ଭୁବନେଶ୍ୱର,୧୨।୧୨(ବ୍ୟୁରୋ): ଠକେଇ, ଜାଲିଆତି, ଆପରାଧିକ ଷଡ଼ଯନ୍ତ୍ର ଏବଂ ସାଇବର ଅପରାଧ ଅଭିଯୋଗରେ ଗିରଫ ହୋଇ ବିଚାର ବିଭାଗୀୟ ହାଜତରେ ଅଛନ୍ତି ବିଜେଡିରୁ ବହିଷ୍କୃତ ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ। ତାଙ୍କର ସମସ୍ତ ଦୁର୍ନୀତି ମାମଲାର ତଦନ୍ତ କରିବ ଭିଜିଲାନ୍ସ। ଏ ସଂକ୍ରାନ୍ତରେ ଫେବୃୟାରୀ ୧୨ ସୁଦ୍ଧା ରିପୋର୍ଟ ଦାଖଲ କରିବାକୁ ଶୁକ୍ରବାର ଭିଜିଲାନ୍ସ ନିର୍ଦ୍ଦେଶକଙ୍କୁ ଲୋକାୟୁକ୍ତ ନିର୍ଦ୍ଦେଶ ଦେଇଛନ୍ତି।
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସୁପାରିସକ୍ରମେ ଗତ ୭ ତାରିଖରୁ ପ୍ରଦୀପଙ୍କ ମାମଲାର ତଦନ୍ତ କରୁଛନ୍ତି ଲୋକାୟୁକ୍ତ। ଟାଟାରେ ଚାକିରି ଦେବା ନାଁରେ ପ୍ରଦୀପଙ୍କ ଭାବୀ ଜ୍ୱାଇଁ ତଥା ନିଲମ୍ବିତ ଆଇଏଫ୍ଏସ୍ ଅଫିସର ଅଭୟକାନ୍ତଙ୍କ ପୁଅ ଆକାଶ ପାଠକ ଶିକ୍ଷିତ ଯୁବତୀଯୁବକଙ୍କୁ ଠକେଇ କରିଥିବା ନେଇ ଟାଟା ପକ୍ଷରୁ କ୍ରାଇମବ୍ରାଞ୍ଚର ସାବଇବର ସେଲ୍ରେ ଅଭିଯୋଗ ପରେ ନଂ. ୨୬/୨୦ରେ ମାମଲା ରୁଜୁ ହୋଇଥିଲା। ତଦନ୍ତବେଳେ ବହୁ କୋଟି ଠକେଇ ହୋଇଥିବା ଜଣାପଡିଥିଲା। ଏହି ଘଟଣାରେ ଆକାଶଙ୍କ ଭାବୀ ଶଶୁର ପ୍ରଦୀପଙ୍କ ସମ୍ପୃକ୍ତି ରହିଥିବା କ୍ରାଇମବ୍ରାଞ୍ଚ ହାତରେ ପ୍ରମାଣ ଲାଗିବା ସହ ବିଭିନ୍ନ ଅଞ୍ଚଳରୁ ଠକେଇ ସମ୍ପର୍କିତ ଅଭିଯୋଗ ବଢ଼ିଥିଲା। ଏହାପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରଥମେ ପ୍ରଦୀପଙ୍କୁ ଦଳରୁ ବହିଷ୍କାର କରିଥିଲେ। ପରେ କ୍ରାଇମବ୍ରାଞ୍ଚ ପ୍ରଦୀପଙ୍କୁ ତାଙ୍କ ସରକାରୀ ବାସଭବନରୁ ଗତ ୩ ତାରିଖ ସାରେ ଉଠାଇନେଇ ପଚରାଉଚରା କରିଥିଲା। ପ୍ରଦୀପ ଏକ ନିର୍ଦ୍ଦିଷ୍ଟ ଆକାଉଣ୍ଟରୁ ଆକାଶଙ୍କ ବ୍ୟାଙ୍କ ଆକାଉଣ୍ଟକୁ କୋଟିଏରୁ ଊର୍ଦ୍ଧ୍ୱ ଟଙ୍କା ଟ୍ରାନ୍ସଫର କରିଥିବା ଜଣାପଡିଥିଲା। ଏ ନେଇ ପ୍ରଦୀପ ସନ୍ତୋଷଜନକ ଉତ୍ତର ଦେଇ ନ ପାରିବାରୁ ତାଙ୍କୁ ଗିରଫ କରାଯାଇଥିଲା। ତାଙ୍କ ବିରୋଧରେ ଦଫା ୪୧୯, ୪୨୦, ୪୬୭, ୪୬୮, ୪୬୯, ୪୭୧, ୧୨୦ ବି, ଆଇଟି ଆକ୍ଟ ୨୦୦୦ର ଦଫା ୬୬ସି ଓ ଡି ରେ ମାମଲା ରୁଜୁ କରିଥିଲା କ୍ରାଇମବ୍ରାଞ୍ଚ। ସେ ବର୍ତ୍ତମାନ ଝରପଡ଼ା ସ୍ବତନ୍ତ୍ର ଜେଲରେ ବିଚାର ବିଭାଗ ହାଜତରେ ରହିଛନ୍ତି। ଅନ୍ୟପକ୍ଷରେ ଦୁର୍ନୀତିର ପେଡ଼ି ଖୋଲିବା ପାଇଁ କ୍ରାଇମବ୍ରାଞ୍ଚ ପ୍ରବର୍ତ୍ତନ ନିର୍ଦ୍ଦେଶାଳାୟ(ଇଡି)କୁ ଚିଠି ଲେଖିଥିଲା। ଇଡି ଘଟଣାର ତଦନ୍ତ ପାଇଁ ସବୁ କାଗଜପତ୍ର ମଗାଇବା ସହ ପ୍ରଦୀପ ନାମରେ ଅଭଯୋଗ ଆଣିବା ସହ ଟଙ୍କା ଟ୍ରାନ୍ସଫର କରିଥିବା ଲୋକଙ୍କୁ ପଚରାଉଚରା କରୁଛି। ଏବେ ଇଡି ପ୍ରଦୀପଙ୍କ ଦୁର୍ନୀତି ପେଡ଼ି ଖୋଲୁଥିବାବଳେ ଆକାଶ ପାଠକ ତାଙ୍କର କର୍ମଚାରୀ ନ ଥିବା ଟାଟା ମୋର୍ଟ ସ୍ପଷ୍ଟୀକରଣ ଦେଇଛି।
ପ୍ରଦୀପ ହାଇକୋର୍ଟଙ୍କ ଦ୍ୱାରସ୍ଥ
ଟାଟା କମ୍ପାନୀରେ ନିଯୁକ୍ତି ଜାଲିଆତି ମାମଲାରେ କ୍ରାଇମବ୍ରାଞ୍ଚ ଦ୍ୱାରା ଗିରଫ ହୋଇ ଜେଲ ଯାଇଥିବା ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ ଜାମିନ ପାଇଁ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ସେ ଶୁକ୍ରବାର ଓକିଲଙ୍କ ମାଧ୍ୟମରେ ହାଇକୋର୍ଟରେ ଜାମିନ ପାଇଁ ଆବେଦନ କରିଛନ୍ତି।
ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ
ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…
ଭୁବନେଶ୍ୱର ଫୁଲ ଦୋକାନ
ଫର୍ନସ ଏନ୍ ପେଟାଲ୍ସ ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…
ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ
କଳିଙ୍ଗ ଫିଟନେସ୍ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍ରେ ସବୁ ପ୍ରକାର…
ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ
ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…
କଟକ ଦହିବରା ଆଳୁଦମ
ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…
ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ
ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…
ଶ୍ରେଷ୍ଠ ପାଞ୍ଚ ପୁରୀର ମଠ
ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…
ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ
ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

