କାଳିଆ ଟଙ୍କା ନ ଫେରାଇବାକୁ କହିଲେ ପ୍ରଦୀପ୍ତ

ଭୁବନେଶ୍ୱର,୨୭।୭(ବ୍ୟୁରୋ): ରାଜ୍ୟ ସରକାରଙ୍କ କୃଷି ବିଭାଗ ପକ୍ଷରୁ ସବୁ ବ୍ଲକ କୃଷି ଅଧିକାରୀଙ୍କ ପାଖକୁ ଚିଠି ଦିଆଯାଇ ଅଯୋଗ୍ୟ କାଳିଆ ଯୋଜନା ହିତାଧିକାରୀମାନଙ୍କ ନିକଟରୁ ଅର୍ଥ ଫେରସ୍ତ ଆଣିବାକୁ ନିର୍ଦ୍ଦେଶ ଦିଆଯାଇଛି। ସେହି ଅନୁଯାୟୀ ସବୁ ଅଯୋଗ୍ୟ ହିତାଧିକାରୀଙ୍କ ନିକଟକୁ ଚିଠି ପଠାଯିବ ବୋଲି ଜଣାପଡିଛି। ସେହି ଚିଠିରେ ଜିଲା କୃଷି ଅଧିକାରୀଙ୍କ ଦସ୍ତଖତ ରହିବ। ଏଥିଲାଗି ସରକାରଙ୍କ ପକ୍ଷରୁ ଆକାଉଣ୍ଟ ନମ୍ବର ମଧ୍ୟ ଜାରି କରାଯାଇଛି। ଯେଉଁ ଚାଷୀମାନେ ଅଯୋଗ୍ୟ ଘୋଷିତ ହୋଇଛନ୍ତି ସେମାନଙ୍କୁ ଟଙ୍କା ନ ଫେରାଇବାକୁ ବିରୋଧୀ ଦଳ ନେତା ପ୍ରଦୀପ୍ତ କୁମାର ନାଏକ କହିଛନ୍ତି।
ପ୍ରଦୀପ୍ତ କହିଛନ୍ତି, କାଳିଆ ଯୋଜନାକୁ ସରକାର ତରବରିଆ ଭାବେ ଆରମ୍ଭ କଲେ। ଶାସକ ବିଜେଡି ନିର୍ବାଚନ ଜିତିବା ଓ କ୍ଷମତା ଆପଣେଇବା ପାଇଁ ଏହି ଯୋଜନା ଲାଗୁ କରିଥିଲା। ଦଳୀୟ କର୍ମୀଙ୍କୁ ହିତାଧିକାରୀ ଚିହ୍ନଟ କରି ଏହି ଯୋଜନା ମାଧ୍ୟମରେ ଟଙ୍କା ବଣ୍ଟାଗଲା। ଏବେ ନିର୍ବାଚନ ସରିବା ପରେ ଅଯୋଗ୍ୟ ହିତାଧିକାରୀ ଚିହ୍ନଟ କରି ଅର୍ଥ ଫେରାଇବା କଥା କହି ଚାଷୀଙ୍କ ମନରେ ସରକାର ଆତଙ୍କ ସୃଷ୍ଟି କରୁଛନ୍ତି। ଚାଷୀମାନେ ସରକାରଙ୍କୁ ଟଙ୍କା ମାଗି ନ ଥିଲେ। ଏଣୁ ଚାଷୀମାନେ ଗୋଟିଏ ବି ଟଙ୍କା ଫେରସ୍ତ କରନ୍ତୁ ନାହିଁ ବୋଲି ପ୍ରଦୀପ୍ତ କହିଛନ୍ତି। କାଳିଆ ଯୋଜନା ଆରମ୍ଭରୁ ପ୍ରଥମେ ହିତାଧିକାରୀଙ୍କ ପାଖରୁ ଦରଖାସ୍ତ ଗ୍ରହଣ କରାଯାଇଥିବ ଏହାକୁ ତନଖି କରି ଯୋଗ୍ୟ ହିତାଧିକାରୀଙ୍କୁ କାଳିଆ ଯୋଜନାରେ ସାମିଲ କରାଯାଇଥିବ। କିନ୍ତୁ ନିର୍ବାଚନ ଥିବାରୁ ଏହି ଯୋଜନାକୁ ମୁଖ୍ୟମନ୍ତ୍ରୀ ତରବରିଆ ଭାବେ ଲାଗୁ କରି ୫ ହଜାର ଟଙ୍କା ଲେଖାଏ ୫୧ ଲକ୍ଷ ଲୋକଙ୍କୁ ବାଣ୍ଟି ଭୋଟ ହାତେଇଥିଲେ। ରାଜ୍ୟର କୌଣସି ଚାଷୀ ଟଙ୍କା ନ ଫେରାଇଲେ କିଛି ଅସୁବିଧା ହେବ ନାହିଁ। ସରକାର ଚାଷୀଙ୍କ ପାଖରୁ ଅର୍ଥ ଆଦାୟ କରିବା ନିଷ୍ପତ୍ତିକୁ ତୁରନ୍ତ ପ୍ରତ୍ୟାହାର କରନ୍ତୁ ବୋଲି ପ୍ରଦୀପ୍ତ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାହୁଙ୍କ ନକ୍ଷତ୍ରରେ ମଙ୍ଗଳଙ୍କ ଉଗ୍ର ଚାଲ! ୨ ସେପ୍ଟେମ୍ବର ପର୍ଯ୍ୟନ୍ତ ଏହି ୫ଟି ରାଶି ଉପରେ ବଡ଼ ସଙ୍କଟ

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କର ସେନାପତି ମଙ୍ଗଳ ଏବଂ ଛାୟା ଗ୍ରହ ରାହୁଙ୍କ ସମ୍ବନ୍ଧକୁ ଅତ୍ୟନ୍ତ ଉଗ୍ର ଓ ସମ୍ବେଦନଶୀଳ ମାନାଯାଏ। ପରାକ୍ରମ, ଉର୍ଜା ଏବଂ କ୍ରୋଧର କାରକ…

ଏକାଠି ହେଲେ ଭାରତ-ଚାଇନା ସେନା, ଓଡ଼ିଶା ସମୁଦ୍ରରେ ଚାଲିଛି ଜୋର୍‌ ଅପରେଶନ

ନୂଆଦିଲ୍ଲୀ,୨୫।୮: ସମୁଦ୍ର ଗର୍ଭରେ ବିରାଟ ବଡ଼ MV ଓସେନ ୱିନର ଜାହାଜ ଗାଏବ ହୋଇଯିବା ଘଟଣା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି । ଏତେ ବଡ଼ ସର୍ଚ୍ଚ ଅପରେସନ୍…

ସୁଭଦ୍ରା ଟଙ୍କା ଆସିବା ଆଗରୁ ମୋଦିଙ୍କୁ ଭେଟିଲେ ପ୍ରଭାତୀ ପରିଡ଼ା, ହୋଇପାରେ ବଡ଼ ଘୋଷଣା!

ଭୁବନେଶ୍ୱର,୨୫।୮: ବଡ଼ ଖବର । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା । ଏ ନେଇ ସୋସିଆଲ ମିଡିଆରେ ପୋଷ୍ଟ କରି ସୂଚନା ଦେଇଛନ୍ତି…

ପାଣି ଡ୍ରମ ଭିତରେ କୁଣ୍ଡଳୀ ମାରି ବସିଥିଲା ବିରାଟକାୟ ଅଜଗର, ପରିବାର ଲୋକଙ୍କ ମଧ୍ୟରେ ଖେଳିଗଲା ଆତଙ୍କ, ତା’ ପରେ…

କଲ୍ୟାଣସିଂହପୁର,୨୫।୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଶିକରପାଇ ଅଞ୍ଚଳରେ ଏକ ବିଶାଳ ଅଜଗର ସାପ ଉଦ୍ଧାର ହେବା ଘଟଣା ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚାର ବିଷୟ…

ସୂର୍ଯ୍ୟ-କେତୁ ଆଣିବେ ବଡ଼ ସଙ୍କଟ! ଆଗାମୀ ୨୬ ଦିନ ୩ ରାଶି ପାଇଁ ବଢିବ ଅଯଥା ଟେନସନ୍, ହୋଇଯାଆନ୍ତୁ ସାବଧାନ…

ଜ୍ୟୋତିଷ ଶାସ୍ତ୍ରରେ, ସୂର୍ଯ୍ୟ ଦେବତାଙ୍କୁ ଆତ୍ମା, ପିତା, ସମ୍ମାନ ଏବଂ ନେତୃତ୍ୱର କାରକ ଭାବରେ ବିବେଚନା କରାଯାଏ । ସମାନକ୍ରମରେ ପାପି କେତୁଙ୍କୁ ଏକ ଛାୟା ଗ୍ରହ…

ହଠାତ୍‌ ଏତେ ଟଙ୍କା କମିଗଲା ଚିନିଦର! ଜାଣନ୍ତୁ କେବେଠୁ ଲାଗୁ ହେବ…

ନୂଆଦିଲ୍ଲୀ,୨୫।୮: କେନ୍ଦ୍ର ସରକାରଙ୍କ କହିବା ଅନୁସାରେ, ସରକାର ଚିନି ଆମଦାନୀ ପାଇଁ ଅନୁମତି ଦେବା ଏବଂ କଳାବଜାରୀ ଉପରେ କଡ଼ା ପଦକ୍ଷେପ ନେବା ପରେ ଚିନିର ଏକ୍ସ-ମିଲ୍…

କିରିକୁଟିରେ ‘ଆମ ଗାଁ ଆମ ତହସିଲ: ଅଭିଯୋଗ ଶୁଣିଲେ

ଦାରିଙ୍ଗବାଡ଼ି, ୨୫।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ତହସିଲ ଅଧୀନ କିରିକୁଟି ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ମଙ୍ଗଳବାର ‘ଆମ ଗାଁ ଆମ ତହସିଲ’ ଶିବିର ଅନୁଷ୍ଠିତ…

ଟ୍ରେନରେ ଆସୁଛି ୮୦୦ଟନ୍‌ ପିଆଜ, କିଲୋ ପ୍ରତି ଏତେ କମିଯିବ ପିଆଜ ଦର?

ନୂଆଦିଲ୍ଲୀ,୨୫।୮: ଏହି ଦିନଗୁଡ଼ିକରେ ପିଆଜ ଦର ଆକାଶଛୁଆଁ ହେଉଛି। ପିଆଜ କିଣିବା ଦାମ୍‌ରେ ହାରାହାରି ୫୯ ପ୍ରତିଶତରୁ ଅଧିକ ବୃଦ୍ଧି ରେକର୍ଡ କରାଯାଇଛି। ଏଭଳି ପରିସ୍ଥିତିରେ କେନ୍ଦ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri