୧ ଟଙ୍କାରେ ପ୍ରଧାନମନ୍ତ୍ରୀ ଫସଲ ବୀମା:କୃଷକଙ୍କ ପଞ୍ଜୀକରଣ ଅବଧି ବୃଦ୍ଧି କଲେ ରାଜ୍ୟ ସରକାର

ଭୁବନେଶ୍ୱର, ୨୬ା୭(ଅସମାପିକା ସାହୁ):ଚଳିତ ବର୍ଷ ଖରିଫ ଋତୁରେ ୮ଟି ଫସଲ ପାଇଁ ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନା(ପିଏମ୍‌-ଏଫ୍‌ବିୱାଇ)ରେ କୃଷକମାନଙ୍କୁ ସାମିଲ କରିବା ପାଇଁ ରାଜ୍ୟ ସରକାର ପ୍ରୟାସ ଜାରି କରିଛନ୍ତି। ଏଥିପାଇଁ କୃଷକଙ୍କ ପଞ୍ଜୀକରଣ ଅବଧି ଆସନ୍ତା ୩୧ ତାରିଖକୁ ବୃଦ୍ଧି କରାଯାଇଛି। ଗତ ଖରିଫ ଋତୁରେ ଜିଲା ପ୍ରଶାସନର ସକ୍ରିୟ ସହଯୋଗରେ ରେକର୍ଡ ସଂଖ୍ୟକ ପଞ୍ଜୀକରଣ ହୋଇଥିଲା। ଚଳିତବର୍ଷ ମଧ୍ୟ ରାଜ୍ୟ ସରକାର ୨ ହେକ୍ଟର ପର୍ଯ୍ୟନ୍ତ ଜମିର ବୀମା ପାଇଁ ଚାଷୀଙ୍କ ଭାଗ ବହନ କରିବେ ଏବଂ ଆବେଦନର ବୈଧତା ପାଇଁ ଚାଷୀଙ୍କୁ ମାତ୍ର ୧ ଟଙ୍କା ଦେବାକୁ ପଡିବ। ଏହି ଯୋଜନାରେ କୃଷକଙ୍କ ପଞ୍ଜୀକରଣ ବୃଦ୍ଧି ପାଇଁ ଯଥାସମ୍ଭବ ପ୍ରୟାସ କରିବାକୁ ଜିଲାପାଳଙ୍କୁ ଅନୁରୋଧ କରାଯାଇଛି। ଆଗାମୀ ଖରିଫ ଋତୁରେ ଅତି କମ୍‌ରେ ୨୦ ପ୍ରତିଶତରୁ ଅଧିକ ଅଞ୍ଚଳ ଏବଂ କୃଷକମାନଙ୍କୁ ଏହି ଯୋଜନାରେ ଅନ୍ତର୍ଭୁକ୍ତ କରାଯିବା ଉଚିତ ବୋଲି କୃଷି ଓ କୃଷକ ସଶକ୍ତୀକରଣ ବିଭାଗ ପ୍ରମୁଖ ଶାସନ ସଚିବ ଅରବିନ୍ଦ କୁମାର ପାଢ଼ୀ କହିଛନ୍ତି। ଜାଲିଆତି ବୀମା ବିଷୟରେ ସୂଚନା ଦେଇ ପାଢ଼ୀ ଉଲ୍ଲେଖ କରିଛନ୍ତି ଯେ, ଏହି ମାମଲାରେ ସରକାରୀ ଜମିରେ କୃଷିବୀମା, ଅଣଚାଷ ଜମି ଏବଂ ଜଣେ ଅନ୍ୟର ଜମିରେ ବୀମା କରୁଥିବା ଭଳି ଅନେକ ଅସାଧୁ ବ୍ୟକ୍ତି ନଜରକୁ ଆସିଛନ୍ତି। ତେଣୁ ପ୍ରକୃତ କୃଷକଙ୍କ ସ୍ବାର୍ଥ ରକ୍ଷା ପାଇଁ ଏଭଳି ସମସ୍ତ ଅସାଧୁ ବ୍ୟକ୍ତି ଓ ସେମାନଙ୍କ ସହଯୋଗୀଙ୍କ ବିରୋଧରେ ଉପଯୁକ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ସେ ସମସ୍ତ ଜିଲାପାଳଙ୍କୁ ପତ୍ର ମାଧ୍ୟମରେ ଅବଗତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?