ପ୍ରଦୀପଙ୍କ ଜାମିନ ଖାରଜ

ବ୍ରହ୍ମପୁର ଅଫିସ,୨ା୩: ଟାଟା ମୋଟର୍ସରେ ଚାକିରି ଦେବା ନଁାରେ ଟଙ୍କା ଠକେଇ ଘଟଣାରେ ଗିରଫ ହୋଇ ଝାରପଡ଼ା ଜେଲରେ ଥିବା ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ଜାମିନ ସୋମବାର ଖାରଜ ହୋଇଛି। ଗୋଳନ୍ଥରା ଥାନାରେ ରୁଜୁ ହୋଇଥିବା ୩ ଠକେଇ ମାମଲା (ଜିଆର୍‌-୨୨୨୫/୨୦, ଜିଆର-୨୨୬୮/୨୦ ଓ ଜିଆର-୬୨/୨୧)ରେ ଜାମିନ ପାଇଁ ତାଙ୍କ ଓକିଲ ହାଇକୋର୍ଟଙ୍କ ଦ୍ୱାରା ଜାରି ହୋଇଥିବା କାଗଜପତ୍ର ଜିଲା ଜଜ୍‌ କୋର୍ଟରେ ଦାଖଲ କରିଥିଲେ। ହେଲେ ସେଥିରେ ଗୋଳନ୍ଥରା ଥାନା କେସ୍‌ ନମ୍ବର କି ଜିଆର୍‌ ନମ୍ବର ନ ଥିବାରୁ ଜିଲା ଜଜ ରାମଶଙ୍କର ହୋତା ଉକ୍ତ ଜାମିନ ଆବେଦନଙ୍କୁ ଖାରଜ୍‌ କରି ଦେଇଛନ୍ତି। ଏହା ସହିତ ତଳ କୋର୍ଟରେ ଧାର୍ଯ୍ୟ ନିୟମ ଅନୁସାରେ ଜାମିନ୍‌ ଲାଗି ଆବେଦନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଘଟଣାରୁ ପ୍ରକାଶ, ଟାଟା ମୋଟର୍ସରେ ଚାକିରି ନଁାରେ ପ୍ରଦୀପଙ୍କ ବିରୋଧରେ କଟକ କ୍ରାଇମ୍‌ ବ୍ରାଞ୍ଚ ଥାନାରେ ଅଭିଯୋଗ ହୋଇଥିଲା। ଟଙ୍କା ଠକେଇରେ କ୍ରାଇମବ୍ରାଞ୍ଚ ତାଙ୍କୁ ଗିରଫ କରିଥିଲା। ଗତ ବର୍ଷ ଡିସେମ୍ବରରେ ଏଭଳି ଚାକିରି ପାଇଁ ଟଙ୍କା ଠକେଇ ନେଇ ଗୋଳନ୍ଥରା ଥାନାରେ ତାଙ୍କ ନାମରେ ଦୁଇଟି ମାମଲା ରୁଜୁ ହୋଇଥିବା ବେଳେ ସେହିପରି ଜାନୁୟାରୀପରେ ମଧ୍ୟ ଆଉ ଏକ ମାମଲା ରୁଜୁ ହୋଇଥିଲା। ଏହି ୩ ମାମଲାରେ ମୋଟ ୧୪ଲକ୍ଷ ଠକେଇ କରାଯାଇଥିବା ନେଇ ଅଭିଯୋଗକାରୀ ପ୍ରଦୀପଙ୍କ ବିରୋଧରେ ଏତଲା ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ସାଢ଼େ ୪ କୋଟି ମୋର ପରିବାର: ନବୀନ

ହିଞ୍ଜିଳିକାଟୁ,୨୪।୪: ଆଜିଠୁ ପ୍ରଚାର ମୈଦାନକୁ ଓହ୍ଲାଇଛନ୍ତି ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ଏହି ସମୟରେ ନିଜ ନିର୍ବାଚନ ମଣ୍ଡଳୀର ହିଞ୍ଜିଳିକାଟୁରେ ଜନସାଧାରଣଙ୍କୁ...

ହିଞ୍ଜିଳିକାଟୁରୁ ପ୍ରଚାର ଆରମ୍ଭ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ହିଞ୍ଜିଳିକାଟୁ,୨୪।୪(ଦ୍ୱିତୀକୃଷ୍ଣ ପଣ୍ଡା): ବିଜେଡିର ଷ୍ଟାର ପ୍ରଚାରକ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଜର ପାରମ୍ପରିକ ଆସନରୁ ହିଞ୍ଜିଳିରୁ ପ୍ରଚାର ଆରମ୍ଭ କରିଛନ୍ତି। ତାଙ୍କ ସହ ଫାଇଭ-ଟି...

କାର୍‌ରୁ ୩୦ ଲକ୍ଷ ଟଙ୍କା ଜବତ କଲା ପୋଲିସ

ମାଲକାନଗିରି,୨୪।୪(ଦୁର୍ଯ୍ୟୋଧନ ପାତ୍ର): ନିର୍ବାଚନ ନେଇ ସୀମାରେ ହାଇଆଲର୍ଟ ଜାରି କରାଯିବା ସହ ଯାଞ୍ଚକୁ କଡାକଡି କରାଯାଉଛି। ଛତିଶଗଡ଼ ପଟୁ ଆସୁଥିବା ଏକ କାରକୁ ପୋଲିସ ଯାଞ୍ଚ...

ପ୍ରଶାନ୍ତଙ୍କ ପାଇଁ ଚିରଞ୍ଜୀବଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ

ଜଗତ୍‌ସିଂହପୁର, ୨୪ା୪(ପ୍ରମୋଦ କୁମାର ନାୟକ):କିଛି ଦିନ ହେଲା ଜଗତ୍‌ସିଂହପୁର ବିଧାନସଭା ନିର୍ବାଚନମଣ୍ଡଳୀ ରାଜନୀତି ଭିନ୍ନମୋଡ ନେଇଛି। ଏଥିମଧ୍ୟରେ ପାଖାପାଖି ୨୦ ଦିନ ହେବ ପ୍ରଶାନ୍ତ କୁମାର...

୧୫ ଦିନରେ ଦଳବଦଳ: ଭାଜପାରେ ମିଶିଥିବା କର୍ମୀ ବିଜେଡିକୁ ଫେରିଲେ

ବିଞ୍ଝାରପୁର,୨୪ା୪(ରାମକୃଷ୍ଣ ଦାସ):ସାଧାରଣ ନିର୍ବାଚନକୁ ଦୃଷ୍ଟିରେ ରଖି ବିଞ୍ଝାରପୁରରେ ଏଥର ୩ ପ୍ରମୁଖ ରାଜନୈତିକ ଦଳ ନିଜର ରଣନୀତି ସୁଦୃଢ଼ କରୁଛନ୍ତି। ବିଞ୍ଝାରପୁର ନିର୍ବାଚନମଣ୍ଡଳୀ ଭାଜପା ପ୍ରାର୍ଥୀ...

ବର୍ଷାଙ୍କୁ ଜିତାଇବାକୁ ପ୍ରଣବଙ୍କ ନିବେଦନ

ଚଣ୍ଡିଖୋଲ/ବଡ଼ଚଣା,୨୪ା୪(ପ୍ରଦୀପ୍ତ କୁମାର ପୃଷ୍ଟି/ଦିଲୀପ କୁମାର ମହାନ୍ତି):ଯାଜପୁର ଜିଲା ବଡ଼ଚଣା ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ବିଜେଡି ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କୁ ପ୍ରାର୍ଥୀ କରିଛି। ରାଜନୀତି କ୍ଷେତ୍ରରେ ସମ୍ପୂର୍ଣ୍ଣ...

୨୯ ଓଭର ହେଡ୍‌ ଟାଙ୍କି, ଲୋକଙ୍କୁ ପାଣି ମୁନ୍ଦେ ମିଳୁନି

ମାର୍ଶାଘାଇ,୨୪ା୪ (ଶୁଭେନ୍ଦୁ ପ୍ରସାଦ ଚୌଧୁରୀ):କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ବ୍ଲକ ଅଞ୍ଚଳରେ ପାନୀୟ ଜଳ ସମସ୍ୟାକୁ ନେଇ ଲୋକେ ତ୍ରାହି ତ୍ରାହି ଡାକିଲେଣି। ପ୍ରଚଣ୍ଡ ରୌଦ୍ରତାପ ସାଙ୍ଗକୁ...

ଋ଼ଣ ଖିଲାପ ପରେ ଘର ଅଧିଗ୍ରହଣ କଲା ବ୍ୟାଙ୍କ

ପାରାଦୀପ,୨୪।୪(ଶରତ ରାଉତ):ପାରାଦୀପ ଲକ୍‌ ଥାନା ଅନ୍ତର୍ଗତ ଗଡ଼ଠାରେ ମଙ୍ଗଳବାର ଏକ କୋଠାଘରକୁ ବ୍ୟାଙ୍କ କର୍ତ୍ତୃପକ୍ଷ ନିଜ ହେପାଜତକୁ ନେଇଛନ୍ତି। ଉକ୍ତ ଘର ପାଇଁ ନିଆଯାଇଥିବା ଋ଼ଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri