ପ୍ରଦୀପ୍ତ ପାଇଲେ ନୟାଗଡ଼ ଗୌରବ ସମ୍ମାନ

ନୟାଗଡ଼ ଅଫିସ,୧୮।୧୨: ସାମନ୍ତ ଚନ୍ଦ୍ରଶେଖର ସାଂସ୍କୃତିକ ଅନୁଷ୍ଠାନ ପକ୍ଷରୁ ଜ୍ୟୋର୍ତିବିଜ୍ଞାନୀ ପଠାଣି ସାମନ୍ତଙ୍କ ୧୮୮ ତମ ଜନ୍ମ ସ୍ମାରକୀ ନୟାଗଡ଼ ପୁରୁଣା ସହରର ଶ୍ରୀଜଗନ୍ନାଥ ମନ୍ଦିର ନିକଟସ୍ଥ ଯଦୁମଣି ମଣ୍ଡପରେ ଶୁକ୍ରବାର ଅନୁଷ୍ଠିତ ହୋଇ ଯାଇଛି । ଏଥିରେ ଭାରତ ସରକାରଙ୍କ ଡାକସେବା ମନ୍ତ୍ରଣାଳୟର ପୂର୍ବତନ ସଚିବ ତଥା ନୟାଗଡ ବ୍ଲକ ନବଘନପୁର ପଞ୍ଚାୟତ ହରିହରପୁର ଗଁାର ପ୍ରଦୀପ୍ତ କୁମାର ବିଶୋଇଙ୍କୁ ନୟାଗଡ଼ ଗୌରବ ସମ୍ମାନ ପ୍ରଦାନ କରାଯାଇଛି। ସେହିପରି ନୟାଗଡର ପୂର୍ବତନ ଉପଜିଲାପାଳ ଲଗ୍ନଜିତ ରାଉତଙ୍କୁ ନୟାଗଡ଼ ବନ୍ଧୁ ସମ୍ମାନ, ପ୍ରାଧ୍ୟାପକ ଗୋବିନ୍ଦ ଦାଶଙ୍କୁ ଦାଶିଆ ଅଜା ସାହିତ୍ୟ ସମ୍ମାନ, ପ୍ରଫେସର ସୁଧାଂଶୁ ଶେଖର ମିଶ୍ରଙ୍କୁ ପଠାଣୀ ସାମନ୍ତ ପ୍ରତିଭା ସମ୍ମାନ, କବି ଚନ୍ଦ୍ର ବିଜୟୀ ମିଶ୍ରଙ୍କୁ ପଠାଣି ସାହିତ୍ୟ ସମ୍ମାନ ପ୍ରଦାନ କରାଯାଇଛି । ପୁଣି ଲବ୍ଧ ପ୍ରତିଷ୍ଠିତ ଆଇନଜୀବୀ ରମେଶ ଚନ୍ଦ୍ର ଶତପଥୀଙ୍କୁ ପଠାଣୀ ସାମନ୍ତ ଆଇନ ସମ୍ମାନ, କଣ୍ଠଶିଳ୍ପୀ ଜଗଦୀଶ ପ୍ରସାଦ ରଥଙ୍କୁ ପଠାଣୀ ସାମନ୍ତ ସଙ୍ଗୀତ ପ୍ରତିଭା ସମ୍ମାନ, ସମାଜସେବୀ ଦାମୋଦର ସାହୁଙ୍କୁ ପଠାଣୀ ସାମନ୍ତ ସେବା ସମ୍ମାନ, ଯୁବ ସମାଜସେବୀ ବିଭୂତି ଭୂଷଣ ପଟ୍ଟନାୟକଙ୍କୁ ପଠାଣୀ ସାମନ୍ତ ଯୁବ ସେବା ସମ୍ମାନ ଓ କ୍ରିକେଟିୟର ରାଜେଶ କୁମାର ମହାନ୍ତିଙ୍କୁ ପଠାଣୀ ସାମନ୍ତ କ୍ରୀଡା ସମ୍ମାନ ଅନୁରୂପ ଭାବେ ପ୍ରଦାନ କରାଯାଇଛି ।

ଏ ଅବସରରେ ଶୁକ୍ରବାର ପ୍ରତ୍ୟୁଷରେ ପ୍ରଥମେ ପଠାଣି ସାମନ୍ତ ଅଡିଟୋରିୟମ ସାମନାରେ ଥିବା ପଠାଣି ସାମନ୍ତଙ୍କ ପ୍ରତିମୂର୍ତ୍ତିରେ ଧୂପ, ମାଲ୍ୟାର୍ପଣ ଏବଂ ଶ୍ରଦ୍ଧାଞ୍ଜଳି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ସଭାପତି ପ୍ରମୋଦ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ମାଲ୍ୟାର୍ପଣ କାଯର୍‌ୟକ୍ରମରେ ମୁଖ୍ୟ ଅତିଥିଭାବେ ଜିଲାପାଳ ରବିନ୍ଦ୍ରନାଥ ସାହୁ ଯୋଗଦାନ କରିଥିଲେ ା ସେହିପରି ସନ୍ଧ୍ୟାରେ ଶ୍ରୀଜଗନ୍ନାଥ ମନ୍ଦିର ସାମନାରେ ଅନୁଷ୍ଠିତ ଭଜନ ସମାରୋହରେ ଓଡ଼ିଶାର ଲବ୍ଧ ପ୍ରତିଷ୍ଠିତ କଣ୍ଠଶିଳ୍ପୀ କୁମାର ବାପି ଏବଂ ରବିନ୍ଦ୍ର ମହାପାତ୍ର ଭଜନ ପରିବେଷଣ କରିଥିବା ବେଳେ ଉପସ୍ଥିତ ଦର୍ଶକମାନେ ବେଶ ବିମୋହିତ ହୋଇଥିଲେ ା ପ୍ରଥମେ ଅନୁଷ୍ଠାନ ପକ୍ଷରୁ ଆୟୋଜିତ ଏହି ଜୟନ୍ତୀ ସମାରୋହକୁ ଜିଲାପାଳ ରବୀନ୍ଦ୍ରନାଥ ସାହୁ ଯୋଗଦାନ କରି ଉଦଘାଟନ କରିଥିବା ବେଳେ ମୁଖ୍ୟଅତିଥି ଭାବେ ପୂର୍ବତନ ଆୟକର କମିଶନର ଶରତ ଚନ୍ଦ୍ର ଦାଶ ଏବଂ ବିଶିଷ୍ଟ ଅତିଥି ଭାବେ ଜିଲା ଆରକ୍ଷୀ ଅଧୀକ୍ଷକ ଅଲେଖ ଚନ୍ଦ୍ର ପହି, ଖବରଦାତା କିଶୋର ଦ୍ୱିବେଦୀ, ଅବସରପ୍ରାପ୍ତ ଭାରତୀୟ ପ୍ରଶାସନିକ ଅଧିକାରୀ ସୁରେଶ ଚନ୍ଦ୍ର ମନ୍ତ୍ରୀ ଏବଂ ଦୂରଦର୍ଶନ ବିଚାରକ ମଣ୍ଡଳୀ ସଦସ୍ୟା ଶୁଚିସ୍ମିତା ପୃଷ୍ଟି ପ୍ରମୁଖ ଯୋଗଦାନ କରିଥିଲେ। ଅନୁଷ୍ଠାନର ସଭାପତି ସମାଜସେବୀ ପ୍ରମୋଦ ପଟ୍ଟନାୟକଙ୍କ ପୌରହିତ୍ୟ କରିଥିଲେ। ପରବର୍ତ୍ତି ପର୍ଯ୍ୟାୟରେ ଅନୁଷ୍ଠିତ ଭଜନ ସମାରୋହ କାର୍ଯ୍ୟକ୍ରମକୁ ବେତାର ଓ ଦୂରଦର୍ଶନ କଣ୍ଠଶିଳ୍ପୀ ପ୍ରଶାନ୍ତ କୁମାର ଦାଶ ପରିଚାଳନା କରିଥିବା ବେଳେ ଏଥିରେ ଓଡ଼ିଶାର ପ୍ରଖ୍ୟାତ କଣ୍ଠଶିଳ୍ପୀ କୁମାର ବାପି, ରବିନ୍ଦ୍ର ମହାପାତ୍ରଙ୍କ ସମେତ ସ୍ଥାନୀୟ କଳାକାର ସୁରଗନ୍ଧର୍ବ ନବକିଶୋର ମିଶ୍ର, ଜଗଦୀଶ ରଥ, ପ୍ରଭାତ ମିଶ୍ର, ଡ.ଆଶୁତୋଷ ମିଶ୍ର, ପ୍ରାଣକୃଷ୍ଣ ମହାରଣା, ପ୍ରଶାନ୍ତ କୁମାର ଦାଶ, ଜୟଶ୍ରୀ ଦେବୀ, ରୋଜାଲିନ ବସନ୍ତରା ପ୍ରମୁଖ ଭଜନ ପରିବେଶଣ କରିଥିଲେ ା ଶେଷରେ ଅନୁଷ୍ଠାନର ସମ୍ପାଦକ ଲକ୍ଷ୍ମୀଧର ମହାପାତ୍ର ଧନ୍ୟବାଦ ପ୍ରଦାନ କରିଥିବାବେଳେ କମିଟି ସଦସ୍ୟ ଲକ୍ଷ୍ମୀଧର ସାହୁ,ଅଶୋକ ମଲ୍ଲ, ପ୍ରଶାନ୍ତ ପଟ୍ଟନାୟକ ପ୍ରମୁଖ ସହଯୋଗ କରିଥିଲେ ା


Enter your email to get our daily news in your inbox.

All Right Reserved By Dharitri.Com

ନିର୍ବାଚନ ପୂର୍ବରୁ ବିବାଦୀୟ କୋଟିଆରେ ଡିଜିଟାଲ ମିଟର ବଣ୍ଟନ ଆରମ୍ଭ କଲା ଆନ୍ଧ୍ର

ଭୁବନେଶ୍ୱର,୨୯।୩: ଓଡ଼ିଶାର କୋରାପୁଟ ଜିଲାର ପଟାଙ୍ଗୀ ବ୍ଲକ ଅନ୍ତର୍ଗତ କୋଟିଆ ଅଂଚଳରେ ଆନ୍ଧ୍ରପ୍ରଦେଶ ବିବାଦୀୟ ଅଞ୍ଚଳରେ କ୍ରମାଗତ ଭାବରେ ଅନୁପ୍ରବେଶ କରୁଛି ଏବଂ ସ୍ଥାନୀୟ ବାସିନ୍ଦାଙ୍କୁ...

ବିଜେଡିରେ ସାମିଲ ହେଲେ କଂଗ୍ରେସର ପୂର୍ବତନ ବିଧାୟକ

ଭୁବନେଶ୍ୱର/ବଲାଙ୍ଗୀର,୨୯ା୩: ବିଧାନସଭା ନିର୍ବାଚନ ପୂର୍ବରୁ ବଲାଙ୍ଗୀର ଜିଲା ଟିଟିଲାଗଡ଼ର ପୂର୍ବତନ ବିଧାୟକ ସୁରେନ୍ଦ୍ର ସିଂ ଭୋଇ କଂଗ୍ରେସରୁ ଇସ୍ତଫା ଦେଇ ଗୁରୁବାର ଶଙ୍ଖଭବନରେ ବିଜେଡିରେ ସାମିଲ...

ମା’ ସମଲେଶ୍ୱରୀଙ୍କ ଦର୍ଶନ କରି ଆଶୀର୍ବାଦ ନେଲେ ବବି

ସମ୍ବଲପୁର,୨୯ା୩: ସମ୍ବଲପୁର ଲୋକ ସଭା ଆସନରୁ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ବିଜେଡି ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ(ବବି)ଙ୍କ ନାଁ ଘୋଷଣା କରିବା ପରେ...

ଶ୍ୱଶୁରଙ୍କୁ ଛୁରି ଭୁସି ହତ୍ୟା କଲେ ଜ୍ୱାଇଁ

କୋରାପୁଟ,୨୯ା୩: ଶ୍ୱଶୁରଙ୍କୁ ଛୁରି ଭୁସି ଜ୍ୱାଇଁ  ହତ୍ୟା କରିଥିବା ଅଭିଯୋଗ ହୋଇଛି। ଏମିତି ଏକ ଦୁଃଖଦ ଘଟଣା ଦେଖିବାକୁ ମିଳିଛି କୋରାପୁଟ ଜିଲା ନାରାୟଣପାଟଣା ଥାନା...

ଫୁଲଚାଷ ପ୍ରତି ବଢୁଛି ଆଗ୍ରହ

ସମ୍ବଲପୁର,୨୯ା୩ (ଭବାନୀ ଶଙ୍କର ଭୋଇ): ସମ୍ବଲପୁର ଜିଲାରେ ଧାନଫସଲରେ ପୂର୍ବଭଳି ଲାଭ ହେଉ ନ ଥିବାବେଳେ ଚାଷୀମାନେ ପନିପରିବା ଓ ଅନ୍ୟ ଅର୍ଥକରୀ ଫସଲ ଚାଷ...

ଭାଜପା ଆଶାୟୀ ପ୍ରାର୍ଥୀଙ୍କ ନିଦ ଗାଏବ

ଅନୁଗୋଳ,୨୯ା୩(ଅମିତ କୁମାର ସାମଲ): ବିଜେଡି-ଭାଜପା ମଧ୍ୟରେ ମେଣ୍ଟ ହେବ ବୋଲି ପ୍ରଥମେ ଶୁଣାଗଲା। ଏହାକୁ ନେଇ ଉଭୟ ଦଳ ପକ୍ଷରୁ ଘନ ଘନ ବୈଠକ ହେଲା।...

କେନ୍ଦୁଝର ବଳଦେବଜୀଉ ମନ୍ଦିର ହୁଣ୍ଡି ଟେକିନେଲେ ଦୁର୍ବୃତ୍ତ

କେନ୍ଦୁଝର,୨୯ା୩: କେନ୍ଦୁଝରର ଆରାଧ୍ୟ ଦେବତା ପ୍ରଭୁ ବଳଦେବଜୀଉଙ୍କ ମନ୍ଦିର ହୁଣ୍ଡିରୁ ଚୋରି ଅଭିଯୋଗ ଆସିଛି। ଗୁରୁବାର ମଧ୍ୟରାତ୍ରରେ ହୁଣ୍ଡି ଭାଙ୍ଗି ସେଥିରେ ଥିବା ଟଙ୍କା ଏବଂ...

ଭାଜପାରେ ଯୋଗ ଦେଲେ ଭର୍ତ୍ତୃହରି, ଇସ୍ତଫା ଦେଲେ ଜିଲା ସଭାପତି ପ୍ରକାଶ ବେହେରା

କଟକ,୨୯।୩: ସାଧାରଣ ନିର୍ବାଚନ ଆଗରୁ କଟକ ରାଜନୀତିରେ ଜାରି ରହିଛି ଦଳ ବଦଳ ପର୍ବ। ଅରିନ୍ଦମ ରାୟଙ୍କ ପଛେ ପଛେ ଏମପି ଭର୍ତ୍ତୃହରି ମହତାବ ଗୁରୁବାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri