ତୁଟିନି ବିଭ୍ରାଟ, ବଢୁଛି ଅସନ୍ତୋଷ

ବରଗଡ଼ ଅଫିସ୍‌,୨୭।୯: ବରଗଡ଼ ଜିଲାରେ ପ୍ରଧାନମନ୍ତ୍ରୀ ଫସଲବୀମା ଯୋଜନା ବାଟବଣା ହୋଇଛି। ବୀମା ବିଭ୍ରାଟ ଯୋଗୁ ଦିନକୁ ଦିନ ଅସନ୍ତୋଷ ବଢ଼ିବାରେ ଲାଗିଛି। ଜିଲାର ଅନେକ ଯୋଗ୍ୟ ଚାଷୀ ବୀମା କ୍ଷତିପୂରଣ ପାଇବାରୁ ବଞ୍ଚିତ ଥିବା ଅଭିଯୋଗ ହୋଇଛି। ଏଭଳି ଅଭିଯୋଗ ନେଇ ସୋମବାର ଜିଲାର ଘୁମୁନିପାଲି, ବିରିପାଲି, ବଡ଼ ବାଉସେନ ଆଦି ଗ୍ରାମର କ୍ଷତିଗ୍ରସ୍ତ ଚାଷୀ ଜିଲାପାଳ ଏବଂ ଜିଲା ମୁଖ୍ୟ କୃଷି ଅଧିକାରୀଙ୍କୁ ଫେରାଦ ହୋଇଥିଲେ। ଜିଲାପାଳ ମୋନିଷା ବାନାର୍ଜୀ ଏବଂ ଜିଲା ମୁଖ୍ୟ କୃଷି ଅଧିକାରୀ ସନ୍ତୋଷ କୁମାର ମହାରଣାଙ୍କୁ ସ୍ମାରକପତ୍ର ପ୍ରଦାନ ସହିତ ବୀମା କ୍ଷତିପୂରଣ ସହାୟତା ପ୍ରଦାନ ଦିଗରେ ବିହିତ ପଦକ୍ଷେପ ନେବାକୁ ସେମାନେ ନିବେଦନ କରିଛନ୍ତି ।
୨୦୨୧ ମସିହାରେ ସ୍ବଳ୍ପ ବୃଷ୍ଟିପାତ ଯୋଗୁ ଜିଲାରେ ଖରିଫ ଫସଲ ଉଜୁଡ଼ି ଯାଇଥିଲା। ଚାଷକାର୍ଯ୍ୟ ପୂର୍ବରୁ ବୀମା ପ୍ରିମିୟମ ରାଶି ଭରିଥିଲେ ସୁଦ୍ଧା ଫସଲକ୍ଷତି ପରେ ଅନେକ କ୍ଷତିଗ୍ରସ୍ତ ଚାଷୀଙ୍କୁ ବୀମା କ୍ଷତିପୂରଣରୁ ବାଦ୍‌ ଦିଆଯାଇଥିବା ଅଭିଯୋଗ ହୋଇଛି। ଅନ୍ୟପକ୍ଷେ କେତେକ ଲୋକେ ବୀମା ଆଶାରେ ଜମି ଜାଲିଆତି କରିଥିବା ଯୋଗୁ ପ୍ରକୃତ ଚାଷୀ ବୀମା ସହାୟତାରୁ ବଞ୍ଚିତ ହୋଇଥିବା ଅଭିଯୋଗ ହୋଇଛି। ବିରିପାଲି ଗ୍ରାମର ଚାଷୀ ଗୋବିନ୍ଦ ଅଦାବର କହିଛନ୍ତି, ସେ ୯ ଏକର ଚାଷ କରିଥିଲେ ଏବଂ ସବୁ ଫସଲ ଉଜୁଡ଼ି ଯାଇଥିଲା। ତେବେ ତାଙ୍କ ପୁଅ ଋକ୍ମଣଙ୍କ ନାମରେ ରହିଥିବା ୨ଏକର ୭ଡିସିମିଲ ଜମିର ବୀମା କ୍ଷତିପୂରଣ ସେ ପାଇଛନ୍ତି। ମାତ୍ର ବାକି ୭ଏକର ଜମିରେ ଅନ୍ୟ କେହି ବୀମା ପ୍ରିମିୟମ ଭରି ଦେଇଥିବା ଯୋଗୁ ସେ ବୀମା କ୍ଷତିପୂରଣ ସହାୟତାରୁ ବଞ୍ଚିତ ରହିଥିବା କହିଛନ୍ତି।
ବଡ଼ ବାଉଁସେନ ଗ୍ରାମର ଚାଷୀମାନେ ମଧ୍ୟ ଅନୁରୂପ ଅଭିଯୋଗ କରିଛନ୍ତି। ଫସଲକ୍ଷତି ଅନୁପାତରେ ବୀମା କ୍ଷତିପୂରଣ ସହାୟତା ମିଳି ନଥିବା କ୍ଷତିଗ୍ରସ୍ତ ଚାଷୀମାନେ କହିଛନ୍ତି। ଏପରିକି ଏହି ବୀମା ସହାୟତା ପ୍ରଦାନରେ ଜାଲିଆତି ହୋଇଥିବା ମଧ୍ୟ ସେମାନେ ଅଭିଯୋଗ କରିଛନ୍ତି। ସେମାନଙ୍କ ଅଧିକ ଫସଲକ୍ଷତି ହୋଇଥିବାବେଳେ କମ୍‌ ବୀମା କ୍ଷତିପୂରଣ ମିଳିଛି। ଅନ୍ୟପକ୍ଷେ ସେମାନଙ୍କ ପ୍ରାପ୍ୟ ବୀମା କ୍ଷତିପୂରଣ ସହାୟତାକୁ କାଟି ଅନ୍ୟ ଲୋକେ ଉଠାଇଥିବା ଭଳି ଗୁରୁତର ଅଭିଯୋଗ କରିଛନ୍ତି। ଏଥିରେ ବିଭାଗୀୟ କର୍ମଚାରୀଙ୍କ ଭୂମିକାକୁ ସନ୍ଦେହ କରି ଏହାର ବିଧିବଦ୍ଧ ତଦନ୍ତ କରିବାକୁ କ୍ଷତିଗ୍ରସ୍ତ ଚାଷୀମାନେ ଜିଲାପାଳଙ୍କଠାରେ ଦାବି କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ମିଶ୍ରଣ ପର୍ବରେ ବିଜେଡି କର୍ମୀଙ୍କୁ ଟାର୍ଗେଟ୍‌ କଲେ କଂଗ୍ରେସ କର୍ମୀ

ମୋରଡ଼ା,୨୫ା୪(ସ୍ମାରକ ମାଜୀ): ଆଗାମୀ ସାଧାରଣ ନିର୍ବାଚନ ପାଇଁ କଂଗ୍ରେସ ବଳ ଗୋଟାଇବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ମୋରଡା ବ୍ଲକ ଅଧୀନ କଲରାଫୁଲିଆସ୍ଥିତ କଂଗ୍ରେସ କାର୍ଯ୍ୟାଳୟରେ...

ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ

ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ...

ପୁରୀରେ ପହଞ୍ଚିଲା ତୃତୀୟ ପର୍ଯ୍ୟାୟ ରଥକାଠ

ପୁରୀ,୨୫ା୪: ପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ପାଇଁ ନୟାଗଡ଼ରୁ ତୃତୀୟ ପର୍ଯ୍ୟାୟ ରଥକାଠ ଆସି ବଡ଼ଦାଣ୍ଡସ୍ଥିତ ରଥଖଳାରେ ପହଞ୍ଚିଛି। ଆସିଥିବା କାଠରେ ୨୩ ଖଣ୍ଡ...

ନିଜେ ପଞ୍ଚମ ଫେଲ୍, ଚାକିରି ଦେବା ଆଳରେ ଠକିନେଲେ ୨କୋଟିରୁ ଊର୍ଦ୍ଧ୍ୱ ଟଙ୍କା 

ସୋର, ୨୫।୪: (ଜନ୍ମେଜୟ ମିଶ୍ର): ଚାକିରି କରାଇ ଦେବାର ଆଳ ଦେଖାଇ ବାଲେଶ୍ୱର ଜିଲା ସୋର ଅଞ୍ଚଳର ଜଣେ ଯୁବକ ବିଭିନ୍ନ ଲୋକଙ୍କଠାରୁ ୨କୋଟିରୁ ଊର୍ଦ୍ଧ୍ୱ...

ନିଜ ଦେହରେ କିରୋସିନ ଢାଳି ନିଆଁ ଲଗାଇ ଦେଲେ ମହିଳା, ରକ୍ଷା କରିବାକୁ ଯାଇ ସ୍ବାମୀ ଗୁରୁତର

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା କାଠକଟା ଗାଁରେ ବୁଧବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପରିବାରିକ କଳହରୁ ଜଣେ...

ଅମରେନ୍ଦ୍ରଙ୍କୁ ଖୋଲା ଚ୍ୟାଲେଞ୍ଜ କଲେ ଚିରଞ୍ଜୀବ

ଜଗତ୍‌ସିଂହପୁର, ୨୫ା୪(ପ୍ରମୋଦ କୁମାର ନାୟକ)ବରିଷ୍ଠ କଂଗ୍ରେସ ନେତା ଚିରଞ୍ଜୀବ ବିଶ୍ୱାଳ ଦଳ ଛାଡ଼ି ବିଜେଡିରେ ମିଶିଥିଲେ ସୁଦ୍ଧା ୨୦୨୪ ସାଧାରଣ ନିର୍ବାଚନରେ ପ୍ରାର୍ଥୀ ହୋଇନାହାନ୍ତି। କିନ୍ତୁ...

ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରେ ଟଳିପଡିଲେ ୨ ମାଓବାଦୀ

ଘଣ୍ଟାପଡ଼ା, ୨୫।୪: (ପ୍ରଭାତ କୁମାର ସାହୁ): କଣ୍ଟାମାଳ ଥାନା ଅନ୍ତର୍ଗତ ବରଗାଁ ପଞ୍ଚାୟତର ପାଢ଼େଲ ଡ୍ୟାମ ନିକଟ ଜଙ୍ଗଲରେ ଗୁରୁବାର ଏସଓଜିଓ ଡିଭିଏଫ ମିଳିତ କମ୍ବିଂ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri