ଇଥାନଲ ପ୍ରକଳ୍ପରେ ସ୍ଥାନୀୟ ଯୁବକଙ୍କୁ ମିଳୁ ନିଯୁକ୍ତି: ସଂସଦରେ ଦାବି କଲେ ପ୍ରଦୀପ ପୁରୋହିତ

ବରଗଡ,୨୫।୩(ପ୍ରେମାନନ୍ଦ ଖମାରୀ): ଇଥାନଲ ପ୍ରକଳ୍ପରେ ସ୍ଥାନୀୟ ଯୁବକଙ୍କୁ ନିଯୁକ୍ତି ପାଇଁ ଆଜି ସଂସଦରେ ବରଗଡ଼ ଏମ୍‌ପି ପ୍ରଦୀପ ପୁରୋହିତ ଏହି ଦାବି କରିଛନ୍ତି। ବରଗଡ଼ ଜିଲାରେ ଅନେକ ବେକାର ଯୁବତୀ ଯୁବକ ଅଛନ୍ତି । ଏହି ପ୍ରକଳ୍ପରେ ସ୍ଥାନୀୟ ଲୋକଙ୍କୁ ନିଯୁକ୍ତି ମିଳିଲେ ଅନେକ ଯୁବତୀ ଯୁବକ ଚାକିରି ପାଇବା ସହ ରୋଜଗାରକ୍ଷମ ହୋଇପାରିବେ । ଏହାସହ ଲାଞ୍ଚ ନ ନେଇ ନିଯୁକ୍ତି କରାଯାଉ ବୋଲି ସଂସଦରେ ଦାବି କରିଛନ୍ତି ବରଗଡ଼ ଏମ୍‌ପି । ବରଗଡ଼ ଜିଲାରେ ୨୦୧୪ ପୂର୍ବରୁ କୌଣସି ଶିଳ୍ପାନୁଷ୍ଠାନ ନ ଥିଲା । ନରେନ୍ଦ୍ର ମୋଦି ପ୍ରଧାନମନ୍ତ୍ରୀ ହେବା ପରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ପ୍ରୟାସ କ୍ରମେ ବରଗଡ଼ ଇଥାନଲ ପ୍ରକଳ୍ପ ଗଢି ଉଠିଥିଲା। ପ୍ରକଳ୍ପ ପାଇଁ କେନ୍ଦ୍ର ସରକାର ୧ ହଜାର ୫୫୭ କୋଟି ଟଙ୍କା ବ୍ୟୟ କରୁଛନ୍ତି । ରାଜ୍ୟର ପୂର୍ବ ବିଜେଡି ସରକାର ସମୟରେ ଏହି ପ୍ରକଳ୍ପରେ ବାଧା ସୃଷ୍ଟି କରୁଥିଲା ବୋଲି କହିଛନ୍ତି ପ୍ରଦୀପ ପୁରୋହିତ । ଏବେ ରାଜ୍ୟ ଓ କେନ୍ଦ୍ରରେ ଡବଲ ଇଞ୍ଜିନ ସରକାର ଥିବାରୁ ପ୍ରକଳ୍ପ କାର୍ଯ୍ୟ ଖୁବଶୀଘ୍ର ଶେଷ ହୋଇ କାର୍ଯ୍ୟକ୍ଷମ ହେଉ ବୋଲି ସେ ଦାବି କରିଛନ୍ତି।

ଏହି ପ୍ରକଳ୍ପ କାର୍ଯ୍ୟକ୍ଷମ ହେଲେ ଓ କୃଷି ଆଧାରିତ ଶିଳ୍ପକୁ ତ୍ୱରାନ୍ବିତ କରିବ । ୭୦ ଏକର ପରିମିତ ଯାଗାରେ ଏହି ପ୍ରକଳ୍ପ କରାଯାଉଛି । ଦୈନିକ ୨୦୦ କିଲୋମିଟର ଇଥାନଲ ଉତ୍ପାଦନ କରିବାକୁ ଲକ୍ଷ୍ୟ ରଖାଯାଇଛି । ୨୦୧୮ ମସିହାରେ ଭଟଲି ବାଉଲିସିଂହା ଗାଁରେ ଏହାର ଶୁଭ ଦେଇଥିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଭାରତ ସରକାରଙ୍କ ବିପିସିଏଲ ୨-ଜି ଓ ୧-ଜି ସମନ୍ବିତରେ ଅତ୍ୟାଧୁନିକ ଜୈବ ବିଶୋଧନାଗାର ପ୍ରତିଷ୍ଠା କରାଯାଉଛି । ନଷ୍ଟ ହୋଇଯାଉଥିବା ଧାନ ନଡା ବା କୁଟାର ବର୍ଜ୍ୟବସ୍ତୁକୁ ବ୍ୟବହାର କରାଯିବ । ଏହା ସିଧାସଳଖ ଚାଷୀଙ୍କଠାରୁ ସରକାର କିଣିବେ। ଫଳରେ ବରଗଡ଼, ନୂଆପଡା ସମ୍ବଲପୁର, ସୋନପୁର ଓ ଛତିଶଗଡ ଅଞ୍ଚଳର ଚାଷୀଙ୍କ ଆୟ ବଢିବ। ସବୁଠୁ ବଡ଼ କଥା ହେଲା ଏହି ବିଶୋଧନାଗାରରେ ୧୨୦୦ ଲୋକଙ୍କୁ ନିଯୁକ୍ତି ମିଳିବ। ପ୍ରତିଦିନ ୮୫୦ ମେଟ୍ରିକ ଟନ ଧାନ ନଡା ଆବଶ୍ୟକ ହେବ। ଏହାଦ୍ୱାରା ଜିଲାର ସାମାଜିକ ଓ ଅର୍ଥନୈତିକ ଅଭିବୃଦ୍ଧି ହେବ।


Enter your email to get our daily news in your inbox.

All Right Reserved By Dharitri.Com

ବିଭିନ୍ନ ଦାବି ନେଇ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରିଲେ ଅଙ୍ଗନଓ୍ବାଡି କର୍ମୀ: ଦେଲେ ଚେତାବନୀ, ସମାଧାନ ନ ହେଲେ…

ବରଗଡ଼,୨୨।୧୨(ପ୍ରେମାନନ୍ଦ ଖମାରୀ): ସୋମବାର ପଶ୍ଚିମ ଓଡ଼ିଶା ଅଙ୍ଗନଓ୍ବାଡି କର୍ମୀ ଓ ସହାୟିକା ସଂଘ ନେତୃତ୍ୱରେ ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଶାଳ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି।...

ସ୍ପୋର୍ଟ୍ସ କ୍ୟାପିଟାଲରୁ ଟ୍ରେନ୍ ଟଏଲଟ୍: ଓଡ଼ିଶା ଖେଳାଳିଙ୍କ କଦର୍ଯ୍ୟ ଯାତ୍ରାକୁ ନେଇ ସାରା ଦେଶରେ ହଇଚଇ

ଭୁବନେଶ୍ୱର,୨୨।୧୨: ଓଡ଼ିଶାର କ୍ରୀଡ଼ା ଭବିଷ୍ୟତ କୁହାଯାଉଥିବା ଯୁବ କୁସ୍ତି ପ୍ରତିଭାମାନଙ୍କ ଅପମାନଜନକ ଯାତ୍ରାର ଏକ ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଉତ୍ତରପ୍ରଦେଶର...

ସୃଷ୍ଟି ହେଲା ୨୪ ନୂଆ NAC , ୫ ମ୍ୟୁନିସିପାଲିଟି: ଯୋଡି ହେବ ଏସବୁ ଅଞ୍ଚଳ

ଭୁବନେଶ୍ୱର,୨୨।୧୨: ୨୪ ନୂଆ NAC ଓ ୫ ମ୍ୟୁନିସିପାଲିଟି ନେଇ ସୋମବାର ସରକାରୀ ବିଜ୍ଞପ୍ତି ପ୍ରକାଶ ପାଇଛି। ୧୪ ଜିଲାରେ ୨୪ ନୂଆ NAC ନେଇ...

ମୋହନ ସରକାରଙ୍କ ଅମଳରେ ପଛେଇଗଲା ଓଡ଼ିଶା, ବେକାରୀ ବୃଦ୍ଧି: ବିଜେଡିର ସାଂଘାତିକ ଅଭିଯୋଗ

ଭୁବନେଶ୍ୱର,୨୨।୧୨: ଓଡ଼ିଶାରେ ଶାସନ କରୁଥିବା ଭାଜପା ସରକାରଙ୍କୁ ଅର୍ଥନୈତିକ ବିଫଳତା ପ୍ରସଙ୍ଗରେ ଘେରିଛି ବିରୋଧୀ ବିଜୁ ଜନତା ଦଳ (ବିଜେଡି)। ରାଜ୍ୟର ଅଭିବୃଦ୍ଧି ହାର କମିବା...

ଗାଁକୁ ଫେରୁଥିବାବେଳେ ଟ୍ରେନରୁ ଖସି ଦାଦନ ଶ୍ରମିକଙ୍କ ମୃତ୍ୟୁ

ପାତ୍ରପୁର, ୨୨।୧୨(ଉମା ଚରଣ ନେପାକ): ପାତ୍ରପୁର ବ୍ଳକ ବାଦପୁର ପଞ୍ଚାୟତ ତିନିଘରିଆ ଗ୍ରାମର ନରସିଂହ ନାଇକ (୨୮) ନେଲୁରୁ ସ୍ଥିତ ଦିଶା ନାମକ ଏକ କମ୍ପାନୀରେ...

ଭାରତ-ବାଂଲାଦେଶ ସମ୍ପର୍କରେ ତିକ୍ତତା: ଭାରତୀୟଙ୍କ ପାଇଁ ଭିସା ସେବା ବନ୍ଦ କଲା ବାଂଲାଦେଶ

ନୂଆଦିଲ୍ଲୀ/ଢାକା,୨୨।୧୨: ଭାରତ ଏବଂ ବାଂଲାଦେଶ ମଧ୍ୟରେ ଦ୍ୱିପାକ୍ଷିକ ସମ୍ପର୍କରେ ବଡ଼ ଧରଣର ଅବନତି ଘଟିଛି। ଗୋଟିଏ ପଟେ ଭାରତ ଚଟ୍ଟଗ୍ରାମରେ ଭିସା ସେବା ସ୍ଥଗିତ ରଖିଥିବା...

MGNREGA ନାମ ବଦଳାଇବା ବିବାଦ: ରାଜରାସ୍ତାକୁ ଓହ୍ଲାଇଲା କଂଗ୍ରେସ, କେନ୍ଦ୍ର ସରକାରଙ୍କୁ ଦେଲା ଚେତାବନୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା ନାମକୁ କେନ୍ଦ୍ର ସରକାର ଇତିମଧ୍ୟରେ ବଦଳାଇଛନ୍ତି। ଏଥିସହ ନୂଆ ଯୋଜନାରେ ବ୍ୟାପକ...

ଭଞ୍ଜନଗର ଏନ୍‌ଏସିକୁ ମିଳିଲା ମ୍ୟୁନିସିପାଲଟି ମାନ୍ୟତା: ମିଶିବ ଏହି ସବୁ ଗାଁ, ଖୁସିରେ ଅଞ୍ଚଳବାସୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଏନ୍‌ଏସିକୁ ସୋମବାରଠାରୁ ବିଧିବଦ୍ଧ ଭାବେ ମ୍ୟୁନିସିପାଲଟି ମାନ୍ୟତା ମିଳିଛି। ସେହିଭଳି ଜଗନ୍ନାଥପ୍ରସାଦ ପଞ୍ଚାୟତକୁ ଏନ୍‌ଏସି ମାନ୍ୟତା ମିଳିଛି। ଆଜି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri