ପ୍ରଦୀପ ପୁରୋହିତ ହେବେ ଭାଜପା ପ୍ରାର୍ଥୀ

ଭୁବନେଶ୍ବର, ୧୨ା୧୧(ବ୍ୟୁରୋ): ପଦ୍ମପୁର ବିଧାନସଭା ଉପନିର୍ବାଚନ ପାଇଁ ଭାଜପା ନେତା ତଥା ପୂର୍ବତନ ବିଧାୟକ ପ୍ରଦୀପ ପୁରୋହିତଙ୍କୁ ପ୍ରାର୍ଥୀ କରାଯିବ। ଭାଜପା ବିଧାୟିକା କୁସୁମ ଟେଟେ ଶୁକ୍ରବାର ଏହି ସୂଚନା ଦେଇଛନ୍ତି। ପ୍ରଦୀପ ୧୪ ତାରିଖରେ ନାମାଙ୍କନ ଭରିବେ ବୋଲି ସେ କହିଛନ୍ତି। ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ର ମଧ୍ୟ ସମାନ କଥା ଦୋହରାଇଛନ୍ତି। ହେଲେ ଏନେଇ ଦଳ ପକ୍ଷରୁ ବିଧିବଦ୍ଧ ଭାବେ କୌଣସି ଘୋଷଣା କରାଯାଇ ନାହିଁ। ଅପରପକ୍ଷେ ଶାସକ ଦଳ ବିଜେଡି ଓ କଂଗ୍ରେସ ପକ୍ଷରୁ କିଏ ପ୍ରାର୍ଥୀ ହେବେ ସେନେଇ ମଧ୍ୟ ଏ ପର୍ଯ୍ୟନ୍ତ କିଛି ସୂଚନା ମିଳିନାହିଁ। ପଦ୍ମପୁର ଉପନିର୍ବାଚନ ପାଇଁ ଗୁରୁବାର ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି। ନଭେମ୍ବର ୧୭ରେ ପ୍ରାର୍ଥିପତ୍ର ଦାଖଲର ଶେଷ ତାରିଖ ରହିଛି। ୧୮ରେ ଯାଞ୍ଚ ଆଉ ୨୧ ତାରିଖ ସୁଦ୍ଧା ପ୍ରାର୍ଥିପତ୍ର ପ୍ରତ୍ୟାହାର କରିବାର ଶେଷ ସମୟ ରହିଛି। ଡିସେମ୍ବର ୫ରେ ଭୋଟ ଗ୍ରହଣ ହେବ। ଡିସେମ୍ବର ୮ରେ ଭୋଟ ଗଣତି ହୋଇ ସେହିଦିନ ଫଳାଫଳ ପ୍ରକାଶ ପାଇବ ବୋଲି ସୂଚନା ଦିଆଯାଇଛି।
ବିଜୟ ରଞ୍ଜନ ସିଂ ବରିହାଙ୍କ ଦେହାନ୍ତ ପରଠାରୁ ପଦ୍ମପୁର ବିଧାନସଭା ଆସନଟି ଖାଲି ପଡ଼ିଛି। ୬୫ ବର୍ଷ ବୟସରେ ଗତ ଅକ୍ଟୋବର ୨ରେ ଚିକିତ୍ସାଧୀନ ଅବସ୍ଥାରେ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଥିଲେ। ସ୍ବର୍ଗତ ବରିହା ବରଗଡ଼ ଜିଲା ପଦ୍ମପୁରରୁ ୫ ଥର ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ। ୨୦୧୪ ବିଧାନସଭା ନିର୍ବାଚନରେ ସେ ଭାଜପା ପ୍ରାର୍ଥୀ ପ୍ରଦୀପ ପୁରୋହିତଙ୍କଠାରୁ ପରାସ୍ତ ହୋଇଥିଲେ। ତେବେ ୨୦୧୯ରେ ବରିହା ପୁଣି ବାଜି ମାରିଥିଲେ। ତେବେ ଧାମନଗର ଉପନିର୍ବାଚନରେ ଭାଜପା ବିଜୟୀ ହେବାପରେ ପଦ୍ମପୁର ଆସନ ହାତେଇବା ଲାଗି ବିଜେଡି ସବୁ ପ୍ରକାର ଉଦ୍ୟମ ଆରମ୍ଭ କରିଦେଇଛି। ଦଳ ଏଠାରେ ଭାଜପାଠାରୁ ବଡ଼ ବ୍ୟବଧାନରେ ଜିତିବାକୁ ଲକ୍ଷ୍ୟ ରଖିଛି। ତେବେ ମିଳିଥିବା ସୂଚନା ମୁତାବକ, ଦଳୀୟ ନେତାମାନେ ପୂର୍ବରୁ ସିଧାସଳଖ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ନ ଭେଟି ଅନ୍ୟ ନେତାଙ୍କ ଜରିଆରେ ସାଙ୍ଗଠନିକ ଦାୟିତ୍ୱ ପାଇ କାମ କରୁଥିଲେ। ହେଲେ ଗତ ୨ ଦିନ ତଳେ ଉପନିର୍ବାଚନ ଦାୟିତ୍ୱ ହାତେଇଥିବା ବହୁ ନେତାଙ୍କୁ ମୁଖ୍ୟମନ୍ତ୍ରୀ ସିଧାସଳଖ ଭେଟି ପଦ୍ମପୁର ଉପନିର୍ବାଚନ ଲାଗି ଭଲରେ କାମ କରିବାକୁ କହିଛନ୍ତି। ଅନ୍ୟପଟେ ସେମାନଙ୍କ ସୁବିଧା କିମ୍ବା ଅସୁବିଧା ସମ୍ପର୍କରେ ସିଧାସଳଖ ନବୀନ ନିବାସରୁ ହିଁ ବୁଝାଯିବ ବୋଲି କହିଥିବା ଜଣେ ବରିଷ୍ଠ ନେତାଙ୍କ ସୂତ୍ରରୁ ଜଣାପଡିଛି। ତେବେ ଏଭଳି ଖବର ଆସିବା ପରେ ଦଳ ଆଉ କୌଣସି ନିର୍ଦ୍ଦିଷ୍ଟ ନେତାଙ୍କ ଉପରେ ଭରସା ରଖି ନ ଥିବା ଖବର ଚାରିଆଡ଼େ ଆଲୋଚନା ହେବା ଆରମ୍ଭ ହୋଇଯାଇଛି। ସେହିପରି କଂଗ୍ରେସ ମଧ୍ୟ ଏ ପର୍ଯ୍ୟନ୍ତ ତା’ର ପ୍ରାର୍ଥୀ କାହାକୁ କରିବ ସେନେଇ କିଛି ଘୋଷଣା କରିନାହାିଁ। ତେବେ ସବୁ ଦଳ ସୋମବାର ସୁଦ୍ଧା ପ୍ରାର୍ଥୀଙ୍କ ନାଁ ଘୋଷଣା କରିଦେବେ ବୋଲି ଜଣାପଡ଼ିଛି। ଅନ୍ୟପଟେ ୨୦୧୯ ନିର୍ବାଚନ ଭଳି ଏହି ଉପନିର୍ବାଚନରେ ବିଜେଡି କଂଗ୍ରେସ ଭୋଟ କିଣିବାକୁ ଉଦ୍ୟମ କରୁଥିବା ପୂର୍ବତନ ବିଧାୟକ ପ୍ରଦୀପ ପୁରୋହିତ ଅଭିଯୋଗ କରିଛନ୍ତି। ହେଲେ ଏଥର କିନ୍ତୁ କଂଗ୍ରେସ ଭୋଟ ସବୁ ବିଜେଡିକୁ ନ ଯାଇ ଭାଜପା ଖାତାକୁ ଯିବ ବୋଲି ସେ ଦୃଢ଼ୋକ୍ତି ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସୃଷ୍ଟି ହେଲା ଆଉ ଏକ ଲଘୁଚାପ, ପ୍ରବଳ ବର୍ଷିବ

ଭୁବନେଶ୍ୱର, ୨୬ା୭(ଅନୁରାଧା ମହାରଣା) – ଲଘୁଚାପ ପ୍ରଭାବରେ ଓଡ଼ିଶାରେ ତୁହାକୁ ତୁହା ବର୍ଷା ଲାଗିରହିଥିବାବେଳେ ପ୍ରାୟ ସବୁ ଜିଲାରେ ସ୍ଥିତି ବିଗିଡ଼ିବାରେ ଲାଗିଛି। ବର୍ଷା ଯୋଗୁ...

ମମତାଙ୍କୁ ଚିଠି ଲେଖିବା ନେଇ ନବୀନଙ୍କୁ ଟାର୍ଗେଟ କଲା ଭାଜପା

ଭୁବନେଶ୍ୱର, ୨୬।୭(ସୁନିତ୍‌ ମିଶ୍ର): ନିଜ ୨୪ ବର୍ଷ ଶାସନରେ ନବୀନ ପଟ୍ଟନାୟକଙ୍କ ନେତୃତ୍ୱାଧୀନ ବିଜେଡି ସରକାର ଓଡ଼ିଶାକୁ କୌଣସି କ୍ଷେତ୍ରରେ ଆତ୍ମନିର୍ଭରଶୀଳ ରାଜ୍ୟ ଭାବେ ଗଢ଼ି...

କୃଷି ବିଭାଗରେ ସରକାରୀ କାର୍ଯ୍ୟ ଓଡ଼ିଆ ଭାଷାରେ କରିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର,୨୬।୭(ଶର୍ମିଷ୍ଠା ପାଣିଗ୍ରାହୀ): କୃଷି ଓ କୃଷକ ସଶକ୍ତିକରଣ ବିଭାଗ ଏହାର ନିର୍ଦ୍ଦେଶାଳୟ ଏବଂ ବିଭାଗ ଅଧିନରେ ଥିବା ଅନ୍ୟ ଅଧସ୍ତନ କାର୍ଯ୍ୟାଳୟଗୁଡିକରେ ସମସ୍ତ ସରକାରୀ କାର୍ଯ୍ୟ...

ଅଗ୍ନିବୀର ଯୋଜନା ନେଇ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝି

ଭୁବନେଶ୍ୱର,୨୬।୭: ଅଗ୍ନିବୀରଙ୍କୁ ପାଇଁ ବଡ଼ ଘୋଷଣା କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ମାଝି। ରାଜ୍ୟର ସବୁ ୟୁନିଫର୍ମ ସେବାରେ ସେମାନଙ୍କୁ ଗ୍ରହଣ କରାଯିବ ବୋଲି ଘୋଷଣା...

ଜୀବିକା ଦେଇଛି ବାଉଁଶ କାରିଗରୀ

କୋକସରା,୨୬ା୭ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବରାଡଙ୍ଗା ପଞ୍ଚାୟତର ଏକ ଆଦିବାସୀ ବହୁଳ ଗ୍ରାମ ଝୁଲେନବର। ଜଙ୍ଗଲ ପରିବେଷ୍ଟିତ ଗାଁରେ ପ୍ରାୟ...

ଆଳୁ ଦରକୁ ନେଇ ଯୋଗାଣ ମନ୍ତ୍ରୀଙ୍କ ବଡ଼ ବୟାନ, ୨ ଦିନ ମଧ୍ୟରେ…

ଭୁବନେଶ୍ୱର,୨୬।୭: ଆଳୁ ଦର ସମୀକ୍ଷା ପରେ ଗଣମାଧ୍ୟମରେ ପ୍ରତିକ୍ରୟା ଦେଇଛନ୍ତି ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର। ୨ ଦିନ ମଧ୍ୟରେ ସମସ୍ୟାର ସମାଧାନ ହେବ କହଛନ୍ତି...

ଗିରଫ ହେଲେ କୁବେର ଯନ୍ତ୍ରୀ, ଚଢାଉ ପରେ ଧରାପଡିଲା ଅମାପ ଅମାପ ସମ୍ପତ୍ତି

ଭୁବନେଶ୍ୱର,୨୬।୭: ଗିରଫ ହେଲେ କୁବେର ନିର୍ମାଣ ଯନ୍ତ୍ରୀ ସୁନୀଲ ରାଉତ। ଆୟ ବର୍ହିଭୂତ ସମ୍ପତ୍ତି ଠୂଳ ଅଭିଯୋଗରେ ଶୁକ୍ରବାର ଯନ୍ତ୍ରୀ ସୁନୀଲ ରାଉତଙ୍କୁ ଗିରଫ କରିଛି...

ସୁଭଦ୍ରା ଯୋଜନାକୁ ନେଇ ଭାଜପା ଉପରେ ବର୍ଷିଲେ ଲେଖାଶ୍ରୀ, କହିଲେ…

ଭୁବନେଶ୍ୱର,୨୬।୭: ରାଜ୍ୟ ସରକାର ବିଧାନସଭାରେ ତାଙ୍କର ପ୍ରଥମ ବଜେଟ ଗୁରୁବାର ଉପସ୍ଥାପନ କରିଥିଲେ । ଦୁଇ ବିରୋଧୀ ଦଳ ବିଜେଡି ଓ କଂଗ୍ରେସ ବଜେଟ୍‌ରେ ରାଜ୍ୟର...

Advertisement
Mettle Meet 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri