Posted inଜାତୀୟ

NEET ପେପର ଲିକ୍ ମାମଲା; ଏନଟିଏ ମହାନିର୍ଦ୍ଦେଶକ ସୁବୋଧ କୁମାର ନିଲମ୍ବିତ

ନୂଆଦିଲ୍ଲୀ,୨୨।୬: NEET ପ୍ରଶ୍ନପତ୍ର ଲିକ୍ ମାମଲାରେ ବଡ଼ କାର୍ଯ୍ୟାନୁଷ୍ଠାନ ନେଇଛନ୍ତି କେନ୍ଦ୍ର ସରକାର। ଜାତୀୟ ପରୀକ୍ଷା ଆୟୋଜନ ସଂସ୍ଥା (ଏନଟିଏ) ମହାନିର୍ଦ୍ଦେଶକ ସୁବୋଧ କୁମାରଙ୍କୁ ନିଲମ୍ବିତ କରାଯାଇଛି। ପ୍ରଦିପ ସିଂ ଖରୋଲାଙ୍କୁ ଏନଟିଏ’ର ନୂତନ ମହାନିର୍ଦ୍ଦେଶକ ନିଯୁକ୍ତ କରିଛି କେନ୍ଦ୍ର ଶିକ୍ଷା ମନ୍ତ୍ରଣାଳୟ।

ଅବସରପ୍ରାପ୍ତ ଆଇଏଏସ ଅଧିକାରୀ ପ୍ରଦୀପ ବର୍ତମାନ ଭାରତ ବାଣିଜ୍ୟ ପ୍ରୋତ୍ସାହନ ସଂଗଠନର ଅଧ୍ୟକ୍ଷ ଏବଂ ପରିଚାଳନା ନିର୍ଦ୍ଦେଶକ ଅଛନ୍ତି। ଜଣେ ନିୟମିତ ପଦାଧିକାରୀ କିମ୍ବା ପରବର୍ତ୍ତୀ ନିର୍ଦ୍ଧେଶ ପର୍ଯ୍ୟନ୍ତ ସେ ଏହି ପଦବୀରେ ରହିବେ।

ଏହାପୂର୍ବରୁ ଶନିବାର ଜାତୀୟ ପରୀକ୍ଷା ଆୟୋଜନ ସଂସ୍ଥା (ଏନଟିଏ) ଜରିଆରେ ପାରଦର୍ଶୀ, ସୁଗମ ଓ ସ୍ୱଚ୍ଛ ଭାବେ ପରୀକ୍ଷା ଆୟୋଜନ ସୁନିଶ୍ଚିତ କରିବା ଲାଗି ଶିକ୍ଷା ମନ୍ତ୍ରଣାଳୟ ଅଧୀନ ଉଚ୍ଚ ଶିକ୍ଷା ବିଭାଗ ପକ୍ଷରୁ ବିଶେଷଜ୍ଞମାନଙ୍କୁ ନେଇ ଏକ ଉଚ୍ଚସ୍ତରୀୟ କମିଟି ଗଠନ କରିଛନ୍ତି।

ଏହି କମିଟି ଏନ୍‌‌.ଟି.ଏ.ର ମାନକ ପରିଚାଳନା ପଦ୍ଧତିର ସମ୍ପୂର୍ଣ୍ଣ ସମୀକ୍ଷା କରିବ। ଏହା ସହ ଅନୁଧ୍ୟାନ ବ୍ୟବସ୍ଥା ଗୁଡ଼ିକୁ ସୁଦୃଢ଼ କରିବା ପାଇଁ ଆବଶ୍ୟକ ପଦକ୍ଷେପ ନେବା ଉପରେ ପରାମର୍ଶ ଦେବ। ବିଭିନ୍ନ ପରୀକ୍ଷା ପାଇଁ ପେପର ସେଟିଂ ଏବଂ ଅନ୍ୟାନ୍ୟ ପରୀକ୍ଷା ସମ୍ବନ୍ଧୀୟ ବର୍ତ୍ତମାନର ସୁରକ୍ଷା ପ୍ରୋଟୋକଲ ଯାଞ୍ଚ କରିବା ସହ ବ୍ୟବସ୍ଥାକୁ ଅଧିକ ସୁରକ୍ଷିତ କରିବା ପାଇଁ କମିଟି ସୁପାରିସ କରିବ ବୋଲି ଜଣାପଡ଼ିଛି।

ଆସନ୍ତା ଦୁଇ ମାସ ଭିତରେ କମିଟି ଶିକ୍ଷା ମନ୍ତ୍ରଣାଳୟକୁ ଏହାର ରିପୋର୍ଟ ପ୍ରଦାନ କରିବ। ଏହି କମିଟିରେ ଇସ୍ରୋର ପୂର୍ବତନ ଅଧ୍ୟକ୍ଷ ଡକ୍ଟର କେ. ରାଧାକ୍ରିଷ୍ଣନ୍ ଅଧ୍ୟକ୍ଷ ରହିବେ। ସେହିଭଳି ଏମ୍ସର ପୂର୍ବତନ ନିର୍ଦ୍ଦେଶକ ଡକ୍ଟର ରଣଦୀପ ଗୁଲେରିଆଙ୍କ ସମେତ ଅନ୍ୟ ବିଶିଷ୍ଟ ଶିକ୍ଷାବିତ୍‌‌ମାନଙ୍କୁ ଏଥିରେ ସାମିଲ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିମାନରେ ଗୀତା ପଢିଲେ ରୁଷିଆ ରାଷ୍ଟ୍ରପତି, ବନ୍ଧୁଙ୍କୁ ପ୍ରଧାନମନ୍ତ୍ରୀ ମୋଦି ଦେଇଥିଲେ ବିଶେଷ ଉପହାର

ମସ୍କେ/ନୂଆଦିଲ୍ଲୀ,୯।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ସମ୍ପ୍ରତି ତାଙ୍କର ଦୁଇ ଦିନିଆ ଭାରତ ଗସ୍ତ ଶେଷ କରିଛନ୍ତି। ତାଙ୍କ ଗସ୍ତ ସମୟରେ ଦୁଇ ଦେଶ ମଧ୍ୟରେ...

ନେହେରୁ ନୁହେଁ, ଭବିଷ୍ୟତକୁ ଦେଖ

‘ବନ୍ଦେ ମାତରମ୍‌’ ଭାରତର ଜାତୀୟ ଗୀତ ଭାବେ ଜଣାଶୁଣା। ବଙ୍କିମ ଚନ୍ଦ୍ର ଚାଟାର୍ଜୀଙ୍କ ଦ୍ୱାରା ଏହା ରଚିତ ହୋଇଥିଲା। ୧୮୭୫ ନଭେମ୍ବର ୭ରେ ପ୍ରଥମେ ‘ବଙ୍ଗଦର୍ଶନ’...

କାର୍ଯ୍ୟରୁ ମୁକ୍ତି ପାଇଁ ମୃତଦେହକୁ ଫିଙ୍ଗିଦେଲା ୟୁପି ପୋଲିସ

ମୀରଟ,୯ା୧୨: ଉତ୍ତରପ୍ରଦେଶ ପୋଲିସ କାର୍ଯ୍ୟରୁ ବର୍ତ୍ତିବା ପାଇଁ ଏକ ମୃତଦେହକୁ ଅନ୍ୟ ଫାଣ୍ଡି ଅଞ୍ଚଳରେ ଫିଙ୍ଗିଦେବା ଘଟଣା ଜଣାପଡ଼ିବା ପରେ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ପ୍ରକାଶ...

ବଳାତ୍କାର ମାମଲାରେ ଅଭିନେତା ଦିଲୀପ ଦୋଷମୁକ୍ତ

କୋଚି,୯ା୧୨: ୨୦୧୭ରେ ମାଲୟାଲମ ଚଳଚ୍ଚିତ୍ରର ଜଣେ ଅଭିନେତ୍ରୀଙ୍କୁ ଅପହରଣ ଓ ବଳାତ୍କାର ମାମଲାରେ ଅଭିନେତା ଦିଲୀପଙ୍କୁ ଏର୍ନାକୁଲମ୍‌ ଡିଷ୍ଟ୍ରିକ୍ଟ ଓ ପ୍ରିନ୍ସିପାଲ ସେସନ୍ସ କୋର୍ଟ ଦୋଷମୁକ୍ତ କରିଛନ୍ତି।...

କୋଣାର୍କ ମନ୍ଦିର ଗର୍ଭଗୃହକୁ ବାଟ ଫିଟିଲା: ମନ୍ଦିର କାନ୍ଥରେ ଖୋଳା ହେଲା ଟନେଲ୍‌

ପୁରୀ,୮।୧୨: ବିଶ୍ୱପ୍ରସିଦ୍ଧ କୋଣାର୍କ ସୂର୍ଯ୍ୟମନ୍ଦିରର ଗର୍ଭଗୃହରେ ଥିବା ବାଲି କାଢ଼ିବା ପୂର୍ବରୁ ଆଜି ମନ୍ଦିର କାନ୍ଥର ସ୍ଥିତି ଅନୁଧ୍ୟାନ କରିବା ପାଇଁ ୯ ମିଟର (ପ୍ରାୟ...

ଆମ୍ବୁଲାନ୍ସ ମିଳିଲାନି, ମା’ଙ୍କ ମୃତଦେହକୁ ଷ୍ଟ୍ରେଚରରେ ଟାଣି ଘରକୁ ନେଲେ ପୁଅ

ପାଟନା,୮।୧୨: ବିହାରର ନାୱାଦା ଜିଲାରେ ମାନବିକତାକୁ ଲଜ୍ଜା ଦେବା ଭଳି ଏକ ଘଟଣା ସାମ୍ନାକୁ ଆସିଛି। ଆମ୍ବୁଲାନ୍ସ ନ ମିଳିବାରୁ ଜଣେ ପୁଅ ରାତି ଅଧରେ...

‘ସବୁ ଓଡ଼ିଆଙ୍କୁ କଷ୍ଟ ଦେଉଛି’: ବିକାଶମୂଳକ ଖର୍ଚ୍ଚ ଅବହେଳା ପାଇଁ ସରକାରଙ୍କୁ ନବୀନଙ୍କ କଡ଼ା ସମାଲୋଚନା

ଭୁବନେଶ୍ୱର,୮।୧୨: ବିରୋଧୀ ଦଳ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ମୋହନ ମାଝୀ ସରକାରଙ୍କୁ ଓଡ଼ିଶାର ଲୋକଙ୍କ କଲ୍ୟାଣ ଏବଂ ବିକାଶ ପାଇଁ...

ନବୀନଙ୍କ ଟାର୍ଗେଟ୍‌ ପରେ ମୁଖ୍ୟମନ୍ତ୍ରୀଙ୍କ ପାଲଟା ଜବାବ: ‘ଗୃହରେ ୨ ମିନିଟ୍‌ ବସିବାକୁ ଧୈର୍ଯ୍ୟ ନାହିଁ’

ଭୁବନେଶ୍ୱର,୮।୧୨: ରାଜଗାଙ୍ଗପୁର ଲଞ୍ଜିବେଣ୍ଡା ଠାରେ ଜଣେ କଲେଜ ଛାତ୍ରୀଙ୍କୁ ଜାଳି ଦିଆଯିବା ଘଟଣାକୁ ନେଇ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀଦଳ ନେତା ନବୀନ ପଟ୍ଟନାୟକ ରାଜ୍ୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri