥିବା ଧାନ ନଡା ବା କୁଟାର ବର୍ଜ୍ୟବସ୍ତୁକୁ ବ୍ୟବହାର କରାଯିବ । ଏହା ସିଧାସଳଖ ଚାଷୀଙ୍କଠାରୁ ସରକାର କିଣିବେ। ଫଳରେ ବରଗଡ଼, ନୂଆପଡା ସମ୍ବଲପୁର, ସୋନପୁର ଓ ଛତିଶଗଡ ଅଞ୍ଚଳର ଚାଷୀଙ୍କ ଆୟ ବଢିବ। ସବୁଠୁ ବଡ଼ କଥା ହେଲା ଏହି ବିଶୋଧନାଗାରରେ ୧୨୦୦ ଲୋକଙ୍କୁ ନିଯୁକ୍ତି ମିଳିବ। ପ୍ରତିଦିନ ୮୫୦ ମେଟ୍ରିକ ଟନ ଧାନ ନଡା ଆବଶ୍ୟକ ହେବ। ଏହାଦ୍ୱାରା ଜିଲାର ସାମାଜିକ ଓ ଅର୍ଥନୈତିକ ଅଭିବୃଦ୍ଧି ହେବ।


Enter your email to get our daily news in your inbox.

All Right Reserved By Dharitri.Com

ବିଜୟ ସହିତ ମୁମ୍ବାଇର ଅଭିଯାନ ଆରମ୍ଭ

ମୁମ୍ବାଇ,୨୯ା୩: ରୋହିତ ଶର୍ମା ଓ ରିୟାନ ରିକଲଟନଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ମୁମ୍ବାଇ ଇଣ୍ଡିଆନ୍ସ (ଏମ୍‌ଆଇ) ରବିବାର ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ କୋଲକାତା ନାଇଟ୍‌ ରାଇଡର୍ସ(କେକେଆର୍‌)କୁ ୬…

ଭିମ୍‌ସାରରେ ପିଜି ଛାତ୍ରୀଙ୍କ ଆତ୍ମହତ୍ୟା ଉଦ୍ୟମ, ନିର୍ଯାତନା ଅଭିଯୋଗ ନେଇ ଚର୍ଚ୍ଚା

ସମ୍ବଲପୁର,୨୯ା୩(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ଆୟୁର୍ବିଜ୍ଞାନ ଓ ଗବେଷଣା ପ୍ରତିଷ୍ଠାନ(ଭିମ୍‌ସାର)ର ଜଣେ ପିଜି ଛାତ୍ରୀ ଆତ୍ମହତ୍ୟା ଉଦ୍ୟମ କରି ଗୁରୁତର ହୋଇଛନ୍ତି।…

ଇସ୍ରାଏଲ ଉପରେ ବଡ଼ ଆକ୍ରମଣ କଲା ଇରାନ; କେମିକାଲ୍ ଲିକ୍ ନେଇ ଚେତାବନୀ, ଝରକା ବନ୍ଦ ରଖିବାକୁ…

ନୂଆଦିଲ୍ଲୀ,୨୯।୩: ଇରାନ ଇସ୍ରାଏଲର ଏକ ପ୍ରମୁଖ ରାସାୟନିକ କେନ୍ଦ୍ର ଉପରେ ବାଲିଷ୍ଟିକ୍ ମିଶାଇଲ୍ ହମଲା କରିଛି । ଏହା ଫଳରେ ସେହି ସ୍ଥାନରେ ଏକ ବଡ଼ ଅଗ୍ନିକାଣ୍ଡ ଘଟିଛି…

ଅଭିଯୋଗର ୧୨ ଘଣ୍ଟା ମଧ୍ୟରେ ନିଖୋଜ ନାବାଳିକାଙ୍କୁ ଖୋଜିଲା ପାଟପୁର ପୋଲିସ, ଗାଁରୁ….

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ଉଦ୍ଧାର କଲା…

ଆମେରିକାକୁ ଧମକ ଦେଲା ତେହେରାନ, ‘ସାର୍କର ଖାଦ୍ୟ ହେବେ…..’

ନୂଆଦିଲ୍ଲୀ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ଅନ୍ତ ପାଇଁ ପ୍ରୟାସ ଚାଲିଥିବା ବେଳେ ଉଭୟ ପକ୍ଷ ପରସ୍ପର ଉପରେ ନିରନ୍ତର ଆକ୍ରମଣ ଜାରି ରଖିଛନ୍ତି । ଆମେରିକାର ସ୍ଥଳ…

ଗାଧୋଇବାକୁ ଯାଇ ମହାନଦୀରେ ବୁଡ଼ିଗଲେ ନାବାଳକ

ବାଙ୍କୀ,୨୯।୩(ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ବୈଦେସ୍ବର ଥାନା ଅଧୀନ ମହାନଦୀରେ ଗାଧୋଉଥିବା ବେଳେ ପାଣିରେ ବୁଡି ଜଣେ ନାବାଳକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଶୁଭମ୍‌ କୁମାର ରାଉତ(୧୫)।…

ବରଗଡ଼ରେ ଟମାଟୋର ଅଭାବୀ ବିକ୍ରି, ମିଳୁନି ମୂଲ

ବରଗଡ଼,୨୯।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଧାନ ଭଳି ବିଭିନ୍ନ ପନିପରିବାରେ ମଧ୍ୟ ଅଭାବୀ ବିକ୍ରି ସ୍ଥିତି ଉପୁଜିଛି । ଫଳରେ ଚାଷୀଙ୍କୁ କ୍ଷତି ସହିବାକୁ ପଡୁଛି ।…

ହୁମା ସାପ୍ତାହିକ ଶୁଖୁଆ ହାଟରୁ ଚୋରି, ୩ ମୋବାଇଲ….

ଗଞ୍ଜାମ,୨୯।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମ୍ମା ହାଟରୁ ରବିବାର ୩ଟି ମୋବାଇଲ ଚୋରି ହୋଇଥିବା ଅଭିଯୋଗ ହୋଇଛି । ଯାହାକୁ ନେଇ ହାଟ ଆସୁଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri