ପ୍ରଦୀପ ପୁରୋହିତ ହେବେ ଭାଜପା ପ୍ରାର୍ଥୀ

ଭୁବନେଶ୍ବର, ୧୨ା୧୧(ବ୍ୟୁରୋ): ପଦ୍ମପୁର ବିଧାନସଭା ଉପନିର୍ବାଚନ ପାଇଁ ଭାଜପା ନେତା ତଥା ପୂର୍ବତନ ବିଧାୟକ ପ୍ରଦୀପ ପୁରୋହିତଙ୍କୁ ପ୍ରାର୍ଥୀ କରାଯିବ। ଭାଜପା ବିଧାୟିକା କୁସୁମ ଟେଟେ ଶୁକ୍ରବାର ଏହି ସୂଚନା ଦେଇଛନ୍ତି। ପ୍ରଦୀପ ୧୪ ତାରିଖରେ ନାମାଙ୍କନ ଭରିବେ ବୋଲି ସେ କହିଛନ୍ତି। ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ର ମଧ୍ୟ ସମାନ କଥା ଦୋହରାଇଛନ୍ତି। ହେଲେ ଏନେଇ ଦଳ ପକ୍ଷରୁ ବିଧିବଦ୍ଧ ଭାବେ କୌଣସି ଘୋଷଣା କରାଯାଇ ନାହିଁ। ଅପରପକ୍ଷେ ଶାସକ ଦଳ ବିଜେଡି ଓ କଂଗ୍ରେସ ପକ୍ଷରୁ କିଏ ପ୍ରାର୍ଥୀ ହେବେ ସେନେଇ ମଧ୍ୟ ଏ ପର୍ଯ୍ୟନ୍ତ କିଛି ସୂଚନା ମିଳିନାହିଁ। ପଦ୍ମପୁର ଉପନିର୍ବାଚନ ପାଇଁ ଗୁରୁବାର ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି। ନଭେମ୍ବର ୧୭ରେ ପ୍ରାର୍ଥିପତ୍ର ଦାଖଲର ଶେଷ ତାରିଖ ରହିଛି। ୧୮ରେ ଯାଞ୍ଚ ଆଉ ୨୧ ତାରିଖ ସୁଦ୍ଧା ପ୍ରାର୍ଥିପତ୍ର ପ୍ରତ୍ୟାହାର କରିବାର ଶେଷ ସମୟ ରହିଛି। ଡିସେମ୍ବର ୫ରେ ଭୋଟ ଗ୍ରହଣ ହେବ। ଡିସେମ୍ବର ୮ରେ ଭୋଟ ଗଣତି ହୋଇ ସେହିଦିନ ଫଳାଫଳ ପ୍ରକାଶ ପାଇବ ବୋଲି ସୂଚନା ଦିଆଯାଇଛି।
ବିଜୟ ରଞ୍ଜନ ସିଂ ବରିହାଙ୍କ ଦେହାନ୍ତ ପରଠାରୁ ପଦ୍ମପୁର ବିଧାନସଭା ଆସନଟି ଖାଲି ପଡ଼ିଛି। ୬୫ ବର୍ଷ ବୟସରେ ଗତ ଅକ୍ଟୋବର ୨ରେ ଚିକିତ୍ସାଧୀନ ଅବସ୍ଥାରେ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଥିଲେ। ସ୍ବର୍ଗତ ବରିହା ବରଗଡ଼ ଜିଲା ପଦ୍ମପୁରରୁ ୫ ଥର ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ। ୨୦୧୪ ବିଧାନସଭା ନିର୍ବାଚନରେ ସେ ଭାଜପା ପ୍ରାର୍ଥୀ ପ୍ରଦୀପ ପୁରୋହିତଙ୍କଠାରୁ ପରାସ୍ତ ହୋଇଥିଲେ। ତେବେ ୨୦୧୯ରେ ବରିହା ପୁଣି ବାଜି ମାରିଥିଲେ। ତେବେ ଧାମନଗର ଉପନିର୍ବାଚନରେ ଭାଜପା ବିଜୟୀ ହେବାପରେ ପଦ୍ମପୁର ଆସନ ହାତେଇବା ଲାଗି ବିଜେଡି ସବୁ ପ୍ରକାର ଉଦ୍ୟମ ଆରମ୍ଭ କରିଦେଇଛି। ଦଳ ଏଠାରେ ଭାଜପାଠାରୁ ବଡ଼ ବ୍ୟବଧାନରେ ଜିତିବାକୁ ଲକ୍ଷ୍ୟ ରଖିଛି। ତେବେ ମିଳିଥିବା ସୂଚନା ମୁତାବକ, ଦଳୀୟ ନେତାମାନେ ପୂର୍ବରୁ ସିଧାସଳଖ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ନ ଭେଟି ଅନ୍ୟ ନେତାଙ୍କ ଜରିଆରେ ସାଙ୍ଗଠନିକ ଦାୟିତ୍ୱ ପାଇ କାମ କରୁଥିଲେ। ହେଲେ ଗତ ୨ ଦିନ ତଳେ ଉପନିର୍ବାଚନ ଦାୟିତ୍ୱ ହାତେଇଥିବା ବହୁ ନେତାଙ୍କୁ ମୁଖ୍ୟମନ୍ତ୍ରୀ ସିଧାସଳଖ ଭେଟି ପଦ୍ମପୁର ଉପନିର୍ବାଚନ ଲାଗି ଭଲରେ କାମ କରିବାକୁ କହିଛନ୍ତି। ଅନ୍ୟପଟେ ସେମାନଙ୍କ ସୁବିଧା କିମ୍ବା ଅସୁବିଧା ସମ୍ପର୍କରେ ସିଧାସଳଖ ନବୀନ ନିବାସରୁ ହିଁ ବୁଝାଯିବ ବୋଲି କହିଥିବା ଜଣେ ବରିଷ୍ଠ ନେତାଙ୍କ ସୂତ୍ରରୁ ଜଣାପଡିଛି। ତେବେ ଏଭଳି ଖବର ଆସିବା ପରେ ଦଳ ଆଉ କୌଣସି ନିର୍ଦ୍ଦିଷ୍ଟ ନେତାଙ୍କ ଉପରେ ଭରସା ରଖି ନ ଥିବା ଖବର ଚାରିଆଡ଼େ ଆଲୋଚନା ହେବା ଆରମ୍ଭ ହୋଇଯାଇଛି। ସେହିପରି କଂଗ୍ରେସ ମଧ୍ୟ ଏ ପର୍ଯ୍ୟନ୍ତ ତା’ର ପ୍ରାର୍ଥୀ କାହାକୁ କରିବ ସେନେଇ କିଛି ଘୋଷଣା କରିନାହାିଁ। ତେବେ ସବୁ ଦଳ ସୋମବାର ସୁଦ୍ଧା ପ୍ରାର୍ଥୀଙ୍କ ନାଁ ଘୋଷଣା କରିଦେବେ ବୋଲି ଜଣାପଡ଼ିଛି। ଅନ୍ୟପଟେ ୨୦୧୯ ନିର୍ବାଚନ ଭଳି ଏହି ଉପନିର୍ବାଚନରେ ବିଜେଡି କଂଗ୍ରେସ ଭୋଟ କିଣିବାକୁ ଉଦ୍ୟମ କରୁଥିବା ପୂର୍ବତନ ବିଧାୟକ ପ୍ରଦୀପ ପୁରୋହିତ ଅଭିଯୋଗ କରିଛନ୍ତି। ହେଲେ ଏଥର କିନ୍ତୁ କଂଗ୍ରେସ ଭୋଟ ସବୁ ବିଜେଡିକୁ ନ ଯାଇ ଭାଜପା ଖାତାକୁ ଯିବ ବୋଲି ସେ ଦୃଢ଼ୋକ୍ତି ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

ଭୂକମ୍ପ ଝଟ୍‌କାରେ ଥରିଲା ଜମ୍ମୁ-କଶ୍ମୀରରୁ ନେଇ ଦିଲ୍ଲୀ, ଭୟରେ ଘରୁ ବାହାରକୁ ଦୌଡ଼ିଲେ ଲୋକେ…

ନୂଆଦିଲ୍ଲୀ,୩।୪: ଭାରତର ରାଜଧାନୀ ଦିଲ୍ଲୀ-ଏନ୍‌ସିଆର (Delhi-NCR), ଜମ୍ମୁ-କାଶ୍ମୀର ଏବଂ ଚଣ୍ଡିଗଡ଼ ସମେତ ଉତ୍ତର ଭାରତର ବିଭିନ୍ନ ସ୍ଥାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଜମ୍ମୁ-କାଶ୍ମୀରରେ ପରସ୍ପର…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

ଆଦେଶ ପାଳନ କଲେ ଜିଲାପାଳ, ପିଛିଲା ତାରିଖ ପକାଇ ୨୧ ଦିନ ପରେ ଅର୍ଡର ପ୍ରେରଣ

କେନ୍ଦୁଝର/ହାଟଡିହୀ,୩l୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ):ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ଧାର୍ଯ୍ୟ ସମୟରେ ପାଳନ ନ କରିବା ଫଳରେ ଅଦାଲତ ଅବମାନନା ମାମଲା ଦାୟର ହେବା ଏବଂ ଏ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri