Posted inଜାତୀୟ

NEET ପେପର ଲିକ୍ ମାମଲା; ଏନଟିଏ ମହାନିର୍ଦ୍ଦେଶକ ସୁବୋଧ କୁମାର ନିଲମ୍ବିତ

ନୂଆଦିଲ୍ଲୀ,୨୨।୬: NEET ପ୍ରଶ୍ନପତ୍ର ଲିକ୍ ମାମଲାରେ ବଡ଼ କାର୍ଯ୍ୟାନୁଷ୍ଠାନ ନେଇଛନ୍ତି କେନ୍ଦ୍ର ସରକାର। ଜାତୀୟ ପରୀକ୍ଷା ଆୟୋଜନ ସଂସ୍ଥା (ଏନଟିଏ) ମହାନିର୍ଦ୍ଦେଶକ ସୁବୋଧ କୁମାରଙ୍କୁ ନିଲମ୍ବିତ କରାଯାଇଛି। ପ୍ରଦିପ ସିଂ ଖରୋଲାଙ୍କୁ ଏନଟିଏ’ର ନୂତନ ମହାନିର୍ଦ୍ଦେଶକ ନିଯୁକ୍ତ କରିଛି କେନ୍ଦ୍ର ଶିକ୍ଷା ମନ୍ତ୍ରଣାଳୟ।

ଅବସରପ୍ରାପ୍ତ ଆଇଏଏସ ଅଧିକାରୀ ପ୍ରଦୀପ ବର୍ତମାନ ଭାରତ ବାଣିଜ୍ୟ ପ୍ରୋତ୍ସାହନ ସଂଗଠନର ଅଧ୍ୟକ୍ଷ ଏବଂ ପରିଚାଳନା ନିର୍ଦ୍ଦେଶକ ଅଛନ୍ତି। ଜଣେ ନିୟମିତ ପଦାଧିକାରୀ କିମ୍ବା ପରବର୍ତ୍ତୀ ନିର୍ଦ୍ଧେଶ ପର୍ଯ୍ୟନ୍ତ ସେ ଏହି ପଦବୀରେ ରହିବେ।

ଏହାପୂର୍ବରୁ ଶନିବାର ଜାତୀୟ ପରୀକ୍ଷା ଆୟୋଜନ ସଂସ୍ଥା (ଏନଟିଏ) ଜରିଆରେ ପାରଦର୍ଶୀ, ସୁଗମ ଓ ସ୍ୱଚ୍ଛ ଭାବେ ପରୀକ୍ଷା ଆୟୋଜନ ସୁନିଶ୍ଚିତ କରିବା ଲାଗି ଶିକ୍ଷା ମନ୍ତ୍ରଣାଳୟ ଅଧୀନ ଉଚ୍ଚ ଶିକ୍ଷା ବିଭାଗ ପକ୍ଷରୁ ବିଶେଷଜ୍ଞମାନଙ୍କୁ ନେଇ ଏକ ଉଚ୍ଚସ୍ତରୀୟ କମିଟି ଗଠନ କରିଛନ୍ତି।

ଏହି କମିଟି ଏନ୍‌‌.ଟି.ଏ.ର ମାନକ ପରିଚାଳନା ପଦ୍ଧତିର ସମ୍ପୂର୍ଣ୍ଣ ସମୀକ୍ଷା କରିବ। ଏହା ସହ ଅନୁଧ୍ୟାନ ବ୍ୟବସ୍ଥା ଗୁଡ଼ିକୁ ସୁଦୃଢ଼ କରିବା ପାଇଁ ଆବଶ୍ୟକ ପଦକ୍ଷେପ ନେବା ଉପରେ ପରାମର୍ଶ ଦେବ। ବିଭିନ୍ନ ପରୀକ୍ଷା ପାଇଁ ପେପର ସେଟିଂ ଏବଂ ଅନ୍ୟାନ୍ୟ ପରୀକ୍ଷା ସମ୍ବନ୍ଧୀୟ ବର୍ତ୍ତମାନର ସୁରକ୍ଷା ପ୍ରୋଟୋକଲ ଯାଞ୍ଚ କରିବା ସହ ବ୍ୟବସ୍ଥାକୁ ଅଧିକ ସୁରକ୍ଷିତ କରିବା ପାଇଁ କମିଟି ସୁପାରିସ କରିବ ବୋଲି ଜଣାପଡ଼ିଛି।

ଆସନ୍ତା ଦୁଇ ମାସ ଭିତରେ କମିଟି ଶିକ୍ଷା ମନ୍ତ୍ରଣାଳୟକୁ ଏହାର ରିପୋର୍ଟ ପ୍ରଦାନ କରିବ। ଏହି କମିଟିରେ ଇସ୍ରୋର ପୂର୍ବତନ ଅଧ୍ୟକ୍ଷ ଡକ୍ଟର କେ. ରାଧାକ୍ରିଷ୍ଣନ୍ ଅଧ୍ୟକ୍ଷ ରହିବେ। ସେହିଭଳି ଏମ୍ସର ପୂର୍ବତନ ନିର୍ଦ୍ଦେଶକ ଡକ୍ଟର ରଣଦୀପ ଗୁଲେରିଆଙ୍କ ସମେତ ଅନ୍ୟ ବିଶିଷ୍ଟ ଶିକ୍ଷାବିତ୍‌‌ମାନଙ୍କୁ ଏଥିରେ ସାମିଲ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମଧ୍ୟପ୍ରାଚ୍ୟ ଯୁଦ୍ଧ: ମୋଦିଙ୍କ ଅଧ୍ୟକ୍ଷତାରେ ୩ଘଣ୍ଟା ଧରି ବସିଲା ଉଚ୍ଚସ୍ତରୀୟ ବୈଠକ, ତେଲ-ଗ୍ୟାସ ନେଇ ଦେଲେ ବଡ଼ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ମଧ୍ୟରେ ରବିବାର ସନ୍ଧ୍ୟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକ ବସିଥିଲା । ପ୍ରଧାନମନ୍ତ୍ରୀଙ୍କ ବାସଭବନରେ ଅନୁଷ୍ଠିତ ଏହି ଉଚ୍ଚସ୍ତରୀୟ…

ଯୁଦ୍ଧ ଆରମ୍ଭ! ୪୮ ଘଣ୍ଟା ମଧ୍ୟରେ ୪ଟି ବଡ଼ ଆକ୍ରମଣ, ନେତାନ୍ୟାହୁ କହିଲେ ଇରାନ ବିରୋଧରେ ବିଶ୍ୱ…

ନୂଆଦିଲ୍ଲୀ,୨୨।୩: ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍ ନେତାନ୍ୟାହୁ ରବିବାର ଦିନ ଡିମୋନା ଏବଂ ଆରାଦ ସହରରେ ମିଶାଇଲ୍ ଆଟାକ୍ ହୋଇଥିବା ସ୍ଥାନ ପରିଦର୍ଶନ କରିଥିଲେ। ସେ କହିଥିଲେ ଯେ…

ପାକିସ୍ତାନ ପରେ ଏହି ଦେଶରେ ତେଲ ସଙ୍କଟ, ପେଟ୍ରୋଲ-ଡିଜେଲ ମୂଲ୍ୟ ୨୫% ବଢ଼ାଇଲେ ସରକାର

ନୂଆଦିଲ୍ଲୀ,୨୨।୩: ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଯୁଦ୍ଧ ଯୋଗୁଁ ବିଶ୍ୱବ୍ୟାପୀ ଶକ୍ତି ଯୋଗାଣ ବିପର୍ଯ୍ୟସ୍ତ ହୋଇପଡ଼ିଛି । ଅଶୋଧିତ ତୈଳ ମୂଲ୍ୟ ବୃଦ୍ଧି ପାଉଥିବାବେଳେ, ଗ୍ୟାସ୍…

ଟ୍ରମ୍ପଙ୍କ ଧମକ ପରେ ଇରାନର ବଡ଼ ଘୋଷଣା, ଶତ୍ରୁ ରାଷ୍ଟ୍ରର ଜାହାଜ ବ୍ୟତୀତ ସମସ୍ତ ଜାହାଜକୁ…

ନୂଆଦିଲ୍ଲୀ,୨୨।୩: ଟ୍ରମ୍ପଙ୍କ ଧମକ ପରେ ଇରାନ ପାଲଟା ଜବାବ ଦେଇଛି । ଇରାନ ହର୍ମୁଜ୍ ଷ୍ଟ୍ରେଟ ସମ୍ପର୍କରେ ନିଜର ମତରେ ସାମାନ୍ୟ ନରମତା ଦେଖାଇଛି । ଏହା…

VIDEO:ଷ୍ଟ୍ରେଟ ଅଫ୍ ହର୍ମୁଜରେ ଇରାନର ବଡ଼ ଆକ୍ରମଣ, F-୧୫ ଫାଇଟର ଜେଟକୁ ଖସାଇ ଦେଇଥିବା ଦାବି

ନୂଆଦିଲ୍ଲୀ,୨୨।୩: ଇରାନ ପୁଣିଥରେ ଇସ୍ରାଏଲ ଏବଂ ଆମେରିକାକୁ ଏକ ବଡ଼ ଝଟକା ଦେଇଛି । ଏକ ଇରାନୀ କ୍ଷେପଣାସ୍ତ୍ର ହର୍ମୁଜ୍ ଷ୍ଟ୍ରେଟରେ ଶତ୍ରୁପକ୍ଷର ଏକ F-୧୫ ଲଢ଼ୁଆ…

ବିଶ୍ୱ ଜଳ ଦିବସ ସମାରୋହ ୨୦୨୬ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ, ବଡ଼ ଘୋଷଣା କରି…..

ଭୁବନେଶ୍ବର,୨୨।୩: ରାଜ୍ୟ ସ୍ତରୀୟ ବିଶ୍ୱ ଜଳ ଦିବସ ସମାରୋହ ୨୦୨୬ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଲୋକସେବା ଭବନ କନଭେନଶନ ସେଣ୍ଟର ଠାରେ…

ଛାତିଥରା କାହାଣୀ, ପ୍ରେମିକ ସହ ମିଶି ଶାଶୁଙ୍କୁ ହତ୍ୟା କଲେ ୪୪ ବର୍ଷୀୟ ବୋହୂ

ଲକ୍ଷ୍ନୌ,୨୨।୩: ଉତ୍ତର ପ୍ରଦେଶର ରାଜଧାନୀ ଲକ୍ଷ୍ନୌରେ, ଜଣେ ୬୫ବର୍ଷୀୟା ମହିଳାଙ୍କୁ ତାଙ୍କ ନିଜ ଘର ଭିତରେ ଗଳାକାଟି ହତ୍ୟା କରାଯାଇଥିବା ନେଇ ଅଭିଯୋଗ ହୋଇଛି । ଲକ୍ଷ୍ନୌ…

ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ ଆକ୍ସନରେ ମୋଦି!

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ବିଶ୍ୱବ୍ୟାପୀ ଚିନ୍ତାକୁ ବୃଦ୍ଧି କରିଛି। ଗତ ୨୩ ଦିନ ଧରି ଇରାନ, ଆମେରିକା ଏବଂ ଇସ୍ରାଏଲ ମଧ୍ୟରେ ଶତ୍ରୁତା ଲାଗି ରହିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri