ବିଜେଡିରେ ସାମିଲ ହେଲେ ବରିଷ୍ଠ କଂଗ୍ରେସ ନେତା ପ୍ରଦୀପ ସାହୁ

ଖୋର୍ଦ୍ଧା ଅଫିସ,୧୫।୧୧: ପଞ୍ଚାୟତ ନିର୍ବାଚନ ପୂର୍ବରୁ କଂଗ୍ରେସକୁ ପୁଣି ଝଟକା ଲାଗିଛି। ବେଗୁନିଆ ନିର୍ବାଚନ ମଣ୍ଡଳୀର ବରିଷ୍ଠ କଂଗ୍ରେସ ନେତା ପ୍ରଦୀପ ସାହୁ ସୋମବାର ବିଜେଡିରେ ସାମିଲ ହୋଇଛନ୍ତି । ନିଜର ସମର୍ଥକଙ୍କ ସହ ପ୍ରଦୀପ ି ବିଜେଡି କାର୍ଯ୍ୟାଳୟରେ ବିଧିବଦ୍ଧ ଭାବେ ସାମିଲ ହୋଇଛନ୍ତି । ବିଜେଡିର ସାଂଗଠନିକ ସମ୍ପାଦକ ପାଦକ ପ୍ରଣବ ପ୍ରକାଶ ଦାସ, ବିଜେଡି ସାଧାରଣ ସମ୍ପାଦକ ମାନସ ମଙ୍ଗରାଜ, ବେଗୁନିଆ ବିଧାୟକ ରାଜେନ୍ଦ୍ର କୁମାର ସାହୁ, ଜିଲା ବିଜେଡି ସଭାପତି ବିଭୂତିଭୂଷଣ ବଳବନ୍ତରାୟ ଓ ଅନ୍ୟ ବରିଷ୍ଠ ନେତାଙ୍କ ଉପସ୍ଥିତିରେ ଆୟୋଜିତ ମିଶ୍ରଣ ପର୍ବରେ ଦଳରେ ଯୋଗ ଦେଇଛନ୍ତି ପ୍ରଦୀପ । ସେ ଖୋର୍ଦ୍ଧା ଜିଲା କଂଗ୍ରେସର ଉପସଭାପତି ଥିଲେ। ରବିବାର ସେ କଂଗ୍ରେସରୁ ଇସ୍ତଫା ଦେଇଥିଲେ । କଂଗ୍ରେସ ଦଳରେ ତାଙ୍କୁ ଅଣଦେଖା କରାଯାଉଥିବା ନେଇ ସେ ଅଭିଯୋଗ କରିଥିଲେ । ୨୦୧୯ ବିଧାନସଭା ନିର୍ବାଚନରେ ପ୍ରଦୀପ ସାହୁ କଂଗ୍ରେସ ଟିକେଟରେ ବେଗୁନିଆରୁ ପ୍ରାର୍ଥୀ ହୋଇ ୫୪ ହଜାରରୁ ଅଧିକ ଭୋଟ ପାଇଥିଲେ। ୨୦୧୪ ନିର୍ବାଚନରେ ଆମ୍‌ଆଦ୍‌ମି ପାର୍ଟିରୁ ପ୍ରାର୍ଥୀ ହୋଇ ୩୦ ହଜାରରୁ ଅଧିକ ଭୋଟ ପାଇଥିଲେ। ୧୯୯୯ ମସିହାରେ ସେ ପୂର୍ବତନ ମୁଖ୍ୟମନ୍ତ୍ରୀ ଜାନକୀବଲ୍ଲଭ ପଟ୍ଟନାୟକଙ୍କ ଆଦର୍ଶରେ ଅନୁପ୍ରାଣୀତ ହୋଇ କଂଗ୍ରେସରେ ଯୋଗଦାନ କରିଥିଲେ। ପ୍ରାଣନାଥ ସ୍ବୟଂଶାସିତ ମହାବିଦ୍ୟାଳୟର ଛାତ୍ର ଜୀବନରୁ ରାଜନୀତିରେ ଜଡିତ। ୯୦ ଦଶକରେ ସରପଞ୍ଚ ଭାବେ ରାଜନୀତିରେ ପାଦ ଥାପି ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନିଜର ଚମତ୍କାରୀ ବ୍ୟାଟ୍‌କୁ ଉପହାରରେ ଦେବେ ବୈଭବ, ଜାଣନ୍ତୁ କାହାକୁ ମିଳିବ ଏହି ଖାସ୍‌…

ନୂଆଦିଲ୍ଲୀ,୯।୪:  ଆଇପିଏଲ୍ ୨୦୨୬ର ସବୁଠାରୁ କନିଷ୍ଠ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ କ୍ରିକେଟ ଦୁନିଆରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ନିକଟରେ ରାଜସ୍ଥାନ ରୟାଲ୍ସ ଦ୍ୱାରା…

୩ ମାସ ତଳେ ଚୋରି ହୋଇଥିଲା ସ୍କୁଟି, ଗୋଟିଏ ଟ୍ରାଫିକ ଚାଲାଣ ଯୋଗୁ ଫସିଗଲା ଚୋର, ମାଲିକ…

ହାଇଦ୍ରାବାଦ: ଏଠାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଏବେ ସୋସିଆଲ ମିଡିଆରେ ବେଶ ଭାଇରାଲ ହେବାରେ ଲାଗିଛି। ଜଣେ ବ୍ୟକ୍ତିଙ୍କର ଚୋରି ହୋଇଥିବା ସ୍କୁଟିର…

ପ୍ରଶାସନିକ ଅଣଦେଖା ପ୍ରତିବାଦରେ ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ ଚିକିଟିର ଜନପ୍ରତିନିଧି, ୨ ବର୍ଷ ହେଲା ଉଦ୍ଦେଶ୍ୟମୂଳକ ଭାବେ…

ଛତ୍ରପୁର,୯।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚିକିଟି ବ୍ଲକ ଏବଂ ଏନ୍‌ଏସି (NAC) ପ୍ରଶାସନ ପକ୍ଷରୁ ନିର୍ବାଚିତ ଜନପ୍ରତିନିଧିମାନଙ୍କୁ କ୍ରମାଗତ ଭାବେ ଅଣଦେଖା କରାଯାଉଥିବା ନେଇ ସ୍ୱର…

ବନ୍ଦ ହେଲା ଆଉ ଏକ ଯୁଦ୍ଧ? ଲେବାନନ ସହିତ ସିଧାସଳଖ ଆଲୋଚନା ପାଇଁ ଇସ୍ରାଏଲ ପ୍ରସ୍ତୁତ

ଜେରୁଜେଲମ,୯।୪: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଉତ୍ତେଜନା ମଧ୍ୟରେ, ଲେବାନନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ କୂଟନୈତିକ ପଦକ୍ଷେପ ଉଭା ହୋଇଛି। ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଯଥାଶୀଘ୍ର…

ଅପେକ୍ଷାର ଅନ୍ତ! ରୟାଲ ଏନ୍‌ଫିଲ୍ଡ ଲଞ୍ଚ କଲା ପ୍ରଥମ ଇଲେକ୍ଟ୍ରିକ୍‌ ବାଇକ୍‌, ଜବରଦସ୍ତ ଫିଚର ସହ ମୂଲ୍ୟ…

ନୂଆଦିଲ୍ଲୀ,୯।୪: ଅପେକ୍ଷାର ଅନ୍ତ ଘଟିଛି। ଭାରତୀୟ ବଜାରରେ ରୟାଲ ଏନଫିଲ୍ଡ (Royal Enfield) ନିଜର ପ୍ରଥମ ଇଲେକ୍ଟ୍ରିକ ମୋଟରସାଇକେଲ ’ଫ୍ଲାଇଙ୍ଗ ଫ୍ଲି ସି୬’ (Flying Flea C୬)କୁ…

ପାଟିତୁଣ୍ଡ ଭିତରେ ପଶି କରିଥିଲେ ହତ୍ୟା: ଅଭିଯୁକ୍ତ ଉପେନ୍ଦ୍ରଙ୍କୁ ଆଜୀବନ ଜେଲ୍

ଛତ୍ରପୁର,୯।୪(ଦିଲ୍ଲୀପ ସାମଲ) : ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ବାଳକୃଷ୍ଣପୁର ଗ୍ରାମର ୨୦୧୩ ମସିହାର ଏକ ହତ୍ୟା ମାମଲାର ଚୂଡାନ୍ତ ରାୟ ଆଜି ପ୍ରକାଶ ପାଇଛି ।…

ଇସଲାମାବାଦରେ ଇରାନ-ଆମେରିକା ଆଲୋଚନା ଉପରେ ଆତଙ୍କବାଦୀ ଆକ୍ରମଣ ପାଇଁ ଷଡଯନ୍ତ୍ର!

ଇସଲାମାବାଦ,୯।୪: ଶୁକ୍ରବାର (୧୦ ଏପ୍ରିଲ, ୨୦୨୬) ପାକିସ୍ତାନରେ ଆମେରିକା ଏବଂ ଇରାନ ମଧ୍ୟରେ ଆଲୋଚନା ଆରମ୍ଭ ହେବାକୁ ଥିବା ଆଲୋଚନା ପୂର୍ବରୁ, ଆମେରିକୀୟ ଗୁପ୍ତ ସେବାର ୨୩…

ଖବରଦାତାଙ୍କ ପତ୍ନୀଙ୍କ ଅକାଳ ବିୟୋଗ: ଶୋକସନ୍ତପ୍ତ ପରିବାରକୁ ଭେଟି ସମବେଦନା ଜଣାଇଲେ ଛତ୍ରପୁର ବିଧାୟକ

ଗଞ୍ଜାମ,୯।୪(ବିଦ୍ୟାଧର ସାହୁ), ୯/୪: ଗଞ୍ଜାମ ବ୍ଲକ ଅଞ୍ଚଳର ବରିଷ୍ଠ ଖବରଦାତା ରାମଚନ୍ଦ୍ର ବେହେରାଙ୍କ ଧର୍ମପତ୍ନୀ ସୁନିତା ବେହେରାଙ୍କର (୪୫) ଅକାଳ ବିୟୋଗ ଘଟିଛି। ଏହି ଖବର ପ୍ରସାରିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri