ପ୍ରଦୀପଙ୍କ ଦୁର୍ନୀତି ମାମଲା: ନିର୍ଦ୍ଦେଶ ଦେଲେ ଲୋକାୟୁକ୍ତ, ତଦନ୍ତ କରିବ ଭିଜିଲାନ୍ସ

ଭୁବନେଶ୍ୱର,୧୨।୧୨(ବ୍ୟୁରୋ): ଠକେଇ, ଜାଲିଆତି, ଆପରାଧିକ ଷଡ଼ଯନ୍ତ୍ର ଏବଂ ସାଇବର ଅପରାଧ ଅଭିଯୋଗରେ ଗିରଫ ହୋଇ ବିଚାର ବିଭାଗୀୟ ହାଜତରେ ଅଛନ୍ତି ବିଜେଡିରୁ ବହିଷ୍କୃତ ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ। ତାଙ୍କର ସମସ୍ତ ଦୁର୍ନୀତି ମାମଲାର ତଦନ୍ତ କରିବ ଭିଜିଲାନ୍ସ। ଏ ସଂକ୍ରାନ୍ତରେ ଫେବୃୟାରୀ ୧୨ ସୁଦ୍ଧା ରିପୋର୍ଟ ଦାଖଲ କରିବାକୁ ଶୁକ୍ରବାର ଭିଜିଲାନ୍ସ ନିର୍ଦ୍ଦେଶକଙ୍କୁ ଲୋକାୟୁକ୍ତ ନିର୍ଦ୍ଦେଶ ଦେଇଛନ୍ତି।
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସୁପାରିସକ୍ରମେ ଗତ ୭ ତାରିଖରୁ ପ୍ରଦୀପଙ୍କ ମାମଲାର ତଦନ୍ତ କରୁଛନ୍ତି ଲୋକାୟୁକ୍ତ। ଟାଟାରେ ଚାକିରି ଦେବା ନାଁରେ ପ୍ରଦୀପଙ୍କ ଭାବୀ ଜ୍ୱାଇଁ ତଥା ନିଲମ୍ବିତ ଆଇଏଫ୍‌ଏସ୍‌ ଅଫିସର ଅଭୟକାନ୍ତଙ୍କ ପୁଅ ଆକାଶ ପାଠକ ଶିକ୍ଷିତ ଯୁବତୀଯୁବକଙ୍କୁ ଠକେଇ କରିଥିବା ନେଇ ଟାଟା ପକ୍ଷରୁ କ୍ରାଇମବ୍ରାଞ୍ଚର ସାବଇବର ସେଲ୍‌ରେ ଅଭିଯୋଗ ପରେ ନଂ. ୨୬/୨୦ରେ ମାମଲା ରୁଜୁ ହୋଇଥିଲା। ତଦନ୍ତବେଳେ ବହୁ କୋଟି ଠକେଇ ହୋଇଥିବା ଜଣାପଡିଥିଲା। ଏହି ଘଟଣାରେ ଆକାଶଙ୍କ ଭାବୀ ଶଶୁର ପ୍ରଦୀପଙ୍କ ସମ୍ପୃକ୍ତି ରହିଥିବା କ୍ରାଇମବ୍ରାଞ୍ଚ ହାତରେ ପ୍ରମାଣ ଲାଗିବା ସହ ବିଭିନ୍ନ ଅଞ୍ଚଳରୁ ଠକେଇ ସମ୍ପର୍କିତ ଅଭିଯୋଗ ବଢ଼ିଥିଲା। ଏହାପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରଥମେ ପ୍ରଦୀପଙ୍କୁ ଦଳରୁ ବହିଷ୍କାର କରିଥିଲେ। ପରେ କ୍ରାଇମବ୍ରାଞ୍ଚ ପ୍ରଦୀପଙ୍କୁ ତାଙ୍କ ସରକାରୀ ବାସଭବନରୁ ଗତ ୩ ତାରିଖ ସାରେ ଉଠାଇନେଇ ପଚରାଉଚରା କରିଥିଲା। ପ୍ରଦୀପ ଏକ ନିର୍ଦ୍ଦିଷ୍ଟ ଆକାଉଣ୍ଟରୁ ଆକାଶଙ୍କ ବ୍ୟାଙ୍କ ଆକାଉଣ୍ଟକୁ କୋଟିଏରୁ ଊର୍ଦ୍ଧ୍ୱ ଟଙ୍କା ଟ୍ରାନ୍ସଫର କରିଥିବା ଜଣାପଡିଥିଲା। ଏ ନେଇ ପ୍ରଦୀପ ସନ୍ତୋଷଜନକ ଉତ୍ତର ଦେଇ ନ ପାରିବାରୁ ତାଙ୍କୁ ଗିରଫ କରାଯାଇଥିଲା। ତାଙ୍କ ବିରୋଧରେ ଦଫା ୪୧୯, ୪୨୦, ୪୬୭, ୪୬୮, ୪୬୯, ୪୭୧, ୧୨୦ ବି, ଆଇଟି ଆକ୍ଟ ୨୦୦୦ର ଦଫା ୬୬ସି ଓ ଡି ରେ ମାମଲା ରୁଜୁ କରିଥିଲା କ୍ରାଇମବ୍ରାଞ୍ଚ। ସେ ବର୍ତ୍ତମାନ ଝରପଡ଼ା ସ୍ବତନ୍ତ୍ର ଜେଲରେ ବିଚାର ବିଭାଗ ହାଜତରେ ରହିଛନ୍ତି। ଅନ୍ୟପକ୍ଷରେ ଦୁର୍ନୀତିର ପେଡ଼ି ଖୋଲିବା ପାଇଁ କ୍ରାଇମବ୍ରାଞ୍ଚ ପ୍ରବର୍ତ୍ତନ ନିର୍ଦ୍ଦେଶାଳାୟ(ଇଡି)କୁ ଚିଠି ଲେଖିଥିଲା। ଇଡି ଘଟଣାର ତଦନ୍ତ ପାଇଁ ସବୁ କାଗଜପତ୍ର ମଗାଇବା ସହ ପ୍ରଦୀପ ନାମରେ ଅଭଯୋଗ ଆଣିବା ସହ ଟଙ୍କା ଟ୍ରାନ୍ସଫର କରିଥିବା ଲୋକଙ୍କୁ ପଚରାଉଚରା କରୁଛି। ଏବେ ଇଡି ପ୍ରଦୀପଙ୍କ ଦୁର୍ନୀତି ପେଡ଼ି ଖୋଲୁଥିବାବଳେ ଆକାଶ ପାଠକ ତାଙ୍କର କର୍ମଚାରୀ ନ ଥିବା ଟାଟା ମୋର୍ଟ ସ୍ପଷ୍ଟୀକରଣ ଦେଇଛି।
ପ୍ରଦୀପ ହାଇକୋର୍ଟଙ୍କ ଦ୍ୱାରସ୍ଥ
ଟାଟା କମ୍ପାନୀରେ ନିଯୁକ୍ତି ଜାଲିଆତି ମାମଲାରେ କ୍ରାଇମବ୍ରାଞ୍ଚ ଦ୍ୱାରା ଗିରଫ ହୋଇ ଜେଲ ଯାଇଥିବା ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ ଜାମିନ ପାଇଁ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ସେ ଶୁକ୍ରବାର ଓକିଲଙ୍କ ମାଧ୍ୟମରେ ହାଇକୋର୍ଟରେ ଜାମିନ ପାଇଁ ଆବେଦନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ମା’ ଦକ୍ଷିଣ କାଳୀଙ୍କ ୧୩ଦିନିଆ ଦଣ୍ଡ ଯାତ୍ରା ଆରମ୍ଭ, ଢହଢହ ଖରାରେ ଭୋକତା ଭୋଗିବେ….

ଗଞ୍ଜାମ,୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ସହର କଲେଜ ରୋଡ଼ ସ୍ଥିତ ମା’ ଦକ୍ଷିଣ କାଳୀଙ୍କ ତେର ଦିନିଆ ଦଣ୍ଡଯାତ୍ରା ଗୁରୁବାର ଶୁଭାରମ୍ଭ ହୋଇଛି । ମା’ ଦକ୍ଷିଣ…

ବଡ଼ ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ, ଝିଅ ଜନ୍ମ ହେବାର ବର୍ଷକ ଭିତରେ ଟଙ୍କା ପଠାଇବେ ସରକାର

ଭୁବନେଶ୍ବର,୨ା୪: ଖୁଵ୍‌ ଶୀଘ୍ର ଆସିବ କନ୍ୟା ସୁମଙ୍ଗଳ ଯୋଜନାର ଏସ୍‌ଓପି । ସୂଚନା ଦେଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଝିଅ ଜନ୍ମ ହେବାର ବର୍ଷକ…

ଚତୁର୍ଥ ଥର ପାଇଁ ସମ୍ବଲପୁର କୋର୍ଟକୁ ବୋମା ଧମକ, ନେଦରଲାଣ୍ଡ ଓ ଜର୍ମାନୀରେ ଆଇପି ଆଡ୍ରେସ ଚିହ୍ନଟ

ସମ୍ବଲପୁର,୨।୪(ପ୍ରମୋଦ ବହିଦାର): ସମ୍ବଲପୁର ସହରର ଗୁରୁତ୍ୱପୂର୍ଣ୍ଣ କୋର୍ଟ ପରିସରକୁ ବୋମା ବିସ୍ଫୋରଣ ଉଡ଼ାଇବାର ଧମକପୂର୍ଣ୍ଣ ଇ-ମେଲ ଜିଲା ପୋଲିସ ପ୍ରଶାସନ ପାଇଁ ମୁଣ୍ଡବିନ୍ଧାର କାରଣ ସାଜିଛି। ଏହା…

ମଦ ବନ୍ଦ ଦାବିରେ ଅବକାରୀ ଥାନା ଘେରିଲେ ମହିଳା

ପାଟଣା,୨ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣାବ୍ଲକ ବଡ଼ ପାଟଣା ପଞ୍ଚାୟତ ଓ ଟାଙ୍ଗରପଡ଼ା ପଞ୍ଚାୟତ ବିଭିନ୍ନ ଗ୍ରାମର ଶତାଧିକ ମହିଳା କେନ୍ଦୁଝର ଏମ୍‌ପି ଅନନ୍ତ ନାୟକଙ୍କ ଅବକାରୀ…

ଏପ୍ରିଲ ୨୦ରେ ଐତିହାସିକ ଚନ୍ଦନ ଯାତ୍ରା, ଠାକୁରଙ୍କ ନୌବିହାର ପାଇଁ ଆସିଲା ଡ଼ଙ୍ଗା

ଗଞ୍ଜାମ,୨ା୪(ବିଦ୍ୟାଧର ସାହୁ ): ଗଞ୍ଜାମ ଏନଏସି ଅନ୍ତର୍ଗତ କରଣ ସାହି ସ୍ଥିତ ଶ୍ରୀଶ୍ରୀ ମଦନ ମୋହନ ଗୋପାଳ ସ୍ୱାମୀଙ୍କ ପୀଠରେ ଚଳିତ ମାସ ରୁ ଆରମ୍ଭ ହେବ…

ମୁହାଁମୁହିଁ ଧକ୍କା ହୋଇ ଓଲଟିପଡିଲା ଅଟୋ, ଦୁଇ ଯାତ୍ରୀ….

ନନ୍ଦପୁର,୨।୪(ତୁଷାର କାନ୍ତ ମହାନ୍ତି): ନନ୍ଦପୁର ହାଣ୍ଡିପୁଟ ସଂଯୋଗୀ ଏମଡିଆର ୫୫ ରାସ୍ତାର ହିକିମପୁଟ-ମାରଡା ଛକ ମଧ୍ୟରେ ଗୁରୁବାର ସକାଳେ ଏପି୩୯ ଟିଏମ ୦୦୬୫ ଓ ଓଡ଼ି ୧୦…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri